ଦୈନିକ ରାଶିଫଳ: ୧୦ ନଭେମ୍ବର ୨୦୧୯, ସୂର୍ଯ୍ୟ ଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କ ଦିନଟି ଅତି ଆନନ୍ଦ ରେ କଟିବ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ବ୍ୟବସାୟୀ ମାନେ ସ୍ଥଳ ବିଶେଷରେ ବିନା ପରିଶ୍ରମରେ ଅଧିକ ଲାଭବାନ ହେବା ନିମନ୍ତେ ଅନ୍ୟମାନଙ୍କୁ ସିଡି ରୂପେ ବ୍ୟବହାର କରିବେ। ଭୋଗ ବିଳାସରେ ଦିନ କାଟିବା ପାଇଁ ଆଗ୍ରହୀ ହେବେ। ନିଜର ଆତ୍ମନିରୀକ୍ଷଣ, ମନୋବୈଜ୍ଞାନିକ ତଥ୍ୟ, ଅନ୍ୱେଷଣ, ଅନ୍ତଦୃଷ୍ଟି ଏବଂ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତ ଜାଗ୍ରତ ହେବ। ସାମାଜିକ କଲ୍ୟାଣ ଓ ଜୀବନସ୍ତର ପରିବର୍ତ୍ତନ ହେବାରୁ ପାରିବାରିକ, ଜମିବାଡ଼ି ସଂକ୍ରାନ୍ତୀୟ, ଧନସମ୍ପତ୍ତି ବୃଦ୍ଧି ପାଇବ। ଅପ୍ରତ୍ୟାଶିତ ଘଟଣା ଘଟିବ। ଠିକାଦାର ଓ ଘରୋଇ କର୍ମରତଥିବା ବ୍ୟକ୍ତି ମାନଙ୍କର ଅନେକ ଶୁଭହେବ। ବନ୍ଧୁମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗ ମିଳିବ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ପାଇ କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ। ଯଥେଷ୍ଟ ଆର୍ଥିକ ଉନ୍ନତି ଘଟିବ। ଲୁହା, କାଠ, କୋଇଲା, କଳକବ୍ଜା, ବ୍ୟବସାୟରୁ, କଣ୍ଟ୍ରାକ୍ଟରୀରୁ ଯଥେଷ୍ଟ ଲାଭ ଉଠାଇବେ। କାହାରି ପାଖରେ ମୁଣ୍ଡ ନଇଁବ ନାହିଁ। ଉତ୍ତମ ରୋଜଗାର କରିପାରିବେ। ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ। ରାଜନୀତି କ୍ଷେତ୍ରରେ ଅତ୍ୟନ୍ତ ଶୁଭଫଳ ପ୍ରାପ୍ତି ହେବ। ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ଗୃହୋପକରଣ କ୍ରୟ କରିବେ। ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ପ୍ରବାସ ଯାତ୍ରାରେ ଲାଭବାନ୍ ହେବେ। ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢ଼ୀଭୂତ ହେବ। ବ୍ୟବସାୟ ବୃଦ୍ଧି ଯୋଜନାରେ ହାତ ଦେବାକୁ ଅନୁପ୍ରାଣିତ ହେବେ। ଶିକ୍ଷାକ୍ଷେତ୍ରରେ ଉଚ୍ଚଶ୍ରେଣୀ ପାଇବେ ଏବଂ ଉଚ୍ଚଶିକ୍ଷା ପାଇବାର ସୁଯୋଗ ମଧ୍ୟ ପାଇପାରିବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର, ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କର୍କଟ:-

ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ବନ୍ଧୁ ମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗ ମିଳିବା ଫଳରେ ଆର୍ଥିକ ସମସ୍ୟା ଦୂର ହୋଇଯିବ। ସନ୍ତାନଙ୍କ ପାଇଁ ଶୁଭସମ୍ବାଦ ପାଇବେ। ବିରୋଧିମାନେ ଦୂରେଇ ଯିବେ। ଦୂରଯାତ୍ରାରେ ସଫଳତା ଓ ଲାଭ ପାଇବେ। ପ୍ରିୟଜନଙ୍କସହ ମିଳନ ହେବ। ଅଟକିଥିବା କାର୍ଯ୍ୟ ପୂରଣ ହେବ। ଉତ୍ତରଦାୟିତ୍ୱ ବଢ଼ିବ। ବିଦ୍ୟାରେ ଉନ୍ନତି। ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ। ନୂଆ ଯୋଜନାରେ ସଫଳହେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନଅସନ୍ତୁଷ୍ଟ ରହିବ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ବ୍ୟବସାୟ ବୃଦ୍ଧି ଓ ନୂଆ ଯୋଜନା ଉପରେ କାର୍ଯ୍ୟ କରିଲେ ସମସ୍ତ ଚେଷ୍ଟା ସଫଳ ହେବ। ନିଜର ଲୋକମାନେ ସାହାଯ୍ୟ ସହଯୋଗ କରିବେ। ସ୍ଥାନ ପରିବର୍ତ୍ତନ ଯୋଗେ ଅସନ୍ତୋଷ ଦେଖାଦେବ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ପ୍ରେମିକ ପ୍ରେମିକାମାନଙ୍କର ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ପ୍ରତିକାର ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ।

କନ୍ୟା:-

ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ। ଆଶା କରୁଥିବା କାର୍ଯ୍ୟର ସୁସମ୍ବାଦ ପାଇବେ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳ ପାଇ ସଫଳତା ଅର୍ଜନ କରିବେ। ଦୂରଯାତ୍ରାର ସୁଯୋଗ ପାଇ ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ସାମାଜିକ କାର୍ଯ୍ୟରେ ସଫଳ ସିଦ୍ଧ ହେବେ। ମନୋବିଜ୍ଞାନ ସମ୍ବନ୍ଧରେ ବିଶେଷ ରୁଚି ରହିବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ। ପରୀକ୍ଷା ଓ ସାକ୍ଷାତ କାରରେ ସଫଳତା ମିଳିବ। ପ୍ରତିକାରମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ତୁଳା:-

ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ଶୁଭ ସମାଚାର ମିଳିବ ଓ ନିଜଲୋକ ସାହାଯ୍ୟ କରିବେ। ପରିବାରରେ ଖୁସିର ବାତା ବରଣ ସ୍ଥାୟି ରହିବ। ନୂତନ ସମ୍ବନ୍ଧ ସୃଷ୍ଟିହେବ। କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ। ପରିବହନ ବ୍ୟବସାୟରେ ସମସ୍ୟା ସମାଧାନ ହେବ। ମାନସିକ ସୁସ୍ଥତା ଅନୁଭବ କରିବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର ମୁହଁ ମିଠାକରି ଘରୁ ବାହାରନ୍ତୁ।     

ବିଚ୍ଛା:-

ଅର୍ଥ ସମ୍ପର୍କୀୟ କଥାହେବା ପାଇଁ ସମୟ ପ୍ରାୟତଃ ଅନୁକୂଳ ରହିବ। ଦୂରଯାତ୍ରାର ସୁଯୋଗ ମିଳିବ। ନୂତନ କାର୍ଯ୍ୟରେ ଉନ୍ନତି ହେବ। ପୁରାତନ ରୋଗର ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ। ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ। ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ଶିଳ୍ପବାଣିଜ୍ୟ କ୍ଷେତ୍ରରେ ବିଭିନ୍ନ ପ୍ରକାରର ସମସ୍ୟା ସମାଧାନ ହେବ। ସତସଙ୍ଗ ଓ ମନୋରଞ୍ଜନ, କ୍ରୀଡ଼ାବିଦ୍ମାନେ ପ୍ରଶଂସିତ ହେବେ। ଗୃହସ୍ଥ ଜୀବନ ସୁଖ ଶାନ୍ତିରେ କଟିବ। ସାମାଜିକ କ୍ଷେତ୍ରରେ ନିଜର ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ରାଜନୀତି କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ। ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ। ମହିଳାମାନେ ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ। ହସଖୁସିରେ ସମୟ ବିତାଇବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାରମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ମକର:-

ବ୍ୟବସାୟରେ ଲାଭବାନ ହେବେ। ଶତ୍ରୁମାନେ ମିତ୍ରବତ କାର୍ଯ୍ୟ କରିବେ। ମହିଳାମାନେ ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବାର ପ୍ରଯତ୍ନ କରିବେ। ବିଦ୍ୟାରେ ଉନ୍ନତି ଓ ପ୍ରଶଂସିତ ହେବେ।  ଶତୃନାଶ, ଋଣନାଶ ଓ ପୁରାତନ ରୋଗପୀଡ଼ାର ଉପଶମ ହେବ। ରାଜନୈତିକ କ୍ଷେତ୍ରରରେ ସ୍ଥିତି ସୁଦୃଢ଼ ହେବା ସହ କାର୍ଯ୍ୟଭାର ବୃଦ୍ଧିହେବ। ବ୍ୟକ୍ତିଗତ ସାର୍ବଜନୀନ ସମ୍ପର୍କରେ ବିକଶିତ ହୋଇ ସୁଖ ଶାନ୍ତି ମିଳିବ। ଗୃହରେ ଧର୍ମକାର୍ଯ୍ୟ ଓ ଧର୍ମାନୁଷ୍ଠାନରେ ଯୋଗଦାନ କରି ପାରନ୍ତି। ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଆୟ ବୃଦ୍ଧିହେବ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବା ଫଳରେ ସଫଳତା ଅର୍ଜନକରିବେ। ପାରିବାରିକ ସ୍ଥିତି ସାମାନ୍ୟ ବଦଳିବ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

ମୀନ:-

ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ। ଶୁଭ ସମ୍ବାଦ ପାଇ ଦୂରଯାତ୍ରାରେ ସଫଳ ହେବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ରାଜନୈତିକ କ୍ଷେତ୍ରରେ ଲୋକସମର୍ଥନ, ଦଳସମର୍ଥନ ବୃଦ୍ଧିପାଇବା ସହ ମୁଖ୍ୟନେତାଙ୍କର ପ୍ରିୟପାତ୍ର ହେବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ମଧୁରତା ଆସିବ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ଉଚ୍ଚ ଶିକ୍ଷା ହାସିଲ କରିବା ପାଇଁ ପ୍ରୟାସରତ ରହିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!