ଆଜି କେମିତି ରହିବ ଆପଣଙ୍କ ଦିନ : ୧୦ ଜୁନ୍ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୧୦ ଜୁନ୍ ୨୦୧୮

ମେଷ:-

ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇବେ। ସୁନା, ରୂପା, କଂସା, ପିତ୍ତଳ, ତେଜରାତି, ଷ୍ଟେନସାରୀ, ଔଷଧ ବ୍ୟବସାୟୀ ମାନଙ୍କୁ ଉତ୍ତମ ଲାଭ ପ୍ରାପ୍ତି ହେବ। କୌଣସି ଦୂର ସ୍ଥାନକୁ ଯାତ୍ରା କରିବେ। ସରକାରୀ କର୍ମଚାରୀମାନଙ୍କର ଉନ୍ନତିହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ। ପ୍ରତିକାର :  ଅସହାୟ ଓ ବିଧବାଙ୍କର ସେବାକରି ଆଶୀର୍ବାଦ ଭିକ୍ଷା କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଚାକିରି କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସାହାଯ୍ୟ ସହଯୋଗ ପାଇବେ। ସ୍ୱାସ୍ଥ୍ୟରେ ପରିବର୍ତ୍ତନ ଦେଖାଦେବ। ପିଲାମାନଙ୍କ ପାଇଁ ବ୍ୟସ୍ତ ବିବ୍ରତ ହେବେ। ବ୍ୟବସାୟିକ ପ୍ରତିଦ୍ୱନ୍ଦ୍ୱିତାରେ ସଫଳ ହେବେ। ଶତ୍ରୁମାନଙ୍କ ଉପରେ ନଜର ନରଖିଲେ କ୍ଷତିରେ ପଡିବେ। କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ପୁରାତନ ରୋଗରୁ ମୁକ୍ତି ମିଳିବ। ପ୍ରତିକାର :- ଅଶ୍ୱସ୍ଥ ବୃକ୍ଷ ମୂଳରେ କ୍ଷୀର ଗୁଡ଼ ପଣାକରି ଢ଼ାଳନ୍ତୁ  ।

<< ଓଡିଆ କ୍ୟାଲେଣ୍ଡର ୨୦୧୮ >>> | <<< Janma Patrika>>>

ମିଥୁନ:-

ବ୍ୟବସାୟରେ  ପ୍ରଚୁର ଲାଭ ହେବ। ସରକାରୀ କର୍ମଚାରୀଙ୍କ ପାଇଁ ବହୁତ ଭଲ ଓ ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବେ। ଦୂରଯାତ୍ରାର ସୁଯୋଗ ପାଇବେ। ଆତ୍ମବିଶ୍ୱାସ ବୃଦ୍ଧି ପାଇବ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ମାନସିକ ଦୁଃଶ୍ଚିନ୍ତା ଦୂର ହେବ। ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ। ପ୍ରତିକାର:- ଗାଈକୁ ଖାଇବାକୁ ଦିଅନ୍ତୁ।

କର୍କଟ:-

ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧିହେବ। ନୂତନ ନିଯୁକ୍ତିର ସୁଯୋଗ ପାଇବେ। ତେଜରାତି, ଲୌହ ଜାତୀୟ ଦ୍ରବ୍ୟ କାଷ୍ଠ ଉପକରଣ ଇତ୍ୟାଦି ବ୍ୟବସାୟୀମାନେ ଲାଭବାନ ହେବେ। ପାରିବାରିକ ଜୀବନ ସୁଖମୟ ହେବ। ଛାତ୍ର-ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତକାରରେ ବିଜୟୀହେବେ। ପ୍ରତିକାର :- ପଙ୍ଗୁ ଭିକାରୀଙ୍କୁ ଖାଇବାକୁ ଦିଅନ୍ତୁ ।

ସିଂହ:-

ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ। ସରକାରୀ କର୍ମଚାରୀମାନଙ୍କର କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ। ମାନସିକ ଅଶାନ୍ତି ଦୂର ହେବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି, ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ପରୀକ୍ଷା ପ୍ରତିଯୋଗିତା, ଓ ସାକ୍ଷାତ୍କାରରେ ବିଜୟୀହେବେ। ପ୍ରତିକାର:-ଅସହାୟ ଓ ବିଧବାଙ୍କର ସେବାକରି ଆଶୀର୍ବାଦ ଭିକ୍ଷା କରନ୍ତୁ। 

କନ୍ୟା:-

ବ୍ୟବସାୟରେ ଉଧାର ଦେଲେ ଫେରି ପାଇବା କଷ୍ଟ। ଅନାବଶ୍ୟକ ଧାଁଦୌଡ଼ କରିବାକୁ ପଡିବ। ବରିଷ୍ଠବ୍ୟକ୍ତି, ପଦାଧିକାରୀଙ୍କ ରୋଷରପାତ୍ର ହେବେ। ଶତୃବୃଦ୍ଧି, ସରକାରୀ କର୍ମଚାରୀଙ୍କର କର୍ମ କ୍ଷେତ୍ରରେ ବାଧା ଆସିବ। କର୍ମ ନିଯୁକ୍ତି ପାଇଁ ଚେଷ୍ଟା କରିବେ। କଥା ବାର୍ତ୍ତାରେ ନିୟନ୍ତ୍ରଣ ନ ରହିଲେ ବିପଦର ସମ୍ମୁଖୀନ ହେବେ। ପ୍ରତିକାର :- ଗୋଟାମୁଗ ମନ୍ଦିରରେ ଦାନ କରନ୍ତୁ।

ତୁଳା:-

ସୁନା, ରୂପା, ଅଳଙ୍କାର ଇତ୍ୟାଦି ବ୍ୟବସାୟରେ ଉନ୍ନତି ହେବ। କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ସୁଖ ସମୃଦ୍ଧି ବୃଦ୍ଧି  ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର :-  ଜନ୍ଦା ପିମ୍ପୁଡ଼ି ଙ୍କ ପାଇଁ ଗୁଡ଼ ରଖନ୍ତୁ। 

ବିଚ୍ଛା:-

କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଶାରିରୀକ ଅସୁସ୍ଥତା ଦୂରହେବ। ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବ। ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନରେ ବୃଦ୍ଧି ହେବ। ପରୀକ୍ଷା ପ୍ରତିଯୋଗିତା, ଓ ସାକ୍ଷାତ୍କାରରେ ବିଜୟୀହେବେ। ବ୍ୟବସାୟରେ ଉନ୍ନତି ହେବା ସହ ଲାଭବାନ ହେବେ। ହରାଇଥିବା ଧନ ପ୍ରାପ୍ତି ହେବ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ।  ପ୍ରତିକାର: ଭିକାରୀଙ୍କୁ ଅନ୍ନ ବସ୍ତ୍ର ଦାନ କରନ୍ତୁ  ।

ଧନୁ:-

ବ୍ୟବସାୟରେ ସ୍ୱଳ୍ପ ଲାଭସହ ବ୍ୟୟ ଅଧିକ ହେବ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ଅଶାନ୍ତି ଭୋଗିବେ। ଶାରିରୀକ ଅସୁସ୍ଥତା ଦେଖା ଦେବ। ଦାମ୍ପତ୍ୟ ସୁଖରେ ବାଧା, ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନରେ ଦାଗ ଆସିବ। ପରୀକ୍ଷା ପ୍ରତିଯୋଗିତା, ଓ ସାକ୍ଷାତ୍କାରରେ ଅଶାନ୍ତିହେବେ। ପ୍ରତିକାର : ଗାଈକୁ ରୁଟି ଓ ଗୁଡ଼ ଖାଇବାକୁ ଦିଅନ୍ତୁ 

ମକର :

ସାସାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ବ୍ୟବସାୟରେ  ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ। ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ। କର୍ମଜୀବିମାନେ  ସହକର୍ମୀମାନଙ୍କଠାରୁ ସାହାଯ୍ୟ ଓ  ସହଯୋଗ ପାଇବେ। କର୍ମ ନିଯୁକ୍ତି ପାଇଁ ଚେଷ୍ଟା କଲେ ଭବିଷ୍ୟତରେ କର୍ମପ୍ରାପ୍ତି ହେବ। ପରୀକ୍ଷା ପ୍ରତିଯୋଗିତା, ଓ ସାକ୍ଷାତ୍କାରରେ ବିଜୟୀହେବେ। ପ୍ରତିକାର- ଭିକାରୀକୁ ନିରାଶ କରିବେ ନାହିଁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy

Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988

କୁମ୍ଭ :-

ବ୍ୟବସାୟରେ ଉନ୍ନତି ହେବାସହ ଆର୍ଥିକ ସ୍ଥିତିରେ ବୃଦ୍ଧି ଘଟିବ । ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ସମ୍ମାନ ଲାଭ କରିବେ। ନୂତନ କର୍ମ ନିଯୁକ୍ତିରେ ସଫଳତା ଲାଭ କରିବେ। ପାରିବାରିକ କ୍ଷେତ୍ରରେ ସୁଖ ଓ ଶାନ୍ତି ମିଳିବ। ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବ।  ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନରେ ବୃଦ୍ଧି ହେବ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ।  ପ୍ରତିକାର :  କେଶର, ହଳଦୀ ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ମୀନ:-

ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବାସହ ବ୍ୟୟ ଅଧିକ ହେବ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖାଦେବ। ବ୍ୟବସାୟରେ ବନ୍ଧୁମାନେ ବିଶ୍ୱାସ ଘାତକତା କରିବେ। ଆର୍ଥିକ କ୍ଷେତ୍ରରେ ଅବନତି ଦେଖାଦେବ। ପିତା-ମାତାଙ୍କର ଶରୀର ଅସୁସ୍ଥ ରହିବ। ପରୀକ୍ଷା ପ୍ରତିଯୋଗିତା, ଓ ସାକ୍ଷାତ୍କାରରେ ସଫଳ ହେବେ। ଦାମ୍ପତ୍ୟ ସୁଖରେ ବାଧା ଓ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନରେ ବାଧା ଉପୁଜିବ। ପ୍ରତିକାର- ଗ୍ରାମ୍ୟ ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।   


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!