ସାପ୍ତାହିକ ରାଶିଫଳ: ୧୦ ଫେବୃୟାରୀ ରୁ ୧୬ ଫେବୃୟାରୀ, ଏହି ସପ୍ତାହରେ ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କିଛି ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ। ଧନ, ଧାନ୍ୟ, ଐଶ୍ଚର୍ଯ୍ୟ, ମାନସମ୍ମାନ ତଥା ପରାକ୍ରମର ବୃଦ୍ଧି ହେବ। ବ୍ୟବସାୟୀ ହୋଇଥିଲେ ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ ହେବେ। ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ। ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ। ଭୂମିକ୍ରୟ, ବାହନକ୍ରୟ, ଗୃହନିର୍ମାଣ କରିବାରେ ଖର୍ଚ୍ଚ କରିବାକୁ ପଡ଼ିବ। ବିଦ୍ୟାର୍ଥୀବର୍ଗ ଅତ୍ୟନ୍ତ ସଫଳତା ସହ ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହେବେ। ବିଦେଶ ଯାତ୍ରା ଫଳରେ ବିଶେଷ ଲାଭବାନ ହେବେ। ସମାଜ କଲ୍ୟାଣ, ଧର୍ମାନୁଷ୍ଠାନରେ, ମଠ, ମନ୍ଦିରମାନଙ୍କରେ ଯୋଗଦାନ କରି ପ୍ରଶଂସିତ ହେବେ। ଏହାକୁ ସତ୍ ଉପଯୋଗ କରିବାକୁ ଆପ୍ରାଣ ଚେଷ୍ଟା କରିବା ଉଚିତ। ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ କମିଯିବ। ଆତ୍ମୀୟମାନେ ଭିତରେ ଚେର କାଟି ପାରନ୍ତି। ବିଷକୁମ୍ଭ ପୟୋମୁଖ ବ୍ୟକ୍ତିମାନେ ଅନେକ କ୍ଷେତ୍ରରେ ଧରା ପଡିବେ। ପ୍ରତିକାରମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶରୀର ସୁସ୍ଥ ରହିବ ଓ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ। ଅତ୍ୟଧିକ କଠିନ ପରିଶ୍ରମ କରିବା ଫଳରେ ବ୍ୟବସାୟରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ। ସରକାରୀ କର୍ମଚାରୀ ମାନଙ୍କର ନିଜର ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ। ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ। ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ ଓ ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ। ଶତୃମାନେ ମିତ୍ରଭାବ ଆଚରଣ କରିବେ। ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ବାଦବିବାଦ, ପରୀକ୍ଷାପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳହେବେ। ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଦାମ୍ପତ୍ୟ ସୁଖରେ ଉନ୍ନତି ହେବ। ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ। ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମିଥୁନ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶତୃନାଶ, ଋଣନାଶ ଓ ପୁରାତନ ରୋଗପୀଡ଼ାର ଉପଶମ ହେବ। ନେଇଥିବା ଲୋକ କିମ୍ବା ଦେଉନଥିବା ଲୋକ ଏବଂ ସାହାଯ୍ୟ କରିଥିବା ଲୋକଠାରୁ ସମସ୍ତ ଅର୍ଥପ୍ରାପ୍ତି ହୋଇଯିବ। ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। ସାମାଜିକ କ୍ଷେତ୍ରରେ ନିଜର ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ ଓ ଉଚ୍ଚପଦସ୍ଥ ଅଫିସରମାନେ ସନ୍ତୋଷ ହେବେ। ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ ଏବଂ ଅଧିକ ରୋଜଗାର କରି ଗୃହୋପକରଣ କ୍ରୟ କରି ପାରିବେ। ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବ୍ୟବସାୟକ୍ଷେତ୍ରରେ ଆଶାତୀତ ଲାଭ ପାଇବେ ଓ ନୂତନ ବ୍ୟବସାୟ ଆରମ୍ଭପାଇଁ ଅତ୍ୟନ୍ତ ଉତ୍ତମ ସମୟ। ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ ଓ ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣହେବେ। ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ନେଇଥିବା ଲୋକ କିମ୍ବା ଦେଉନଥିବା ଲୋକ ଏବଂ ସାହାଯ୍ୟ କରିଥିବା ଲୋକଠାରୁ ସମସ୍ତ ଅର୍ଥପ୍ରାପ୍ତି ହୋଇଯିବ। ସନ୍ତାନ ପକ୍ଷର ଚିନ୍ତା ଦୂର ହେଇଯିବ। କର୍ମପ୍ରତି ଉତ୍ସାହ ଏବଂ ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ। ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ବା ଯାନବାହାନ ପାଇଁ ଖର୍ଚାନ୍ତ ହୋଇ ପାରନ୍ତି। ପ୍ରତିକାର କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ସିଂହ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ମାନସିକ ଅଶାନ୍ତି ଦୂର ହେବ। ସାଂଗଠନିକ କାର୍ଯ୍ୟରେ ଅଂଶ ଗ୍ରହଣ କରି ପ୍ରଶଂସା ପାଇବେ। ଆର୍ଥିକ କ୍ଷେତ୍ରରେ କୌଣସି ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବେ। ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ସହଯୋଗୀ ବା ଭାଇଭଳି ଚଳୁଥିବା ବ୍ୟକ୍ତିମାନେ ପୂର୍ଣ୍ଣ ସହଯୋଗ କରିବେ। ବାଦବିବାଦ ମାଲିମୋକଦ୍ଦମାରେ ବିଜୟୀ ହେବେ। ଦାମ୍ପତ୍ୟ ସୁଖ ଏବଂ ପାରିବାରିକ ଜୀବନ କ୍ଷେତ୍ରରେ ଆନନ୍ଦମୟ ପରିସ୍ଥିତି ସୃଷ୍ଟିହେବ। ଭଲମନ୍ଦ ବିଚାର କରି ଯେ କୌଣସି କାର୍ଯ୍ୟକଲେ ଆୟ ବୃଦ୍ଧି ହେବ। କାର୍ଯ୍ୟକ୍ଷେତ୍ରରେ ନୂତନ ଯୋଜନା ପାଇଁ ସହଯୋଗ ମିଳିବ। ଶାରୀରିକ କଷ୍ଟ ଦୂରେଇ ଯିବ। ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ। ସରକାରୀ କର୍ମଚାରୀଙ୍କର କାର୍ଯ୍ୟ କ୍ଷେତ୍ରରେ ଶତ୍ରୁମାନେ ପରାଜିତ ହେବେ। ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନ ବୃଦ୍ଧି ହେବ। ଦୂରଯାତ୍ରା କରି ସଫଳତା ପାଇବେ। ପ୍ରତିକାର ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

କନ୍ୟା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ କରିବାକୁ ଚେଷ୍ଟା କରିବେ। ସାର୍ବଜନୀନ ସମ୍ପର୍କରେ ନିଜର ବ୍ୟକ୍ତିତ୍ଵ ବିକଶିତ ହେବ। ବ୍ୟବସାୟରେ ଶତ୍ରୁମାନେ ମିତ୍ରବତ କାର୍ଯ୍ୟ କରିବା ଫଳରେ ଉନ୍ନତି ହେବା ସହ ଲାଭବାନ ହେବେ। ଧନସମ୍ପଦ, ବସ୍ତ୍ରଭୂଷଣ ଆଦି ଲାଭହେବ। ବିଦେଶ ଯାତ୍ରାରେ ଯଶ ଲାଭ ଓ ନୂତନ ବାହନଆଦି ପ୍ରାପ୍ତି ହେବାର ଯୋଗ ଅଛି। ରାଜନୈତିକ କ୍ଷେତ୍ରରେ କଠିନ ପରିଶ୍ରମ କରି ଯଶ, ମାନ ବୃଦ୍ଧି ହେବ। ମାନସିକ ଦୁଶ୍ଚିନ୍ତା, ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମା ଥିଲେ ସହଜରେ ସମାଧାନ କରିପାରିବେ। ବିଚାର ବିଭାଗ ରାୟ ସପକ୍ଷରେ ଯିବ। ପାରିବାରିକ ସ୍ତରରେ ଉଚ୍ଚଆଶା ସଫଳ ହେବ। ଯେକୌଣସି ନୂତନକାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ ଅତ୍ୟନ୍ତ ଶୁଭହେବ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବା ସହ ସୁଖ ଶାନ୍ତିରେ ଦିନ କାଟିବେ। ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରେମିକ ପ୍ରେମିକାମାନେ ଆମୋଦ-ପ୍ରମୋଦ, ମନୋରଞ୍ଜନ ରେ ମଜ୍ଜି ରହିବେ। ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ତୁଳା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବ୍ୟବସାୟିକ କ୍ଷେତ୍ରରେ ଆଶାଜନକ ଫଳପ୍ରାପ୍ତି ହେବ। ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଜୟଯୁକ୍ତ ହେବେ। କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ ଓ ଉତ୍ତମ ରୋଜଗାର ହେବ। ବିଦେଶଯାତ୍ରାରେ ଯଶଲାଭ, ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହେବେ। ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। କର୍ମକ୍ଷେତ୍ରରେ ପଦୋନ୍ନତି ପାଇ ପାରନ୍ତି। ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ। ନୂତନ ଗୃହ ନିର୍ମାଣ କରିବାର ଯୋଜନା କରିପାରନ୍ତି। ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ଛାତ୍ର-ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ପାଇବା ସହ କଠିନ ପରିଶ୍ରମ କରି ପ୍ରଶଂସା ପାଇବେ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ। ପ୍ରେମିକ ପ୍ରେମିକାମାନେ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସଫଳତା ଲାଭ କରିବେ। ବାଦବିବାଦ, ମାଲିମୋକଦ୍ଦମା ଓ କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗିତା ପରୀକ୍ଷା ଓ  ସାକ୍ଷାତ୍କାରରେ ଉତ୍ତୀର୍ଣ୍ଣ ହେବେ। ପରୀକ୍ଷା ରେ ଆଶା ମୁତାବକ ଫଳ ପାଇ ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବ। ମିଛଆଶା ଉପରେ ନିର୍ଭର ନକରି ନିଜକୁ ନିୟନ୍ତ୍ରଣ କରି ପାରିବେ। ପାରିବାରିକ କ୍ଷେତ୍ରରେ ସୁଖ ଶାନ୍ତି ମିଳିବା ସହ ଆର୍ଥିକଚିନ୍ତା ଦୂର ହୋଇଯିବ। ଦୂର ସମ୍ପର୍କୀୟ ବନ୍ଧୁଙ୍କ ଠାରୁ ସାହାଯ୍ୟ ମିଳିବ। ନିରାଶା ଦୂର ହେବ ଏବଂ ସ୍ଥିତି ସାମାନ୍ୟ ବଦଳିଯିବ। ମନର ଆକାଂକ୍ଷା ପୂରଣ ହେବ ଓ ଆତ୍ମବିଶ୍ୱାସ ବଢ଼ିବ। ଲାଭର ମାର୍ଗ ପ୍ରଶସ୍ଥ ହେବ। କର୍ମକ୍ଷେତ୍ରରେ ମାନ-ସମ୍ମାନ ପାଇବେ। ଦୂରଯାତ୍ରା କରିବେ। ଋଣରୁ ମୁକ୍ତି ମିଳିବ। ଖାଇବା ପିଇବାରେ ସତର୍କ ନରହିଲେ ଉଦରପୀଡ଼ା ଭୋଗିବେ। ରାଜନୈତିକ କ୍ଷେତ୍ରରେ ଉତ୍ତମ ଆଚରଣ ଓ ମଧୁର ସ୍ୱଭାବ ଯୋଗୁ ଯଶଖ୍ୟାତି ଅର୍ଜନ କରିବା ସହ ବହୁତ ଲୋକପ୍ରିୟତା ହାସଲ କରି ଉନ୍ନତି ପଥରେ ଅଗ୍ରସର ହେବେ। ପ୍ରତିକାର:- ଷଣ୍ଢକୁ କିଛି ଖାଦ୍ୟ ଦିଅନ୍ତୁ।

ଧନୁ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆର୍ଥିକ ଉନ୍ନତି ଓ ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ। ସରକାରୀ କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ।  ନୂତନ କର୍ମ ସଂସ୍ଥାନ ରେ ନିଯୁକ୍ତି ପାଇବାର ଯୋଗ ରହିଛି। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ଋଣ ଭରଣା ପାଇଁ ଚେଷ୍ଟା କରିବେ। ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପାରିବାରିକ ଜୀବନରେ ଶାନ୍ତି, ଭାଇ ଓ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ। ବନ୍ଧୁବାନ୍ଧବଙ୍କଠାରୁ ପୂର୍ଣ୍ଣ ସହଯୋଗ ପ୍ରାପ୍ତ ହେବ। ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ବ୍ୟବସାୟ  ଶୁଭାରମ୍ଭ କରିବାର ସୁଯୋଗ ପାଇବେ। ରାଜନୈତିକ କ୍ଷେତ୍ରରେ ନିଜସ୍ୱ ପ୍ରଶଂସାର ବଶବର୍ତ୍ତି ହୋଇ ନିଜ ଇଛାଶକ୍ତି ପ୍ରୟୋଗ ମାଧ୍ୟମରେ ଅହଂକାରକୁ ହ୍ରାସ କରି ପାରିବେ। ଏକାଧିକ କାମରେ ହାତ ଦେଇ ଭଲ ବଦଳରେ ମନ୍ଦସୃଷ୍ଟି ହୋଇପାରେ। ଦୂରଯାତ୍ରାରେ କଷ୍ଟ ଅନୁଭବ କରିବେ। ପ୍ରତିକାର:- ଗୋମାତାକୁ ଖାଇବାକୁ ଦିଅନ୍ତୁ।

ମକର:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ। ନୂତନକର୍ମ ନିଯୁକ୍ତିରେ ସଫଳ ହେବେ। ପ୍ରେମିକ-ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଛାତ୍ର-ଛାତ୍ରୀମାନେ ଉଚ୍ଚଶିକ୍ଷା ପାଇଁ ଆଗ୍ରହୀ ହେବେ। ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଗୃହପାଳିତ ପଶୁ ଓ ଯାନବାହାନ  ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ। ପାରିବାରିକ କ୍ଷେତ୍ରରେ ସ୍ନେହ ଶ୍ରଦ୍ଧାର ସ୍ରୋତ ଛୁଟିବାସହ ଶାନ୍ତିର ବାତାବରଣ ଦେଖାଦେଇ ପାରେ। ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ। ଧାର୍ମିକ କାର୍ଯ୍ୟରେ ଯୋଗଦେବା ଫଳରେ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ବ୍ୟବସାୟରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ଉତ୍ତମ ରୋଜଗାର ହେବ। ଗୃହୋପକରଣ କ୍ରୟ କରିବେ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ପ୍ରତିକାର ଗୋମାତାକୁ ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶୁଭ ସମାଚାର ମିଳିବ ଓ ନିଜଲୋକ ସାହାଯ୍ୟ କରିବେ। ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ରାଜନୀତିରେ ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ଲୋକପ୍ରିୟତା ହାସଲ କରି ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ସରକାରୀ କର୍ମଚାରୀମାନଙ୍କର କର୍ମକ୍ଷେତ୍ରରେ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ଓ ଅନୁଭବି ହେବେ। ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବା ଫଳରେ ପଦୋନ୍ନତିର ସୁଯୋଗ ପାଇପାରିବେ।  ବ୍ୟବସାୟରେ ଉନ୍ନତି ଓ ଲାଭ କରିବେ। ଶତୃ, ରୋଗ, ଋଣରୁ ମୁକ୍ତି ହେବେ। ଯେ କୌଣସି କାମରେ ହାତ ଦେଲେ, ସେଥିରେ ସଫଳତା ପାଇବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ ଓ ସ୍ୱାସ୍ଥ୍ୟ ପ୍ରତି ଧ୍ୟାନଦେଇ କାର୍ଯ୍ୟ କରନ୍ତୁ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମୀନ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। ମିତ୍ରଙ୍କଠାରୁ ସହଯୋଗ ମିଳିବ। ଶୁଭ ସମାଚାର ପାଇ ଖୁସି ହେବେ। ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ। ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ। ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ। ନିଜର କଳ୍ପନାଶକ୍ତି ଅତ୍ୟଧିକ ସକ୍ରିୟ ହେବ। ନୂତନ ଉଦ୍ୟମରେ ନିଶ୍ଚିତ ସଫଳତା ପ୍ରାପ୍ତିହେବ। ବ୍ୟବସାୟ ଭଲ ମନ୍ଦ ଗତିରେ ଚାଲିବ। ସରକାରୀ କର୍ମଚାରୀମାନେ ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁଁ ଏବଂ କଠିନ ପରିଶ୍ରମ ହେତୁ ପ୍ରଶଂସା ପାଇବେ। ଶରୀର ସୁସ୍ଥ ରହିବ। ଛାତ୍ର ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ଦେଇ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବନାହିଁ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!