ଦୈନିକ ରାଶିଫଳ: ୧୦ ଜୁନ୍ ୨୦୨୦, ଶ୍ରୀ ଗଣେଶଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କର୍ମରେ ପ୍ରବଳ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଜୁନ୍ ମାସ ୧୦ ତାରିଖ, ବୁଧବାର, ବୃଷ ମାସ ୨୮ ଦିନ, ଆଷାଢମାସ, କୃଷ୍ଣପକ୍ଷ, ପଞ୍ଚମୀ ତିଥି, ଶ୍ରବଣା ନକ୍ଷତ୍ର, ମକର ରାଶିରେ ଚନ୍ଦ୍ର। କର୍କଟ ରାଶିର ଘାତବାର। ସିଂହ ରାଶିର ଘାତଚନ୍ଦ୍ର। ବେଲ, ପଣସ ନ ଖାଇଲେ ଭଲ। ଶୁଭସମୟ ସକାଳ ୭ଟା ୫୦ମିନିଟ୍ ରୁ ୮ଟା ୨୭ମିନିଟ୍, ଦିବା ୧୦ଟା ୮ମିନିଟ୍ ରୁ ୧୧ଟା ୧୮ମିନିଟ୍, ଦିବା ୧ଟା ୫୮ମିନିଟ୍ ରୁ ୫ଟା ୨୭ମିନିଟ୍, ସନ୍ଧ୍ୟା ୬ଟା ୨୨ମିନିଟ୍ ରୁ ୯ଟା ୫୭ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ପରିବହନ ବ୍ୟବସାୟିକସ୍ଥିତି ସୁଦୃଢ ହେବ। ପରିବାରର ସାହାଯ୍ୟରେ ଉପକୃତ ହେବେ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ ଓ ପରିସ୍ଥିତିରେ ଉନ୍ନତି ଘଟିବ।ସନ୍ତାନ ମାନଙ୍କର ଉନ୍ନତ୍ତି ଓ ଅଗ୍ରଗତି ଘଟିବା ସହ ବିଦ୍ୟା କ୍ଷେତ୍ରରେ ମଧ୍ୟ ସଫଳ ହେବେ। ଆୟ ଉତ୍ତମ ହେବ ଆର୍ଥିକ ସ୍ଥିତି ସ୍ଵଛଳ ରହିବ ଓ କେତେକ ମୁଲ୍ୟବାନ ଆସବାବ ପତ୍ର କ୍ରୟ କରି ପାରନ୍ତି। ନିଜ ଲୋକଙ୍କ ତରଫରୁ ଆଶ୍ଵାସନା ବା ସହାନୁଭୂତି ପାଇବେ। ପରୋକ୍ଷ ଶତୃଙ୍କୁ ପ୍ରତିହତ କରି ବ୍ୟବସାୟରେ ଉଚିତ୍ ଲାଭ ପ୍ରାପ୍ତି ହେବ। ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବା ସହ କର୍ମକ୍ଷେତ୍ରରେ ସୁଯୋଗ ହାତଛଡା ହେବାର ନାହିଁ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବୃଷ:-

ବ୍ୟବସାୟୀମାନଙ୍କର ବହୁତ ଦିନର ବାକିପଡିଥିବା ଅର୍ଥ ପାଇବା ଯୋଗେ ଆୟର ମାର୍ଗ ପ୍ରଶସ୍ତ ହେବ। କର୍ମ କ୍ଷେତ୍ରରେ ଉନ୍ନତି ଏବଂ ନୂତନ ଆୟର ପନ୍ଥା ପ୍ରାପ୍ତି ହେବ। ରାଜନୀତିରେ ପରିଶ୍ରମଦ୍ୱାରା କାର୍ଯ୍ୟ ସଫଳ ହେବ ଓ ବନ୍ଧୁମିତ୍ର, ଭାଇ ଭଳି ବ୍ୟକ୍ତିମାନେ ସହଯୋଗ କରିବେ। ବିଦ୍ୟାରେ ଉନ୍ନତି ହେବ। ପରିବାରରେ ଆନନ୍ଦ ଲହରୀ ଖେଳିଯିବ। ବାଦବିବାଦ ମାଲିମୋକଦ୍ଦମା ପ୍ରତିଯୋଗିତାରେ ସଫଳ ହେବେ। ଅନେକ ସମସ୍ୟା ସମାଧାନ କରି ଶାନ୍ତି ପାଇବେ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ସାବଧାନତା ଅବଲମ୍ବନ ନ କଲେ ମାନ ହାନି ହେବ। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

ମିଥୁନ:-

ବ୍ୟବସାୟରେ ଭାଗିଦାରୀଙ୍କ ପାଇଁ କ୍ଷତିରୁ ବଞ୍ଚିଯିବେ। ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ। ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ। ରାଜନୈତିକ କ୍ଷେତ୍ରରେ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ। ଦାମ୍ପତ୍ୟଜୀବନ ସୁଖମୟ ହେବ। କେତେକ କାର୍ଯ୍ୟରେ ପରିଶ୍ରମ ଦ୍ୱାରା ଲାଭ ପାଇବେ। ମନୋରଞ୍ଜନ କରିବା ପାଇଁ ସମୟ ମିଳିବ। ସ୍ୱାସ୍ଥ୍ୟ ଦିଗରୁ ବିଶେଷ ସତର୍କ ରହିବା ଉଚିତ୍। ଖର୍ଚ୍ଚ ବଢ଼ିବାଯୋଗେ ପରିବାରରେ ଅସନ୍ତୋଷ ଦେଖାଦେବ। ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟ ନ ହରାଇ କାର୍ଯ୍ୟ କଲେ ଶାନ୍ତି ପାଇବେ। ଭୁଲବୁଝାମଣା ସୃଷ୍ଟି ନହେଲା ଭଳି କାମ କଲେ ଭଲ ହେବ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

କର୍କଟ:-

ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବ। ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳିବ। ପରୋପକାର ଏବଂ ସମାଜସେବା କାର୍ଯ୍ୟରେ ରୁଚି ବୃଦ୍ଧିହେବ। ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ। ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ଫଳରେ ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ଯାନବାହାନ ଓ ସଂପତ୍ତି କ୍ରୟବିକ୍ରୟ ଦ୍ୱାରା ପ୍ରଚୁର ଲାଭ ପାଇବେ। ମହତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଯିବ। ନୂଆ ନିଯୁକ୍ତିର ସମ୍ଭାବନା ଅଛି। ଗୃହ ସମସ୍ୟା ଦୂର ହୋଇ ଦାମ୍ପତ୍ୟ ଜୀବନରେ ସୁଖବୃଦ୍ଧି ହେବ। ବିଦ୍ୟାରେ ଉନ୍ନତି ହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ନିର୍ମାଣକ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ। ଆର୍ଥିକସ୍ଥିତି ସୁଧୁରି ଯିବ। କର୍ମକ୍ଷେତ୍ରରେ ସାମୟିକ ଚିନ୍ତା ଦୂରହେବା ସହ ବନ୍ଧୁଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ। ପାରିବାରିକ କ୍ଷେତ୍ରରେ ସ୍ୱଜନ ଓ ମିତ୍ରଙ୍କ ଠାରୁ ପୂର୍ଣ୍ଣ ସହଯୋଗ ପାଇ ଗୃହ ସମସ୍ୟା ଦୂର କରିବା ଫଳରେ ପ୍ରଶଂସିତ ହେବେ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ପରିବହନକ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ ଓ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଅଚାନକ ଧନପ୍ରାପ୍ତି ହେବ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ସମାଜ ସେବାରେ ସ୍ଵନାମ ଅର୍ଜନ କରିପାରିବେ। କର୍ମ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ। ପିଲାଙ୍କସହ ଖୁସିଗପ କରିବାର ମଉକା ଯୁଟିବ। ଅନ୍ୟକୁ ନିଜ ସହ ତୁଳନା କରି ମାନସିକ ଶାନ୍ତି ଅନୁଭବ କରିବେ। ସନ୍ତାନ ସମ୍ବନ୍ଧୀୟ ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ। ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ। ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ। କ୍ରୋଧିତ ହେଲେ ତିଆରି କରିଥିବା କାର୍ଯ୍ୟରେ ସଫଳ ହେବ ନାହିଁ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।

ତୁଳା:-

ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ଶତୃନାଶ, ଋଣନାଶ ଓ ପୁରାତନ ରୋଗପୀଡ଼ାର ଉପଶମ ହେବ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ନୂତନ ବନ୍ଧୁଙ୍କ ଯୋଗେ ପଟ୍ଟ ପରିବର୍ତ୍ତନ ଘଟି ଅଶାନ୍ତି ଓ ବିଶୃଙ୍ଖଳାରୁ ମୁକ୍ତ ହେବେ। ସବୁପରେ ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ ଓ ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ। ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ। ରାଜନୀତିରେ ଅଧିକ ଭାଗ୍ୟବାଦି ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ଗୃହୋପକରଣ କ୍ରୟ କରିବା ପାଇଁ ମନ ବଲେଇବେ ଓ ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ପ୍ରତିକାରମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ବିଚ୍ଛା:-

କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ଅସହାୟ ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ବିତିଯାଇଥିବା ମାମଲାରେ ସଫଳତା ମିଳିବ। ପାରିବାରିକ କ୍ଷେତ୍ରରେ ସମ୍ବନ୍ଧରେ ପ୍ରଗାଢତା ଆସିବ ଓ ଆଶାତୀତ ଲାଭ ଉଠେଇବେ। ରାଜନୀତିରେ ପ୍ରସଂଶା ଓ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ବିଦ୍ୟାର୍ଥୀଙ୍କର ବିଦ୍ୟାରେଉନ୍ନତି ହେବାରୁ ମନ ଖୁସି ରହିବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। କଳା, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ। ଅଧିକାରୀଙ୍କଠାରୁ ସହଯୋଗ ମିଳିବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ବାଦବିବାଦ, ମାଲିମୋକଦ୍ଦମାରେ ଉଚ୍ଚ ପ୍ରଶଂସିତ ହେବେ। ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଧନସମ୍ପଦ, ବସ୍ତ୍ରଆଭୂଷଣ ଆଦି ଲାଭହେବ। ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ସମାଧାନ ହେବ। ବ୍ୟବସାୟରେ କଠିନ ପରିଶ୍ରମ କରିବାକୁ ପଡିବ। ରାଜନୈତିକ କ୍ଷେତ୍ରରେ ଯଶ, ମାନ ପ୍ରତିଷ୍ଠାବୃଦ୍ଧି ହେବ। ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ସୁଖ ଶାନ୍ତି, ଯଶ ଲାଭ, ନୂତନ ବାହନଆଦି ପ୍ରାପ୍ତି ଯୋଗ ଅଛି। ସରକାରୀ କର୍ମକ୍ଷେତ୍ରରେ ଉନ୍ନତିର ସୁଯୋଗ ପାଇବେ। ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ପ୍ରତିକାର କୁକୁରକୁ ଖାଇବାକୁ ଦିଅନ୍ତୁ।

ମକର:-

ସମୟକୁ ହାତ ଛଡ଼ା ନ କରିବା ଉଚିତ୍। ଫୋନ, ମୋବାଇଲ୍, ଇଣ୍ଟରନେଟ୍ ରେ ପୁରୁଣା ମିତ୍ରଙ୍କ ଦ୍ଵାରା ସୁସମ୍ବାଦ ପ୍ରାପ୍ତି ହେବ। ଘର ପରିବାରରେ କୌଣସି ଖୁସି ପ୍ରସଙ୍ଗ ଆସିବ। ମନ ଲଗାଇ କାର୍ଯ୍ୟ କରିବା ଫଳରେ ଧନ ପ୍ରାପ୍ତି ହେବ। ଚାକିରୀରେ ପ୍ରମୋଶନ ମିଳିବାର ସମ୍ଭାବନା ଅଛି। ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ନିଶ୍ଚିତ ଭାବେ ପାଇବେ। କାରବାରରେ ସ୍ଥିତି ଠିକ୍ ରହିବ। ବିଦ୍ୟାର୍ଥୀଙ୍କ ମାନସିକସ୍ଥିତି ଭଲ ରହିବ। ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ଅବସାନ ଘଟିବ। ଆର୍ଥିକ ଦିଗରୁ ଉନ୍ନତି ଅନୁଭବ କରି ନୂତନ ପଦାର୍ଥ କ୍ରୟ କରିପାରନ୍ତି। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

କୁମ୍ଭ:-

ସମ୍ପର୍କୀୟଙ୍କ ଶୁଭ ସୂଚନା ଶୁଣି ଖୁସି ହେବେ। ପୁରାତନ ରୋଗର ପ୍ରକୋପ ଉପଶମ ହେବ। ବ୍ୟବସାୟ ବାଣିଜ୍ୟ ମାମଲାରେ ଭଲଲାଭ ହେବ। ଶତୃମାନେ କ୍ଷତି କରିବାକୁ ଚେଷ୍ଟା କରି ଅପଦସ୍ତ ହେବେ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ସନ୍ତାନମାନଙ୍କର ଉନ୍ନତି, ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ। ବ୍ୟବସାୟରେ ଭାଗିଦାରୀମାନଙ୍କଠାରୁ ସାହାଯ୍ୟ ପାଇବେ। ପରିବାରରେ ଖୁସିର ବାତାବରଣ ସୃଷ୍ଟି ହେବ। ବନ୍ଧୁଙ୍କଠାରୁ ସାହାଯ୍ୟ ପାଇ ଉଚ୍ଚ ପ୍ରଶଂସିତ ହେବେ। ପ୍ରତ୍ୟେକ କ୍ଷେତ୍ରରେ ବିଶ୍ୱାସର ସହ କାମ କରିବେ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-

ସ୍ୱାସ୍ଥ୍ୟରେ ଉନ୍ନତି ହେବା ସହ ଅଚାନକ ଧନପ୍ରାପ୍ତିହେବ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ଆଶ୍ୱସ୍ତି ସୂଚକ କଥା ଶୁଣି ମନ ଖୁସି ରହିବ। ବ୍ୟବସାୟ,ବାଣିଜ୍ୟରେ କୃଷିଦ୍ରବ୍ୟ ବାଣିଜ୍ୟରେ ଅଧିକ ଲାଭପାଇବା ସହ ଅଟକିଥିବା ଧନ ପ୍ରାପ୍ତି ହେବ। ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ। ସମ୍ପର୍କୀୟମାନଙ୍କ ଦ୍ୱାରା ବିଶେଷ ସୁବିଧା ପାଇବେ। ପାରିବାରିକ ଶୃଙ୍ଖଳା ରକ୍ଷା କରିବା ସହ ଆର୍ଥିକସ୍ଥିତି ପ୍ରାୟତଃ ଭଲ ରହିବ। ରାଜନୀତି କ୍ଷେତ୍ରରେ ଯଶମାନ ବୃଦ୍ଧିହେବ। ବନ୍ଧୁଙ୍କ ସାହାଯ୍ୟ ସହଯୋଗ ପାଇ ଯାନ ବାହନ ସୁଖ ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!