ଦୈନିକ ରାଶିଫଳ: 10 ମାର୍ଚ୍ଚ 2023, ଶୁକ୍ରବାର, ମା’ ସନ୍ତୋଷୀଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ହେବ ଆକସ୍ମିକ ଧନ ପ୍ରାପ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୩ ମସିହା, ମାର୍ଚ୍ଚମାସ ୧୦ ତାରିଖ, ଶୁକ୍ରବାର, କୁମ୍ଭମାସ ୨୬ ଦିନ, ଚୈତ୍ରମାସ, କୃଷ୍ଣପକ୍ଷ, ତୃତୀୟାତିଥି, ଚିତ୍ରାନକ୍ଷତ୍ର, କନ୍ୟା ରାଶିରେ ଚନ୍ଦ୍ର ସନ୍ଧ୍ୟା ୬ଟା ୩୬ ମିନିଟ ପରେ ତୁଳା ରାଶିରେ ଚନ୍ଦ୍ର। ବୃଦ୍ଧି ଯୋଗ ରାତି ୮ଟା ୩୮ ମିନିଟ ପରେ ଧୃବ ଯୋଗ। ବଣିଜ କରଣ ଦିବା ୯ଟା ୨୧ମିନିଟ୍ ପରେ ବିଷ୍ଟି କରଣ। ବିଛା, ଧନୁ ଓ ମୀନ ରାଶିର ଘାତବାର। ବୃଷ ରାଶିର ଘାତଚନ୍ଦ୍ର ସନ୍ଧ୍ୟା ୬ଟା ୩୬ମିନିଟ୍ ପର୍ଯ୍ୟନ୍ତ। ନିଷିଦ୍ଧ ଖାଦ୍ୟ- ପୋଟଳ ନ ଖାଇଲେ ଭଲ ରାତ୍ରି ୯ଟା ୪୨ ମିନିଟ ପରେ ମୂଳା ନ ଖାଇଲେ ଭଲ। ଯୋଗିନୀ- ଆଗ୍ନେୟେ ରାତ୍ରି ୯ଟା ୪୨ମିନିଟ୍ ପରେ ନୈଋତେ ଯାତ୍ରା ନିଷେଧ। ଶ୍ରାଦ୍ଧ ତର୍ପଣ- ତୃତୀୟାର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ। ଅଶୁଭସମୟ- ଦିବା ୯ଟା ରୁ ୧୧ଟା ୫୭ମିନିଟ୍, ରାତ୍ରି ୮ଟା ୫୩ମିନିଟ୍ ରୁ ୧୦ଟା ୨୫ମିନିଟ୍। ଶୁଭସମୟ- ପ୍ରାତଃ ୬ଟା ୦୩ମିନିଟ୍ ରୁ ୬ଟା ୫୦ମିନିଟ୍, ସକାଳ ୭ଟା ୩୭ ମିନିଟ ରୁ ୯ଟା, ଦିବା ୧୨ଟା ୨୦ମିନିଟ୍ ରୁ ୨ଟା ୪୨ମିନିଟ୍, ଦିବା ୪ଟା ୧୬ ମିନିଟ ରୁ ୫ଟା ୫୧ ମିନିଟ, ସନ୍ଧ୍ୟା ୭ଟା ୨୮ ମିନିଟ ରୁ ୮ଟା ୫୩ ମିନିଟ, ରାତ୍ର ୧ଟା ୫୮ମିନିଟ୍ ରୁ ୪ଟା ୨୪ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-ବ୍ୟବସାୟରେ ସଫଳତା ଅର୍ଜନ କରିବେ। ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ। ବ୍ୟବସାୟ କ୍ଷେତ୍ରରେ ପୁରୁଣାପ୍ରାପ୍ୟ ଆଦାୟ ହୋଇ ପାରିବ। ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ଉଚ୍ଚାଧିକାରୀଙ୍କଠାରୁ ସହଯୋଗ ପାଇ ସହକର୍ମୀଙ୍କ ସହ ବିବାଦ ମେଣ୍ଟିଯିବା ଫଳରେ କର୍ମକ୍ଷେତ୍ରରେ ଆତ୍ମସନ୍ତୋଷ ଦେଖା ଦେବ। ଅଚାନକ ଧନପ୍ରାପ୍ତି, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବେ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

ବୃଷ:-ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ବନ୍ଧୁ, ମିତ୍ର ଏବଂ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ। କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ। ନିଜର ସାମୁଦାୟିକ ମାମଲା ବା ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ। ପୁରାତନ ରୋଗର ପ୍ରକୋପରେ ହଇରାଣ ହରକତ ହେବେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ଭ୍ରମଣ, ରାଜନୀତି, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କର୍କଟ:-ସ୍ଥଗିତଥିବା କର୍ମଟି ପୂରଣ ହେବାପାଇଁ ଆର୍ଥିକ ସଙ୍କଟ ଦୂରେଇ ଯିବ। ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ। ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡିବ। ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। କୌଣସି ନୂତନ କର୍ମ କରୁଥିଲେ ସେଥିରେ ବିଜୟୀ ହେବେ। ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ପ୍ରତିକାର- କଉଡି ଗୋଟିଏ ପାଖରେ ରଖନ୍ତୁ।

ସିଂହ:-ସରକାରୀ କାମରେ ସଫଳତା ପାଇବେ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପରିଶ୍ରମ ଓ ମେହନତର ପରିଣାମ ମିଳିବ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କନ୍ୟା:-ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ଲାଭ ପାଇବେ। ପ୍ରେମିକ ପ୍ରେମିକା ମାନଙ୍କର ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ସ୍ୱାସ୍ଥ୍ୟ ଠିକ୍ ରହିବ। ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବା ସହ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ। ବିଦ୍ୟାରେ ଉନ୍ନତି କରିବେ। ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ତୁଳା:-କାର୍ଯ୍ୟକ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ଠିକ୍ ଭାବେ ସଂପୂର୍ଣ୍ଣ ହେବ। ଭୋଗ ବିଳାସକୁ ତୁଚ୍ଛମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂରେଇ ଯିବ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। ରାଜନୀତି କ୍ଷେତ୍ରରେ ସମ୍ମାନ ପାଇବେ। ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ। ଲୋକମାନଙ୍କ ସହିତ ମିଳିମିଶି କାମ କରି ଲକ୍ଷପ୍ରତି ଯଥାର୍ଥବାଦୀ ହେବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ବିଚ୍ଛା:-କଠିନ ପରିଶ୍ରମ କରିବା ଫଳରେ ସମସ୍ତ ସଦସ୍ୟ ଆପଣଙ୍କ ପ୍ରତି ସହଯୋଗ, ସହାନୁଭୂତି, ସୁସଂପର୍କ ରଖି ପ୍ରଶଂସା କରିବେ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ। ପ୍ରେମପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ଆନୁଷ୍ଠାନିକ କାମରେ ଠିକ୍ ପରାମର୍ଶ ଦେଇ ଆଦର, ସମ୍ମାନ ପାଇବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ରାଜନୈତିକ କ୍ଷେତ୍ରରେ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ଉଚ୍ଚଶିକ୍ଷା କ୍ଷେତ୍ରକୁ ଆଗେଇବା ପାଇଁ ଚେଷ୍ଟା ଜାରି ରଖିବେ। ମିତ୍ରଙ୍କ ସାହାଯ୍ୟ ଦ୍ଵାରା ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ବିଦ୍ୟା କ୍ଷେତ୍ରରେ ଆଶାମୁତାବକ ଫଳ ପାଇବେ। ରାଜନୀତି କ୍ଷେତ୍ରରେ ଶତୃ ଓ ବିରୋଧୀମାନେ ପରାସ୍ତ ହେବେ। ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ। ପିଲାମାନଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ। ଆଚାର ବ୍ୟବହାରର ପରି ବର୍ତ୍ତନ କରି ଗୁରୁଜନଙ୍କ ସନ୍ତୋଷ ଭାଜନ ହେବେ। କୌଣସି ଭୁଲ୍ କାମ କରି ଅନୁତାପ କରି ପାରନ୍ତି। ବୁଦ୍ଧିମାତା କାରଣରୁ କେତେକ କ୍ଷେତ୍ରରେ ସଫଳତା ମିଳିବ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କୁମ୍ଭ:-ଛାତ୍ରଛାତ୍ରୀ ମାନଙ୍କର ବିଦ୍ୟାରେ ଉନ୍ନତି ହେବା ସହ ପ୍ରଶଂସିତ ହେବେ। ସାମାଜିକ ପତିଆରା ଅମଳିନ ରହିବ। ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ। ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ପଡ଼ିବ। ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ। ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ସହକର୍ମୀ ଓ ଅଧସ୍ତନ କର୍ମଚାରୀଙ୍କ ସହ ସମ୍ପର୍କ ଭଲ ରହିବା ସହ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ। ସାମାଜିକ କାର୍ଯ୍ୟରେ ରତ ହେଲେ ସାଧୁସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତ ହେବ। ପୁରାତନ ରୋଗର ପ୍ରକୋପରେ ହଇରାଣ ହରକତ ହେବେ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!