ଦୈନିକ ରାଶିଫଳ: 10 ଜୁଲାଇ 2022, ସୂର୍ଯ୍ୟଦେବଙ୍କ କୃପାରୁ ଏହି 4ଟି ରାଶିଙ୍କୁ ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ଜୁଲାଇମାସ ୧୦ତାରିଖ, ରବିବାର, ମିଥୁନମାସ୨୬ଦିନ, ଆଷାଢମାସ, ଶୁକ୍ଳପକ୍ଷ, ଏକାଦଶୀତିଥି ଦିବା୨ଟା ୧୪ମିନିଟ୍ ପରେ ଦ୍ଵାଦଶୀ ତିଥି, ବିଶାଖା ନକ୍ଷତ୍ର ସକାଳ ୯ଟା ୫୪ମିନିଟ୍ ପରେ ଅନୁରାଧା ନକ୍ଷତ୍ର, ବିଛା ରାଶିରେ ଚନ୍ଦ୍ର । ଶୁଭ ଯୋଗ । ବିଷ୍ଟି କରଣ ଦିବା ୨ଟା ୧୪ମିନିଟ୍ ପରେ ବବ କରଣ । ମେଷ ରାଶିର ଘାତବାର । ଶିମ୍ବ, ଆମିଷ ନ ଖାଇଲେ ଭଲ ଦିବା ୨ଟା ୧୪ମିନିଟ୍ ପରେ ପୋଇ, ମସୁରଡାଲି ନ ଖାଇଲେ ଭଲ । ଯୋଗିନୀ- ଆଗ୍ନେୟେ ଦିବା ୨ଟା ୧୪ମିନିଟ୍ ପରେ ନୈଋତେ ଯାତ୍ରା ନିଷେଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶ୍ରାଦ୍ଧତର୍ପଣ- ଏକାଦଶୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ଏବଂ ଦ୍ଵାଦଶୀର ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୧୦ଟା ୧୩ମିନିଟ୍ ରୁ ୧ଟା ୩୦ମିନିଟ୍, ରାତ୍ରି ୧ଟା ୧୩ମିନିଟ୍ ରୁ ୨ଟା ୩୫ମିନିଟ୍ । ଶୁଭସମୟ- ସକାଳ ୭ଟା ୪ମିନିଟ୍ ରୁ ୯ଟା ୩୯ମିନିଟ୍, ଦିବା ୧ଟା ୩୧ମିନିଟ୍ ରୁ ୨ଟା ୫୪ମିନିଟ୍, ଦିବା ୪ଟା ୪୧ମିନିଟ୍ ରୁ ୪ଟା ୪୬ମିନିଟ୍, ସନ୍ଧ୍ୟା ୬ଟା ୨୬ମିନିଟ୍ ରୁ ୭ଟା ୫୧ମିନିଟ୍, ରାତ୍ର ୧୦ଟା ୪୭ମିନିଟ୍ ରୁ ରାତ୍ର ୧୨ଟା ୫୬ମିନିଟ୍ । ପର୍ବଦିନ- ରଥ ଉପରେ ଶ୍ରୀଜୀଉଙ୍କ ସୁନା ବେଶ, ସର୍ବସମ୍ମତ ହରିଶୟନୀ ବଡ ଏକାଦଶୀ, ରବିନାରାୟଣ ବ୍ରତ ।

ମେଷ:-ବିପରୀତ ଲିଙ୍ଗୀଙ୍କ ସହଯୋଗ ଦ୍ଵାରା ଆଗକୁ ବଢିବେ । ପ୍ରତିଦ୍ୱନ୍ଦିତା ପରୀକ୍ଷାରେ ସଫଳତା ପାଇବେ । ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ । ରାଜନୀତି କ୍ଷେତ୍ରରେ ଉଚ୍ଚ ପ୍ରତିଷ୍ଠାର ଦ୍ଵାର ସାହାଣମେଲା ହେବ । କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ । ଯଦିଚ ସତର୍କ ରହି ଆର୍ଥିକ ଭାରସାମ୍ୟ ରକ୍ଷାକରୀ ପାରିବେ ତେବେ ଶାନ୍ତିର ନିଃଶ୍ଵାସ ମାରି ପାରିବେ । କର୍ମକ୍ଷେତ୍ରରେ ଅସନ୍ତୋଷ, ସହକର୍ମୀଙ୍କ ସହ ବିବାଦ ଦେଖା ଦେଇପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ । ସହକର୍ମୀ ମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ । ଶତୃମାନେ ପରାଜିତ ହେବେ । ଟଙ୍କାର ଆବଶ୍ୟକତା ପୂରଣ ହେବ । ବ୍ୟବସାୟୀକ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ମନ ଓ ଶରୀର ଭଲ ରହିବ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ବାଧ୍ୟ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମିଥୁନ:-ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ ଓ ମାନସିକ ଶାନ୍ତି ଅନୁଭବ କରିବେ । ବ୍ୟାପାର ଓ କାରବାରରେ ସୁଧାର ଆସି ପରିଶ୍ରମ କଲେ ଧନ ପ୍ରାପ୍ତି ହେବ । ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରିବେ । ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବା ଫଳରେ ପରାକ୍ରମ ବଢିବ ଓ ପରିଶ୍ରମ, ମେହନତର ପରିଣାମ ମିଳିବ । ନିର୍ମାଣ ମୂଳକ ଯୋଜନାରେ ଆଗେଇପାରିବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

କର୍କଟ:-ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ । ନୂତନ ବସ୍ତୁ କ୍ରୟ କରିପାରିବେ । ଆର୍ଥିକ ସ୍ଥିତିରେ ସୁଧାର ଆସିବ । ବୈଷୟିକ କ୍ଷେତ୍ରରେ ଅଯଥା ଧାଁଦୌଡ ଯୋଗୁ ଆଶାତୀତ ଧନ ଲାଭହେବ । ରାଜନୀତିରେ ସଫଳତା ମିଳିବା ସହ ଲୋକମାନେ ଆପଣଙ୍କ ବୁଦ୍ଧିକୁ ପ୍ରଶଂସା କରିବେ । ଜୀବନସାଥିଙ୍କ ସ୍ୱାସ୍ଥ୍ୟ ଭଲ ରହିବ । ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବା ଫଳରେ ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ସିଂହ:-ଭାଇଙ୍କ ସହିତ ଲାଗିଥିବା ବିବାଦର ସମାଧାନ ହୋଇ ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ । ଲୋକମାନେ ଆପଣଙ୍କ ବୁଦ୍ଧିକୁ ପ୍ରଶଂସା କରିବେ । ବ୍ୟବସାୟରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ । ରାଜନୀତିରେ ସ୍ଵାର୍ଥରକ୍ଷା କରି କଠିନ ପରିଶ୍ରମ କରିବାକୁ ପଡିବ । ପିଲାମାନଙ୍କ କାର୍ଯ୍ୟରେ ବ୍ୟଥିତ ହେବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କନ୍ୟା:-ବାଣିଜ୍ୟ, ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ଆର୍ଥିକ ସଙ୍କଟ ଦୂରେଇଯିବ । ଧାର କରଜ ସୁଝିବା ପାଇଁ ସୁଯୋଗ ପାଇବେ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ରାଜନୀତି କ୍ଷେତ୍ରରେ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତି ଜାଗ୍ରତହେବ । କର୍ମକ୍ଷେତ୍ରରେ ମାନସମ୍ମାନ ବୃଦ୍ଧିହେବ । ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ । ଛାତ୍ର ଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ । ପ୍ରତିକାର- ସବୁଜ ରଙ୍ଗର ବସ୍ତ୍ର ପରିଧାନ କରନ୍ତୁ । ନତୁବା ସବୁଜ ରୁମାଲ ଟିଏ ପାଖରେ ରଖନ୍ତୁ ।

ତୁଳା:-ବୁଦ୍ଧିମତା କାରଣରୁ ଅଚାନକ ଅର୍ଥ ଲାଭହେବା ସହ ସମୟ ମଧ୍ୟ ଆନନ୍ଦମୟ ହେବ । ହୋଟେଲ୍, ତେଲବ୍ୟବସାୟୀ, କଳାକାର, ରେଡିମେଡ୍ ବସ୍ତ୍ରବ୍ୟବସାୟୀ, ମଡେଲିଙ୍ଗ ଓ ପନିପରିବା ବ୍ୟବସାୟୀ ଅତ୍ୟଧିକ ଲାଭାନ୍ଵିତ ହେବେ । ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ ଅତୁଟ ରହିବ । ପ୍ରତିକାର- ମିଶ୍ରିଟିକେ ଖାଇ ଘରୁ ବାହାରନ୍ତୁ ।

ବିଚ୍ଛା:-ବ୍ୟବସାୟରେ ସଫଳତା ଅର୍ଜନ କରିବା ସହ ଶୁଭ ସମାଚାର ଶୁଣି ମାନସିକ ଦୁଃଶ୍ଚିନ୍ତା ଦୂର ହେବ । ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହୋଇ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ପାରିବାରିକ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ରାଜନୀତି କ୍ଷେତ୍ରରେ ସାମାଜିକ କଲ୍ୟାଣ କାର୍ଯ୍ୟ ଓ ଜୀବନସ୍ତର ପରିବର୍ତ୍ତନର ଉଦ୍ୟମ କରିବେ । ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।

ଧନୁ:-ପ୍ରତିଯୋଗିତା ପରୀକ୍ଷାରେ କୃତକାର୍ଯ୍ୟ ହୋଇ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ବ୍ୟବସାୟ ପ୍ରସାର ପ୍ରଚାର ଫଳରେ ବହୁତ ବଡ଼ ମୁନାଫା ଉଠେଇ ପାରିବେ । କେତେକକ୍ଷେତ୍ରରେ ଉଚ୍ଚାକାଂକ୍ଷା ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡ଼ିବ । ଛାତ୍ର ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ । ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ ଯାହାଫଳରେ ପରସ୍ପରକୁ ସାହାଯ୍ୟ ସହଯୋଗକରି ଗଠନମୂଳକ ଦିଗପ୍ରତି ଆଗ୍ରହି ହେବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ମକର:-ଶତୃମାନଙ୍କୁ ମିତ୍ର କରିବା ପାଇଁ ପ୍ରୟାସରତ ରହିବେ । ଆର୍ଥିକ ମାମଲାରେ ସ୍ଥାୟିତ୍ଵ ଆସିବ । ଧୈର୍ଯ୍ୟ ଓ ସାହସ ଦ୍ଵାରା ସମସ୍ତ କାର୍ଯ୍ୟରେ ସଫଳତା ମିଳିବ । ଅଧା-ଅଧୁରାଥିବା କାର୍ଯ୍ୟ ପୂରଣ ହେବ । ଶାରୀରିକ ସୁସ୍ଥତା ଅନୁଭବ କରିବେ । କୌଣସି ସାର୍ବଜନୀନ ଉତ୍ସବରେ ଯୋଗଦାନ କରିବେ । ପ୍ରତିଯୋଗୀତା, ପରୀକ୍ଷା ଓ ପ୍ରତିସ୍ପର୍ଦ୍ଧାରେ ସଫଳତା ମିଳିବ । ବ୍ୟବସାୟ କ୍ଷେତ୍ରରେ ନୂଆ ପରିବର୍ତ୍ତନ ହେବାର ସମ୍ଭାବନା ଅଛି । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ ।

କୁମ୍ଭ:-ସରକାରୀ କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ । ବ୍ୟବସାୟ ଶୁଭାରମ୍ଭ କରିବାର ସୁଯୋଗ ପାଇବେ । ବ୍ୟବସାୟରେ ସଫଳତା, ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ । ନୂତନ କର୍ମ ସଂସ୍ଥାନରେ ନିଯୁକ୍ତି ପାଇବାର ଯୋଗ ରହିଛି । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ପାରିବାରିକ ଜୀବନରେ ଶାନ୍ତି, ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ । ପ୍ରତିକାର- ନୀଳ ରଙ୍ଗର ବସ୍ତ୍ର ପରିଧାନ କରନ୍ତୁ । ନତୁବା ନୀଳ ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

ମୀନ:-ସହଜ ସରଳରେ କର୍ମ ନିଯୁକ୍ତି ପାଇବେ । ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ । ନୂତନ ଯୋଜନାରେ ସଫଳତା ମିଳିବ । ଗୃହସ୍ଥ ଜୀବନ ସୁଖମୟ ହେବ । ବ୍ୟବସାୟବୃଦ୍ଧି ହେବା ଫଳରେ ଆର୍ଥିକ କ୍ଷେତ୍ରରେ ସଫଳତା ମିଳିବ । ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବାର ସୂଚନା ପାଇ ପାରନ୍ତି । ଦୂର ସ୍ଥାନକୁ ଯାତ୍ରା କରି ପରୋପକାର ବା ଲୋକକଲ୍ୟାଣ କାମରେ ବ୍ୟସ୍ତ ରହିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!