ଦୈନିକ ରାଶିଫଳ: ୧୦ ମଇ ୨୦୨୦, ସୂର୍ଯ୍ୟଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ବ୍ୟବସାୟରେ ପ୍ରଚୁର ଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ମଇମାସ ୧୦ତାରିଖ, ରବିବାର, ମେଷମାସ ୨୮ଦିନ, ଜ୍ୟେଷ୍ଠମାସ, କୃଷ୍ଣପକ୍ଷ, ତୃତୀୟାତିଥି, ମୂଳାନକ୍ଷତ୍ର, ଧନୁ ରାଶିରେ ଚନ୍ଦ୍ର। ମେଷ ରାଶିର ଘାତବାର ତୁଳା, କୁମ୍ଭ ରାଶିର ଘାତଚନ୍ଦ୍ର। ପୋଟଳ ନ ଖାଇଲେ ଭଲ। ଶୁଭସମୟ ପ୍ରାତଃ ୫ଟା ୧୭ମିନିଟ୍ ରୁ ୯ଟା ୩୪ମିନିଟ୍, ଦିବା ୧ଟା ୨୦ମିନିଟ୍ ରୁ ୧ଟା ୫୨ମିନିଟ୍, ସନ୍ଧ୍ୟା ୬ଟା ୫୫ମିନିଟ୍ ରୁ ରାତ୍ର ୯ଟା ୭ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ବ୍ୟବସାୟରେ ଉନ୍ନତି ସହିତ ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ କର୍ମକ୍ଷେତ୍ରରେ ଉନ୍ନତି କରି ପାରିବେ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ଋଣ ଭରଣାରେ ସହଜ ହେବ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ପ୍ରଶଂସିତ ହେବେ। କଳା, ସାହିତ୍ୟରେ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢ଼ିବା ସହ ସହଯୋଗୀମାନେ ଉନ୍ନତିପାଇଁ ଚେଷ୍ଟା କରିବେ। ବିଶିଷ୍ଟ ବ୍ୟକ୍ତିଙ୍କ ସହ ସଂପର୍କ ଫଳରେ ରାଜନୈତିକ ସମସ୍ୟା ଦୂର ହେବ। ଭୁଲ ବୁଝାମଣାରୁ ବିବାଦୀୟ କ୍ଷେତ୍ରରେ ପ୍ରବେଶ କରି ପୀଡା ଭୋଗି ପାରନ୍ତି।  ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବୃଷ:-

ସମାଜ ସେବାରେ ସ୍ଵନାମ ଅର୍ଜନ କରି ପାରିବେ। ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ। ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ବ୍ୟବସାୟ କ୍ଷେତ୍ରରେ ଉନ୍ନତି ମୂଳକ ପଦକ୍ଷେପ ନେଇ ପାରନ୍ତି। ବନ୍ଧୁବାନ୍ଧବଙ୍କଠାରୁ ପୂର୍ଣ୍ଣ ସହଯୋଗ ପ୍ରାପ୍ତ ହେବ। ସାମ୍ବାଦିକ ମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ପିଲାମାନଙ୍କ କାର୍ଯ୍ୟପ୍ରତି ଦ୍ରୁଷ୍ଟି ରଖିବା ଉଚିତ୍ ହେବ। ପ୍ରଗତିର ପାଦକୁ ନିମ୍ନବର୍ଗୀୟ ଲୋକେ ଭିଡି ଧରିବେ। ଏହି ପରିପ୍ରେକ୍ଷୀରେ ଭାବମୂର୍ତ୍ତି ରକ୍ଷା କରି ଚାଲିବା କଠିନ ହୋଇପଡିବ।  ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ମିଥୁନ:-

ବ୍ୟବସାୟ କ୍ଷେତ୍ରରେ ଉନ୍ନତି ମୂଳକ ପଦକ୍ଷେପ ନେଇ ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ ଓ ମାନସିକ ଶାନ୍ତି ପାଇବେ। ବାହ୍ୟ ଯୋଗା ଯୋଗରେ ଅଧିକ ଲାଭ ମିଳିବ। ପାରିବାରିକ ସମସ୍ୟାକୁ ସମାଧାନ କରି ଅଧିକ ଭାଗ୍ୟବାଦି ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ଗୁରୁଜନ ମାନଙ୍କ ଠାରୁ ଆର୍ଶିବାଦ ପାଇବେ ଓ ଆମୋଦ ପ୍ରମୋଦର ସୁଯୋଗ ପାଇବେ। ଶିକ୍ଷାକ୍ଷେତ୍ରରେ ଉତ୍ସାହ ବଢ଼ିବ। ସମ୍ମାନର ସହ ଦିନଚର୍ଯ୍ୟା ସମ୍ପାଦନ କରିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ସାମ୍ବାଦିକ ମାନେ ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ। ପାରିବାରିକ ଜୀବନରେ ଶାନ୍ତି, ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ। ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ। ସମ୍ମାନର ସହିତ ଦିନଚର୍ଯ୍ୟା କରି ସୁଖେଦୁଃଖେ ଚଳିବାରେ ବାଧା ଉପୁଜିବ ନାହିଁ। ଶୁଭ ଲାଭ ମଧ୍ୟେ ପାରିପାର୍ଶ୍ଵିକ ବାତାବରଣ ପ୍ରତି ସଚେତନତା ବୃଦ୍ଧି ପାଇବ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ଅୟସ, ଆରାମ, ଆମୋଦ ପ୍ରମୋଦରେ ଆଗ୍ରହ ବଢିବ।  ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

ବ୍ୟବସାୟରେ ବାକିଥିବା ଅର୍ଥ ଆଦାୟ ହେବା ଫଳରେ ଖୁବ୍ ଆଶାବାଦୀ ହେବେ। କର୍ମକ୍ଷେତ୍ରରେ ମାନ ସମ୍ମାନ ପ୍ରତିଷ୍ଠା ବୃଦ୍ଧି ହେବ। ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ। ରାଜନୀତିରେ ଲୋକପ୍ରିୟତା ଯୋଗେ ସହକର୍ମୀଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। ବଡପଣିଆ ଦେଖାଇଲେ ଭଲ ବଦଳରେ ମନ୍ଦଫଳ ଭୋଗିବାକୁ ପଡିବ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହୋଇ ପାରେ। ପ୍ରତିକାର ଦ୍ୱାରା ବାଧା ଦୂର ହେବ।  ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-

କର୍ମକ୍ଷେତ୍ରରେ ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ଗୃହରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। ଶିକ୍ଷାର୍ଥୀମାନେ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇବେ। ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ପ୍ରେମ ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ। ପରିବାରରେ ପ୍ରକୃତିସ୍ଥ ହୋଇ ହିସାବରେ ଚଳିଲେ ଦୁର୍ଗତିରୁ ସୁରକ୍ଷିତ ରହି ହେବ। ପ୍ରତିକାରମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ।

ତୁଳା:-

ବ୍ୟବସାୟରେ ଉନ୍ନତି ହେବା ସହ ଲାଭବାନ ହେବେ। ହରାଇଥିବା ଧନ ପ୍ରାପ୍ତି ହେବ। କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବା ସହ ସହକର୍ମୀ ଓ ଅଧସ୍ତନ କର୍ମଚାରୀଙ୍କ ସହ ସମ୍ପର୍କ ଭଲ ରହିବ। ଆଶା କରିଥିବା କାର୍ଯ୍ୟଟି ପୂରଣ ହେବ। ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ। ସାମ୍ବାଦିକ ମାନେ ନିଜ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ବ୍ୟବସାୟ ପରିଚାଳନାଗତ ସମସ୍ୟା ନେଇ ପ୍ରିୟବନ୍ଧୁ ଆର୍ଥିକ ସହାୟତାର ହାତ ବଢେଇବେ। ପାରିବାରିକ ସମସ୍ୟାକୁ ସୁଧାରୀ ନେବେ ଓ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ଆର୍ଥିକ ଦିଗରୁ ଉନ୍ନତି ହେବ। ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ଆପୋଷ ସମାଧାନ ହେବ। ରାଜନୀତିରେ ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ଧନୁ:-

ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ଶୁଭ ସମାଚାର ପାଇ ମନ ଖୁସି ହେବ। ବ୍ୟବସାୟରେ ଅଚଳାବସ୍ଥା ସୁଧୁରିଯିବ ଓ ଅଭିଷ୍ଟ ପ୍ରାପ୍ତି ହେବ। କର୍ମ କ୍ଷେତ୍ରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଯିବା ଫଳରେ ସମ୍ମାନୀତ ହେବେ। ଜନ ସେବାରେ ପ୍ରଶଂସା ମିଳିବ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ। ଶତୃ ପରାଜିତ ହେବେ। ନିର୍ମାଣ କାର୍ଯ୍ୟ ତ୍ୱରାନ୍ୱିତ ହେବ। ସାମାଜିକ କ୍ଷେତ୍ରରେ ପରିବର୍ତ୍ତନ ଆସି ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭ ହେବ।। ଶିକ୍ଷାକ୍ଷେତ୍ରରେ ଉଚ୍ଚଶ୍ରେଣୀ ପାଇବା ପାଇଁ ଚେଷ୍ଟା ଜାରି ରଖିବେ। ପ୍ରତିକାରମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ।

ମକର:-

ବ୍ୟବସାୟ କ୍ଷେତ୍ରରେ କୌଣସି ପ୍ରକାରେ ଉଚ୍ଚମାନ୍ୟତା ରକ୍ଷା କରି ଆର୍ଥିକ ସ୍ଥିତିକୁ ସୁଦୃଢ କରି ପାରିବେ। କର୍ମକ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବେ। ରାଜନୀତି କ୍ଷେତ୍ରରେ ମାନ ସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ କୁ ନିଜର ଭୂଷଣଭାବି କର୍ମ କରିଲେ ଲାଭବାନ ହେବେ।  ଆୟବୃଦ୍ଧି ଯୋଗେ ଆର୍ଥିକ ସଙ୍କଟ ଦୂର ହେବ। ଉଚ୍ଚଶିକ୍ଷା ଅଧ୍ୟୟନ ପାଇଁ ଚେଷ୍ଟା ଜାରି ରଖିଲେ ମୁଣ୍ଡ ଉଚ୍ଚ ରହିବ। ଭଲ କାମ କରି ସୁଖରେ ଦିନଟି ବିତାଇବେ। ବହୁତ ଦିନରୁ ରଖିଥିବା ଧନ ଭିନ୍ନ ବାଟରେ ଖର୍ଚ୍ଚ ହୋଇ ଯାଇ ପାରେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

କୁମ୍ଭ:-

ସ୍ଵାସ୍ଥ୍ୟ କ୍ଷେତ୍ରରେ ପରିବର୍ତ୍ତନ ଆସିବା ଯୋଗେ ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ଫଳରେ କାର୍ଯ୍ୟରେ ସ୍ଥିରତା ଆସିବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ପରିଶ୍ରମ ଦ୍ୱାରା କାର୍ଯ୍ୟ ମଧ୍ୟମ ଧରଣର ହୋଇ ସଫଳତା ମିଳିବ ଓ ଲାଭ ପାଇବେ। ଦାମ୍ପତ୍ୟଜୀବନ ସୁଖମୟ ହେବ। ବ୍ୟବସାୟରେ ପ୍ରସାର ପ୍ରଚାର କରି ଉତ୍ତମ ରୋଜଗାର କରିପାରିବେ। ବିଦ୍ୟାର୍ଥୀଙ୍କର ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ। ରାଜନୀତି କ୍ଷେତ୍ରରେ ମିତ୍ର ଓ ଭାଇମାନଙ୍କୁ ସାହାଯ୍ୟ କରି ଆର୍ଥିକ ସମସ୍ୟାରେ ଚିନ୍ତିତ ହୋଇ ପାରନ୍ତି। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-

ସମାଜ ସେବାରେ ସ୍ଵନାମ ଅର୍ଜନ କରି ପାରିବେ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ କର୍ମକ୍ଷେତ୍ରରେ ଉନ୍ନତି କରି ପାରିବେ। ପରିବାରରେ ଆଦର ଯତ୍ନପାଇ ସୁଖଭୋଗ କରିବେ।  ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିବା ସହ ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ଆତ୍ମବିଶ୍ଵାସ ବୃଦ୍ଧି ପାଇବ। କଳେବଳେ କୌଶଳରେ ସମସ୍ତ ପ୍ରକାର ଅଭିଳାଷ ପୂରଣ ହେବ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବ। ଶିକ୍ଷା କ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତି ଦୂରେଇଯିବା ସହ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସ ରତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!