ଦୈନିକ ରାଶିଫଳ: 10 ଜୁନ 2022, ମା ସନ୍ତୋଷୀଙ୍କ କୃପାରୁ ଏହି 3ଟି ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା, ଜୁନମାସ୧୦ତାରିଖ, ଶୁକ୍ରବାର, ବୃଷମାସ୨୭ଦିନ, ଜ୍ୟେଷ୍ଠମାସ ଶୁକ୍ଳପକ୍ଷ, ଦଶମୀତିଥି ପ୍ରାତଃ ୭ଟା ୨୬ମିନିଟ୍ ପରେ ଏକାଦଶୀ ତିଥି, ଚିତ୍ରା ନକ୍ଷତ୍ର, କନ୍ୟା ରାଶିରେ ଚନ୍ଦ୍ର ଦିବା ୪ଟା ୬ମିନିଟ୍ ପରେ ତୁଳା ରାଶିରେ ଚନ୍ଦ୍ର । ବରୀୟାନ ଯୋଗ । ଗର କରଣ ସକାଳ ୭ଟା ୨୬ମିନିଟ୍ ପରେ ବାଣିଜ୍ୟ କରଣ । ବିଛା, ଧନୁ, ମୀନ ରାଶିର ଘାତବାର । ଦିବା ୪ଟା ୬ମିନିଟ୍ ପର୍ଯ୍ୟନ୍ତ ବୃଷ ରାଶିର ଘାତଚନ୍ଦ୍ର । କଳମଶାଗ ନ ଖାଇଲେ ଭଲ, ସକାଳ ୭ଟା ୨୬ମିନିଟ୍ ପରେ ଶିମ୍ବ, ଆମିଷ ନ ଖାଇଲେ ଭଲ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଯୋଗିନୀ- ଉତ୍ତରେ ସକାଳ ୭ଟା ୨୬ମିନିଟ୍ ପରେ ଆଗ୍ନେୟେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ଏକାଦଶୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୮ଟା ୨୮ମିନିଟ୍ ରୁ ୧୧ଟା ୪୬ମିନିଟ୍, ରାତ୍ରି ୯ଟା ୩ମିନିଟ୍ ରୁ ୧୦ଟା ୨୪ମିନିଟ୍ । ଶୁଭସମୟ- ପ୍ରାତଃ ୬ଟା ୪ମିନିଟ୍ ରୁ ୬ଟା ୫୫ମିନିଟ୍, ଦିବା ୧୨ଟା ୧୩ମିନିଟ୍ ରୁ ୨ଟା ୪୯ମିନିଟ୍, ସନ୍ଧ୍ୟା ୬ଟା ୨୨ମିନିଟ୍ ରୁ ୮ଟା ୩୧ମିନିଟ୍, ରାତ୍ର ୧୨ଟା ୫୨ମିନିଟ୍ ରୁ ୩ଟା, ରାତ୍ର ୩ଟା ୪୫ମିନିଟ୍ ରୁ ୫ଟା ୨୨ମିନିଟ୍ । ପର୍ବଦିନ- ଗଙ୍ଗା ଦଶହରା ସ୍ନାନ ।

ମେଷ:-ଅଟକିଥିବା କାର୍ଯ୍ୟ ପୂରଣ ହେବ । ଉତ୍ତର ଦାୟିତ୍ୱ ବଢ଼ିବ । ପ୍ରାୟକାର୍ଯ୍ୟ ପୂରଣ ହେବା ଫଳରେ ଆୟ ଅପେକ୍ଷା କୃତ ବୃଦ୍ଧି ପାଇବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । କର୍ମକ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ । ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ସମ୍ମାନର ସହିତ ଦିନଚର୍ଯ୍ୟା କରି ଚଳିବାରେ ବାଧା ଉପୁଜିବ ନାହିଁ । ପରିବାରରେ ଖୁସିର ବାତାବରଣ ସ୍ଥାୟି ରହିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସା ପାଇବେ । ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମପ୍ରସଙ୍ଗରେ ମଧୁରତା ଆସିବ । ବ୍ୟବସାୟିକ କ୍ଷେତ୍ରରେ ଉନ୍ନତିହେବ । ପରିବାରରେ ଆଦରପାଇ ସୁଖଭୋଗ କରିବେ । ଗୁରୁଜନଙ୍କ ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ସ୍ୱାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇ ପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ବ୍ୟବସାୟରେ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ନୂତନ ସମ୍ବନ୍ଧ ସୃଷ୍ଟିହେବ । କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ । ପରିବହନ ବ୍ୟବସାୟରେ ସମସ୍ୟା ଦେଖାଦେବ । ରାଜନୀତିରେ କୂଟନୀତିର ଶୀକାର ହେବେ । ଦୂରଯାତ୍ରାରେ କଷ୍ଟ ସ୍ବୀକାରକରି ସଫଳତା ଓ ଲାଭପାଇବେ । ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କର୍କଟ:-ଶତୃମାନେ ଷଡ଼ଯନ୍ତ୍ର କରି ଧରା ପଡିବେ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀ ମାନେ ପ୍ରଚୁର ଲାଭ କରିବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ଦାମ୍ପତ୍ୟ ସଫଳତା ସହ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ । ଶୁଭ ସମାଚାର ମିଳିବାସହ ନିଜଲୋକ ସାହାଯ୍ୟ କରିବେ । କର୍ମକ୍ଷେତ୍ରରେ କିଛି ନୂଆସୁଯୋଗ ଆସିବ । ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।

ସିଂହ:-ରାଜନୀତିରୁ ଧନଲାଭ ହେବ ଓ ସମସ୍ତକାର୍ଯ୍ୟ ପୂର୍ଣ୍ଣ ହେବ । ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ । ଅଫିସ୍ ରେ ଅପେକ୍ଷା କରିଥିବା କାମର ଶୁଭ ସୂଚନା ପାଇବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

କନ୍ୟା:-କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ । ବ୍ୟବସାୟରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ଯୋଗେ ସଫଳତା ଅର୍ଜନ କରି ଭଲଲାଭ ପାଇବେ । ଦୂରଯାତ୍ରାର ସୁଯୋଗ ପାଇ ଅର୍ଥଲାଭର ମାର୍ଗ ଖୋଲିଯିବ ଓ ଶୁଭ ସମାଚାର ମିଳିବ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ପ୍ରତିକାର- ସବୁଜ ରଙ୍ଗର ବସ୍ତ୍ର ପରିଧାନ କରନ୍ତୁ । ନତୁବା ସବୁଜ ରୁମାଲ ଟିଏ ପାଖରେ ରଖନ୍ତୁ ।

ତୁଳା:-ପରାଧୀନତା ବେଡିରେ ଶୃଙ୍ଖଳିତ ହୋଇ ମଧ୍ୟ ନିଜସ୍ଵ ପ୍ରତିଭା ପ୍ରଦର୍ଶନର ସୁଯୋଗ ପାଇବେ । କର୍ମକ୍ଷେତ୍ରରେ ସୁଯୋଗ ହାତଛଡା ହେବାର ନାହିଁ । ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ଓ ନିଜର ମାନ ସମ୍ମାନ ପଦ ମର୍ଯ୍ୟାଦା ବୃଦ୍ଧି ହେବ । ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ । କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ବିଗତକଥା ଚିନ୍ତା କରି ମନରେ ଅସନ୍ତୋଷ ଦେଖାଦେବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ବିଚ୍ଛା:-ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ନୂତନ ଦ୍ରବ୍ୟ କ୍ରୟ କରିବେ । କର୍ମକ୍ଷେତ୍ରଟି ସୁଦୃଢ ହେବା ସହ ବନ୍ଧୁମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି ହେବ । ରାଜନୀତି କ୍ଷେତ୍ରରେ ନୂଆସମସ୍ୟାର ସମ୍ମୁଖୀନ ହେବେ । ଆୟକୁ ଚାହିଁ ବ୍ୟୟର ଅଟକଳ ନ କଲେ ଲୋକହସା ହେବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଲେଖକ, ପତ୍ରକାର, ରାଜନୈତିକ, ସଙ୍ଗୀତଜ୍ଞ, ଠିକାଦାର ଓ ସରକାରୀ କ୍ଷେତ୍ରରେ କର୍ମରତ ଥିବା ବ୍ୟକ୍ତିମାନଙ୍କର ଅନେକ ଶୁଭ ହେବ । ବନ୍ଧୁ ମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗ ମିଳିବ । ନୂତନକର୍ମ ଯୋଗୁ ଆୟ ବୃଦ୍ଧି ହେବ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । କର୍ମକ୍ଷେତ୍ରରେ ଉଚ୍ଚବର୍ଗରୁ ସମ୍ମାନ ଓ ଶ୍ରଦ୍ଧାର ସ୍ରୋତ ଛୁଟିବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମକର:-ବ୍ୟବସାୟରେ ପ୍ରଚୁର ଲାଭହେବ ଓ ନୂଆ ସମ୍ଭାବନାକୁ ଖୋଜିବେ । ପରିବାରରେ ମତାନ୍ତର ମନାନ୍ତର ଦୂରହୋଇ ଧାର୍ମିକ କାର୍ଯ୍ୟକ୍ଷେତ୍ରରେ ଅଂଶ ଗ୍ରହଣ କରିବେ । ରାଜନୀତିରେ ପୂର୍ଣ୍ଣ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ । ବିଦ୍ୟାର୍ଥି ମାନେ ନୂତନ ଯୋଜନା ପ୍ରସ୍ତୁତ କରି ସଫଳ ହେବେ । କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ । ନିଜକୁ ମଧ୍ୟ ଖୁସି ଓ ସୁରକ୍ଷିତ ଅନୁଭବ କରିବେ । ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କୁମ୍ଭ:-ଧାର୍ମିକ କାର୍ଯ୍ୟରେ ରୁଚି ବଢିବ । ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ । ମାନସିକ ବିଷାଦ, ଦାମ୍ପତ୍ୟ କଳହ ଓ ଭୟ ଆଶଙ୍କା ଦୂରେଇ ଯିବ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ । ବ୍ୟବସାୟିକ କ୍ଷେତ୍ରରେ ଉନ୍ନତିହେବ । ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢି ପାରିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:- କର୍ମକ୍ଷେତ୍ରରେ ଭାବି ଚିନ୍ତି କାର୍ଯ୍ୟ ନ କଲେ ଠକାମିରେ ପଡିବେ । ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ, ଦଳ ସମର୍ଥନ ବଢିବା ସହ ମୁଖ୍ୟନେତାଙ୍କର ପ୍ରିୟପାତ୍ର ହେବେ । ଛାତ୍ରଛାତ୍ରୀ ମାନଙ୍କର ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ । ପ୍ରେମୀକ ପ୍ରେମିକାଙ୍କ ଉନ୍ନତି ପାଇଁ ପ୍ରୟାସରତ ହେବେ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!