ସାପ୍ତାହିକ ରାଶିଫଳ: ମଇ ୧୦ ତାରିଖ ରୁ ମଇ ୧୬ ତାରିଖ, ଏହି ସପ୍ତାହଟି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆକସ୍ମିକ ଧନଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବ୍ୟବସାୟରେ ଉନ୍ନତି ଓ ଲାଭ ପ୍ରାପ୍ତି ହେବ । ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ । କର୍ମଚାରୀ ମାନେ କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇବେ ଏବଂ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ପାରିବାରିକ ଜୀବନରେ ଦାମ୍ପତ୍ୟ ସୁଖ ବୃଦ୍ଧି ହେବ । କେତେକ ବାଧା ପ୍ରତିବନ୍ଧକର ସାଧାରଣ ପରିବର୍ତ୍ତନ ଘଟି ଆଶା ଆକାଂକ୍ଷା ପୂର୍ତ୍ତି ଘଟିବା ଯୋଗେ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ନୂତନ ଲୋକଙ୍କ ସହ ବନ୍ଧୁତ୍ୱ ସ୍ଥାପନ ହେବ । ରାଜନୀତି କ୍ଷେତ୍ରରେ ଉନ୍ନତି ଓ ଅଗ୍ରଗତିର ସୁଯୋଗ ପାଇବେ । ଯାନ, ବାହନ, ଜାଗା, ଜମି, ଗୃହପୋକରଣ ଆଦି କ୍ରୟ କରିବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ପ୍ରତିକାର:- କଦଳୀଗଛ ମୂଳରେ ହଳଦୀପାଣି ଢାଳନ୍ତୁ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ଭାତୃବିବାଦ, ଜମିବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ । ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ । ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ । ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲିବେ । ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ । ପ୍ରତିଯୋଗୀତା ପରୀକ୍ଷାରେ ଆଶା ମୁତାବକ ଫଳ ପାଇବେ । ଭାଇ ଭଉଣୀ ବନ୍ଧୁବାନ୍ଧବଙ୍କ ସହ ଉତ୍ତମ ସମ୍ପର୍କ ରହିବା ଫଳରେ ନିକଟସ୍ଥ ସ୍ଥାନ ମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ପାଇବେ । ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ । ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ । ରାଜନୀତିରେ ସ୍ଵାର୍ଥରକ୍ଷା କରି କଠିନ ପରିଶ୍ରମ କରିବାକୁ ପଡିବ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ମିଥୁନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ପୁରାତନ ରୋଗର ଉପଶମ ହେବା ଫଳରେ ମନ ଶାନ୍ତ ରହିବ । ପାରିବାରିକ କ୍ଷେତ୍ରରେ ଶାନ୍ତି ଶୃଙ୍ଖଳା ଦେଖାଦେବ । ବ୍ୟବସାୟ ପାଇଁ ଦୂରଯାତ୍ରାରେ ସଫଳ ହେବେ ଓ ଅନେକ ପ୍ରକାର ସୁବିଧା ସୁଯୋଗ ପାଇ ଆଶା ପୂରଣ ହେବାର ରାସ୍ତା ଖୋଲି ଯିବ । ରାଜନୈତିକ କ୍ଷେତ୍ରରେ ଭୋଗବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସ୍ଵାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟି ପାରେ । ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀହେବେ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ ଓ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ପତି ପତ୍ନୀଙ୍କ ସ୍ୱାସ୍ଥ୍ୟ ଭଲ ରହିବ । ପ୍ରତିକାର- କଉଡି ଗୋଟିଏ ପାଖରେ ରଖନ୍ତୁ ।

କର୍କଟ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଅନ୍ୟର ଉପକାର କରି ପ୍ରଶଂସିତ ହେବେ । ଧନ ଉପାର୍ଜ୍ଜନ କରିବା ପାଇଁ ନୂତନ ଯୋଜନା ପ୍ରସ୍ତୁତ କରିବେ । ବ୍ୟବସାୟରେ ଉନ୍ନତି ହେବା ସହ ଲାଭବାନ ହେବେ । ହରାଇଥିବା ଧନ ପ୍ରାପ୍ତି ହେବ । ପୁରୁଣା ରୋଗର ଉପଶମ ସହ ସ୍ୱାସ୍ଥ୍ୟରେ ଆଶାଜନକ ପରିବର୍ତ୍ତନ ଦେଖାଦେବ । କର୍ମକ୍ଷେତ୍ରରେ ନିମ୍ନ ବର୍ଗୀୟ ବ୍ୟକ୍ତି ବିଶେଷଙ୍କ ଠାରୁ ବିଶେଷ ଲାଭବାନ ହେବେ । ପ୍ରତ୍ୟକ୍ଷ ଓ ପରୋକ୍ଷ ଶତ୍ରୁତା ଓ ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ଵାରା ପୂରସ୍କୃତ ହେବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ । ସୁସ୍ଥ ମାନସିକତା ରକ୍ଷାକରି କେତେକ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ବିଦେଶୀ ବନ୍ଧୁଙ୍କ ଦ୍ଵାରା ଅଧିକ ଉପକୃତ ହେବେ । ଶିକ୍ଷାର୍ଥୀ ମାନଙ୍କ ପାଇଁ ଅଧ୍ୟୟନରେ ବାଧା ଉପୁଯିବ ନାହିଁ । ପ୍ରତିକାର- ଫିକାରଙ୍ଗରବସ୍ତ୍ର ପରିଧାନ କରନ୍ତୁ ।

ସିଂହ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ କର୍ମକ୍ଷେତ୍ରରେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରୀ ହୋଇ ପାରିବେ । ରେଶମୀବସ୍ତ୍ର, ଅଗରବତୀ, ଇଟା, କ୍ଷୀର, ଦହି, ଘିଅ, ସୁନା, ଚାନ୍ଦି, ବ୍ୟବସାୟରେ ଲାଭ ପାଇବେ । ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେଲେ ବି ବିତଣ୍ଡା, ବିତର୍କ କ୍ଷେତ୍ରରୁ ଓହରି ରହିଯିବା ଅଧିକ ଉତ୍ତମ । ପୁରାତନ ରୋଗରୁ ଉପଶମ ପାଇ ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ । ସନ୍ତାନମାନେ ଉଚ୍ଚଶିକ୍ଷାରେ ଶ୍ରେଷ୍ଠସ୍ଥାନ ଲାଭ କରିବେ । ସାଂସାରିକ ଜୀବନ ସୁଖମୟ ହେବ । ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ରାଜନେତାମାନେ ନୀରବତା ରକ୍ଷାକରି ପରିସ୍ଥିତି ହାତରେ ନିଜକୁ ସମର୍ପଣ କରିଦେବା ଉତ୍ତମ ହେବ । ପ୍ରତିକାର- କମଳାରଙ୍ଗରବସ୍ତ୍ର ପରିଧାନ କରନ୍ତୁ । ନତୁବା କମଳାରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

କନ୍ୟା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ । ସଂଚାଳକ, ଓକିଲ, ନ୍ୟାୟଧୀଶ, ଚିକିତ୍ସକ, କଳାକାର ମାନଙ୍କର ପ୍ରବଳ ଉନ୍ନତି ହେବ । ରାଜନୈତିକ କ୍ଷେତ୍ରରେ ପ୍ରବଳ ଲୋକ ସମର୍ଥନ ମିଳିବା ଫଳରେ ପୁରୁଖା ନେତା ବା ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇ ପାରିବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ଦୀର୍ଘଦିନ ଧରି ଚିନ୍ତା କରୁଥିବା ନୂତନ କାର୍ଯ୍ୟ ଏବଂ ନୂତନ ବ୍ୟବସାୟ ଅତି ସହଜରେ ଆରମ୍ଭ କରି ପାରିବେ । ପୁରାତନ ବନ୍ଧୁ ଓ ଅଚିହ୍ନା ଲୋକଙ୍କଠାରୁ ସାହାଯ୍ୟ ପାଇ ଧନ୍ୟ ହେବେ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ । କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ଗୃହ, ଜମି ଓ ପାରିବାରିକ ସମସ୍ୟାରେ ପରିବର୍ତ୍ତନ ଆସିବ । ଛାତ୍ରଛତ୍ରୀମାନେ ପରିଶ୍ରମ କରିବା ଫଳରେ ପ୍ରଶଂସା ପାଇବେ । ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ ।

ତୁଳା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । କୌଣସି ଯୋଜନା କରିବା ପୂର୍ବରୁ ଗଭୀର ଚିନ୍ତା କରିବା ନିହାତି ଆବଶ୍ୟକ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ସମାନ ବିଚାରଧାରା ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ଶତୃ ଓ ବିରୋଧୀ ମାନେ କୌଣସି କ୍ଷତି କରିପାରିବେ ନାହିଁ । କର୍ମକ୍ଷେତ୍ରରେ ପୁରୁଣା ସମସ୍ୟାର ସମାଧାନ ହୋଇଯିବ । ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ପ୍ରସିଦ୍ଧି, ସାମାଜିକସ୍ଥିତି, ମାନସମ୍ମାନ ଓ ଆତ୍ମବିଶ୍ୱାସ ବୃଦ୍ଧିପାଇବ । ବ୍ୟବସାୟକ୍ଷେତ୍ରରେ କଠିନ ପରିଶ୍ରମ କରି ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆଣିବେ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ । ପଟ୍ଟ ପରିବର୍ତ୍ତନ ଘଟି ଅଶାନ୍ତି ଓ ବିଶୃଙ୍ଖଳାରୁ ମୁକ୍ତ ହେବେ । ସବୁପରେ ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ । ପ୍ରତିକାର- ଧଳା ରୁମାଲ ଟିଏ ପାଖରେ ରଖନ୍ତୁ ।

ବିଚ୍ଛା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଅବହେଳିତ ଲୋକଙ୍କସହ ମିଳାମିଶା କରି ନୂତନ ଦିଗ୍ଦର୍ଶନ ପାଇବେ । ବ୍ୟବସାୟ କ୍ଷେତ୍ରରେ କୌଣସି ଜରୁରୀ କାର୍ଯ୍ୟକୁ ମନୋଯୋଗ ଦେଇ ପୂର୍ଣ୍ଣକରିବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ଛାତ୍ର-ଛାତ୍ରୀମାନେ ଆଶା ଓ ଉର୍ଜା ଦ୍ଵାରା ଯେ କୌଣସି ପ୍ରତିଯୋଗୀତାକୁ ସ୍ଵୀକାର କରିବା ପାଇଁ ପ୍ରସ୍ତୁତ ରହିବେ । ଆର୍ଥୀକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବେ । ଭାଇ, ବନ୍ଧୁ, ମିତ୍ର ଓ ସହକର୍ମୀ ମାନଙ୍କ ସହିତ ମତଭେଦ ସମାପ୍ତହେବ । ସାଂଗଠନିକ କାର୍ଯ୍ୟରେ ଅଂଶ ଗ୍ରହଣ କରିବେ । ବନ୍ଧୁ ମିତ୍ରମାନଙ୍କ ସହଯୋଗରେ ଧନସମ୍ପଦ, ବସ୍ତ୍ରଆଭୂଷଣ ଆଦି ଲାଭହେବ । ପରିବାରରେ ସୁସ୍ଥ ବାତାବରଣ ଜାରି ରହିବା ଫଳରେ ପରସ୍ପରକୁ ସାହାଯ୍ୟ ସହଯୋଗକରି ଗଠନମୂଳକ ଦିଗପ୍ରତି ଆଗ୍ରହୀ ହେବେ । ପ୍ରତିକାର- ତିଳକଚନ୍ଦନ ଧାରଣ କରନ୍ତୁ ।

ଧନୁ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ । ନିକଟ ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ । ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ । ପରୋକ୍ଷ ଶତୃଙ୍କୁ ପ୍ରତିହତ କରି ବହୁତ ଦିନରୁ ବାକି ରହିଥିବା ଟଙ୍କା ମିଳିଯିବା ଫଳରେ ଆଶା କରିଥିବା କାମଟି ସମ୍ପନ୍ନ କରି ପାରିବେ । ପୂର୍ବରୁ ଲାଗିରହିଥିବା ଅଫିସରେ ଟେନସନ୍ ଦୂର ହୋଇ ସୁସମ୍ବାଦ ପ୍ରାପ୍ତି ହେବ । ବ୍ୟବସାୟିକ ଗତିବିଧି ଠିକ୍ ରହିଲେ ମଧ୍ୟ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ । ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟା ଓ ଆତ୍ମୀୟ ଶତ୍ରୁତା ସହ ପୁରାତନ ରୋଗ ପ୍ରକୋପର ଉପସମ ହେବ । ଦୃଢ଼ ଆତ୍ମବିଶ୍ୱାସ ଦ୍ୱାରା ସମସ୍ତବାଧା ବିଘ୍ନକୁ ଅତିକ୍ରମକରି ଆଗକୁବଢ଼ିବାର ଯୋଜନା ସଫଳ ହେବ । ପ୍ରତିକାର- ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

ମକର:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆର୍ଥିକ କ୍ଷେତ୍ରରେ ଉନ୍ନତିହେବ । ବ୍ୟବସାୟ ପ୍ରସାରଫଳରେ ଅତ୍ୟଧିକ ଲାଭହେବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ ଓ କର୍ମକ୍ଷେତ୍ରରେ ଉନ୍ନତିର ସୁଯୋଗ ପାଇବେ । ବ୍ୟୟ ଅପେକ୍ଷା ଆୟ ବୃଦ୍ଧିପାଇବ । ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ଅଧ୍ୟୟନ, ଅଧ୍ୟାପନା ଓ ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ । ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ । ସମ୍ପତ୍ତି କ୍ରୟ କରିବେ । ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ଭୌତିକ ଓ ଆଧ୍ୟାତ୍ମିକ ମାମଲାରେ ବ୍ୟସ୍ତ ରହିବେ । ପରିବାର ସମସ୍ୟାର ସମାଧାନ ହୋଇଯିବା ଫଳରେ ପାରିବାରିକ ଜୀବନ ସୁଖମୟ ହେବ । କ୍ୟାରିଅର କ୍ଷେତ୍ରରେ ପରିବର୍ତ୍ତନ ଆସିବା ସହ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

କୁମ୍ଭ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ । କର୍ମକ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ଦେଇ ପ୍ରଶଂସିତ ହେବେ । ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ଆୟ ବୃଦ୍ଧି ହେବ । ପରିବହନ ବ୍ୟବସାୟିକ ସ୍ଥିତି ସୁଦୃଢ ହେବ । ଧାର୍ମିକ କାର୍ଯ୍ୟରେ ମନ ବଳାଇ ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ବ୍ୟବସାୟ କ୍ଷେତ୍ରରେ ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ । ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ । ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ କରିବାକୁ ଚେଷ୍ଟିତ ହେବେ । ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ । ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବ । ପାରିବାରିକ ଜୀବନ ଆନନ୍ଦମୟ ହେବ । ରାଜନୈତିକ କ୍ଷେତ୍ରରେ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ । ପ୍ରତିକାର- ନୀଳ ରୁମାଲ ଟିଏ ପାଖରେ ରଖନ୍ତୁ ।

ମୀନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶତୃନାଶ, ଋଣନାଶ ଓ ପୁରାତନ ରୋଗପୀଡ଼ାର ଉପଶମ ହେବ । ଆର୍ଥିକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଆଗ୍ରହ ବଢିବ । ପାରିବାରିକ ଜୀବନ ଆନନ୍ଦରେ କଟିବ । ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ । ଦୂରଯାତ୍ରାରେ ସଫଳ ହେବେ । ଧର୍ମ କାର୍ଯ୍ୟରେ ଯୋଗଦେଇ ଦେବଦର୍ଶନ କରିବେ । ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତି ଥିଲେ ସରଳ ହେବ । ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ । ଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତା କରିବେ । ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ । ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ । ପ୍ରତିକାର- ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!