ଦୈନିକ ରାଶିଫଳ: ୧୦ ମାର୍ଚ୍ଚ ୨୦୨୦, ମା ମଙ୍ଗଳାଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆକସ୍ମିକ ଧନ ଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ମାର୍ଚ୍ଚ ମାସ ୧୦ତାରିଖ, ମଙ୍ଗଳବାର, କୁମ୍ଭ ମାସ ୨୭ ଦିନ, ଚୈତ୍ର ମାସ, କୃଷ୍ଣପକ୍ଷ, ପ୍ରତିପଦା ତିଥି, ଉତ୍ତରାଫାଲଗୁନୀ ନକ୍ଷତ୍ର, ସିଂହ ରାଶିରେ ଚନ୍ଦ୍ର, ପ୍ରାତଃ ୬ଟା ୨୧ ମିନିଟ୍ ପରେ କନ୍ୟା ରାଶିରେ ଚନ୍ଦ୍ର। ମକର ରାଶିର ଘାତବାର। ବୃଷ ରାଶିର ଘାତଚନ୍ଦ୍ର। ପାଣିକଖାରୁ ନ ଖାଇଲେ ଭଲ। ଶୁଭସମୟ- ଦିବା ୯ଟା ରୁ ୧୦ଟା ୪୫ମିନିଟ୍, ଦିବା ୧ଟା ୮ମିନିଟ୍ ରୁ ୧ଟା ୨୪ମିନିଟ୍, ଦିବା ୪ଟା ୨୩ମିନିଟ୍ ରୁ ୫ଟା ୨ମିନିଟ୍, ସନ୍ଧ୍ୟା ୫ଟା ୫୨ମିନିଟ୍ ରୁ ୬ଟା ୩୮ମିନିଟ୍, ରାତ୍ର ୯ଟା ୭ମିନିଟ୍ ରୁ ୧୧ଟା ୩୧ମିନିଟ୍। ପର୍ବଦିନହୋଲି ଉତ୍ସବ, ମା ମଙ୍ଗଳା ଓ ମା ତାରା ତାରିଣୀଙ୍କ ପ୍ରଥମ ପାଳି ଯାତ୍ରା ଆରମ୍ଭ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ ପାଇଁ ଦୂରସ୍ଥାନକୁ ଯାତ୍ରା କରି ପାରନ୍ତି। ଅଟକିଥିବା କାର୍ଯ୍ୟ ପୂରଣ ହେବ। କର୍ମକ୍ଷେତ୍ରଟି ସୁଦୃଢ ହେବ ଓ ଆୟ ବୃଦ୍ଧି ହେବା ଫଳରେ ଆର୍ଥିକ ଉନ୍ନତି ହେବ। ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। ସ୍ଵାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ। ବନ୍ଧୁଙ୍କ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢି ପାରିବେ। ପରିବାର ଜନଙ୍କ ସମ୍ବନ୍ଧିତ କୌଣସି ଶୁଭ ସମାଚାର ଶୁଣିବେ। ପ୍ରତିକାରମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ବୃଷ:-

ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ। ପ୍ରେମ ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ। ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିଲେ ଅଧା ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ। ପାରିବାରିକସ୍ଥିତି ସନ୍ତୋଷ ଜନକ ହୋଇ ପରିବାରରେ ସୁସ୍ଥ ବାତା ବରଣ ଜାରି ରହିବ। ପରସ୍ପରକୁ ସାହାଯ୍ୟ କରି ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ।  ସାମାଜିକ ସ୍ତରରେ ନିଜର ଉପସ୍ଥିତି ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ହାସଲ କରିବେ। ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରି ପାରନ୍ତି। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-

ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ଜୟଯୁକ୍ତ ହେବେ। ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ। ଉଚ୍ଚପଦସ୍ଥ ବ୍ୟକ୍ତି ଓ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ନିବିଡ ହେବ। ବ୍ୟବସାୟ ପାଇଁ ଭ୍ରମଣ କରିବା ଫଳରେ ବିଶେଷ ଲାଭାନ୍ଵିତ ହେବେ। ଶତୃ ଓ ବିରୋଧୀମାନେ ପରାସ୍ତ ହେବେ। ବୁଦ୍ଧିମାତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ। ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବ। ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ସହଯୋଗ ମିଳିବ। ନୂଆ କାମ ନୂଆ ପ୍ରେରଣା ଦେବ। ରାଜନୀତିରେ ସଫଳତା ମିଳିବ। ପିଲାମାନଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ। ପ୍ରତିକାରମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କର୍କଟ:-

ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। ସ୍ଵାସ୍ଥ୍ୟସମସ୍ୟା ଦୂର ହୋଇଯିବ। କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ କରିବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂରେଇ ଯିବ। ଆୟବୃଦ୍ଧି, ଋଣମୁକ୍ତି ଓ ଲୋକ ସମ୍ପର୍କ ବୃଦ୍ଧି ହେବ। ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହୋଇ ଆର୍ଥିକସ୍ଥିତିରେ ସୁଧାର ଆସିବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସୁସମ୍ପର୍କ ରହିବ। ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ପ୍ରତିକାର ମୁହଁ ମିଠାକରି ଘରୁ ବାହାରନ୍ତୁ।

ସିଂହ:-

ସାଧୁ ସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତ ହେବ। ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ରାଜନୀତି କ୍ଷେତ୍ରରେ ସମ୍ମାନ ପାଇବେ। ବିଭିନ୍ନ ପ୍ରକାର ସମସ୍ୟା ଭିତରେ ରହି କାର୍ଯ୍ୟ ହାସଲ କରିବେ। ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ଶତୃମାନେ ମଥାନତ କରିବେ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବନାହିଁ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

ପୂର୍ବ ଶତୃମାନେ ପଛଘୁଞ୍ଚା ଦେବା ଫଳରେ ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ। ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବ। ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚାତୁରୀ କଥା କହି କାର୍ଯ୍ୟ ପୂରଣ କରିବେ। ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ଧାର୍ମିକ କାର୍ଯ୍ୟପ୍ରତି ମନ ବଳାଇବେ। ବହୁତ ଦିନରୁ ରଖିଥିବା ଧନ ଭିନ୍ନ ବାଟରେ ଖର୍ଚ୍ଚ ହୋଇ ଯାଇ ପାରେ। ଭାବି ଚିନ୍ତି କାର୍ଯ୍ୟ ନ କଲେ ଠକାମିରେ ପଡିବେ। ଭୋଗ ବିଳାସଦ୍ରବ୍ୟ କ୍ରୟକରି ଆର୍ଥିକ ଶଙ୍କଟ ଭୋଗି ପାରନ୍ତି।  ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-

ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ କର୍ମ ସମ୍ବନ୍ଧୀୟ ଶୁଭ ସମାଚାର ମିଳିବ। ବ୍ୟବସାୟରେ ଇଚ୍ଛା ମୁତାବକ ଲାଭପାଇବେ। ପାରିବାରିକ କ୍ଷେତ୍ରରେ ସଫଳତା ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପରୀକ୍ଷା, ପ୍ରତିଯୋଗୀତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ଗୁରୁ ଗୁରୁଜନ ଆପଣଙ୍କ ବୁଦ୍ଧିକୁ ପ୍ରଶଂସା କରିବେ। ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ବିଚ୍ଛା:-

ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। ଦୂରସ୍ଥାନକୁ ଯାତ୍ରା କରିବେ। ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ପ୍ରଚୁର ଲାଭବାନ ହେବେ। ଋଣ ପରିଶୋଧ କରିବାର ସୁଯୋଗ ପାଇବେ। କଳେବଳେ କୌଶଳରେ ଅର୍ଥ ସଂଗ୍ରହ କରି ମଉଜ ମଜଲିସ୍ କରିବା ପାଇଁ ସମୟ ପାଇବେ। ପାରିବାରିକସ୍ଥିତି ସନ୍ତୋଷ ଜନକ ରହିବ। ରାଜନୀତିରେ ସଫଳତା ମିଳିବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ଭାଇ ବନ୍ଧୁ ମାନଙ୍କ ଠାରୁ ଲାଭ ମିଳିବ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ପ୍ରତିକାରମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ।

ଧନୁ:-

ସମସ୍ତ ପ୍ରକାର ବ୍ୟବସାୟରେ ଉନ୍ନତି ଓ ଲାଭବାନ୍ ହେବେ। ଜଗାଜମି, ଗୃହ ଉପକରଣ କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରନ୍ତି। ବ୍ୟବସାୟ କ୍ଷେତ୍ରରେ ସଙ୍କଟ ଜନକ ପରିସ୍ଥିତିର ଅବସାନ ଘଟିବ। ଋଣପ୍ରାପ୍ତି ଓ ଋଣମୁକ୍ତିର ରାସ୍ତା ପରିଷ୍କାର ହେବ। ସାହିତ୍ୟ, ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ପରୋପକାର ଏବଂ ସମାଜସେବା କାର୍ଯ୍ୟରେ ରୁଚି ବୃଦ୍ଧିହେବ। ବିଗିଡିଯାଇଥିବା କାର୍ଯ୍ୟ ସୁଧୁରିଯିବ। ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ। ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ପ୍ରତିକାରଅସହାୟକୁ ନିରାଶ କରିବେ ନାହିଁ।

ମକର:-

ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ଧୈର୍ଯ୍ୟ ଓ ସଂଯମ ରଖିବା ଆବଶ୍ୟକ। ଅସହାୟ ମାନଙ୍କୁ ସାହାଯ୍ୟ କରିବା ଫଳରେ ଲୋକମାନଙ୍କ ନିକଟରେ ମାନସମ୍ମାନ ପ୍ରତିଷ୍ଠା ପ୍ରତିପ୍ରତ୍ତି ବୃଦ୍ଧି ପାଇବ।   ବେମାର, ବୃଦ୍ଧଜନ ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ। ନିମ୍ନବର୍ଗ କର୍ମୀଙ୍କ ପ୍ରତି ସତର୍କ ରହି ଚଉଆଖିଆହୋଇ କର୍ତ୍ତବ୍ୟ ପାଳି ଚାଲିଲେ ସାମାଜିକ ପତିଆରା ଅମଳିନ ରହିବ। ଶତ୍ରୁମାନଙ୍କ ଉପରେ ନଜର ନରଖିଲେ କ୍ଷତିରେ ପଡିବେ। ମାଲି ମୋକଦ୍ଦମାରେ ଆଗ୍ରହ ଦେଖା ଦେବ। ସନ୍ତାନ ଯୋଗେ ଚିନ୍ତିତ ହେବେ। ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ। ବିପରୀତ ଲିଙ୍ଗୀଙ୍କ ସହଯୋଗ ଦ୍ଵାରା ଆଗକୁ ବଢିବେ। ବ୍ୟବସାୟରେ ଶତୃମାନେ ପରାଜିତ ହୋଇ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ନିଜର କାମକୁ ପଛରେ ପକାଇ ଅନ୍ୟଦ୍ଵାରା ପ୍ରଭାବିତ ହୋଇ କୌଣସି ଶୁଭ କାମ କରିବେ। ଫୋନ ବା ଇଣ୍ଟରନେଟ୍ ରେ ପୁରୁଣା ମିତ୍ରଙ୍କ ଠାରୁ ସୁସମ୍ବାଦ ପ୍ରାପ୍ତି ହେବ। ନୂତନ ବନ୍ଧୁ ଭେଟ ହେବେ। ଧର୍ମ କର୍ମରେ ରୁଚି ରହିବ। ମିତ୍ରଙ୍କ ସାହାଯ୍ୟ ଦ୍ଵାରା କର୍ମ ହେବ ଓ ମନ ଲଗାଇ କାର୍ଯ୍ୟ ମଧ୍ୟ କରିବେ। କୌଣସି ନୂତନ କାର୍ଯ୍ୟ କରିବା ଠିକ୍ ନୁହେଁ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।

ମୀନ:-

ଶାରୀରିକ କଷ୍ଟ ଦୂର ହୋଇ ସ୍ୱାସ୍ଥ୍ୟ ଭଲ ରହିବ। ସମସ୍ତ ସମସ୍ୟାର ଫଇସଲା ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ।ଆବଶ୍ୟକୀୟ ନୂତନ ବସ୍ତୁ କ୍ରୟ କରି ପାରିବେ। ପରିବାର ଓ ମିତ୍ରଙ୍କ ସହିତ ସମୟ ବିତେଇବେ। ମନରେଥିବା କାମନା ପୂର୍ଣ୍ଣ ହେବ।   ନିଜର ଚତୁରତା ଓ ବିବେକ ବଳରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇ ପାରିବେ। ବନ୍ଧୁ ମିତ୍ରଙ୍କ ଆଗମନ ହେବ। ସନ୍ତାନ ସମ୍ବନ୍ଧିୟ କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ। ଶିକ୍ଷାର୍ଥୀମାନେ ଅଧିକ ଭାଗ୍ୟବାଦି ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ଦୂରଯାତ୍ରା କରିବା ଦ୍ଵାରା ବହୁତ ଲାଭ ମିଳିବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!