ଦୈନିକ ରାଶିଫଳ: 10 ମାର୍ଚ୍ଚ 2022, ମା’ ଲକ୍ଷ୍ମୀଙ୍କ କୃପାରୁ ଏହି 4ଟି ରାଶିଙ୍କୁ ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା, ମାର୍ଚ୍ଚ ମାସ ୧୦ ତାରିଖ, ଗୁରୁବାର, କୁମ୍ଭ ମାସ ୨୬ ଦିନ, ଫାଲଗୁନ ମାସ, ଶୁକ୍ଳପକ୍ଷ, ଅଷ୍ଟମୀ ତିଥି, ରୋହିଣୀ ନକ୍ଷତ୍ର ଦିବା ୧୧ଟା ୩୦ମିନିଟ୍ ଗତେ ମୃଗଶିରା ନକ୍ଷତ୍ର, ବୃଷ ରାଶିରେ ଚନ୍ଦ୍ର । ପ୍ରୀତି ଯୋଗ । ବିଷ୍ଟି କରଣ ଦିବା ୪ଟା ୧୫ମିନିଟ୍ ଗତେ ବବ କରଣ । ତୁଳା,କୁମ୍ଭ ରାଶିର ଘାତବାର । ବିଛା ରାଶିର ଘାତଚନ୍ଦ୍ର ରାତି ୧ଟା ୨ ମିନିଟ୍ ଗତେ କନ୍ୟା ରାଶିର ଘାତଚନ୍ଦ୍ର । ନଡିଆ, ଆମିଷ ନ ଖାଇଲେ ଭଲ । ଯୋଗିନୀ- ଐଶାନ୍ୟେ ନିଶାନ୍ତ ୫ଟା ୩୪ମିନିଟ୍ ପରେ ପୂର୍ବେ ଯାତ୍ରା ନିଷେଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶ୍ରାଦ୍ଧ ତର୍ପଣ- ଅଷ୍ଟମୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୨ଟା ୫୪ମିନିଟ୍ ରୁ ୫ଟା ୫୨ମିନିଟ୍, ରାତ୍ରି ୧୧ଟା ୫୬ମିନିଟ୍ ରୁ ୧ଟା ୨୯ମିନିଟ୍ । ଶୁଭସମୟ- ପ୍ରାତଃ ୬ଟା ୦୪ମିନିଟ୍ ରୁ ୭ଟା ୩୭ମିନିଟ୍, ଦିବା ୧୦ଟା ୪୭ମିନିଟ୍ ରୁ ୧ଟା ୦୭ମିନିଟ୍, ରାତ୍ର ୨ଟା ୪୮ମିନିଟ୍ ରୁ ୩ଟା ୩୬ମିନିଟ୍ ।

ମେଷ:-ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନ ସନ୍ତୁଷ୍ଟ ରହିବ । ସାମାଜିକ କ୍ଷେତ୍ରରେ ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି ହେବ । କର୍ମକ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁ ଶାନ୍ତି ପାଇବେ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ରାଜନୀତିରେ ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।

ବୃଷ:-ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେବେ । କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ । ଆଲୋଚନା କ୍ଷେତ୍ରରେ ସୁଫଳ ପାଇବା ସହ ମାନପ୍ରତିଷ୍ଠାରେ ବୃଦ୍ଧି ହେବ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ । ବାସଗୃହ ଓ ଯାନବାହନର କେତେକ ସମସ୍ୟା ସମାଧାନ ହୋଇଯିବ । ଆତ୍ମୀୟଙ୍କ ଡାକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ । କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ । ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ ।

ମିଥୁନ:-ସାଙ୍ଗସାଥିମାନେ ସାହାଯ୍ୟ ସହଯୋଗ କରିବେ । କର୍ମକ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ । କେତେକ କ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ଦେଇ ପ୍ରଶଂସିତ ହେବେ । ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ପରୀକ୍ଷା ପ୍ରତି ଯୋଗିତାରେ ଶୁଭଫଳ ମିଳିବ । ପାଖ ପଡୋଶୀମାନେ କଟୁବଚନ ଶୁଣେଇ ପାରନ୍ତି । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

କର୍କଟ:-ଶତୃମାନେ ପରାଜିତ ହେବେ । ବ୍ୟବସାୟ ପାଇଁ ଭ୍ରମଣ କରିବା ଫଳରେ ବିଶେଷ ଲାଭାନ୍ଵିତ ହେବେ । ସମ୍ମାନର ସହିତ ଦିନଚର୍ଯ୍ୟା କରି ଶାରିରୀକ ଅସୁସ୍ଥତା ଦୂରହେବ । ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ । ଅବିବାହିତ ଯୁବକ ଓ ଯୁବତୀ ମାନଙ୍କର ବିବାହ ଧାର୍ଯ୍ୟ ହେବ । ଭାଇ ବନ୍ଧୁମାନେ କର୍ମକ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ । ଚେଷ୍ଟା କଲେ କାହାକୁ ଦେଇଥିବା ଧନ ମିଳିଯିବ । ଦୂର ଯାତ୍ରାରେ ସଫଳତା ମିଳିବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ସିଂହ:-ଶୁଭ ସମ୍ବାଦ ପାଇ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ ଓ ସହନଶୀଳତା ଯୋଗେ ପ୍ରଶଂସା ମିଳିବ । ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । ବନ୍ଧୁମାନେ ସାହାଯ୍ୟ ସହଯୋଗର ହାତ ବଢେଇବେ । ନୂତନ କର୍ମପ୍ରାପ୍ତିର ସୁଯୋଗ ମିଳିବ । ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ । ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କନ୍ୟା:-ଶତୃମାନେ ମଥାନତ କରିବେ । ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭର ସୁଯୋଗ ପାଇବେ । ନୂଆ ସୁଯୋଗ ମିଳିବା ହେତୁ ନୂତନ କାର୍ଯ୍ୟ ଆରମ୍ଭ କରି ପାରିବେ । ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ । ପ୍ରେମ କ୍ଷେତ୍ରରେ ମିତ୍ରମାନଙ୍କ ଦ୍ଵାରା ଲାଭ ପାଇବେ । ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ । କୌଣସି ନୂତନ ବନ୍ଧୁ ବ୍ୟକ୍ତିଙ୍କ ସହିତ ଭେଟ ହେବ । ପ୍ରତିକାର- ହଳଦୀଚନ୍ଦନ ଟୀକା ମୁଣ୍ଡରେ ଲଗାନ୍ତୁ ।

ତୁଳା:-ସାମାଜିକ ପତିଆରା ଅମଳିନ ରହିବ । ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । ନୂତନ ବନ୍ଧୁଙ୍କୁ ପାଇ ଖୁସୀ ହେବେ । ବ୍ୟବସାୟରେ ଯେତେ ପରିଶ୍ରମ କରିବେ ସେତେ ଲାଭ ବାନ୍ ହେବେ । ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହେବ । ଭାବନାର ବଶୀଭୂତ ହୋଇ ଅମିନୀ, ଜାମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ । ତେଣୁ ଧୈର୍ଯ୍ୟର ସହ ଅପେକ୍ଷା କରିବାକୁ ପଡ଼ିବ । ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହୋଇପାରେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ପାଇ ସୁଖ ସମୃଦ୍ଧି ବୃଦ୍ଧିହେବ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ । ପରିବାରରେ ଓ କୁଟୁମ୍ବରେ ଗୁରୁତ୍ଵପୂର୍ଣ୍ଣ କାର୍ଯ୍ୟର ଦାୟିତ୍ୱ ନେଇ ପ୍ରଶଂସା ପାଇବେ । ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ବେପରୁଆ କାର୍ଯ୍ୟକଳାପ ଯୋଗୁ ଉଚ୍ଚବର୍ଗଙ୍କଠାରୁ ସମାଲୋଚିତ ହେବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ । ସନ୍ତାନର ଖୁସି ଓ ସୁରକ୍ଷିତ ଅନୁଭବ କରିବେ । ଉଚ୍ଚାଧିକାରୀ ଓ ବରିଷ୍ଠବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ଆତ୍ମନିର୍ଭର ଶୀଳ ହେବେ । ଦାମ୍ପତ୍ୟ ଓ ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ । ରାଜନୀତିରେ ସ୍ଵାର୍ଥରକ୍ଷା କରି କଠିନ ପରିଶ୍ରମ କରିବାକୁ ପଡିବ । ବନ୍ଧୁବାନ୍ଧବଙ୍କ ଦିଗରୁ ସ୍ଵାର୍ଥ ପ୍ରବଣତାର ଅଭିବୃଦ୍ଧି ଘଟିବ । ଆତ୍ମୀୟ ମିତ୍ରଙ୍କ ସାହାଯ୍ୟରେ ବନ୍ଦ ଥିବା କାର୍ଯ୍ୟ ପୂରଣ ହେବ । ପ୍ରତିକାର- ହଳଦୀଚନ୍ଦନ ଟୀକା ମୁଣ୍ଡରେ ଲଗାନ୍ତୁ ।

ମକର:-ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । କର୍ମକ୍ଷେତ୍ରରେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରୀ ହୋଇ ପାରିବେ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରତିଯୋଗୀତା ପରୀକ୍ଷା, ସାକ୍ଷାତ କାରରେ ବିଜୟୀ ହେବେ । ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ । ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ନିଶ୍ଚିତ ଭାବେ ପାଇବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

କୁମ୍ଭ:-ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ । ଧର୍ମ କାର୍ଯ୍ୟରେ ଯୋଗଦେଇ ଦେବଦର୍ଶନ କରିବେ । କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ରାଜନୀତି କ୍ଷେତ୍ରରେ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ଆମୋଦ ପ୍ରମୋଦ, ମନୋରଞ୍ଜନରେ ଯୋଗ ଦେବେ । ପରିବାରର କେତେକ ଅକୁହା କଥା ଚିନ୍ତା କରି ଅନ୍ୟମାନଙ୍କୁ ସନ୍ଦେହ ଦୃଷ୍ଟିରେ ଦେଖି ପାରନ୍ତି । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ମୀନ:-ସନ୍ତାନମାନଙ୍କ ଉନ୍ନତି ପାଇଁ ଖୁସି ରହିବେ । ବ୍ୟବସାୟରେ ନୂତନ ଯୋଜନା ପ୍ରସ୍ତୁତ କରି ଲାଭବାନ ହେବେ । ସାର୍ବଜନୀନ ସମ୍ପର୍କରେ ବ୍ୟକ୍ତିତ୍ଵର ବିକଶିତ ହୋଇ ଉତ୍ସାହ ବୃଦ୍ଧି ପାଇବ । ମାଲିମକଦ୍ଦମା, ବାଦବିବାଦ, ପ୍ରତିଯୋଗିତା ପରୀକ୍ଷାରେ ସଫଳତା ମିଳିବ । ଛାତ୍ର ଛାତ୍ରୀମାନେ ବିଦ୍ୟା ଓ ଖେଳରେ ପ୍ରଶଂସା ପାଇବେ । ଶ୍ରମିକ ଓ କର୍ମଚାରୀମାନଙ୍କର ମଉଜ ମସ୍ତିରେ ସମୟ କଟି ପାରେ । ଗୃହୋପକରଣ କ୍ରୟ କରିବା ପାଇଁ ମନ ବଲେଇବେ । ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!