ଦୈନିକ ରାଶିଫଳ: 10 ମାର୍ଚ୍ଚ 2021, ଶ୍ରୀ ଗଣେଶଙ୍କ କୃପାରୁ ଆଜି ଏହି ରାଶି ବ୍ୟକ୍ତିଙ୍କୁ ମିଳିବ କର୍ମରେ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ମାର୍ଚ୍ଚମାସ ୧୦ତାରିଖ, ବୁଧବାର, କୁମ୍ଭମାସ ୨୭ଦିନ, ଫାଲଗୁନମାସ, କୃଷ୍ଣପକ୍ଷ, ଦ୍ଵାଦଶୀତିଥି, ଶ୍ରବଣା ନକ୍ଷତ୍ର, ମକର ରାଶିରେ ଚନ୍ଦ୍ର । କର୍କଟ ରାଶିର ଘାତବାର । ସିଂହ ରାଶିର ଘାତଚନ୍ଦ୍ର । ପୋଇ, ମସୁରଡାଲି ନ ଖାଇଲେ ଭଲ, ଦିବା ୨ଟା ୪୦ମିନିଟ୍ ପରେ ବାଇଗଣ ନ ଖାଇଲେ ଭଲ । ଶୁଭସମୟ- ପ୍ରାତଃ ୬ଟା ୩ମିନିଟ୍ ରୁ ୭ଟା ୩୬ମିନିଟ୍, ଦିବା ୧୦ଟା ୨୯ମିନିଟ୍ ରୁ ୧୧ଟା ୩୨ମିନିଟ୍, ଦିବା ୧ଟା ୫୬ମିନିଟ୍ ରୁ ୫ଟା ୩ମିନିଟ୍, ସନ୍ଧ୍ୟା ୬ଟା ୪୦ମିନିଟ୍ ରୁ ରାତ୍ର ୧୦ଟା ୪୨ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ପ୍ରାପ୍ତି ହେବ । କର୍ମକ୍ଷେତ୍ରରେ ପଦ ପଦବୀ ଲାଭ ହେବା ସହ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଓ ସ୍ୱର୍ଣ୍ଣ ଅଳଙ୍କାର କ୍ରୟ କରି ପାରିବେ । ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ ଓ ପ୍ରିୟବନ୍ଧୁ ଆର୍ଥିକ ସହାୟତାର ହାତ ବଢେଇବେ । ପରିବାରର ଆବଶ୍ୟକତା ପୂରଣ ଦିଗରେ ମନ ନିବେଶ କରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-

ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତିହେବ । ଭାଇ ବନ୍ଧୁ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗରେ ଆଗକୁ ବଢି ପାରିବେ । ରାଜନୀତି କ୍ଷେତ୍ରରେ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ପ୍ରତିଦ୍ୱିନ୍ଦିତା ଓ ସାକ୍ଷାତ୍କାରରେ ବିଜୟୀ ହୋଇ ଉଚ୍ଚ ପ୍ରଶଂସିତ ହେବେ । ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ପାରିବାରିକ ଜୀବନ ସାମୟିକ ଭାବେ ଆନନ୍ଦମୟ ହେବ ଓ ଦାମ୍ପତ୍ୟ ଜୀବନ ସୁଖମୟ ହେବ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ମିଥୁନ:-

ବ୍ୟବସାୟ କ୍ଷେତ୍ରରେ ପ୍ରତିଦ୍ୱନ୍ଦିତା ଲାଗି ରହିଲେ ବି ଆଶାତୀତ ଲାଭ ପାଇବେ । ଆର୍ଥିକ ସନ୍ତୁଳନ ସୁରକ୍ଷିତ ହେବା କାରଣରୁ ବିପର୍ଜ୍ୟସ୍ତ ଅର୍ଥନୀତିର ବିପଦରୁ ମୁକ୍ତ ହେବେ । ରାଜନୀତି କ୍ଷେତ୍ରରେ ଆନୁଷ୍ଠାନିକ କ୍ଷେତ୍ରରେ ବ୍ୟସ୍ତତା ଭିତରେ କାର୍ଯ୍ୟ ସାଧନ କରିବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦ ବିବାଦ, କ୍ରିଡା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଦୂରଯାତ୍ରା କଷ୍ଟକର ହେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-

ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ । ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁ ନୂତନ ବ୍ୟବସାୟର ଯୋଜନା କରିବେ । ପ୍ରେମ ସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୂରତା ସୃଷ୍ଟିହେବ । ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ । ଯଦି କୌଣସି ପୁରାତନ ଯୋଜନାକୁ କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ହେଲେ ଆଗେଇ ନବା ଉଚିତ୍ । ଦାମ୍ପତ୍ୟ ସୁଖରେ ବାଧା ଆସିବ । ପ୍ରତିକାର:- ଚାଉଳ କୁଆ ପାରାଙ୍କୁ ଖାଇବାକୁ ଦିଅନ୍ତୁ ।

ସିଂହ:-

ଧନଧାନ୍ୟ, ଗୋ-ସଂପଦ, ଭୂମି, ବସ୍ତ୍ର ଆଭୂଷଣଆଦି ପ୍ରାପ୍ତି ହେବ । ପରିବାରରେ ମନୋମାଳିନ୍ୟ ମେଣ୍ଟିଯିବ । ବ୍ୟବସାୟରେ ଭାଗୀଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ । ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବା ଫଳରେ ସ୍ଥାନ-ମାନ ପ୍ରତି ବିପଦ କଟିଯିବ । ପୁରାତନରୋଗର ପ୍ରକୋପରେ ହଇରାଣ ହରକତ ହେବେ । ଯାନବାହାନ ଓ ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କନ୍ୟା:-

ସନ୍ତାନମାନଙ୍କର ଉନ୍ନତି, ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ । ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବା ସହ ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ । ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ । ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍, ଆଡମ୍ବରରେ ଉତ୍ସାହ ବଢିବ । କ୍ରୋଧ ନିୟନ୍ତ୍ରଣ ନ ରଖିଲେ ଅନେକ କ୍ଷତି ହେବ । ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ତୁଳା:-

ଜାଗା, ଜମି, ଗୃହସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ । ବିଦ୍ୟୁତ୍ ଯନ୍ତ୍ର ଚାଳନ, ଯାନବାହାନ ତଥା ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନଙ୍କର ଆକସ୍ମିକ ଧନ ପ୍ରାପ୍ତି ହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ । ଧର୍ମ କାର୍ଯ୍ୟପ୍ରତି ମନ ବଳାଇ କିଛି ଅର୍ଥ ବ୍ୟୟ କରିବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ବିଚ୍ଛା:-

କର୍ମକ୍ଷେତ୍ରରେ ବରିଷ୍ଠବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢ଼ୀଭୂତ ହେବ । ବ୍ୟବସାୟ କ୍ଷେତ୍ରରେ ପ୍ରସାର, ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ମନ ବଳେଇବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ପ୍ରଶଂସିତ ହେବେ । ରାଜନୈତିକ କ୍ଷେତ୍ରରରେ ସ୍ଥିତି ସୁଦୃଢ ହେବା ସହ କାର୍ଯ୍ୟଭାର ବୃଦ୍ଧି ହେବ । ସ୍ଥଗିତଥିବା କର୍ମଟି ସହଜ ସୁବିଧାରେ ହୋଇଯିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ଧନୁ:-

କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । ପାରିବାରିକ ଜୀବନ ଆନନ୍ଦରେ କଟିବ । ଧର୍ମ କାର୍ଯ୍ୟରେ ଯୋଗ ଦେଇ ଦେବ ଦର୍ଶନ କରିବେ । ପ୍ରତିଯୋଗିତା ପରୀକ୍ଷାରେ ଆଶା ମୁତାବକ ଫଳ ପାଇବେ । ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ପରିବାରର ସମସ୍ତ ସଦସ୍ୟଙ୍କର ସହଯୋଗ ପାଇବେ । ରାଜନୀତି କ୍ଷେତ୍ରରେ ଯଶମାନ ବୃଦ୍ଧି ହେବ । ପରିବାର ହିତ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ । ସନ୍ତାନ ଯୋଗେ ଚିନ୍ତିତ ରହିବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ମକର:-

ଦୂରଯାତ୍ରାରେ ସହଯୋଗ ପ୍ରାପ୍ତି ହେବ ଓ କମ୍ ପରିଶ୍ରମରେ ଆଶାଜନକ ଫଳପାଇବେ । ପରିବାରର ସଦସ୍ୟଙ୍କ ସହିତ ସୌହାଦ୍ୟ ପୂର୍ଣ୍ଣ ସଂପର୍କ ରହିବ । ବନ୍ଧୁ, ମିତ୍ର ଏବଂ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ । ସ୍ଥଗିତଥିବା କର୍ମଟି ଓ ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ପୂରଣ ହୋଇଯିବ । ମାନସିକ ଦୁଶ୍ଚିନ୍ତା ଦୂରହେବ । ଭାଗିଦାରୀ ମାନଙ୍କ ଠାରୁ ସାହାଯ୍ୟ ପାଇ ଲାଭବାନ୍ ହେବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

କୁମ୍ଭ:-

ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ପ୍ରବାସ ଯାତ୍ରାରେ ଲାଭବାନ ହେବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରନ୍ତି । ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଜୟଯୁକ୍ତ ହେବେ । କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନରେ ଆଗ୍ରହ ବଢିବ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ମୀନ:-

କର୍ମକ୍ଷେତ୍ରରେ ଉଚ୍ଚାଧିକାରୀ ଓ ସହକର୍ମୀଙ୍କ ସହ ବାଦବିବାଦ ମେଣ୍ଟିଯିବ । ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ । ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ । ପ୍ରତିଯୋଗିତା ପରୀକ୍ଷାରେ ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ । ସାହିତ୍ୟ, କଳାରେ ଉଚ୍ଚପ୍ରଶଂସା ପାଇବେ । ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ । ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ । ପ୍ରତିକାର- ମିଶ୍ରିଟିକେ ଖାଇ ଘରୁ ବାହାରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!