ଦୈନିକ ରାଶିଫଳ: 10 ମଇ 2021, ମହାଦେବଙ୍କ କୃପାରୁ ଆଜି ଏହି ରାଶି ବ୍ୟକ୍ତିଙ୍କୁ ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ମଇମାସ ୧୦ ତାରିଖ, ସୋମବାର, ମେଷମାସ ୨୭ ଦିନ, ବୈଶାଖମାସ, କୃଷ୍ଣପକ୍ଷ, ଚତୁର୍ଦ୍ଦଶୀତିଥି, ଅଶ୍ଵିନୀ ନକ୍ଷତ୍ର, ମେଷରାଶିରେ ଚନ୍ଦ୍ର । ମିଥୁନ ରାଶିର ଘାତବାର । ମେଷରାଶିର ଘାତଚନ୍ଦ୍ର । ବିରି ଜାତୀୟ ଦ୍ରବ୍ୟ ନ ଖାଇଲେ ଭଲ । ଶୁଭସମୟ- ପ୍ରାତଃ ୫ଟା ୧୭ମିନିଟ୍ ରୁ ୬ଟା ୫୨ମିନିଟ୍, ଦିବା ୧୦ଟା ୨୬ମିନିଟ୍ ରୁ ୧ଟା ୧ମିନିଟ୍, ଦିବା ୪ଟା ୩୩ମିନିଟ୍ ରୁ ୫ଟା ୧୭ମିନିଟ୍, ସନ୍ଧ୍ୟା ୬ଟା ୫୫ମିନିଟ୍ ରୁ ରାତ୍ର ୯ଟା ୫ମିନିଟ୍, ରାତ୍ର ୧୧ଟା ୪୩ମିନିଟ୍ ରୁ ୨ଟା ୧୯ମିନିଟ୍ । ପର୍ବଦିନ- ଶିବ ଚତୁର୍ଦ୍ଦଶୀ ଓ ବେଢା ପରିକ୍ରମା ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ । କର୍ମକ୍ଷେତ୍ରରେ ସୁଯୋଗ ହାତଛଡା ହେବାର ନାହିଁ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ । ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେ ମାପି ଚାଖଣ୍ଡେ ଚାଲିବା ବିଧେୟ । ନିଜ ଲୋକମାନେ ହିଁ କାମରେ ଆସିବେ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ବୃଷ:-

ସମାଜ ସେବାରେ ସ୍ଵନାମ ଅର୍ଜନ କରିପାରିବେ । କର୍ମ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ । ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ମାଲିମୋକଦ୍ଦମାରେ ଜୟ, ରାଜନୀତିରେ ପୂର୍ଣ୍ଣ ସଫଳତା ପ୍ରାପ୍ତି, ବ୍ୟୟ ଅପେକ୍ଷା ଆୟ ଅଧିକ, ନୂତନ ସଂସ୍ଥାର ଆୟୋଜନ କରିବେ । କଳେବଳେ କୌଶଳରେ ସମସ୍ତ ପ୍ରକାର ଅଭିଳାଷ ପୂରଣ ହେବ । ବିଦ୍ୟା କ୍ଷେତ୍ରରେ ସାକ୍ଷାତକାରରେ ସଫଳ ହୋଇ ପ୍ରଶଂସିତ ହେବେ । ପ୍ରତିକାର:- ଆମ୍ବଗଛ ମୂଳରେ ଗୁଡ଼ଟିକେ ଥୋଇ ଦିଅନ୍ତୁ ।

ମିଥୁନ:-

କର୍ମ କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ । ବ୍ୟବସାୟୀକ କାରବାରର ଗତି ରୀତିରେ ପରିବର୍ତ୍ତନର ଆଶଙ୍କା ନାହିଁ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ନିଜର କାମକୁ ପଛରେ ପକାଇ ଅନ୍ୟଦ୍ଵାରା ପ୍ରଭାବିତ ହୋଇ କୌଣସି ଭୁଲ୍ କାମ କରି ପାରନ୍ତି । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-

ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ । ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ । ରାଜନୀତି କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ସାମାଜିକ ପତିଆରା ଅମଳିନ ରହିବ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

ସିଂହ:-

ସାହିତ୍ୟ, କଳା କ୍ଷେତ୍ରରେ ଆଗ୍ରହ ବଢିବ । ମାନସିକ ସ୍ଥିରତା ବୃଦ୍ଧି ହେବା ସହ ଧାର୍ମିକ କାର୍ଯ୍ୟରେ ରୁଚି ବଢିବ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । କର୍ମ କ୍ଷେତ୍ରରେ ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ । ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ । ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

କନ୍ୟା:-

ଛାତ୍ର-ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ପାଇବା ସହ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସ ରତ ହେବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ । ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ । ନିଜ ଲୋକମାନେ ବିଶ୍ଵାସ ଘାତକତା କରି ପାରନ୍ତି । ଖାଦ୍ୟପେୟ ପ୍ରତି ସଜାଗ ନ ରହିଲେ ସ୍ୱାସ୍ଥ୍ୟ ହାନୀ ହେବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ତୁଳା:-

ସାମାଜିକ ପତିଆରା ଅମଳିନ ରହିବ । ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ । ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ । ରାଜନୀତି କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ପ୍ରତିକାର- ଧଳାବସ୍ତ୍ର ପରିଧାନ କରନ୍ତୁ । ନତୁବା ଧଳା ରୁମାଲ ଟିଏ ପାଖରେ ରଖନ୍ତୁ ।

ବିଚ୍ଛା:-

ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ । ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ । କର୍ମ କ୍ଷେତ୍ରରେ ଦାୟିତ୍ଵ ବଢିବା ସହ ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ଧନୁ:-

ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ ଓ ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ । କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । କଳା, ସଂସ୍କୃତି, ବାଦବିବାଦ, ମାଲିମୋକଦ୍ଦମା କ୍ଷେତ୍ରରେ ବିଜୟୀ ହେବେ । ଦିନଚର୍ଯ୍ୟା ସୁଖମୟ ହେବା ସହ ଆତ୍ମ ସମ୍ମାନ ରକ୍ଷା କରିପାରିବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ମକର:-

ସହକର୍ମୀମାନେ କାମର ପ୍ରଶଂସା କରିବେ । ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ । ରାଜନୀତି କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

କୁମ୍ଭ:-

ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ । ନୂଆ କାମ ନୂଆ ପ୍ରେରଣା ଦେବ । ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ । ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ, ଦଳ ସମର୍ଥନ ବୃଦ୍ଧି ପାଇବା ସହ ମୁଖ୍ୟନେତାଙ୍କର ପ୍ରିୟ ପାତ୍ର ହେବେ । ପ୍ରତିକାର- ନୀଳବସ୍ତ୍ର ପରିଧାନ କରନ୍ତୁ । ନତୁବା ନୀଳ ରୁମାଲ ଟିଏ ପାଖରେ ରଖନ୍ତୁ ।

ମୀନ:-

ସାମାଜିକ ପତିଆରା ଅମଳିନ ରହିବ । ନୂଆଲକ୍ଷ ନିର୍ଦ୍ଧାରିତ କରି ମନ ଲଗାଇ କାର୍ଯ୍ୟ କରିବା ସହ ବହୁତ ଲାଭ ମିଳିବ । ବ୍ୟାଙ୍କ, ବୀମା, ନିବେଶ ପରି ଆର୍ଥିକ ଗତିବିଧିରେ ବ୍ୟସ୍ତ ରହିବେ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ । କର୍ମକ୍ଷେତ୍ରରେ ସହକର୍ମୀ ଓ ବନ୍ଧୁମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ । ପ୍ରତିକାର- ହଳଦୀ ପାଣିରେ ସ୍ନାନ କରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!