ଆଜି କେମିତି ରହିବ ଆପଣଙ୍କ ଦିନ : ୧୦ ମଇ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୧୦ ମଇ ୨୦୧୮

ମେଷ-

ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂରେଇ ଯିବ। ଆୟବୃଦ୍ଧି, ଋଣମୁକ୍ତି, କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ। ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ପ୍ରତିକାର-ଅନ୍ଧ ଭିକାରୀକୁ ସାହାଯ୍ୟ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ-

କୌଣସି ପୋଗ୍ରାମ୍ ବା କାର୍ଯ୍ୟକ୍ରମରେ ସମ୍ମାନିତ ହେବେ। ବିଦ୍ୟାଧ୍ୟୟନ ସମ୍ବନ୍ଧୀୟ ଶୁଭ ସମାଚାର ମିଳିବ। ଗୃହରେ ଶୁଭ କାର୍ଯ୍ୟ ମଧ୍ୟ ହୋଇପାରେ। ଧନ ଲାଭ ସହିତ ଜିମ୍ମେଦାରୀ ବଢିଯିବ। ବାହନ ଆଦି କ୍ରୟ କରିପାରିବେ। ସ୍ଵାସ୍ଥ୍ୟରେ ସୁଧାର ଆସିବ। ଅଚାନକ ଭାବରେ ଦୂରଯାତ୍ରା କରିବେ। ପ୍ରତିକାର-ଗାଈକୁ ସଦ୍ୟ କଞ୍ଚାଘାସ  ଖୁଆନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy

Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988

ମିଥୁନ-

ବ୍ୟବସାୟରେ ସାମାନ୍ୟ ଲାଭ। ଅନେକ ଶୁଭ କର୍ମର ସୁଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ। ମହିଳାମାନେ ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ପ୍ରତିକାର:-ଲାଲଚନ୍ଦନ ଓ ମସୁରଡାଲି ଧର୍ମସ୍ଥାନରେ ଦେବେ।

କର୍କଟ

କର୍ମକ୍ଷେତ୍ରରେ ଅସନ୍ତୋଷ, ଭ୍ରମଣକାଳରେ କ୍ଲେଶ, ସହକର୍ମୀଙ୍କ  ସହ ବିବାଦ ସୃଷ୍ଟି ହେବ। ଭୟ ସତ୍ତ୍ୱେ ଜୟ, ନାନା ସମସ୍ୟାର ସମ୍ମୁଖୀନ ହେବେ। ପାରିବାରିକ କ୍ଷେତ୍ରରେ ଦ୍ଵନ୍ଦ ଦେଖାଦେବ। ମାନସିକ ବିଷାଦ, ଦାମ୍ପତ୍ୟ କଳହ, ଭୟ ଆଶଙ୍କା ଗ୍ରସ୍ତ ହେବେ। କର୍ମ ମୁଖରତା ଯୋଗେ ବିଛିନ୍ନ ହୋଇ ପଡିବା ଅସମ୍ଭବ ନୁହେଁ। ପ୍ରତିକାର-ଷଣ୍ଢକୁ ଗୁଡରୁଟି ଖୁଆନ୍ତୁ।

<<< ଓଡିଆ କ୍ୟାଲେଣ୍ଡର ୨୦୧୮ >>> | <<< ଜାତକ ବିଚାର>>>

ସିଂହ-

ପତ୍ନୀ, ସନ୍ତାନ ଓ ପରିବାରରେ ସମୟ ବିତେଇବେ। କୌଣସି ମହିଳାଙ୍କ ସାହାଯ୍ୟ ଦ୍ଵାରା ଉନ୍ନତି କରିବେ। ମାତା-ପିତା ଓ ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ। ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ। ପିକନିକ୍, ପାର୍ଟି ଆଦିର ପୋଗ୍ରାମ୍ କରିବେ। ପ୍ରତିକାର:-ସକାଳେ ଧର୍ମସ୍ଥାନକୁ ସଫାକରନ୍ତୁ।

କନ୍ୟା-

ଆତ୍ମକେନ୍ଦ୍ରିତ ହୋଇଯିବେ। ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ, ପରିଣାମ ମଧ୍ୟ ସାମ୍ନାକୁ ଆସିବ। ଶତୃ ଓ ବିରୋଧୀମାନେ କୌଣସି କ୍ଷତି କରିପାରିବେ ନାହିଁ। ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ । ଟଙ୍କାର ଆବଶ୍ୟକତା ପୂରଣ ହେବ। ପ୍ରତିକାର:-କୌଣସି କନ୍ୟାକୁ ଧଳାମିଠା ଖାଇବାକୁ ଦେବେ।

ତୁଳା-

ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ଶତୃମାନେ ମଥାନତ କରିବେ। ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ। ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। ପ୍ରତିକାର:-ଉପହାର ସ୍ୱରୂପ ଲାଲରଙ୍ଗର ବସ୍ତୁକୁ ଗ୍ରହଣ କରନ୍ତୁ ନାହିଁ।     

ବିଛା-

ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ। ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଶତୃମାନେ ପରାଜିତ ହେବେ। ପାରିବାରିକ କ୍ଷେତ୍ରରେ ସ୍ନେହ  ସଦ୍ଭାବର ଅଭାବ ଦେଖାଦେବ। ପ୍ରତିକାର- ମାଙ୍କଡକୁ କଦଳୀ ଖାଇବାକୁ ଦିଅନ୍ତୁ।

ଧନୁ-

ନିର୍ମାଣ ମୂଳକ ଯୋଜନାରେ ଆଗେଇପାରିବେ। ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ। ରାଜନୀତିରେ ସଫଳତା ମିଳିବ। ପିଲାମାନଙ୍କ କାର୍ଯ୍ୟରେ ବ୍ୟଥିତ ହେବେ। ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ମାନସିକ ଶାନ୍ତି ଓ ଦୌଡ-ଧୂପରେ ଶାନ୍ତି ଅନୁଭବ କରିବେ। ପ୍ରତିକାର- ଚଣାଡାଲି ହଳଦିଆ କପଡାରେ ବାନ୍ଧି ମନ୍ଦିରରେ ଦାନ କରନ୍ତୁ।

ମକର-

ସମସ୍ତ ଚିନ୍ତା ଦୂର ହେବ। ପରିଶ୍ରମ କଲେ ଧନ ପ୍ରାପ୍ତି ହେବ। ଭାଇଙ୍କ ସହିତ ଲାଗିଥିବା ବିବାଦ ସମାଧାନ ହେବ। ପରାକ୍ରମ ବଢିବ। ଲୋକମାନେ ଆପଣଙ୍କ ବୁଦ୍ଧିକୁ ପ୍ରଶଂସା କରିବେ। ମହିଳାମାନେ ନିଜର ବାପା, ମା, ଭାଇ, ଭଉଣୀଙ୍କ କଥା ବୁଝିବାକୁ ବେଶି ଆଗଭର ହେବେ। ପ୍ରତିକାର- ସୋରିଷତେଲରେ ପରଟା କୁକୁରକୁ ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy

Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988

କୁମ୍ଭ-

ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ। ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ପାରିବାରିକ ସ୍ତରରେ ଭୁଲ ବୁଝାମଣା ଜନିତ ସୁଖ- ଶାନ୍ତିହାନି ଓ ଦାମ୍ପତ୍ୟ ସମସ୍ୟା ବୃଦ୍ଧି ହେତୁ ନିନ୍ଦା ଶୁଣିବେ। ପ୍ରତିକାର- ଷଣ୍ଢକୁ ଗୁଡ ଓ ରୁଟି ଖାଇବାକୁ ଦିଅନ୍ତୁ।

ମୀନ-

ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ। ନୂତନ ବସ୍ତୁ କ୍ରୟ କରିପାରିବେ। ପତ୍ନୀଙ୍କ ସ୍ୱାସ୍ଥ୍ୟ ଭଲ ରହିବ। ପାରିବାରିକ ଓ ଆର୍ଥିକସ୍ଥିତିରେ ସୁଧାର ଆସିବ। ମହିଳାମାନଙ୍କର ବୈଷୟିକ କ୍ଷେତ୍ରରେ ଅଯଥା ଧାଁଦୌଡ ଯୋଗୁ ଧନ, ସମୟ ଓ ଶକ୍ତିର ଅପଚୟ ହେବ। ଦେହମନରେ ପୀଡା ବୃଦ୍ଧିପାଇବ। ପ୍ରତିକାର- ପଙ୍ଗୁ ଭିକାରୀଙ୍କୁ ଖାଦ୍ୟ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!