ଦୈନିକ ରାଶିଫଳ: ୧୦ ଜାନୁୟାରୀ ୨୦୧୯, ମା ଲକ୍ଷ୍ମୀଙ୍କ କୃପାରୁ ଆଜି ସମସ୍ତ ବ୍ୟବସାୟୀ ଓ କର୍ମଚାରି ମାନଙ୍କର ହେବ କାର୍ଯ୍ୟରେ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୧୦ ଜାନୁୟାରୀ ୨୦୧୯

ମେଷ:

ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ। ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ। ବ୍ୟବସାୟ ବାଣିଜ୍ୟ ଓ ପରିବହନକ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ। ମହିଳାମାନେ ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ। ବିଦ୍ୟାକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ପ୍ରଶଂସା ପାଇବେ। ନୂତନ କାର୍ଯ୍ୟ ପାଇଁ ଆଶାୟୀ ଥିଲେ କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ। ରାଜନୈତିକ କ୍ଷେତ୍ରରେ ଦୂରଯାତ୍ରା କରି ପରିଶ୍ରମର ଉଚିତ୍ ମୂଲ୍ୟ ପାଇବେ। କେତେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳତା ଏବଂ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ପ୍ରତିକାର- ଗାଈକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:

ଗୁରୁଜନ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। କୃଷି ଜିବୀମାନେ ହସଖୁସିରେ ସମୟ ବିତାଇବେ। ସରକାରୀ ସାହାଯ୍ୟ ମିଳିପାରେ। ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବ ଓ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ। ପରୀକ୍ଷା ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ। ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। ଚାକିରୀ କ୍ଷେତ୍ରରେ ପଦୋନ୍ନତି ହେବା ସହ ସ୍ଥାନାନ୍ତର ମଧ୍ୟ ହୋଇପାରେ। ମହିଳାମାନେ ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ପ୍ରତିକାର- ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ମିଥୁନ:

ପ୍ରତିଦ୍ୱନ୍ଦିତା ପରୀକ୍ଷା ରେ ସଫଳତା ଲାଭ କରିବେ। ବନ୍ଧୁ ମିତ୍ରମାନଙ୍କ ସମର୍ଥନ ଓ ପରିବାର ଲୋକଙ୍କର ସାହାଯ୍ୟ ସହଯୋଗ ହେତୁ ଖୁସି ହେବେ। ରାଜନୈତିକ କ୍ଷେତ୍ରରେ ସମ୍ମାନ ବୃଦ୍ଧି ହେବ ଓ ସୁନାମ ଅର୍ଜନ କରିବେ। ଅଚାନକ ଭାବରେ ଧନ ପ୍ରାପ୍ତି କରିବାର ସୁଯୋଗ ମିଳିବ। ଗୃହରେ କୌଣସି ଶୁଭକର୍ମ ସମ୍ପାଦନ କରିପାରନ୍ତି। ପାରିବାରିକ ଜୀବନ ଆନନ୍ଦମୟ ହେବ। ପିଲାମାନଙ୍କ ପ୍ରତି ବିଶେଷ ସତର୍କ ରହିବା ଉଚିତ୍। ମହିଳାମାନେ ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ। ସ୍ୱାସ୍ଥ୍ୟ ଦିଗରୁ ଆଶ୍ଵସ୍ତି ଲାଭ କରିବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

କର୍କଟ:

ଅନେକ ପ୍ରକାର କାର୍ଯ୍ୟରେ ପରିବର୍ତ୍ତନ ଦେଖାଦେବ। ବ୍ୟବସାୟ ବାଣିଜ୍ୟ କାରବାର ଯୋଗେ ବହୁତ ଚିନ୍ତିତ ରହିପାରନ୍ତି। ପରିବାରର ସମ୍ପର୍କୀୟଙ୍କ କୌଣସି ଘଟଣା ଯୋଗୁଁ ବ୍ୟତିବ୍ୟସ୍ତ ହୋଇଯିବେ। ରାଜନୈତିକ ଜୀବନରେ କୌଣସି କଥାବର୍ତ୍ତାକୁ ନେଇ ପ୍ରତାରିତ ହେବାର ଆଶଙ୍କା ଉପୁଯିବ। ଜାଗା ଜମିବାଡ଼ି ନେଇ ସମସ୍ୟା ଦେଖାଦେବ। ଆର୍ଥିକ ଦିଗରୁ ଲାଭ ନହେଲେ ମଧ୍ୟ ବ୍ୟୟଭାର କମ୍‌ ହେବ। କୃଷିଜୀବିମାନେ ପରିଶ୍ରମର ମୂଲ୍ୟ ପାଇବେ। ସ୍ୱାସ୍ଥ୍ୟ ସମସ୍ୟା ସେତେଟା ଭଲ ରହିବ ନାହିଁ। ପ୍ରତିକାର- ଗାଈକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:

ସହଯୋଗୀ, ସହକର୍ମୀ, ବରିଷ୍ଠ ବ୍ୟକ୍ତିମାନଙ୍କ ସହିତ ସମ୍ପର୍କ ନିବିଡ଼ ହେବ। ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। କର୍ମଜୀବୀ ମାନଙ୍କ ପାଇଁ ସହକର୍ମୀ ଓ ପଦାଧିକାରୀମାନେ ସହଯୋଗ କରିବେ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ଶୁଭଫଳ ପ୍ରାପ୍ତି ହେବ। ସ୍ୱାସ୍ଥ୍ୟ ଠିକ୍ ରହିବ। ବିଦ୍ୟାର୍ଥିମାନେ ନିଜ ଲକ୍ଷ୍ୟ ସ୍ଥଳରେ ପହଞ୍ଚି ପାରିବେ। ମହିଳାମାନେ ଧର୍ମକ୍ଷେତ୍ରପ୍ରତି ମନ ବଳାଇବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

କନ୍ୟା:

ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ପ୍ରବାସ ଯାତ୍ରାରେ ଲାଭବାନ ହେବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। ପୁରାତନରୋଗର ଉପଶମ ମିଳିବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। ଉଚ୍ଚାଧିକାରି ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ। ମହିଳାମାନେ ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ। ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ।

ତୁଳା:

କର୍ମକ୍ଷେତ୍ରରେ ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ରାଜନୈତିକ କ୍ଷେତ୍ରରେ ବିପଦ ସଙ୍କୁଳ ଟଳିଯିବ। କାହାର ଡାକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ କିନ୍ତୁ ଯାତ୍ରାରେ ସଫଳତା ଲାଭ ହେବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ବନ୍ଧୁଙ୍କ ଶୁଭକର୍ମରେ ମଧ୍ୟ ଯୋଗଦେବାକୁ ବାଧ୍ୟ ହେବେ। ମହିଳାମାନଙ୍କର ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

ବିଛା

ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ସାମାନ୍ୟ ଲାଭ ପାଇବେ। ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ।  ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ। ନୂତନ ବସ୍ତୁ କ୍ରୟ କରିପାରିବେ। ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସହ ପୁରୁଣା ସମସ୍ୟା ସମାଧାନ କରି ବିଜୟୀ ହେବେ। ପାରିବାରିକ ସମ୍ପର୍କରେ ଉନ୍ନତି ହେବ। ସ୍ୱାସ୍ଥ୍ୟ ଦିଗରୁ ମଧ୍ୟମ ଫଳ ପ୍ରାପ୍ତି। ଭ୍ରାତୃ ବିବାଦ ଦୂର ହେବ। ବାସଗୃହ ଓ ଯାନବାହାନ ନେଇ କେତେକ ସମସ୍ୟାର ସମାଧାନ ହେବ। ପ୍ରତିକାର: ଗାଈକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:

ଆର୍ଥିକ ଦିଗରୁ ବେଶ୍ ଅନୁକୂଳ ଥିବାରୁ କିଛି ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କ ବାଲାନ୍ସ ବୃଦ୍ଧି ପାଇବ। ମହିଳାମାନେ ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ। ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। ପାରିବାରିକକ୍ଷେତ୍ରରେ ବୁଝାମଣା ଠିକ୍ ରହିବ। ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ସାମାଜିକ ପତିଆରା ଅମଳିନ ରହିବ। ଆୟ ଉପାର୍ଜନ ବୃଦ୍ଧି ହେବ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ। ପ୍ରତିକାର- ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ମକର:

ଜାଗା, ଜମି, ଗୃହପୋକରଣ କ୍ରୟ କରିବେ। ନୂତନକର୍ମପ୍ରାପ୍ତିର ସୁଯୋଗ ପାଇବେ। ବ୍ୟବସାୟରେ ଆଶାତୀତ ଲାଭ ମିଳିବ। ପରିବାରରେ ସୁସ୍ଥ ବାତାବରଣ  ଜାରିରହିବ। ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ଦୂରଯାତ୍ରାର ସୁଯୋଗ ପାଇବେ। ଆୟ ଉପାର୍ଜନରେ ବାଧା ନାହିଁ। ପ୍ରମୋଶନ ସୂଚନାପାଇ ଖୁସି ହେବେ। ବାଦ ବିବାଦ, ପରୀକ୍ଷା ପ୍ରତିଯୋଗିତା ସାକ୍ଷାତ୍କାରରେ  ସଫଳହେବେ। ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

କୁମ୍ଭ:

କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବ ଓ ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ। ସାମାଜିକ କାର୍ଯ୍ୟରେ ସଫଳତା ଓ ମାନସମ୍ମାନ ବୃଦ୍ଧି ହେବ। ଯାତ୍ରାରେ ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ କଟିବ। ବିଦ୍ୟାକ୍ଷେତ୍ରରେ ଶୁଭଯୋଗ ଓ ପ୍ରତିଯୋଗିତା ପରୀକ୍ଷା ରେ ସଫଳ ହେବେ। ଖାଦ୍ୟପେୟ ପ୍ରତି ସଜାଗ ନ ରହିଲେ ସ୍ୱାସ୍ଥ୍ୟ ହାନୀ ହେବ। ମହିଳାମାନେ ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ। ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ। ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ। ପ୍ରତିକାର-ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।

ମୀନ:–

କୌଣସି ଶୁଭ ସମାଚାର ଶୁଣିବାକୁ ମିଳିବ। ବାଦ ବିବାଦ ମାଲିମକଦ୍ଦମାର ଅବସାନ ହେବ। ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। କର୍ମକ୍ଷେତ୍ରରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇବେ। ସୁନା, ରୂପା, କଂସା, ପିତ୍ତଳ, ତେଜରାତି, ଷ୍ଟେନସାରୀ, ଔଷଧ ବ୍ୟବସାୟୀ ମାନଙ୍କୁ ଉତ୍ତମ ଲାଭ ପ୍ରାପ୍ତି ହେବ। କୌଣସି ଦୂର ସ୍ଥାନକୁ ଯାତ୍ରା କରିବେ ଓ ଶରୀର ସୁସ୍ଥ ରହିବ। ଛାତ୍ର-ଛାତ୍ରୀମାନଙ୍କର ଶିକ୍ଷା କ୍ଷେତ୍ରରେ ଉନ୍ନତିହେବ। କର୍ମସଂଧାନୀ ମାନେ ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ। ପ୍ରତିକାର: ଅସହାୟଙ୍କର ସେବାକରି ଆଶୀର୍ବାଦ ଭିକ୍ଷା କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!