ଦୈନିକ ରାଶିଫଳ: 10 ମଇ 2022, ମା’ ମଙ୍ଗଳାଙ୍କ କୃପାରୁ ଏହି 3ଟି ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା, ମଇମାସ ୧୦ତାରିଖ, ମଙ୍ଗଳବାର, ମେଷମାସ ୨୭ଦିନ, ବୈଶାଖମାସ ଶୁକ୍ଳପକ୍ଷ, ନବମୀତିଥି, ସନ୍ଧ୍ୟା ୭ଟା ୨୪ମିନିଟ୍ ଗତେ ଦଶମୀ ତିଥି, ମଘାନକ୍ଷତ୍ର ସନ୍ଧ୍ୟା ୬ଟା ୩୯ମିନିଟ୍ ପରେ ପୂର୍ବାଫାଲଗୁନୀ ନକ୍ଷତ୍ର, ସିଂହ ରାଶିରେ ଚନ୍ଦ୍ର । ଧୃବ ଯୋଗ ରାତି ୮ଟା ୨୧ମିନିଟ୍ ପରେ ବ୍ୟାଘାତ ଯୋଗ । ବାଳବ କରଣ ସକାଳ ୭ଟା ୪ମିନିଟ୍ ପରେ କୌଳବ କରଣ । ମକର ରାଶିର ଘାତବାର । କର୍କଟ, ମକର ରାଶିର ଘାତଚନ୍ଦ୍ର । ଲାଉ ନ ଖାଇଲେ ଭଲ, ସନ୍ଧ୍ୟା ୭ଟା ୨୪ମିନିଟ୍ ପରେ କଳମଶାଗ ନ ଖାଇଲେ ଭଲ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଯୋଗିନୀ- ପୂର୍ବେ ସନ୍ଧ୍ୟା ୭ଟା ୨୪ମିନିଟ୍ ପରେ ଉତ୍ତରେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ନବମୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ପ୍ରାତଃ ୬ଟା ୫୩ମିନିଟ୍ ରୁ ୮ଟା ୩୦ମିନିଟ୍, ଦିବା ୧ଟା ୧୯ମିନିଟ୍ ରୁ ଦିବା ୨ଟା ୫୬ମିନିଟ୍, ରାତ୍ରି ୭ଟା ୩୨ମିନିଟ୍ ରୁ ୮ଟା ୫୬ମିନିଟ୍ । ଶୁଭସମୟ- ଦିବା ୮ଟା ୩୧ମିନିଟ୍ ରୁ ଦିବା ୧୦ଟା ୨୪ମିନିଟ୍, ଦିବା ୧ଟା ୧ମିନିଟ୍ ରୁ ୧ଟା ୧୮ମିନିଟ୍, ଦିବା ୪ଟା ୩୩ମିନିଟ୍ ରୁ ଦିବା ୫ଟା ୧୬ମିନିଟ୍, ସନ୍ଧ୍ୟା ୬ଟା ୧୦ମିନିଟ୍ ରୁ ୬ଟା ୫୨ମିନିଟ୍, ରାତ୍ର ୯ଟା ୮ମିନିଟ୍ ରୁ ରାତ୍ର ୧୧ଟା ୧୯ମିନିଟ୍, ରାତ୍ର ୧ଟା ୩୫ମିନିଟ୍ ରୁ ୩ଟା ୨ମିନିଟ୍ । ପର୍ବଦିନ- ସୀତାନବମୀ ।

ମେଷ:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ପରିବାରର ଆବଶ୍ୟକତା ପୂରଣ ଦିଗରେ ଗୁରୁତ୍ଵ ଦେବେ । ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ । ରାଜନୀତି କ୍ଷେତ୍ରରେ ସାମାଜିକ ସ୍ତରରେ ସମସ୍ତଙ୍କ ମେଳରେ ରହି ପ୍ରଶଂସିତ ହେବେ । ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ ଓ ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭକରିବେ । ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ସଫଳ ହେବେ । ବନ୍ଧୁମିଳନ ତୀର୍ଥ ଭ୍ରମଣ ଓ ସଂସ୍କୃତିକ ତଥା ସାମାଜିକ କାର୍ଯ୍ୟରେ ଭାଗନେବେ । ଗୁରୁଜନଙ୍କ ସହାନୁଭୁତି ଉପଲବ୍ଧ ହେବ । ଗୃହୋପକରଣ କ୍ରୟ କରିବେ । ନିଜର ରଚନାତ୍ମକତା ଚରମ ହେବ ତଥା ଲୋକଙ୍କୁ ନିଜର କରିପାରିବେ । ଆର୍ଥିକ ମାମଲା ସୁଧୁରିବ । ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-ଶତୃଙ୍କ ସହିତ ମୁକାବିଲା କରିପାରିବେ । ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚ ମାନ୍ୟତାରେ ବୃଦ୍ଧି ହେବ । ରାଜନୀତି କ୍ଷେତ୍ରରେ ଉଚ୍ଚ ସମ୍ପର୍କରୁ ଲାଭବାନ ହେବେ ଓ କୌଣସି ବରିଷ୍ଠ ରାଜନେତା ଦେଖାହୋଇ ପାରନ୍ତି । ଋଣ ଭରଣାର ଯୋଜନା କରିବେ ଶାରୀରିକ କ୍ଷେତ୍ରରେ ଉନ୍ନତି ହେବ । ସ୍ଥଗିତଥିବା କର୍ମଟି ପୂରଣ ହେବ । ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ । ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

କର୍କଟ:-ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି କରି ପାରିବେ । ପାରିବାରିକ କ୍ଷେତ୍ରରେ ସୁଖ-ସୌଭାଗ୍ୟ ତଥା ଯଶ-ପ୍ରସିଦ୍ଧି ଆଶା କରି ହେବ । ରାଜନୈତିକ କ୍ଷେତ୍ରରେ ଲୋକଙ୍କ ପ୍ରତି ଉଦାର ଓ ଦୟାଳୁ ପ୍ରବୃତି ଜାଗ୍ରତ ହେବା ଫଳରେ ଲକ୍ଷ୍ୟ ସିଦ୍ଧିହେବ । ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । ଶତୃଙ୍କଠାରୁ ଦୂରେଇ ନରହିଲେ ମନସ୍ତାପ ବଢିଯିବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-ସରକାରୀ କ୍ଷେତ୍ରରେ ସଫଳତା ମିଳିବ । କର୍ମ କ୍ଷେତ୍ରରେ ପରିବର୍ତ୍ତନ ଆସି ପ୍ରଶଂସିତ ହେବେ । ରାଜନୈତିକ କ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରି ସାଧାରଣ ଲୋକ ସମ୍ପର୍କ ବୃଦ୍ଧିହେବା ଯୋଗେ ବିଜୟୀହେବେ । ମନୋରଞ୍ଜନ କାର୍ଯ୍ୟ କ୍ରମରେ ଯୋଗଦେଇ କଳାସଙ୍ଗୀତ ଓ ନୃତ୍ୟ ଗୀତରେ ମଜ୍ଜି ରହିବେ । ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ । କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

କନ୍ୟା:-ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ । ବ୍ୟବସାୟରେ ଲକ୍ଷପ୍ରତି ଯଥାର୍ଥବାଦୀ ହେବେ । କର୍ମକ୍ଷେତ୍ରରେ ପ୍ରମୋଶନ ଓ ପରିବର୍ତ୍ତନ ଆସିବ । ଧନ ସମ୍ବନ୍ଧୀୟ ମାମଲାରେ ବୁଦ୍ଧି ଓ ବିବେକ ଦ୍ଵାରା ବିଚାର କଲେ ଲାଭ ମିଳିବ । ଦୃଢସଂକଲ୍ପ ଓ ଆତ୍ମବିଶ୍ଵାସରେ ଭରପୁର ହେବ । ଚିତ୍ତପ୍ରସନ୍ନ ଯୋଗେ କାର୍ଯ୍ୟ ସିଦ୍ଧି ହେବ । ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ସଂପୂର୍ଣ୍ଣ ହେବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ତୁଳା:-ରାଜକୀୟ ମାମଲାରେ ସମସ୍ୟା ଦୂରହୋଇ ଉଚ୍ଚ ଆଶାରେ ଆଗେଇବେ । କୋର୍ଟ-କଚେରୀ ମାମଲା ସମାଧାନ ହୋଇଯିବ । ପୂର୍ବରୁ ଆରମ୍ଭ ହୋଇଥିବା କାର୍ଯ୍ୟ ପୁରଣ କରିବାକୁ ଚେଷ୍ଟା କରିବେ । ରାଜନୈତିକ କ୍ଷେତ୍ରରେ କୌଣସି ଶୁଭ ସମାଚାର ଶୁଣିବେ ଓ ହସ-ଖୁସିରେ ସମୟ ବ୍ୟତୀତ ହେବ । ବ୍ୟବସାୟରେ ପ୍ରେରଣା ଓ ଆର୍ଥିକ ସହାୟତାରେ ଉଚିତ୍ ଲାଭ ପ୍ରାପ୍ତ ହେବା ସହ କୌଣସି ନୂଆ ପ୍ରୋଜେକ୍ଟ ଆରମ୍ଭ କରି ପାରିବେ । ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।

ବିଚ୍ଛା:-ଶୁଭ ସମାଚାର ମିଳିପାରେ । ଆର୍ଥିକସ୍ଥିତି ସୁଧୁରି ଯାଇ, ଯଶ ପ୍ରତିଷ୍ଠା ମିଳିବ । ପ୍ରପର୍ଟୀ ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ । ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ । ପରୀକ୍ଷା, ପ୍ରତିଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ । କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ କରି ପାରନ୍ତି । ବାଣିଜ୍ୟ କ୍ଷେତ୍ରରେ ଉନ୍ନତମାନର ଫଳପାଇବେ । କାର୍ଯ୍ୟକ୍ଷେତ୍ରରେ ନୂତନ ପଦକ୍ଷେପ ନେବା ଫଳରେ ଆଶାତୀତ ଲାଭ ପାଇବେ । ପ୍ରତିକାର- ନାଲି ରୁମାଲ ଟିଏ ପାଖରେ ରଖନ୍ତୁ ।

ଧନୁ:-ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇଯିବା ଫଳରେ ସମସ୍ତ କ୍ଷେତ୍ରରେ ଖୁସି ମିଳିବ । ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ବନ୍ଧୁ ମିତ୍ରଙ୍କ ଆଗମନ ହେବ । ସନ୍ତାନ ସମ୍ବନ୍ଧିୟ କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ । ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ବିଜୟ ହେବ । ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମକର:-ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ । ପ୍ରେମ ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ । ରାଜନୀତି କ୍ଷେତ୍ରରେ ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରିପାରିବେ । ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ । ବିଦ୍ୟାକ୍ଷେତ୍ରରେ ନୀତିସମ୍ପନ୍ନ ପଢାପଢିରେ ମନଯୋଗ ଦେଇ ସଫଳହେବେ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-ଶତୃମାନେ ସାମ୍ନାକୁ ଆସିବାକୁ ସାହସ କରିବେ ନାହିଁ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । କର୍ମ କ୍ଷେତ୍ରରେ ଆୟ ବୃଦ୍ଧି ହେବ । ଗୃହରେ ଶୁଭକାର୍ଯ୍ୟର ଆୟୋଜନ କରି ପାରନ୍ତି । ପ୍ରତିସ୍ପର୍ଦ୍ଧା ଓ ପ୍ରତିଯୋଗିତାରେ ବିଜୟଶ୍ରୀ ହେବ । ପ୍ରେମୀପ୍ରେମିକାଙ୍କର ଅଧୁରା କାର୍ଯ୍ୟ ପୂରଣ ହେବ । ରାଜନୀତି କ୍ଷେତ୍ରରେ ଶୁଭ ସମ୍ବାଦ ପାଇ ଦୂରଯାତ୍ରାରେ ସଫଳ ହେବେ । ନୂଆ ଚାକିରୀ ହେବାର ସୁଯୋଗ ମିଳିବ ଓ ନୂଆ ଜ୍ଞାନର ବୃଦ୍ଧି ହେବ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

ମୀନ:-ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ । ସାହିତ୍ୟ, କଳା କ୍ଷେତ୍ରରେ ମଧ୍ୟ ଆକର୍ଷିତ ହେବେ । କାମ-କାର୍ଯ୍ୟରେ ନୂଆ ଉପଲବ୍ଧି ଆପଣଙ୍କ ପ୍ରତୀକ୍ଷାରେ ରହିବ । ଅଧା-ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ । ଅଧିକାରୀଙ୍କଠାରୁ ସହଯୋଗ ପାଇ ଘରୋଇ କର୍ମଚାରୀ ଓ ଶ୍ରମିକମାନଙ୍କର କେତେକ କ୍ଷେତ୍ରରେ ସଫଳତା ମିଳିବ । ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ । ପ୍ରତିକାର- ହଳଦୀରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!