ଦୈନିକ ରାଶିଫଳ: 10 ଜାନୁୟାରୀ ୨୦୨୧, ସୂର୍ଯ୍ୟଦେବଙ୍କ କୃପାରୁ ଆଜି ଏହି ସବୁ ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଜାନୁୟାରୀମାସ ୧୦ତାରିଖ, ରବିବାର, ଧନୁମାସ ୨୭ଦିନ, ପୌଷମାସ, କୃଷ୍ଣପକ୍ଷ, ଦ୍ଵାଦଶୀତିଥି, ଅନୁରାଧା ନକ୍ଷତ୍ର, ଦିବା ୧୦ଟା ୪୯ମିନିଟ୍ ଗତେ ଜ୍ୟେଷ୍ଠା ନକ୍ଷତ୍ର, ବିଛା ରାଶିରେ ଚନ୍ଦ୍ର । ମେଷ ରାଶିର ଘାତବାର । ପୋଇ ମସୁରଡାଲି ନ ଖାଇଲେ ଭଲ, ଦିବା ୪ଟା ୫୩ମିନିଟ୍ ପରେ ବାଇଗଣ ନ ଖାଇଲେ ଭଲ । ଶୁଭସମୟ- ପ୍ରାତଃ ୭ଟା ୧୨ମିନିଟ୍ ରୁ ୯ଟା ୨୦ମିନିଟ୍, ଦିବା ୧ଟା ୧୬ମିନିଟ୍ ରୁ ୩ଟା ୯ମିନିଟ୍, ଦିବା ୩ଟା ୫୪ମିନିଟ୍ ରୁ ୩ଟା ୫୮ମିନିଟ୍, ରାତ୍ର ୭ଟା ୫୯ମିନିଟ୍ ରୁ ୯ଟା ୪୨ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଭାବନାର ବଶୀଭୂତ ହୋଇ ଅମିନୀ, ଜାମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ବ୍ୟବସାୟରେ ସାମାନ୍ୟ ଲାଭ ପାଇବେ । ସାଧାରଣ ଭାବରେ ଜୀବନଚର୍ଯ୍ୟା କରି ଚାଲିବେ । କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ । ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଉଚିତ୍ । ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ ।

ବୃଷ:-

ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର, ଶିଳ୍ପ, ବାଣିଜ୍ୟ ଓ ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ସାମ୍ବାଦିକତାରେ ପ୍ରଂଶସିତ ହେବେ । ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ । ହଜିଯାଇଥିବା କିମ୍ବା ଖୋଜୁଥିବା ଜିନିଷ ହଠାତ୍ ମିଳିଯିବ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ । ନୂତନ କାର୍ଯ୍ୟ ଆରମ୍ଭ କରିପାରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମିଥୁନ:-

ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ । ପ୍ରତ୍ୟେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ଼ ରହିବା ଫଳରେ କୌଣସି ଅସୁବିଧା ହେବନାହିଁ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ସହ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ବିଦ୍ୟାର୍ଥୀମାନେ ପ୍ରତିଯୋଗିତା ପରୀକ୍ଷାରେ ଆଶାତୀତ ନମ୍ବର ରଖି ପ୍ରଶଂସିତ ହେବେ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

କର୍କଟ:-

ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ । ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ସଂପୂର୍ଣ୍ଣ ହେବ । ଅର୍ଥ ଉପାର୍ଜନରେ ଏକନିଷ୍ଠ ହେଲେ ଧନାଢ୍ୟ ହେବାର ରାସ୍ତା ଖୋଲିଯିବ । ରାଜନୀତିରେ ସମ୍ମାନର ସହିତ କୃତକାର୍ଯ୍ୟ ହେବେ । ବନ୍ଧୁବାନ୍ଧବଙ୍କ ଦିଗରୁ ସ୍ଵାର୍ଥ ପ୍ରବଣତାର ଅଭିବୃଦ୍ଧି ଘଟିବ । କେତେକ କ୍ଷେତ୍ରରେ ଭଲ କାମ କରି ପ୍ରଶଂସା ପାଇବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ସିଂହ:-

ବନ୍ଧୁଙ୍କ ସମସ୍ୟା ସମାଧାନ କରିବା ପାଇଁ ଚିନ୍ତା କରିବେ । ଯୋଗାଯୋଗ, ସଭାସମିତି ପାଇଁ ବିଶେଷ ସମୟ ଦେବାକୁ ପଡ଼ିବ । ବିଦ୍ୟାକ୍ଷେତ୍ରରେ ମନଯୋଗ ଦେଲେ ଯଶପ୍ରାପ୍ତି ହେବ । ବାଣିଜ୍ୟ, ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ଆର୍ଥିକ ସଙ୍କଟ ଦୂରେଇଯିବ । ଧାର କରଜ ସୁଝିବାପାଇଁ ସୁଯୋଗ ପାଇବେ । ତରବରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡ଼କୁ ନଜରଦେଇ କାମକରିବା ଉଚିତ୍ । ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ ।

କନ୍ୟା:-

ସମସ୍ତ କ୍ଷେତ୍ରରେ ଖୁସି ମିଳିବ । ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ସରକାରୀ କର୍ମ କ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ । ଦୃଢସଂକଲ୍ପ ଓ ଆତ୍ମବିଶ୍ଵାସରେ ଭରପୁର ହେବ । ଶାରୀରିକ କ୍ଷେତ୍ରରେ ଉନ୍ନତି ହେବ ଓ ମନ ଶରୀର ଭଲ ରହିବ । ଉତ୍ତରାଧିକାର ଏବଂ ପୈତୃକ ସମ୍ପତ୍ତିକୁନେଇ କୋର୍ଟକଚେରୀ ମାମଲାରେ ବିଜୟୀ ହେବେ । ଅପେକ୍ଷା କରୁଥିବା କାର୍ଯ୍ୟଟି ପୂରଣ କରିବାପାଇଁ ଚେଷ୍ଟା କରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ତୁଳା:-

ବିଚାର ବିଭାଗର ରାୟ ଆପଣଙ୍କ ସପକ୍ଷରେ ଯିବ । ରାଜନୀତିରେ ଉନ୍ନତି ହେବ । ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ପ୍ରେମୀ ପ୍ରେମିକାଙ୍କ ମିଳନ ହେବ ଓ ସଫଳତା ମିଳିବ । ପାରିବାରିକ ଅଶାନ୍ତି ଦୂରେଇ ଯାଇ ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ । ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ । ବାକ୍ୟ ସଂଯମତା ରଖିଲେ ଭଲ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ବିଚ୍ଛା:-

ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ଭୌତିକ ଓ ଆଧ୍ୟାତ୍ମିକ ମାମଲାରେ ବ୍ୟସ୍ତ ରହିବେ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ ହେବ । କମ୍ ପରିଶ୍ରମରେ ଆଶାଜନକ ଫଳ ପାଇବେ । ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ କୃତକାର୍ଯ୍ୟ ହେବେ । ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ପାଠପଢ଼ାରେ ମନଯୋଗ ଦେବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ଧନୁ:-

ରାଜନୀତିରେ ଲୋକପ୍ରିୟତା ହାସଲ କରିବେ । କଠିନରୁ କଠିନତମ କାର୍ଯ୍ୟକୁ ଧୈର୍ଯ୍ୟରସହ ସମ୍ପାଦନ କରି ପାରିବେ । ଯେକୌଣସି କାର୍ଯ୍ୟରେ ହାତଦେଲେ ସଫଳତା ମିଳିବ । ସରକାରୀ କର୍ମଚାରୀମାନଙ୍କର କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ । ମାନସିକ ଅଶାନ୍ତି ଦୂର ହେବ । ନୂତନ କାର୍ଯ୍ୟଆରମ୍ଭ କରିପାରିବେ । କ୍ୟାରିଅର ସମସ୍ୟା ସମାଧାନର ବାଟ ମିଳିବ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ । ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ ।

ମକର:-

କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ । ଉପରିସ୍ଥ କର୍ମଚାରୀ ଦେଇଥିବା ପ୍ରତିଶୃତି ରକ୍ଷା କରିବା ଫଳରେ ମାନପ୍ରତିଷ୍ଠା ବଢିବ । ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ । କର୍ମ କ୍ଷେତ୍ରରେ କୌଣସି ଅସୁବିଧା ହେବ ନାହିଁ । ବ୍ୟବସାୟିକ କ୍ଷେତ୍ରରେ ଉନ୍ନତିହେବ । ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

କୁମ୍ଭ:-

ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ । ବାଣିଜ୍ୟ, ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ବ୍ୟବସାୟ ସମ୍ବନ୍ଧୀୟ ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡି ପାରେ । କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ । ବ୍ୟବସାୟ କ୍ଷେତ୍ରରେ ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଛାତ୍ରଛାତ୍ରୀ ମାନେମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମୀନ:-

ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ । କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ଶୁଣି ଅନ୍ୟ ଉପରେ ବିରକ୍ତ ହେବେ । ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ । ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚାତୁରୀ କଥାକହି କାର୍ଯ୍ୟ ପୂରଣ କରିବେ । ବ୍ୟବସାୟରେ ଉଧାର ଦେଲେ ଫେରି ପାଇବା ପାଇଁ ଅନାବଶ୍ୟକ ଧାଁଦୌଡ଼ କରିବାକୁ ପଡିବ । ପ୍ରତିକାର:- ଷଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!