ଦୈନିକ ରାଶିଫଳ: 10 ଜୁନ 2021, ମା ଲକ୍ଷ୍ମୀଙ୍କ କୃପାରୁ ଆଜି ଏହି ରାଶି ବ୍ୟକ୍ତିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଜୁନ ମାସ ୧୦ ତାରିଖ, ଗୁରୁବାର, ବୃଷ ମାସ ୨୭ ଦିନ, ଜ୍ୟେଷ୍ଠ ମାସ, କୃଷ୍ଣପକ୍ଷ, ଅମାବାସ୍ୟା ତିଥି, ରୋହିଣୀ ନକ୍ଷତ୍ର, ଦିବା ୧୧ଟା ୪୪ମିନିଟ୍ ଗତେ ମୃଗଶିରା ନକ୍ଷତ୍ର, ବୃଷ ରାଶିରେ ଚନ୍ଦ୍ର । ତୁଳା, କୁମ୍ଭ ରାଶିର ଘାତବାର । ବିଛା ରାଶିର ଘାତଚନ୍ଦ୍ର । ଆମିଷ, ତୈଳ ନ ଖାଇଲେ ଭଲ, ଦିବା ୪ଟା ୨୨ମିନିଟ୍ ପରେ ପାଣିକଖାରୁ ନ ଖାଇଲେ ଭଲ । ଶୁଭସମୟ- ପ୍ରାତଃ ୫ଟା ୧୧ମିନିଟ୍ ରୁ ୬ଟା ୨ମିନିଟ୍, ଦିବା ୯ଟା ୩୫ମିନିଟ୍ ରୁ ୧୧ଟା ୧୮ମିନିଟ୍, ସନ୍ଧ୍ୟା ୭ଟା ୫ମିନିଟ୍ ରୁ ରାତ୍ର ୯ଟା ୧୩ମିନିଟ୍ । ପର୍ବଦିନ-ବଟ ସାବିତ୍ରୀ ବ୍ରତ, ସାବିତ୍ରୀ ଅମାବାସ୍ୟା ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ଶିକ୍ଷାର୍ଥୀମାନେ କଠିନ ପରିଶ୍ରମ କଲେ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇବେ । ସାମାଜିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ ଏବଂ ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ । ପ୍ରତ୍ୟେକ କାର୍ଯ୍ୟ ସାବଧାନତା ପୂର୍ବକ କରିବା ଫଳରେ କାର୍ଯ୍ୟରେ ସଫଳ ହୋଇ ପାରନ୍ତି । ସୁଯୋଗ ହାତପାହାନ୍ତାରେ ଥିଲେ ମଧ୍ୟ ଶେଷ ସମୟରେ ହରାଇ ମନ ବ୍ୟସ୍ତ ହେବ । ସତର୍କତା ଅବଲମ୍ବନ ନକଲେ ଆର୍ଥିକ କ୍ଷେତ୍ରରେ ଅବନତି ଦେଖାଦେଇ ପାରେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ବୃଷ:-

ସତକଥା କହି ନିଜ ପରିସରରେ ପ୍ରଶଂସିତ ହୋଇ ପାରନ୍ତି । ସାମାଜିକ କ୍ଷେତ୍ରରେ ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । କର୍ମକ୍ଷେତ୍ରରେ ଉପରିସ୍ଥ କର୍ମଚାରୀ, ଗୁରୁ ଓ ଗୁରୁଜନ ମାନଙ୍କର ସହଯୋଗ ପାଇବେ । କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ । ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷା ଲାଭ ପାଇଁ ପ୍ରସ୍ତୁତ ହେବେ । ରାଜନୀତି ରେ ସ୍ଵାର୍ଥରକ୍ଷା କରି କଠିନ ପରିଶ୍ରମ କରିବାକୁ ପଡିବ । ନିଜ ଲୋକମାନେ ହିଁ କାମରେ ଆସିବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ମିଥୁନ:-

ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଗଲେ ମଧ୍ୟ ତାହା କୌଶଳ କ୍ରମେ ସମାଧାନ କରି ପ୍ରଶଂସିତ ହେବେ । ଦୃଢ଼ ଆତ୍ମବିଶ୍ୱାସ ଦ୍ୱାରା ସମସ୍ତ ବାଧା ବିଘ୍ନକୁ ଅତିକ୍ରମ କରି ଆଗକୁ ବଢ଼ିବାର ଯୋଜନାରେ ସଫଳ ହେବେ । ବ୍ୟବସାୟରେ କେତେକ କ୍ଷେତ୍ରରେ ଉନ୍ନତିକର ହେବ । ଉଚ୍ଚ ଶିକ୍ଷା ଅଧ୍ୟୟନ ପାଇଁ ଚେଷ୍ଟା ଜାରି ରଖିବେ । କର୍ମକ୍ଷେତ୍ରରେ ପ୍ରଚୁର ଖଟଣି ଖଟି ନିଜର ଭାବ ମୂର୍ତ୍ତିକୁ ବଜାୟ ରଖିବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

କର୍କଟ:-

ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ । କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି । ସାମ୍ବାଦିକ ମାନେ ପ୍ରଶଂସିତ ହେବେ । ଧନର ଆଗମନ ହୋଇପାରେ । ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଲେ ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । ଶତୃମାନଙ୍କ ସହ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ରାଜନୀତି ମାମଲାରେ ସଫଳତା ମିଳିବ । ପ୍ରତିକାର- ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ସିଂହ:-

ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ । ସହାବସ୍ଥାନର ନିରାପଦ ବଳୟ ଭିତରେ ଆପଣା ଲୋକଙ୍କ ସାହାଯ୍ୟ ପାଇ ପାରିବାରିକ ଜୀବନ ସୁଧାରୀ ନେବେ । ନିଜର କ୍ଷମତା ଓ ଯୋଗ୍ୟତାକୁ ବହୁତ ଉପଯୋଗ କରିବେ । ବ୍ୟବସାୟରେ ବନ୍ଧୁ ମିତ୍ରଙ୍କ ସାହାଯ୍ୟରେ ବାକି ପଡ଼ିଥିବା ଅର୍ଥ ପ୍ରାପ୍ତି ହେବ । ପୁରାତନ ରୋଗର ପ୍ରକୋପ ହ୍ରାସ ହେବା ଫଳରେ ମନଶାନ୍ତ ରହିବ । ଶତ୍ରୁମାନେ ମଥାନତ କରିବେ । କର୍ମକ୍ଷେତ୍ରରେ ନିଜର ପ୍ରତିପତ୍ତି ବିସ୍ତାର କରି ପାରିବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

କନ୍ୟା:-

କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ । ପଢିବା, ପଢେଇବା ମାମଲାରେ ଆଗକୁ ଗତି କରିବେ । ଅନେକ ଗୁଡ଼ିଏ କାର୍ଯ୍ୟବ୍ୟସ୍ତତା ଭିତରେ ରହିଲେ ମଧ୍ୟ ନିଜର ମାନସିକ ଭାରସାମ୍ୟ ଠିକ୍ ରହିବ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ପ୍ରେମ ପ୍ରସଙ୍ଗରେ ଅନେକ ଦିଗରୁ ଖୁସି ମିଳିବ । ଇଛା ନ ଥିଲେ ମଧ୍ୟ କେତେକ କର୍ମ କରିବାକୁ ବାଧ୍ୟ ହେବେ । ଜାଗା ଜମିବାଡ଼ି ନେଇ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- ଷଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:-

ମିଷ୍ଠାନ୍ନ ଭୋଜନ ବା ସୁସ୍ଵାଦୁ ଭୋଜନ ପ୍ରାପ୍ତି ହେବ । କର୍ମଚାରୀମାନେ ଅତ୍ୟଧିକ କାର୍ଯ୍ୟ ଚାପ ସ୍ଵୀକାର କରିବା ପାଇଁ ପ୍ରସ୍ତୁତ ରହିବେ । ବିଦ୍ୟା କ୍ଷେତ୍ରରେ ମଧ୍ୟ ସଫଳତା ମିଳିବ । ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ । କର୍ମକ୍ଷେତ୍ରରେ ଜଗିରଖି କଥାବାର୍ତ୍ତା କରିଲେ ବହୁତ ଭଲ ହେବ । ଧର୍ମ କାର୍ଯ୍ୟ ଓ ଶୁଭ କାର୍ଯ୍ୟରେ ଯୋଗଦାନ କରି କିଛି ଅର୍ଥ ମଧ୍ୟ ବ୍ୟୟ କରିପାରନ୍ତି । ନିଜର ଇଚ୍ଛା ବିରୋଧରେ କୌଣସି କାର୍ଯ୍ୟ କରିବା ଅନୁଚିତ୍ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ବିଚ୍ଛା:-

ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ । ଶ୍ରମିକ ଓ କର୍ମଚାରୀମାନେ ଦୂର ଓ ନିକଟ କାର୍ଯ୍ୟରେ ଆନନ୍ଦ ଅନୁଭବ କରିବେ । କାମକାର୍ଯ୍ୟରେ ନୂଆ ଅନୁଭୂତି ପ୍ରୟୋଗ କରି ପାରିବେ । ବନ୍ଧୁଙ୍କଦ୍ଵାରା କୌଣସି ମହତ୍ଵପୂର୍ଣ୍ଣ ସୂଚନା ପ୍ରାପ୍ତ ହେବାର ସମ୍ଭାବନା ଅଛି । କର୍ତ୍ତବ୍ୟ ପରାୟଣ ପ୍ରଦର୍ଶନ କରି ନିଜର ପାରିଲା ପଣିଆ ଜାହିର କରିବେ । ଘରୁ ବାହାରକୁ ବାହାରିବା ଦ୍ଵାରା ଅସୁସ୍ଥତା ଅନୁଭବ କରି ପାରନ୍ତି । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-

ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ଧନ ଲାଭହେବା ସହିତ କର୍ତ୍ତବ୍ୟ ଦାଇତ୍ଵ ବଢିଯିବ । କର୍ତ୍ତବ୍ୟ ନିଷ୍ଠା ରକ୍ଷାକରି ସାଧୁ ଓ ସଚ୍ଚୋଟ ଭାବେ ଦାୟିତ୍ୱ ତୁଲାଇବା ସହ ଉପରିସ୍ଥଙ୍କ କୃପାଭାଜନ ହେବେ । ବ୍ୟବସାୟୀ ମାନଙ୍କର ବକେୟା ପ୍ରାପ୍ୟ ହାତକୁ ଆଣିବାରେ ସଫଳ ହେବେ । ପାଖ ପଡୋଶୀଙ୍କ ସହିତ ସମ୍ପର୍କ ବୃଦ୍ଧି ହେବ । ନୂଆଲକ୍ଷ ନିର୍ଦ୍ଧାରିତ କରି ତାହାର ଫଳପ୍ରାପ୍ତି ପାଇଁ ପ୍ରଯତ୍ନ ଶୀଳ ରହିବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ମକର:-

ସନ୍ତାନ ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ । ଆନ୍ତରିକଶକ୍ତି ଓ ଆତ୍ମବଳ ଦ୍ଵାରା ଆଗକୁ ବଢିବାରେ ସକ୍ଷମ ହେବେ । ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳିବା ସହ ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରିବ । ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ । ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବାପାଇଁ କରିଥିବା ଯୋଜନା ସଫଳ ହୋଇ ପାରିବ । ନିଜ ଚେଷ୍ଟାରେ ବହୁତ କଷ୍ଟକଲେ ବାକିଥିବା ଅର୍ଥ ପାଇବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

କୁମ୍ଭ:-

ସରକାରୀ କ୍ଷେତ୍ରରେ ସଫଳତା ମିଳିବ । କର୍ମକ୍ଷେତ୍ରରେ ଆଶା କରୁଥିବା ଘଟଣା ଘଟିବା ଫଳରେ ପ୍ରଶାସନ କ୍ଷେତ୍ରରେ ଦ୍ଵନ୍ଦ ଦୂର ହେବ । ବନ୍ଧୁ, ମିତ୍ର ଓ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ । ପାରିବାରିକ କ୍ଷେତ୍ରରେ ଶୁଭ ସୂଚନା ପାଇ ମନ ଖୁସି ରହିବ । ନୂତନ ଦ୍ରବ୍ୟ କ୍ରୟ କରି ଖର୍ଚ୍ଚାନ୍ତ ହୋଇ ପାରନ୍ତି । ଅଭାବ ଅନାଟନ ପାଇଁ ବ୍ୟୟ ସଂକୋଚନ ହୋଇ ପାରେ । ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ମୀନ:-

ସାମାଜିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । ମାନସିକ ଶାନ୍ତି ଅନୁଭବ କରିବେ । ନିଜ ଲୋକମାନେ ହିଁ କାମରେ ଆସିବେ । ଧନର ଆଗମନ ହେବା ଫଳରେ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ । କର୍ମଚାରୀମାନେ ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ । ସମ୍ପର୍କୀୟ ବନ୍ଧୁଙ୍କ ସାହାଯ୍ୟ ସହଯୋଗରେ ସ୍ଥଗିତ ଥିବା କର୍ମ ସହଜ ସରଳରେ ପୂର୍ଣ୍ଣ ହେବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!