ଦୈନିକ ରାଶିଫଳ: 10 ଜୁଲାଇ 2021, ଶନିଦେବଙ୍କ କୃପାରୁ ଆଜି ଏହି ରାଶିଙ୍କୁ ମିଳିବ ଧନପ୍ରାପ୍ତିର ସୁଯଗ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଜୁଲାଇ ମାସ ୧୦ ତାରିଖ, ଶନିବାର, ମିଥୁନ ମାସ ୨୬ ଦିନ, ଆଷାଢ ମାସ, କୃଷ୍ଣପକ୍ଷ, ମଳ ଅମାବାସ୍ୟା ତିଥି, ସକାଳ ୬ଟା ୪୬ମିନିଟ୍ ଗତେ ପ୍ରତିପଦା ତିଥି, ପୁନର୍ବସୁ ନକ୍ଷତ୍ର, ମିଥୁନ ରାଶିରେ ଚନ୍ଦ୍ର । ବ୍ୟାଘାତ ଯୋଗ, ନାଗ କରଣ, ସକାଳ ୬ଟା ୪୬ମିନିଟ୍ ଗତେ କିସ୍ତୁଘ୍ନ କରଣ । ବୃଷ, ସିଂହ, କନ୍ୟା ରାଶିର ଘାତବାର । କନ୍ୟା ରାଶିର ଘାତଚନ୍ଦ୍ର । ପାଣିକଖାରୁ ନ ଖାଇଲେ ଭଲ । ଯୋଗିନୀ- ଐଶାନ୍ୟେ ପ୍ରାତଃ ୬ଟା ୪୬ମିନିଟ୍ ପରେ ପୂର୍ବେ ଯାତ୍ରା ନିଷେଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶ୍ରାଦ୍ଧ ତର୍ପଣ- ପ୍ରତିପଦାର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭବେଳା- ପ୍ରାତଃ ୫ଟା ୧୮ମିନିଟ୍ ରୁ ସକାଳ ୬ଟା ୫୬ମିନିଟ୍, ଦିବା ୪ଟା ୪୭ମିନିଟ୍ ରୁ ସନ୍ଧ୍ୟା ୬ଟା ୨୫ମିନିଟ୍ । ଦିବା ୧ଟା ୩୦ମିନିଟ୍ ରୁ ଦିବା ୩ଟା ୮ମିନିଟ୍ । ସନ୍ଧ୍ୟା ୬ଟା ୨୫ମିନିଟ୍ ରୁ ରାତି ୭ଟା ୪୭ମିନିଟ୍, ରାତି ୩ଟା ୫୬ମିନିଟ୍ ରୁ ୫ଟା ୧୮ମିନିଟ୍ । ସୁଦ୍ଧଶୁଭସମୟ- ଦିବା ୧୦ଟା ୧୪ମିନିଟ୍ ରୁ ୧୨ଟା ୧୭ମିନିଟ୍, ଦିବା ୩ଟା ୯ମିନିଟ୍ ରୁ ୩ଟା ୪୭ମିନିଟ୍, ରାତ୍ର ୭ଟା ୪୮ମିନିଟ୍ ରୁ ୭ଟା ୫୧ମିନିଟ୍, ରାତ୍ର ୧୧ଟା ୩୧ମିନିଟ୍ ରୁ ୧ଟା ୩୯ମିନିଟ୍ । ପର୍ବଦିନ- ଶ୍ରୀମନ୍ଦିରରେ ଉଭା ଯାତ୍ରା, ଉଭା ଅମାବାସ୍ୟା ।

ମେଷ:-

କର୍ମକ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବ । ବ୍ୟବସାୟ କ୍ଷେତ୍ରରେ ସାହାଯ୍ୟ ସହଯୋଗ ପାଇ ଆଶାତୀତ ଲାଭବାନ୍ ହେବେ । ଛାତ୍ର ଛାତ୍ରୀମାନଙ୍କର ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ ସଫଳତା ମିଳିବ । ଅଟକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନହେବ । ଭାଇ ଭଉଣୀମାନଙ୍କ ସହ ମନୋମାଳିନ୍ୟ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ଦେଖାଦେବ । ବିଦ୍ୟାର୍ଥିମାନେ ଉଚ୍ଚଶିକ୍ଷା ପାଇଁ ଚେଷ୍ଟିତ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-

ଧର୍ମକାର୍ଯ୍ୟରେ ଯୋଗଦେଇ ଦେବ ଦର୍ଶନ କରିବେ । ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ । ପ୍ରତିଦ୍ୱିନ୍ଦିତା, ପ୍ରତିଯୋଗିତା ପରୀକ୍ଷାରେ ଆଶା ମୁତାବକ ଫଳ ପାଇବେ । ନୂଆ ନୂଆ ଲୋକଙ୍କ ସହ ସମ୍ପର୍କ ଓ ସାକ୍ଷାତରେ ଉନ୍ନତି ହେବ । ରାଜନୈତିକ କ୍ଷେତ୍ରର ସାବଧାନତା ପୂର୍ବକ ପାଦ ବଢ଼େଇବା ବୁଦ୍ଧିମତାପୂର୍ଣ୍ଣ ହେବ । ଦାମ୍ପତ୍ୟ ଜୀବନ ଆନନ୍ଦମୟ । କେତେକ କ୍ଷେତ୍ରରେ ଶତୃମାନେ ବାଧା ସୃଷ୍ଟି କରିବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-

ସାମାଜିକ କ୍ଷେତ୍ରରେ ସୁନାମ ଅର୍ଜନ କରିବେ । ଆକସ୍ମିକ ଧନପ୍ରାପ୍ତି ହୋଇ ପାରିବାରିକ ଜୀବନ ଆନନ୍ଦରେ କଟିବ । ଭାତୃ ବିବାଦ, ଜମି ବାଡ଼ି ଓ ଘରଜାଗା ନେଇ ଥିବା ଦ୍ୱନ୍ଦ୍ୱର ସମାଧାନ ହେବ । ବ୍ୟବସାୟରେ ନୂତନ ଯୋଜନା ପ୍ରସ୍ତୁତ କରି ନୂତନ କାରବାରରେ ସଫଳତା ମିଳିବ । ପିଲାମାନଙ୍କ କାର୍ଯ୍ୟରେ ଉନ୍ନତି ହେବ । ରାଜନୀତିକ୍ଷେତ୍ରରେ କୂଟନୀତିର ପ୍ରୟୋଗ କରି ପ୍ରଶଂସିତ ହେବେ । ଯେ କୌଣସି କାର୍ଯ୍ୟ ହାତକୁ ନେଲେ ଶେଷ କରିବା ପରେ ଆଶ୍ୱସ୍ଥି ହେବେ । ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ ।

କର୍କଟ:-

ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ । ବ୍ୟବସାୟ କ୍ଷେତ୍ର ପ୍ରସାରିତ ହେବା ଫଳରେ ଆଶାତୀତ ଲାଭ ପାଇବେ । ନିଷ୍ଠାର ସହ ପରିଶ୍ରମ ଫଳରେ କର୍ମକ୍ଷେତ୍ରରେ ସମ୍ପୂର୍ଣ୍ଣ ଲାଭ ପାଇବେ ଓ ଆକସ୍ମିକଧନ ପ୍ରାପ୍ତି ହେବ । ପାରିବାରିକ ଜୀବନ ଆନନ୍ଦମୟ ହେବ । ପୂର୍ବ ଶତ୍ରୁମାନେ ପଛଘୁଞ୍ଚା ଦେବା ଫଳରେ ରାଜନୀତିରେ ଫାଇଦା ଉଠାଇବେ । ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁ ଲକ୍ଷ୍ୟ ଭ୍ରଷ୍ଟ ହୋଇଯିବା ଫଳରେ ମନସ୍ତାପ ବଢ଼ିଯିବ । ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ ।

ସିଂହ:-

ଶୁଭ ସମାଚାର ପାଇ କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ । ଆଲୋଚନା କ୍ଷେତ୍ରରେ ଠିକ୍ ନିସ୍ପତି ନେବା ଫଳରେ କର୍ମକ୍ଷେତ୍ରରେ ଲାଭବାନ ହେବେ । ଅଳ୍ପ ପରିଶ୍ରମରେ ବହୁତ ଧନ ଲାଭ ହେବା ସହ ସବୁଥିରେ ସଫଳତା ମିଳିବ । ଗଛିତ ଅର୍ଥ ବୃଦ୍ଧି କରିବା ସହ ବ୍ୟବସାୟ ବଢାଇବାରେ ସମର୍ଥ ହେବେ । ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

କନ୍ୟା:-

ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି ହେବ । ଅପେକ୍ଷା କରିଥିବା କାର୍ଯ୍ୟରେ ଶୁଭ ସୂଚନା ମିଳିବ । ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହୋଇପାରେ । ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦ ମେଣ୍ଟିବା ପାଇଁ ଚେଷ୍ଟା କରିବେ । ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:-

ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ । ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ । ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ । ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ । ପିଲାମାନଙ୍କ କାର୍ଯ୍ୟରେ ଖୁସି ହେବେ । କୌଣସି ଶୁଭ ସମାଚାର ଶୁଣିବେ ଓ ହସଖୁସିରେ ସମୟ ବ୍ୟତୀତ ହେବ । ପ୍ରତିକାର- ଧଳାବସ୍ତ୍ର ପରିଧାନ କରନ୍ତୁ ।

ବିଚ୍ଛା:-

ସାମାଜିକ ଉତ୍ସବରେ ଯୋଗ ଦେବେ । ଶତୃମାନେ ପରାଜିତ ହେବେ । ବ୍ୟବସାୟରେ ସାମାନ୍ୟ ଲାଭ ଓ ପରିବହନରେ ବିଶେଷ ଲାଭବାନ ହେବେ । ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ । ଆତ୍ମୀୟ- ସ୍ଵଜନଙ୍କ ପାଇଁ ଭୋଗ ବିଳାସ ଦ୍ରବ୍ୟ ଓ ଗୃହୋପକରଣ କ୍ରୟକରିବେ । ପ୍ରକୃତିସ୍ଥ ହୋଇ ହିସାବରେ ଚଳିଲେ ସୁରକ୍ଷିତ ରହି ହେବ । କିନ୍ତୁ ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍ । ଅଧ୍ୟୟନ ପ୍ରତି ବିତୃଷ୍ଣା ଓ ନିରାଶା ଭାବ ଦେଖାଦେବ । ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ ।

ଧନୁ:-

ସାମାଜିକ କ୍ଷେତ୍ରରେ ସମ୍ମାନ ବଢିବ । କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ । କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ କରିପାରନ୍ତି । ତଳ ମହଲରୁ ଆଶାତୀତ ଲାଭ ପାଇ ଆର୍ଥିକ ସ୍ଥିତିକୁ ସୁଧାରି ପାରିବେ । କିଛି ନୂତନ କର୍ମ ଆରମ୍ଭ କଲେ ସମ୍ପର୍କୀୟଙ୍କଠାରୁ ପ୍ରଶଂସା ପାଇବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ । ପରୀକ୍ଷା ଓ ପ୍ରତିଦ୍ୱିନ୍ଦିତାରେ ବିଜୟୀ ହେବେ । ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମକର:-

କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ । ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭର ସୁଯୋଗ ପାଇବେ । ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ । ଜନସେବାଦ୍ଵାରା ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ । ଲୋକମାନଙ୍କ ସହିତ ମିଳିମିଶି କାମ କରିପାରିଲେ ଶ୍ରମିକମାନେ ବେସୀ ଉପକୃତ ହେବେ । ବାସସ୍ଥାନ ବା ଯାନବାହାନର ନବୀକରଣ କରିବାର ସୁଯୋଗ ପାଇବେ । ପ୍ରତିକାର- କଳା ରୁମାଲ ଟିଏ ପାଖରେ ରଖନ୍ତୁ ।

କୁମ୍ଭ:-

ସ୍ଵାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବା ସହ ମାନସିକ ଶାନ୍ତି ମିଳିବ । ବ୍ୟବସାୟୀମାନେ ସାଧୁ ସଚ୍ଚୋଟ ଭାବେ କାର୍ଯ୍ୟକରି ସାମାଜିକ ସ୍ତରରେ ପ୍ରଶଂସିତ ହେବେ । ଉଚ୍ଚଶିକ୍ଷା କ୍ଷେତ୍ରକୁ ଆଗେଇବା ପାଇଁ ଚେଷ୍ଟିତ ହେବେ । ଶତୃମାନେ ଦୂରେଇ ଯିବେ । ଭାଇ ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବା ଫଳରେ ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରନ୍ତି । ଲୋକ ସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ପ୍ରଶଂସା ପାଇବେ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

ମୀନ:-

ସରକାରୀ କାର୍ଯ୍ୟରେ ସଫଳତା ମିଳିବା ସହ ଶୁଭଚିନ୍ତକ ମାନେ ସାହାଯ୍ୟ କରିବେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ପରିବାରକୁ ପ୍ରାଥମିକତା ଦେଇ ପାଖ ପଡୋଶୀଙ୍କ ସହିତ ମଧୁରସମ୍ପର୍କ ରଖି ପାରିବେ । ଆଚାର ବ୍ୟବହାରରେ ଶାନ୍ତ ହୋଇ କାର୍ଯ୍ୟ କରି ନିଅନ୍ତୁ । ପାଦ ପୀଡା ସହ ଦୈନିକ କାର୍ଯ୍ୟରେ ବ୍ୟବଧାନ ଉତ୍ପନ୍ନ ହୋଇପାରେ । ଆୟକୁ ଚାହିଁ ବ୍ୟୟର ଅଟକଳ ନ କଲେ ଲୋକହସା ହେବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!