୨୦୨୩ମସିହା, ଜାନୁୟାରୀ ମାସ ୧୦ତାରିଖ, ମଙ୍ଗଳବାର, ଧନୁମାସ ୨୬ଦିନ, ମାଘମାସ, କୃଷ୍ଣପକ୍ଷ, ତୃତୀୟା ତିଥି ଦିବା ୧୨ଟା ୯ ମିନିଟ ପରେ ଚତୁର୍ଥୀତିଥି, ଅଶ୍ଳେଷା ନକ୍ଷତ୍ର, କର୍କଟ ରାଶିରେ ଚନ୍ଦ୍ର ଦିବା ୯ଟା ୧ମିନିଟ ପରେ ମଘା ନକ୍ଷତ୍ର, ସିଂହ ରାଶିରେ ଚନ୍ଦ୍ର । ପ୍ରୀତି ଯୋଗ ଦିବା ୧୧ଟା ୧୯ମିନିଟ ପରେ ଆୟୁଷ୍ମାନ ଯୋଗ । ବିଷ୍ଟି କରଣ ଦିବା ୧୨ଟା ୯ମିନିଟ୍ ପରେ ବବ କରଣ । ମକର ରାଶିର ଘାତବାର । ପୋଟଳ ନ ଖାଇଲେ ଭଲ ଦିବା ୧୨ ଟା ୯ମିନିଟ୍ ମୂଳା ନ ଖାଇଲେ ଭଲ । ଯୋଗିନୀ- ଆଗ୍ନୟେ ଦିବା ୧୨ଟା ୯ମିନିଟ୍ ପରେ ନୈଋତେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ଚତୁର୍ଥୀର ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ସକାଳ ୭ଟା ୪୯ମିନିଟ୍ ରୁ ୯ଟା ୧୦ମିନିଟ୍, ଦିବା ୧ଟା ୧୫ମିନିଟ୍ ରୁ ୨ଟା ୩୭ମିନିଟ୍, ସନ୍ଧ୍ୟା ୬ଟା ୫୯ ମିନିଟ ରୁ ରାତ୍ରି ୮ଟା ୩୭ମିନିଟ୍ । ଶୁଭସମୟ- ପ୍ରାତଃ ୬ଟା ୨୭ମିନିଟ୍ ରୁ ୭ଟା ୧୦ମିନିଟ୍, ଦିବା ୯ଟା ୧୦ମିନିଟ୍ ରୁ ୧୧ଟା ୩୨ମିନିଟ୍, ସନ୍ଧ୍ୟା ୫ଟା ୨୦ମିନିଟ୍ ରୁ ୬ଟା ୫୯ମିନିଟ୍, ରାତ୍ର ୮ଟା ୩୭ମିନିଟ୍ ରୁ ୮ଟା ୫୦ମିନିଟ୍, ରାତ୍ର ୯ଟା ୪୨ମିନିଟ୍ ରୁ ୧୨ଟା ୨୦ମିନିଟ୍, ରାତ୍ର ୨ଟା ୫ମିନିଟ୍ ରୁ ୩ଟା ୫୦ମିନିଟ୍, ରାତ୍ର ୪ଟା ୪୨ମିନିଟ୍ ରୁ ୬ଟା ୨୭ମିନିଟ୍ ।
ମେଷ:-ସାମାଜିକ ସ୍ତରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ଦୂରସ୍ଥାନକୁ ଯାତ୍ରା କରି ଶାରୀରିକ ଅସୁସ୍ଥତା ଅନୁଭବ କରି ପାରନ୍ତି । କର୍ମକ୍ଷେତ୍ରରେ ସତକଥା କହି ନିଜ ପରିସରରେ ପ୍ରଶଂସିତ ହୋଇ ପାରନ୍ତି । ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ । ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ବୃଷ:-ସ୍ଵାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବେ । ଇଲେକ୍ଟ୍ରୀ, ଇଲେକ୍ଟ୍ରୋନିକସ୍, ଠିକାଦାରୀ, ଧାତୁବ୍ୟବସାୟୀ, ଔଷଧଦୋକାନ, ଭୋଜନାଳୟ, କଳକାରଖାନା, ଖଣିଜପଦାର୍ଥ, ଗୁଡ଼, ଲଙ୍କାମରିଚ, ମସୁରଡାଲି, ଧାନ, ଗହମ ଇତ୍ୟାଦି ବ୍ୟବସାୟ କରୁଥିବା ବ୍ୟକ୍ତିମାନେ କିମ୍ବା ଏହି ସଂସ୍ଥାରେ କର୍ମରତ ବ୍ୟକ୍ତିମାନେ ବିଶେଷ ଲାଭବାନ ହେବେ । କର୍ମ କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ଆୟ ବୃଦ୍ଧି ହେବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
ମିଥୁନ:-ସମ୍ମାନର ସହ ଦିନଚର୍ଯ୍ୟା ସମ୍ପାଦନ କରିବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ । କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେଇ ସୁଖ ଶାନ୍ତିରେ ଦିନଟି କଟାଇବେ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ । ପରିବାରରେ ସୁଖ-ଶାନ୍ତି ଯୋଗେ ସମସ୍ତ ଚିନ୍ତା ଦୂର ହେବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।
କର୍କଟ:-ସାମାଜିକ ସ୍ତରରେ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ । ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ଶୁଭଫଳ ପ୍ରାପ୍ତି ହେବ । ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ । ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ । ଅଦରକାରୀ ଜିନିଷ ଓ ଅଦରକାରୀ ଭାବନା ଉପରେ ଅଧିକ ସମୟ ନଷ୍ଟ କରନ୍ତୁ ନାହିଁ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।
ସିଂହ:-ସ୍ୱାସ୍ଥ୍ୟ ଠିକ୍ ରହିବ । ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କବାଲାନ୍ସ ବୃଦ୍ଧି ହେବ । ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ । କର୍ମକ୍ଷେତ୍ରରେ ସାଫଲ୍ୟ, ଉଚ୍ଚସମ୍ମାନ ଓ ପଦ ପଦବୀ ଲାଭହେବ । ରାଜନୀତି କ୍ଷେତ୍ରରେ ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାରେ ସାମର୍ଥ୍ୟ ବଢିବ । କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ । ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।
କନ୍ୟା:-ଦାମ୍ପତ୍ୟ କଳହର ଅବସାନ ଘଟିବ ଓ ସନ୍ତାନଙ୍କ ଉନ୍ନତିରେ ଖୁସି ହେବେ । ବିଦ୍ୟାକ୍ଷେତ୍ରରେ ମନଯୋଗ ଦେଇ ସଫଳହେବେ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ । ଆଖପାଖର ଲୋକମାନେ ସାହାଯ୍ୟ କରିବା ପାଇଁ ଆଗେଇ ଆସିବେ । ନିଜ ବ୍ୟକ୍ତିତ୍ୱର ବିକାଶ ହୋଇ ମାନସମ୍ମାନ ପ୍ରତିଷ୍ଠା ବୃଦ୍ଧି ପାଇବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
ତୁଳା:-ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । ପୁରୁଣା ନିବେଶ ଲାଭ ଦେବ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ଲୋକମାନେ ଆପଣଙ୍କ ମତ ସହିତ ସହମତ ହେବା ଫଳରେ ଆନନ୍ଦିତ ହେବେ । ଧୈର୍ଯ୍ୟ ଏବଂ ଦୃଢତା ସହିତ କାର୍ଯ୍ୟ କରନ୍ତୁ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ବିଚ୍ଛା:-ଶତୃମାନେ ପରାଜିତ ହୋଇ ବ୍ୟବସାୟିକ ପରିଣାମ ସନ୍ତୋଷ ଜନକ ହେବ । ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ କରିବାସହ ସାମାଜିକ ଭାବମୂର୍ତ୍ତି ସୁରକ୍ଷା ହେବ । ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ । ଯାନବାହନ ସମ୍ବନ୍ଧୀୟ କେତେକ ସମସ୍ୟାର ସମାଧାନ ହୋଇଯିବ । ଶିକ୍ଷା କ୍ଷେତ୍ରରେ ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହେବେ । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ ।
ଧନୁ:-ସମାଜସେବା କାର୍ଯ୍ୟରେ ଯୋଗ ଦେଇ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସ ରତ ହେବେ । ଛାତ୍ର ଛତ୍ରୀମାନେ ପରିଶ୍ରମ କରିବା ଫଳରେ ପ୍ରଶଂସା ପାଇବେ । ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ । ପରିବାରର ସମ୍ପର୍କୀୟଙ୍କ କୌଣସି ଘଟଣା ଯୋଗୁ ବ୍ୟତିବ୍ୟସ୍ତ ହୋଇଯିବେ । ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ସୁଯୋଗ ପାଇ କାର୍ଯ୍ୟରେ ଖୁସି ହେବେ । ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ ।
ମକର:-ନିକଟସ୍ଥ ବ୍ୟକ୍ତି ସାହାଯ୍ୟ କରିବା ଦ୍ଵାରା ବ୍ୟବସାୟ ବଢାଇବାରେ ସମର୍ଥ ହେବେ । ନ୍ୟାୟମାର୍ଗ ଓ ମିଷ୍ଟ ବଚନକୁ ନିଜର ଭୂଷଣଭାବି କର୍ମ କରିଲେ ଲାଭବାନ ହେବେ । ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ । ପାରିବାରିକ ସ୍ତରରେ ସ୍ଵାର୍ଥ ପ୍ରବୃତ୍ତିର ଅଧୀନ ହୋଇ ସମ୍ପର୍କର ମଧୁରସ୍ଵାଦ ଅନୁଭବ କରିବେ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
କୁମ୍ଭ:-ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସି ଶାରୀରିକ କଷ୍ଟ ଦୂର ହେବ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଖୁସି ରହିବ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ବ୍ୟବସାୟରେ ଭାଗୀଦାରୀ ମାନଙ୍କ ସହ ମତାନ୍ତର ମନାନ୍ତର ଦୂରେଇ ଯିବ । ରାଜନୀତି କ୍ଷେତ୍ରରେ ନିଜର ପ୍ରତିଷ୍ଠା ଓ ସୁନାମ ବଢିବା ସହ ଆୟ ମଧ୍ୟ ଉତ୍ତମ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ମୀନ:-ସାମାଜିକ କ୍ଷେତ୍ରରେ ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ । ଆରମ୍ଭ କରିଥିବା କାର୍ଯ୍ୟ ଶେଷ କରିପାରିବେ । ସନ୍ତାନ ସନ୍ତତି ମାନଙ୍କର ଶୁଭ ଖବର ପାଇ ଖୁସି ହେବେ । ବ୍ୟବସାୟିକ କ୍ଷେତ୍ରରେ ଆୟରସ୍ରୋତ ଖୋଲିଯିବା ସହ ଧନମାନ ଦିଗରୁ ସୁରକ୍ଷିତ ରହିବେ । ସାମ୍ବାଦିକ ମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ରାଜନୀତି କ୍ଷେତ୍ରରେ ନିକଟସ୍ଥ ବ୍ୟକ୍ତି ସାହାଯ୍ୟ କରିବା ଦ୍ଵାରା ସଫଳତା ମିଳିବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।