ଆଜି କେମିତି ରହିବ ଆପଣଙ୍କ ଦିନ : ୧୦ ମାର୍ଚ୍ଚ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୧୦ ମାର୍ଚ୍ଚ ୨୦୧୮

ମେଷ:-

ଆନ୍ତରିକଶକ୍ତି ଓ ଆତ୍ମବଳ ଦ୍ଵାରା ଆଗକୁ ବଢିବାରେ ସକ୍ଷମ ହେବେ। ମାନସିକଶାନ୍ତି ଅନୁଭବ କରିବେ। ଫୋନ୍ ଦ୍ଵାରା କୌଣସି ମହତ୍ଵପୂର୍ଣ୍ଣ ସୂଚନା ବା ସନ୍ଦେଶ ପ୍ରାପ୍ତ ହେବାର ସମ୍ଭାବନା ଅଛି। ପରୋପକାର ବା ଲୋକକଲ୍ୟାଣ କାମରେ ବ୍ୟସ୍ତ ରହିବେ। ପ୍ରତିକାର:- ଗୋମାତାର ସେବାକରିବା ଆବଶ୍ୟକ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

କାର୍ଯ୍ୟରେ ବାଧା ଆସିଲେ ମଧ୍ୟ କାର୍ଯ୍ୟ ପୂରଣ ହେବ। ସ୍ୱାସ୍ଥ୍ୟ ଅବନ୍ନତି ହେତୁ ମନ ବିଚଳିତ ହେବ ଓ ଚିନ୍ତାଗ୍ରସ୍ତ ରହିବେ। ଲୋକମାନଙ୍କ ସହିତ ଜଗିରଖି କଥାବାର୍ତ୍ତା ନ କରିଲେ ବହୁତ କ୍ଷତିରେ ପଡିବେ। ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ। ପ୍ରତିକାର:- ଅନ୍ଧ,ବିଧବା ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha

For personalized consultation and appointment,
you can connect on WhatApp @ 7008758366
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366

ମିଥୁନ:-

ଗୃହ ସମସ୍ୟାରେ ଜଡିତ ଥିଲେ ମଧ୍ୟ ଅନ୍ୟକାର୍ଯ୍ୟରେ ଧ୍ୟାନ ରଖିବାକୁ ହେବ। ଜମି, ଯାନବାହାନ, ସମ୍ପତ୍ତି କ୍ରୟ ଓ ବିକ୍ରୟ କରିପାରିବେ। ଚାକିରିରେ କୌଣସି ମହତ୍ଵପୂର୍ଣ୍ଣ କାର୍ଯ୍ୟ ନିଜ ହାତକୁ ନେବେ ଓ ସ୍ଥାନାନ୍ତରର ଭୟ ମଧ୍ୟ ରହିବ। କ୍ରୋଧିତ ହେଲେ ତିଆରି କରିଥିବା କାର୍ଯ୍ୟରେ  ସଫଳ ହେବ ନାହିଁ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।

କର୍କଟ:-

ନୂଆଲକ୍ଷ ନିର୍ଦ୍ଧାରିତ କରି ତାହାର ସଫଳତା ପାଇଁ ପ୍ରଯତ୍ନଶୀଳ ରହିବେ। ବିଦ୍ୟାଧ୍ୟୟନ ସମ୍ବନ୍ଧିତ ସମସ୍ୟାରୁ ମୁକ୍ତି ମିଳିବ। ପ୍ରଭାବଶାଳୀ ବ୍ୟକ୍ତିଙ୍କ ସନ୍ନିଧ୍ୟ ପ୍ରାପ୍ତ ହେବ। ସମସ୍ତ କାମ ନିର୍ବିଘ୍ନରେ ସମ୍ପନ୍ନ ହୋଇଯିବ। ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ପୂର୍ଣ୍ଣ ହେବ। ପ୍ରତିକାର- ପଙ୍ଗୁ ଭିକାରୀଙ୍କୁ ଖାଦ୍ୟ ଦିଅନ୍ତୁ।

<<< ଓଡିଆ କ୍ୟାଲେଣ୍ଡର ୨୦୧୮ >>> | <<< ଜାତକ ବିଚାର>>>

ସିଂହ:-

ସନ୍ତାନ ସମ୍ବନ୍ଧୀୟ ଚିନ୍ତା ଦୂର ହୋଇଯିବ। ନୂତନବନ୍ଧୁଙ୍କ ଆଗମନ ହେବ। ଦୁର୍ବଳ ବା ବୃଦ୍ଧ ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ ହାତ ବଢେଇବେ। ଆତ୍ମବିଶ୍ଵାସ ଓ ମନବଳ ଦୃଢ ହେବ। ଧର୍ମକାର୍ଯ୍ୟରେ ରୁଚି ବୃଦ୍ଧି ହେବ। ଅସହାୟ ଓ ନୀଚ ଲୋକଙ୍କୁ ସାହାର୍ଯ୍ୟ କରିବାକୁ ମନ ବଳାଇବେ। ପ୍ରତିକାର-ତନ୍ଦୁରୁଟି ଗାଈକୁ ଖାଇବାକୁ ଦେବେ।

କନ୍ୟା:-

ଅଚାନକ ଧନ ପ୍ରାପ୍ତି ହେବାର ସମ୍ଭାବନା ଅଛି। ପଡୋଶୀଙ୍କ ସହିତ ଲାଗିଥିବା ବିବାଦ ଦୂର ହେବ। ଧର୍ମ କାର୍ଯ୍ୟ ଓ ଶୁଭ କାର୍ଯ୍ୟରେ ଯୋଗଦାନ କରି କିଛି ଅର୍ଥ ମଧ୍ୟ ବ୍ୟୟ କରିପାରନ୍ତି। ଗୃହୋପକରଣ, ନୂତନଦ୍ରବ୍ୟ କ୍ରୟ କରିବେ। ଚାକିରିରେ ସ୍ଥାନାନ୍ତର ଭୟ ରହିବ। ପ୍ରତିକାର:- ଦିନ ଦୁଃଖୀଙ୍କୁ ଅନ୍ନବସ୍ତ୍ର ଦାନ ଦିଅନ୍ତୁ।

ତୁଳା:-

ପରିବାରର ଅନ୍ୟ ସଦସ୍ୟଙ୍କ ପ୍ରତି ସମ୍ବନ୍ଧ ସୁଦୃଢ ହେବ। ମନୋରଞ୍ଜନ ଓ ହସ-ଖୁସିରେ ସମୟ ବ୍ୟତୀତ ହେବ। ଚାକିରୀରେ ପଦୋନ୍ନତି ମିଳିବ ଓ ଯଶ, ମାନ-ସମ୍ମାନ, ପ୍ରତିଷ୍ଠା ତଥା ଲୋକପ୍ରିୟତା ମଧ୍ୟ ହାସିଲ କରିପାରିବେ। ରାଜନୀତି କ୍ଷେତ୍ରରେ ଇଛାଶକ୍ତି ପ୍ରବଳ ହେବା ଫଳରେ ଲୋକସମ୍ପର୍କ ବଢିବ । ପ୍ରତିକାର- ସୋରିଷତେଲର ପରଟା କୁକୁରକୁ ଖାଇବାକୁ ଦିଅନ୍ତୁ।

ବିଛା:-

ପରିବର୍ତ୍ତନର ସ୍ଥିତି ଅନୁଭବ କରିବେ। ସ୍ଵାସ୍ଥ୍ୟରେ ସୁଧାର ଆସିବ। ଲୋକମାନେ ଆପଣଙ୍କ ସଚ୍ଚୋଟ ଓ ସରଳତାଭାବର ଫାଇଦା ଉଠେଇବେ। ବୌଦ୍ଧିକ କ୍ଷମତାରେ ବୃଦ୍ଧି ହେବ, କୌଣସି ମିତ୍ରଙ୍କ ଉପଦେଶ କାମରେ ଲାଗିବ। ପତ୍ନୀଙ୍କ ସହଯୋଗରେ ପଇସା ମିଳିବାର ସୂଚନା ମିଳିବ।ପ୍ରତିକାର-ବୃଦ୍ଧ ବୃଦ୍ଧାଙ୍କୁ ସହାୟତା କରି ଆଶୀର୍ବାଦ ପ୍ରାପ୍ତ କରନ୍ତୁ।

ଧନୁ:-

ଆଖପାଖକୁ ଯାତ୍ରା କରିବାର ସମ୍ଭାବନା ଅଛି। ଶୁଭ ସମାଚାର ଶୁଣି ମାନସିକ ଚିନ୍ତା ଦୂର ହେବ। ପୁରୁଣା ବନ୍ଧୁଙ୍କ ସହାୟତାରେ ଆର୍ଥିକସ୍ଥିତି ବଦଳିବ। ମିତ୍ର ସହଯୋଗୀମାନେ ସାହାଯ୍ୟ ସହଯୋଗ କରିବେ। ପ୍ରେମୀ-ମିକାଙ୍କ ସମ୍ପର୍କ ସ୍ଥାପିତହେଲେ ଦୃଢୀଭୂତ ହେବ। ପ୍ରତିକାର- ଗହମ, ଗୁଡ ବାଳକମାନଙ୍କୁ ଦାନ କରନ୍ତୁ।

ମକର:-

ଗୁରୁ-ଗୁରୁଜନ ଓ ମାତା-ପିତାଙ୍କ ଆଶୀର୍ବାଦ ସ୍ନେହ ପ୍ରାପ୍ତ ହେବ। ଧୈର୍ଯ୍ୟ ଓ ବୁଦ୍ଧିମତା  ଯୋଗେ ଅଟକିଥିବା କାର୍ଯ୍ୟର ପରିସମାପ୍ତି ଘଟିବ। ଉଧାର ଦେଇଥିବା ବା ଅଟକିଥିବା ଟଙ୍କା ମଧ୍ୟ ମିଳିଯିବ। କାମ କାର୍ଯ୍ୟରେ କୌଣସି ନୂତନ କୌଶଳ ପ୍ରୟୋଗ କରି ଦୁଇଗୁଣା ଲାଭ ଉଠେଇବେ। ପ୍ରତିକାର- ଭିକାରୀକୁ ନିରାଶ କରିବେ ନାହିଁ।

Jyotirbid Dr. Pramod Satapathy
Jantra Jyotisha

For personalized consultation and appointment,
you can connect on WhatApp @ 7008758366
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366

କୁମ୍ଭ:-

ବ୍ୟବସାୟ ପାଇଁ ନୂଆ ଅର୍ଡର ପାଇବେ ଓ ନୂତନ ଏଗ୍ରୀମେଣ୍ଟ କରିପାରିବେ। ଗୁରୁଜନଙ୍କ ଠାରୁ ଆଶୀର୍ବାଦ ପାଇ ମାଲିମୋକଦ୍ଦମାରେ ଜିତିବେ। ପରିବାର ସଦସ୍ୟଙ୍କ ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ। ସମସ୍ତ ପ୍ରକାର ପରିବେଶ ଓ ପରିସ୍ଥିତି ଆପଣଙ୍କ ସପକ୍ଷରେ ରହିବ। ପ୍ରତିକାର:- ବିରାଡିକୁ କ୍ଷୀର ଦିଅନ୍ତୁ।

ମୀନ:-

ଚାକିରୀକ୍ଷେତ୍ରରେ ଜଗିରଖି କଥାବାର୍ତ୍ତା କରିଲେ ବହୁତ ଭଲ ହେବ। ଭବିଷ୍ୟ ଯୋଜନାରେ ଚିନ୍ତିତ ରହିବେ। ରୋଜଗାର ମିଳିବାର ଉପଯୁକ୍ତ ସମୟଆଜି ହୋଇଥିବାରୁ ବ୍ୟବସାୟ ପାଇଁ ଦୂରଯାତ୍ରା କରିବେ। ଆତ୍ମବିଶ୍ଵାସରେ ବୃଦ୍ଧି ହେବ। ବହୁତ କଷ୍ଟ ଓ କଠିନ ପରିଶ୍ରମ କଲେ ସଫଳତାପୂର୍ଣ୍ଣ ଫଳ ପ୍ରାପ୍ତ କରିବେ। ପ୍ରତିକାର:- ଷଣ୍ଢକୁ ଖାଦ୍ୟ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!