ସାପ୍ତାହିକ ରାଶିଫଳ: ୧୦ ଜୁନ୍ ରୁ ୧୬ ଜୁନ୍, ଏହି ସପ୍ତାହରେ ଏହି ସବୁ ରାଶି ବ୍ୟକ୍ତିଙ୍କର ଭାଗ୍ୟରେ ହେବ ପରିବର୍ତ୍ତନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ସାପ୍ତାହିକ ରାଶିଫଳ: ୧୦ ଜୁନ୍ ରୁ ୧୬ ଜୁନ୍

ମେଷ:-

ଏ ସପ୍ତାହରେ ଭାଗ୍ୟର ପରିବର୍ତ୍ତନ ହେଲାଭଳି ଉନ୍ନତି ପଥରେ ଅଗ୍ରସର ହେବେ। ସନ୍ତାନ କ୍ଷେତ୍ରରେ ଉନ୍ନତି ହେବ। ବେପାର ବଣିଜରେ ପ୍ରଚୁର ଲାଭ ମିଳିବ। ନୂଆ ନୂଆ ଉପାୟ ଚିନ୍ତା କରିବେ। ଅଚାନକ ଆୟ ବୃଦ୍ଧି ହେତୁ ଆପଣ ଆଚମ୍ବିତ ହୋଇଯିବେ। ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ସୁଯୋଗ ପାଇବେ। ବ୍ୟବସାୟୀକ, ଆଧ୍ୟାତ୍ମିକ, ଉଚ୍ଚଶିକ୍ଷା ନିମିତ୍ତ ବିଦେଶ ଯାତ୍ରା ଫଳରେ ଅତ୍ୟନ୍ତ ଲାଭବାନ ହେବେ। ଦୀର୍ଘଦିନ ଧରି ଅଧା ହୋଇ ପଡ଼ିଥିବା କାର୍ଯ୍ୟମାନ ଧିରେ ଧିରେ ପୂର୍ଣ୍ଣ ହୋଇଯିବ। ନଷ୍ଟ ହୋଇଥିବା ପ୍ରତିଷ୍ଠା ପ୍ରତିପତ୍ତି ପୂନର୍ବାର ଫେରିପାଇ ସମ୍ମାନିତ ହେବେ। ଆୟର ଯଥେଷ୍ଟ ଅର୍ଥ ସାମାଜିକ ଏବଂ ଶୁଭକାର୍ଯ୍ୟରେ ଖର୍ଚ୍ଚ କରିବେ। ଧର୍ମ ଅନୁଷ୍ଠାନ, ଯଜ୍ଞାନୁଷ୍ଠାନ, ପଞ୍ଚାୟତ କ୍ଷେତ୍ରରେ ଉତ୍ସାହିତ ହେବେ। ଧନଧାନ୍ୟ, ମାନ-ସମ୍ମାନ ପ୍ରତିଷ୍ଠା ପରାକ୍ରମ ବୃଦ୍ଧି ପାଇବ। ଦାମ୍ପତ୍ୟ ସୁଖରେ ସୁଖୀ ହେବେ। ଗୃହରେ ସୁଖଶାନ୍ତି ବିରାଜମାନ କରିବ। ପ୍ରକୃତିର ବିଚିତ୍ର ସିଦ୍ଧାନ୍ତ ଫଳରେ ଦୀର୍ଘଦିନର କଷ୍ଟ ଦୂର ହୋଇ ସୁଖର ସ୍ୱପ୍ନ ଦେଖିପାରିବେ। ପ୍ରଗତି, ଲାଭ, ଭୌତିକ ସଂବୃଦ୍ଧି ବୃଦ୍ଧି ହେବ। କମ୍ପାନୀ, ବ୍ୟାଙ୍କ, କମ୍ପ୍ୟୁଟର ଇତ୍ୟାଦି ବିଭାଗରେ ନୂତନ କର୍ମପ୍ରାପ୍ତି ହେବ। ପ୍ରତିକାର ଅସହାୟ ବୃଦ୍ଧଙ୍କୁ ଖାଦ୍ୟ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଏ ସପ୍ତାହରେ ବିଦ୍ୟାର୍ଥୀମାନଙ୍କ ପାଇଁ ସମୟ ବିଶେଷ ଅନୁକୂଳ। ଉଚ୍ଚଶିକ୍ଷାର ମଧ୍ୟ ସୁବିଧାସୁଯୋଗ ପାଇବେ। ପ୍ରତିଯୋଗିତାରେ ପ୍ରଶାସନ ସେବା ସଂବନ୍ଧିତ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବା ପାଇଁ ଅତ୍ୟନ୍ତ ଶୁଭସମୟ। ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଫଳ ପାଇବେ। ନେଇଥିବା ଲୋକ କିମ୍ବା ଦେଉନଥିବା ଲୋକ ଏବଂ ସାହାଯ୍ୟ କରିଥିବା ଲୋକଠାରୁ ସମସ୍ତ ଅର୍ଥପ୍ରାପ୍ତି ହୋଇଯିବ। ନୂତନ ବ୍ୟବସାୟ ଆରମ୍ଭ ପାଇଁ ଅତ୍ୟନ୍ତ ଉତ୍ତମ ସମୟ। ଯଶ-ମାନ-ପ୍ରତିଷ୍ଠା ବୃଦ୍ଧି ପାଇବ। ସନ୍ତାନ ଏବଂ ସ୍ତ୍ରୀଙ୍କ ସହଯୋଗ ପାଇ ଗୃହସ୍ଥଜୀବନରେ ଭରପୂର ସୁଖପ୍ରାପ୍ତି ହେବ। ରାଜନୀତି, ବିଜ୍ଞାନ, ବୈଷୟିକ ବିଦ୍ୟା, ଜ୍ୟୋତିଷ, ଦର୍ଶନ, ଅଧ୍ୟାପକ, ଓକିଲ, ପୋଲିସ, ଚିକିତ୍ସକମାନଙ୍କର ବିଶେଷ ଉନ୍ନତି ହେବ। ଏହି ସଂସ୍ଥାରେ ନୂତନ କର୍ମପ୍ରାପ୍ତି ହେବ। ଧଳା ବସ୍ତ୍ର ପରିଧାନ କଲେ ବ୍ୟକ୍ତିତ୍ୱର ପ୍ରଭାବ ବୃଦ୍ଧି ପାଇବା ସହ ଲାଭବାନ ହେବେ। ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ସହଯୋଗୀ ବା ଭାଇ ଭଳି ଚଳୁଥିବା ବ୍ୟକ୍ତିମାନେ ବିଶ୍ୱାସଓ ନିଷ୍ଠାର ସହ କାମ କରିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ଏ ସପ୍ତାହରେ ଆରମ୍ଭରୁ ଚିନ୍ତାଗ୍ରସ୍ତ ଓ ବ୍ୟାକୁଳମନା ହେବେ। ରୋଗ, ଶୋକ ଓ ଧନର ଦୂରୁପୋଯୋଗ, କ୍ଷୟକ୍ଷତିର କାରଣ ହେବ। କର୍ମ କ୍ଷେତ୍ରରେ ଅଶାନ୍ତି ଉପୁଜିବ। ଶତୃମାନେ ମୁଣ୍ଡ ଟେକିବେ। ଆର୍ଥିକ କ୍ଷେତ୍ରରେ ଅନାଟନ ଦେଖାଦେବ। ଚିନ୍ତାଗ୍ରସ୍ତ ହୋଇ ରହିବେ। ବ୍ୟବସାୟ କରୁଥିଲେ ଲାଭ ଲାଗି ରହିବ। ବୁଡ଼ି ଯାଉଥିବା ପଇସା କିମ୍ବା ଆପଣଙ୍କଠାରୁ କେହି ଅର୍ଥ ନେଇ ଦେଉନଥିଲେ କଳେବଳେ କୌଶଳେ ପ୍ରାପ୍ତି ହେବ। ପଡୋଶୀଙ୍କ ସହିତ ମଧୁର ସଂପର୍କ ସ୍ଥାପନ ହେବ। ମହତ୍ ଉଦ୍ଦେଶ୍ୟ ଓ ଉଚ୍ଚ ଆକାଂକ୍ଷା ପୂର୍ଣ୍ଣ ହେବ। ବିଦେଶ ଯାତ୍ରା କଲେ ନିଶ୍ଚୟ ଭାଗ୍ୟୋଦୟ ହେବା ସହ ଅଭିଳାଷ ପୂର୍ଣ୍ଣ ହେବ। ବିଦ୍ୟାର୍ଥୀମାନେ ଶିକ୍ଷା କ୍ଷେତ୍ରରେ ଆଶାନୁରୂପ ଫଳ ପାଇ ବାବେ। ପୁରୁଣା ରୋଗ ଓ ଶତୃମାନଙ୍କ ଠାରୁ ଉପସମ ମିଳିବ। ଇଲେକ୍ଟ୍ରୀ, ଇଲେକ୍ଟ୍ରୋନିକସ୍, ଠିକାଦାରୀ, ଧାତୁ ବ୍ୟବସାୟୀ, ଔଷଧ ଦୋକାନ, ଭୋଜନାଳୟ, କଳକାରଖାନା, ଖଣିଜପଦାର୍ଥ, ଗୁଡ଼, ଲଙ୍କାମରିଚ, ମସୁରଡାଲି, ଧାନ, ଗହମ ଇତ୍ୟାଦି ବ୍ୟବସାୟ କରୁଥିବା ବ୍ୟକ୍ତିମାନେ କିମ୍ବା ଏହି ସଂସ୍ଥାରେ କର୍ମରତ ବ୍ୟକ୍ତିମାନେ ବିଶେଷ ଲାଭବାନ ହେବେ। ପ୍ରତିକାର କିନ୍ନର ଙ୍କୁ କିଛି ଦାନ ଦିଅନ୍ତୁ।

କର୍କଟ:-

ଏ ସପ୍ତାହରେ ଅବିବାହିତ ଯୁବକ-ଯୁବତୀମାନଙ୍କର ବିଭିନ୍ନ ସ୍ଥାନରୁ ପ୍ରସ୍ତାବ ମାନ ଆସିବ।  ଛାତ୍ର-ଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ ଓ ପ୍ରତିଦ୍ୱନ୍ଦିତାରେ ସଫଳ, ବିଦ୍ୟା କ୍ଷେତ୍ରରେ ଶୁଭ। କର୍ମକ୍ଷେତ୍ରରେ ସ୍ଥାନାନ୍ତର ଓ ମତାନ୍ତର ସୃଷ୍ଟି ହୋଇପାରେ। ରାଜନୀତିରେ ଅର୍ଥାଗମ, ଭୟ ସତ୍ତ୍ୱେ ଜୟ, ନାନା ସମସ୍ୟାର ସମ୍ମୁଖୀନ ହେଲେ ମଧ୍ୟ ନିଜର ଫାଇଦା ଉଠାଇବେ। ବ୍ୟବସାୟରେ ପ୍ରଚୁର ଲାଭ ହେବ। ବାଦ ବିବାଦ ପରୀକ୍ଷା, ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ। ଖର୍ଚ୍ଚବଢିବା ଯୋଗେ ପରିବାରରେ ଅସନ୍ତୋଷ ଦେଖାଦେବ। ନିଜଲୋକମାନେ ଦୂରେଇ ଯିବେ। ଲଟେରୀ ଓ ଜୁଆଖେଳରୁ ନିବୃତ୍ତ ରହନ୍ତୁ ନଚେତ୍ କ୍ଷତିସହିବେ। ଦାମ୍ପତ୍ୟ ସୁଖ ବୃଦ୍ଧି ହେବା ସହ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ ଓ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ଜାଗା, ଜମି, ଗୃହପୋକରଣ କ୍ରୟ କରିବେ। ଆୟ ଉପାର୍ଜନରେ ବାଧା ନାହିଁ। ବ୍ୟବସାୟରେ ଆଶାତୀତ ଲାଭ ମିଳିବା ସହ  ଆର୍ଥିକ ସ୍ଥିତିରେ ବୃଦ୍ଧିହେବ ଓ ଆୟ ତୁଳନାରେ ବ୍ୟୟ ମଧ୍ୟ ସମାନ ରହିବ। ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ସିଂହ:-

ଏ ସପ୍ତାହରେ ଘରୋଇ କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବା ସହ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। କର୍ମ ସନ୍ଧିତ୍ସୁମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳତା ପାଇବେ। ଛାତ୍ର-ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ପାଇବେ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ ଓ ନୂତନ କର୍ମ ନିଯୁକ୍ତିରେ ସଫଳ ହେବେ। ପରିବାରରେ ଘରୋଇ ସମସ୍ୟାର ସମାଧାନ ହେବା ଫଳରେ ଆର୍ଥିକ ସ୍ଥିତି ସୁଦୃଢ ହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ପଦୋନ୍ନତି ଓ ସଫଳତା ଲାଭ କରିବେ। ବ୍ୟବସାୟରେ ଉନ୍ନତି ଓ ପ୍ରଚୂର ଲାଭ କରି ଶତୃ, ରୋଗ, ଋଣରୁ ମୁକ୍ତି ହେବେ। ଶାରିରୀକ ସୁସ୍ଥତା ଦେଖା ଦେବ। ଯେ କୌଣସି କାମରେ ହାତ ଦେଲେ ସଫଳତା ପାଇବେ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବା ସହ ଶାନ୍ତି ଦେଖା ଦେବ। ଅବିବାହିତ ଯୁବକ-ଯୁବତୀମାନଙ୍କର ବିଭିନ୍ନ ସ୍ଥାନରୁ ପ୍ରସ୍ତାବ ମାନ ଆସିବ। ଭ୍ରମଣକାଳରେ କ୍ଲେଶ, ସହକର୍ମୀଙ୍କ ସହ ବିବାଦ ଦେଖା ଦେଇପାରେ। ପ୍ରତିକାର:– ଅସହାୟଙ୍କର ସେବାକରି ଆଶୀର୍ବାଦ ଭିକ୍ଷା କରନ୍ତୁ।

କନ୍ୟା:-

ଏ ସପ୍ତାହରେ ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ସୁନାମ ଅର୍ଜନ କରିବେ। ବନ୍ଧୁ ବାନ୍ଧବଙ୍କ ଦ୍ଵାରା କୌଣସି ଜଟିଳ ସମସ୍ୟାର ସମାଧାନ ହେବ। ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବା ସହିତ ଦାମ୍ପତ୍ୟ  ଜୀବନ ସୁଖମୟ ହେବ। ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ଦେଖାଦେବ। ଯୁବକ-ଯୁବତୀମାନେ ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ କଷ୍ଟକଲେ ଉତ୍ତିର୍ଣ୍ଣ ହେବେ। ଛାତ୍ର-ଛତ୍ରୀମାନେ କଠିନ ପରିଶ୍ରମ କରିବା ସହିତ ପଢ଼ା ପଢ଼ିରେ ମନଯୋଗ ଦେଇ ଉଚ୍ଚ ଶିକ୍ଷାରେ ସଫଳତା ଲାଭ କରିବେ। ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହକର୍ମୀମାନଙ୍କଠାରୁ ସାହାଯ୍ୟ ଓ  ସହଯୋଗ ନପାଇ ଅଶାନ୍ତି ବଢ଼ି ଚାଲିବ। ଉତ୍ତମ ରୋଜଗାର ହେଲେ ମଧ୍ୟ ବ୍ୟବସାୟରେ କ୍ଷତି ଘଟିବା ସହ ଆର୍ଥିକ ଉନ୍ନତିରେ ବାଧା ଓ ଲାଭ ପ୍ରାପ୍ତିରେ ବାଧାହେବ। ପାରିବାରିକ କ୍ଷେତ୍ରରେ ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ। ନୃତ୍ୟଗୀତ ତଥା ମନୋରଞ୍ଜନରେ ମଜ୍ଜି ରହିବେ। ମହିଳାମାନେ ଦୁଃସାହସିକ ପଦକ୍ଷେପ ନେଇ ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ ।

ତୁଳା:-

ଏ ସପ୍ତାହରେ ପ୍ରେମିକ-ପ୍ରେମିକାମାନେ ପ୍ରେମ ସମ୍ବନ୍ଧୀୟୟ କ୍ଷେତ୍ରରେ ସଫଳ ହେବେ। ଛାତ୍ର-ଛାତ୍ରୀମାନେ ଉଚ୍ଚ ଶିକ୍ଷା ପାଇଁ ଦୂରଯାତ୍ରାର ସୁଯୋଗ ପାଇବେ। ଯେ କୌଣସି ବ୍ୟବସାୟରେ ହାତ ଦେବେ ସେଥିରେ ସଫଳ ହେବେ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ଅବହେଳା କରିବେ। ପାରିବାରିକ ଜୀବନ ବହୁ ବ୍ୟସ୍ତତା ମଧ୍ୟରେ ଦିନ କଟିବ।  ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନରେ ବାଧା ସୃଷ୍ଟି ହେବ। ମହିଳାମାନେ ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ଘରୋଇ ସଂସ୍ଥାର କର୍ମକ୍ଷେତ୍ରରେ ସୁଖ ସମୃଦ୍ଧି ବୃଦ୍ଧି  ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ।  ରାଜନୀତି କ୍ଷେତ୍ରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ । ଧୈର୍ଯ୍ୟ  ଓ ସହନଶୀଳତା ଯୋଗେ ଯଶ ମିଳିବ । ସାମାଜିକ ପତିଆରା ଅମଳିନ ରହିବ । ଆୟ ଉପାର୍ଜନ ବୃଦ୍ଧି ହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

ଏ ସପ୍ତାହରେ ପୈତୃକ ସମ୍ପତ୍ତିକୁ ନେଇ ପରିବାରରେ ଅଶାନ୍ତି ଦେଖା ଦେବ। ଧାର୍ମିକ କାର୍ଯ୍ୟରେ ରୁଚି କମ୍ ରହିବ। ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନରେ ବାଧା ଆସିବ। ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ। ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀମାନେ ଅସହଯୋଗ କରିବେ। ବ୍ୟବସାୟରେ ଉତ୍ତମ ରୋଜଗାର ହେବା ସହ ଭଲ ଲାଭ ହେବ। କର୍ମ କ୍ଷେତ୍ରରେ ଉନ୍ନତି ଏବଂ ନୂତନ ଆୟର ପନ୍ଥା ପ୍ରାପ୍ତି ହେବ। ଦାମ୍ପତ୍ୟ ସୁଖ ବୃଦ୍ଧି ହେବା ସହ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ପାରିବାରିକ ଜୀବନରେ କୌଣସି ବିଶୃଙ୍ଖଳା ଦେଖାଦେବ ନାହିଁ। ଛାତ୍ର-ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ। ସହକର୍ମୀମାନଙ୍କଠାରୁ ସାହାଯ୍ୟ ଓ  ସହଯୋଗ ପାଇବେ। ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ। ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ। ପ୍ରତିକାର ଗୋମାତାକୁ ଖାଇବାକୁ ଦିଅନ୍ତୁ।

ଧନୁ:-

ଏ ସପ୍ତାହରେ ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ। ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ। ବ୍ୟବସାୟରେ ଉତ୍ତମ ରୋଜଗାର ହେବା ସହ ଭଲ ଲାଭ ହେବ। କର୍ମ କ୍ଷେତ୍ରରେ ଉନ୍ନତି ଏବଂ ନୂତନ ଆୟର ପନ୍ଥା ପ୍ରାପ୍ତି ହେବ। ଦାମ୍ପତ୍ୟ ସୁଖ ବୃଦ୍ଧି ହେବା ସହ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ପାରିବାରିକ ଜୀବନରେ କୌଣସି ବିଶୃଙ୍ଖଳା ଦେଖାଦେବ ନାହିଁ। ଛାତ୍ର-ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ। ସହକର୍ମୀମାନଙ୍କଠାରୁ ସାହାଯ୍ୟ ଓ  ସହଯୋଗ ପାଇବେ। ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ। ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ। ପ୍ରିୟଜନମାନଙ୍କୁ ଆର୍ଥିକ ସାହାଯ୍ୟ କରିବେ। କ୍ରୀଡ଼ା, କଳା, ସାହିତ୍ୟ, ପ୍ରକାଶନ, ବାଣିଜ୍ୟ, ବ୍ୟବସାୟ, କୃଷି ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇବେ। ମହିଳାମାନେ ନିଜ ଗୃହ ସମସ୍ୟା ସଜାଡିବାର ସୁବିଧାପାଇବେ। ପ୍ରେମିକ-ପ୍ରେମିକାମାନେ ପ୍ରେମ ସମ୍ବନ୍ଧୀୟୟ କ୍ଷେତ୍ରରେ ସଫଳ ହେବେ। ପ୍ରତିକାର କିନ୍ନର ଙ୍କୁ କିଛି ଦାନ ଦିଅନ୍ତୁ।

ମକର:-

ଏ ସପ୍ତାହରେ ଛାତ୍ର-ଛାତ୍ରୀମାନଙ୍କର ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋଗ ଆସିବ। ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ। ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ସୁଖ ସମୃଦ୍ଧି ବୃଦ୍ଧି  ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ବ୍ୟବସାୟରେ ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ। ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀମାନେ ପୂର୍ଣ୍ଣ ସହଯୋଗ ସରକାରୀ କର୍ମଚାରୀମାନେ ସହକର୍ମୀ ମାନଙ୍କ ସହିତ ଅଯଥାରେ ବିବାଦ ଏବଂ କେତେକ କ୍ଷେତ୍ରରେ ଭଲ କାମ କରି ବଦ୍ନାମ ହେବେ। ପ୍ରତିକାର:- ଅସହାୟା ବୃଦ୍ଧାକୁ ସାହାଯ୍ୟ କରନ୍ତୁ।

କୁମ୍ଭ:-

ଏ ସପ୍ତାହରେ ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ମାନସିକଚାପ ବୃଦ୍ଧି ହେଲେ ମଧ୍ୟ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ । ନୂତନକର୍ମ ନିଯୁକ୍ତିରେ ସଫଳ ହେବେ। ପ୍ରେମିକ-ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଛାତ୍ର-ଛାତ୍ରୀମାନେ ଉଚ୍ଚଶିକ୍ଷା ପାଇଁ ଆଗ୍ରହୀ ହେବେ। ବାଦ-ବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । ଗୃହପାଳିତ ପଶୁ ଓ ଯାନବାହାନ  ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ। ପାରିବାରିକ କ୍ଷେତ୍ରରେ ଗୋଟିଏ ପାଖରେ ସ୍ନେହ ଶ୍ରଦ୍ଧାର ସ୍ରୋତ ଛୁଟୁଥିଲାବେଳେ ଅନ୍ୟ ପାଖରେ ଉପେକ୍ଷା ଓ ଅଶାନ୍ତିର ବାତାବରଣ ଦେଖାଦେଇ ପାରେ। ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ। ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀମାନେ ଅସହଯୋଗ କରିବେ। ଧାର୍ମିକ କାର୍ଯ୍ୟରେ ଯୋଗଦେବା ଫଳରେ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ବ୍ୟବସାୟରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ପ୍ରତିକାର:– ଶିବ ଦର୍ଶନ କରି ପାଦୁକ ସେବନ କରନ୍ତୁ।

ମୀନ:-

ଏ ସପ୍ତାହରେ ସରକାରୀ କର୍ମଚାରୀମାନଙ୍କର କର୍ମ କ୍ଷେତ୍ରରେ ବିବାଦୀୟ ପରିସ୍ଥିତି ସମାଧାନ ହୋଇ ସହକର୍ମୀ ମାନଙ୍କ ଦ୍ୱରା ବହୁ ସୁବିଧା ସୁଯୋଗ ପାଇବେ। ପାରିବାରିକ କ୍ଷେତ୍ରରେ ଭୂଲ ବୁଝାମଣା କଟି ଯାଇ ଶାନ୍ତି ବାତାବରଣ ସୃଷ୍ଟି ହେବ। ନୂତନ ଯୋଜନା ପ୍ରସ୍ତୁତ କରି ବ୍ୟବସାୟର ପ୍ରସାର ପ୍ରଚାର ଫଳରେ ଆଶାତୀତ ଆୟ ବୃଦ୍ଧି ପାଇବ। ଛାତ୍ର-ଛତ୍ରୀମାନେ କଠିନ ପରିଶ୍ରମ କରିବା ସହିତ ପଢ଼ା ପଢ଼ିରେ ମନଯୋଗ ଦେଇ ପରୀକ୍ଷା ପ୍ରତିଯୋଗିତାରେ ବିଜୟୀ ହେବେ। ନୂତନ କର୍ମପ୍ରାପ୍ତିର ସୁଯୋଗ ପାଇବେ। ଘରୋଇ ସଂସ୍ଥାର କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ନେଇ ଧାଁ ଦଉଡ଼ କରିବାକୁ ପଡ଼ିବ ଓ ସହକର୍ମୀମାନେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ଦୂରଯାତ୍ରାର ସୁଯୋଗ ପାଇବେ। ଜାଗା, ଜମି, ଗୃହପୋକରଣ କ୍ରୟ କରିବେ। ଆୟ ଉପାର୍ଜନର ବୃଦ୍ଧି ହେବ। ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ଦାମ୍ପତ୍ୟ  ଜୀବନ ସୁଖମୟ ହେବ। ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦର ଅବସାନ ଘଟିବ। ଯୁବକ-ଯୁବତୀ ମାନେ ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବା ସହ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ପାଇବ । ଆୟ ତୁଳନାରେ ବ୍ୟୟ କମ ହେବା ଫଳରେ ଆର୍ଥିକ ସ୍ବଚ୍ଛଳତା ଦେଖା ଦେବ ଓ ପ୍ରଶଂସିତ ହେବେ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!