ଦୈନିକ ରାଶିଫଳ: 10 ଫେବୃୟାରୀ 2023, ମା’ସନ୍ତୋଷୀଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୩ ମସିହା, ଫେବୃୟାରୀ ମାସ ୧୦ତାରିଖ, ଶୁକ୍ରବାର, ମକରମାସ ୨୮ଦିନ, ଫାଲଗୁନ ମାସ, କୃଷ୍ଣପକ୍ଷ, ଚତୁର୍ଥୀ ତିଥି ସକାଳ ୭ଟା ୫୯ମିନିଟ୍ ପରେ ପଞ୍ଚମୀ ତିଥି, ହସ୍ତା ନକ୍ଷତ୍ର, କନ୍ୟା ରାଶିରେ ଚନ୍ଦ୍ର। ଧୃତି ଯୋଗ ଦିବା ୪ଟା ୪୩ମିନିଟ୍ ପରେ ଶୂଳ ଯୋଗ। ବାଳବ କରଣ ସକାଳ ୭ଟା ୫୯ମିନିଟ୍ ପରେ କୌଳବ କରଣ। ବିଛା, ଧନୁ, ମୀନ ରାଶିର ଘାତବାର। ବୃଷ ରାଶିର ଘାତଚନ୍ଦ୍ର। ନିଷିଦ୍ଧ ଖାଦ୍ୟ-ମୂଳା ନ ଖାଇଲେ ଭଲ ସକାଳ ୭ଟା ୫୯ମିନିଟ୍ ପରେ ବେଲ, ପଣସ ନ ଖାଇଲେ ଭଲ। ଯୋଗିନୀ- ନୈଋତେ ସକାଳ ୭ଟା ୫୯ମିନିଟ୍ ପରେ ଦକ୍ଷିଣେ ଯାତ୍ରା ନିଷେଧ। ଶ୍ରାଦ୍ଧ ତର୍ପଣ- ପଞ୍ଚମୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ। ଅଶୁଭସମୟ- ସକାଳ ୯ଟା ୧୧ମିନିଟ୍ ରୁ ୧୨ଟା, ରାତ୍ରି ୮ଟା ୫୦ମିନିଟ୍ ରୁ ୧୦ଟା ୨୫ମିନିଟ୍। ଶୁଭସମୟ- ସକାଳ ୬ଟା ୨୨ମିନିଟ୍ ରୁ ୭ଟା ୭ମିନିଟ୍, ସକାଳ ୭ଟା ୫୨ମିନିଟ୍ ରୁ ୯ଟା ୧୧ମିନିଟ୍, ଦିବା ୧୨ଟା ୨୩ମିନିଟ୍ ରୁ ୨ଟା ୩୯ମିନିଟ୍, ଦିବା ୪ଟା ୯ମିନିଟ୍ ରୁ ସନ୍ଧ୍ୟା ୫ଟା ୩୯ମିନିଟ୍, ସନ୍ଧ୍ୟା ୭ଟା ୨୧ମିନିଟ୍ ରୁ ରାତ୍ର ୮ଟା ୫୦ମିନିଟ୍, ରାତ୍ର ୨ଟା ୭ମିନିଟ୍ ରୁ ରାତ୍ର ୪ଟା ୪୦ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-ସ୍ୱାସ୍ଥ୍ୟ ସମସ୍ୟା ଦୂର ହେବ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ଆର୍ଥିକ ଉନ୍ନତି ହେବାସହ ଗୃହବାହାନ ପ୍ରାପ୍ତି ହେବ। ନୂତନ କାର୍ଯ୍ୟଆରମ୍ଭ କରିପାରିବେ। ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ବ୍ୟବସାୟୀ ମାନଙ୍କର ନାନା ବାଟରେ ଧନାଗମ ଘଟିବ ଓ କାରବାର ବଢ଼ିବ। ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବେ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

ବୃଷ:-ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନରେ ବୃଦ୍ଧି ହେବ। ସାର୍ବଜନୀନ ସମ୍ପର୍କରେ ନିଜର ବ୍ୟକ୍ତିତ୍ଵ ବିକଶିତ ହେବ। ସରକାରୀ ଚାପ ପଡିଲେ ମଧ୍ୟ ସଫଳତା ମିଳିବ। ବ୍ୟବସାୟରେ ସାମାନ୍ୟ ଲାଭ ପାଇବେ। ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳତର କରିବାର ସାମର୍ଥ୍ୟ ବଢ଼ିବ। ଲୋକ ସମ୍ପର୍କ ବୃଦ୍ଧି ହେବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମିଥୁନ:-କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷା ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡ଼ିବ। ସନ୍ତାନଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ହେବ। ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣ ହେବ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ଜାଗା, ଜମି ଓ ଅନ୍ୟ ବ୍ୟବସାୟ କ୍ଷେତ୍ରରେ ଅନେକ ଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କର୍କଟ:-ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀ ହେବେ। କର୍ମକ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ। ବ୍ୟବସାୟ ପ୍ରସାର ପ୍ରଚାର ଫଳରେ ବହୁତ ବଡ଼ ମୁନାଫା ଉଠେଇ ପାରିବେ। ପାରିବାରିକ କ୍ଷେତ୍ରରେ ଅନେକ ପ୍ରକାର ସୁବିଧା ସୁଯୋଗ ପାଇବାର ଆଶା ପୂରଣ ହେବାର ରାସ୍ତା ଖୋଲିଯିବ ଓ ଦାମ୍ପତ୍ୟ ଜୀବନ ଆନନ୍ଦରେ କଟିବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ସିଂହ:-ପରୀକ୍ଷାରେ ଆଶା ମୁତାବକ ଫଳ ପାଇବେ ଆର୍ଥିକ ଦିଗରୁ ଲାଭ ନହେଲେ ମଧ୍ୟ ବ୍ୟୟଭାର କମ୍‌ ହେବ। ବ୍ୟବସାୟରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବା ସହ ପ୍ରଚୁର ଲାଭ ପାଇବେ। କର୍ମକ୍ଷେତ୍ରରେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରୀ ହୋଇ ପାରିବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ଶିକ୍ଷାକ୍ଷେତ୍ରରେ ତେଜସ୍ୱୀ, ଅନୁଶାସନ ପ୍ରିୟ, ଯୋଗ୍ୟ, ସୌଭାଗ୍ୟଶାଳୀ ହେବେ। ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ବ୍ୟବସାୟ ବଢ଼ାଇବାରେ ସମର୍ଥ ହେବେ। ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ କରିବାକୁ ଚେଷ୍ଟା କରିବେ। ଉଚ୍ଚଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-ସହକର୍ମୀମାନେ ସହଯୋଗ କରବେ। ଶ୍ରମିକମାନେ ବେଶି ଉପକୃତ ହେବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ କୃତକାର୍ଯ୍ୟ ହେବେ। ଦୂରଯାତ୍ରା, ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ସଫଳତା ମିଳିବ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ବାଦବିବାଦର ସମାଧାନ ହୋଇ ପାରେ। ଉଚ୍ଚଆଶା ସଫଳ ହେବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ବିଚ୍ଛା:-ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ। ସାଂସାରିକ ଜୀବନ ସୁଖମୟ ହେବ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। କେତେକ କାର୍ଯ୍ୟ ଦୋଦୁଲ୍ୟମାନ ଅବସ୍ଥାରେ ରହିବ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ପାରିବାରିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ନିଜର କ୍ରୋଧ ଉପରେ ନିୟନ୍ତ୍ରଣ ନ ରଖିଲେ ପ୍ରତି କ୍ଷେତ୍ରରେ ବିଫଳ ହେବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ଭାଇ ଭଉଣୀ ବନ୍ଧୁବାନ୍ଧବଙ୍କ ଉତ୍ତମ ସମ୍ପର୍କ ରହିବା ଫଳରେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ପାଇବେ। ବିଦେଶୀ ବନ୍ଧୁଙ୍କ ଦ୍ଵାରା ଅଧିକ ଉପକୃତ ହେବେ। ବ୍ୟବସାୟରେ କଠିନ ପରିଶ୍ରମ କରିବାକୁ ପଡିବ। ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ। ନୀରବତା ରକ୍ଷାକରି ପରିସ୍ଥିତି ହାତରେ ନିଜକୁ ସମର୍ପଣ କରିଦେବା ଉତ୍ତମ ହେବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କୁମ୍ଭ:-କର୍ମକ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ କୃତକାର୍ଯ୍ୟ ହେବେ। ପରିବାରର ସମସ୍ୟା ସମାଧାନ ହୋଇଯିବ ଓ ନିଜର ବୁଦ୍ଧି, ବିବେକ ଖଟାଇ ଅର୍ଥସମସ୍ୟାର ସମାଧାନ କରିପାରିବେ। ମନୋରଂଜନ କାର୍ଯ୍ୟରେ ସମୟ କଟିବ। ଦୂର ସମ୍ପର୍କୀୟ ବ୍ୟକ୍ତିଙ୍କୁ ବିଶ୍ୱାସ କଲେ ଠକାମୀ ଭଣ୍ଡାମୀର ଶୀକାର ହେବେ। ଅଭାବ ଅନାଟନ ପାଇଁ ବ୍ୟୟ ସଂକୋଚନ ହେବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମୀନ:-ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ। ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ଆୟକୁ ଚାହିଁ ବ୍ୟୟ କଲେ ଲୋକହସା ହେବେ ନାହିଁ। ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେ ମାପି ଚାଖଣ୍ଡେ ଚାଲିବା ଆବଶ୍ୟକ। ପାରିବାରିକ ସମସ୍ୟା ଗୁଡ଼ିକୁ ସମାଧାନ କରିବା ଉଚିତ୍‌। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!