ଦୈନିକ ରାଶିଫଳ: 10 ନଭେମ୍ବର ୨୦୨୦, ମା ମଙ୍ଗଳାଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆକସ୍ମିକ ଧନ ଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ନଭେମ୍ବର ମାସ ୧୦ତାରିଖ, ମଙ୍ଗଳବାର, ତୁଳାମାସ ୨୫ଦିନ, କାର୍ତ୍ତିକମାସ, କୃଷ୍ଣପକ୍ଷ, ଦଶମୀତିଥି, ମଘା ନକ୍ଷତ୍ର, ସକାଳ ୭ଟା ୫୪ନିଟ୍ ଗତେ ପୂର୍ବାଫାଲଗୁନୀ ନକ୍ଷତ୍ର, ସିଂହ ରାଶିରେ ଚନ୍ଦ୍ର । ମକର ରାଶିର ଘାତବାର । କର୍କଟ, ମକର ରାଶିର ଘାତଚନ୍ଦ୍ର । କଳମଶାଗ ନ ଖାଇଲେ ଭଲ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶୁଭସମୟ- ପ୍ରାତଃ ୫ଟା ୫୭ମିନିଟ୍ ରୁ ୬ଟା ୩୯ମିନିଟ୍, ସକାଳ ୮ଟା ୪୪ମିନିଟ୍ ରୁ ୧୧ଟା ୭ମିନିଟ୍, ସନ୍ଧ୍ୟା ୫ଟା ୫ମିନିଟ୍ ରୁ ୬ଟା ୪୦ମିନିଟ୍, ରାତ୍ର ୮ଟା ୧୮ମିନିଟ୍ ରୁ ୮ଟା ୨୯ମିନିଟ୍, ରାତ୍ର ୯ଟା ୨୩ମିନିଟ୍ ରୁ ୧୧ଟା ୫୫ମିନିଟ୍ ।

ମେଷ:-

ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ । ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ । ରାଜନୀତିରେ ସ୍ୱାର୍ଥରକ୍ଷା କରିବାରେ ସମର୍ଥ ହେବେ । କର୍ମକ୍ଷେତ୍ରରେ ଶ୍ରମ ସାର୍ଥକ ହେବା ସହ କଠିନ ପରିଶ୍ରମ କରି ପ୍ରଶଂସା ପାଇବେ । ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ନିର୍ମାଣକ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ । କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ଧାର କରଜ କରି ପାରନ୍ତି । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ବୃଷ:-

ସରକାରୀ କାମରେ ସଫଳତା ପାଇବେ । ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ । ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ । ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଆଜି ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ । ବିଦେଶ ଯାତ୍ରାରେ ଲାଭବାନ ହେବେ । ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ପାଇ ଉଚ୍ଚ ଆଶାରେ ଆଗେଇବେ । ସାମାଜିକ ପତିଆରା ଅମଳିନ ରହିବ । ରାଜନୀତି କ୍ଷେତ୍ରରେ ସମସ୍ୟା ଦୂରହେବା ଫଳରେ ଆସ୍ୱସ୍ତି ଲାଭ କରିବେ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ । ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ ।

ମିଥୁନ:-

ଶୁଭ ସମ୍ବାଦପାଇ ଖୁସିହେବେ ଓ ବ୍ୟବସାୟରେ ଅଳ୍ପ ପରିଶ୍ରମ କରି ଅଧିକ ଲାଭ ପାଇବେ । କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖାଦେବା ସହ ଉନ୍ନତି, ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍ । ରାଜନୀତି କ୍ଷେତ୍ରରେ ଆସ୍ୱସ୍ତି ଲାଭ କରିବେ । ପରିବାରରେ ମାନ ମନାନ୍ତର ଦୂର ହେବ । ମାନସିକ ଏକାଗ୍ରତା ରଖି ପାରିବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କର୍କଟ:-

ବ୍ୟବସାୟୀମାନେ କଠିନ ପରିଶ୍ରମର ମୂଲ୍ୟ ଫେରି ପାଇବେ । କର୍ମାନୁଯାୟୀ ଫଳପ୍ରାପ୍ତି ହେତୁ କର୍ତ୍ତବ୍ୟ ପରାୟଣତା ରକ୍ଷା କରି ପାରିବେ । ରାଜନୀତି କ୍ଷେତ୍ରରେ କୂଟନୀତିର ପ୍ଲାନ୍ ଚଳାଇ ସ୍ଥାନ ଓ ସ୍ଥିତିଅଟଳ ରଖି ପାରିବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ । ଅଯଥା ଧାଁଦୌଡ ଯୋଗୁ ଧନ, ସମୟ ଓ ଶକ୍ତିର ଅପଚୟ ହେବ । ବଡପଣିଆ ଦେଖାଇଲେ ଭଲ ବଦଳରେ ମନ୍ଦଫଳ ଭୋଗିବାକୁ ପଡିବ । ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ । ଛୋଟ ଛୋଟ କାମକୁ ବୁଝିବିଚାରି ନକଲେ ଦ୍ଵନ୍ଦରେ ପଡିବେ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ସିଂହ:-

ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ପରିବାରରେ ମାନ ମନାନ୍ତର ଦୂର ହେବ । କର୍ମକ୍ଷେତ୍ରରେ ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ । ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ । ବ୍ୟବସାୟୀକ ସଫଳତା ଆତ୍ମସନ୍ତୋଷ ବଢେଇବ । ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା, ପ୍ରତିଯୋଗିତାରେ ସଫଳତା ମିଳିବ । ଶତୃ ଓ ବିରୋଧିମାନେ ଜଣାପଡି ଅପଦସ୍ଥ ହେବେ । ସମ୍ମାନର ସହିତ ଦିନଚର୍ଯ୍ୟା କରି ସୁଖରେ ଦିନଟି କାଟିବେ । ପ୍ରତିକାର- ଦହି ମିଠା ଖାଇ କରି ଘରୁ ବାହାରନ୍ତୁ ।

କନ୍ୟା:-

ସମସ୍ତ କାର୍ଯ୍ୟ ସିଦ୍ଧି ହେବ । କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖାଦେବ । ବ୍ୟବସାୟୀ ମାନେ ନୂତନ ବାଣିଜ୍ୟର ପରିକଳ୍ପନା କରି ଅଧିକ ଲାଭ କରିବେ । ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ କାର୍ଯ୍ୟବ୍ୟସ୍ତତା ଯୋଗୁ ଉପଯୋଗ କରିପାରିବେ ନାହିଁ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଜମିବାଡ଼ି ନେଇ କେତେକ ସମସ୍ୟା ସମାଧାନ ହେବ । ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ । ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ତୁଳା:-

ସମୟକୁ ହାତ ଛଡ଼ା ନ କରିବା ଉଚିତ୍ । କାରଣ ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ । ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ପୁରାତନ ରୋଗର ଉପସମ ଯୋଗେ ସ୍ୱାସ୍ଥ୍ୟରେ ଉନ୍ନତି, ମାନସିକ ସ୍ଥିରତା ଓ ଚିତ୍ତପ୍ରସନ୍ନ ସହ କାର୍ଯ୍ୟ ସିଦ୍ଧି ହେବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ଯେ କୌଣସି କାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ପରିବାରର ଉନ୍ନତି ହେବ । ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ । ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ବିଚ୍ଛା:-

ସମାଜ ସେବାକରି ସ୍ଵନାମ ଅର୍ଜନ କରିପାରିବେ । ସମସ୍ତ କାର୍ଯ୍ୟରେ ସଫଳତା ମିଳିବା ସହ ବରିଷ୍ଠ ବ୍ୟକ୍ତିମାନେ ସନ୍ତୋଷ ହେବେ । ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ ସାଙ୍ଗକୁ ସ୍ୱାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟିବ । ବ୍ୟବସାୟରେ କ୍ଷତି ଅପେକ୍ଷା ଲାଭର ପରିମାଣ ଅଧିକ ହେବ । ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ । ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ପାରିବାରିକ କ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ସୁସମ୍ବାଦ ପ୍ରାପ୍ତି ହେବ । ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବା ସହ ପ୍ରତିଷ୍ଠିତ ହୋଇ ପାରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ଧନୁ:-

କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ ଓ ମିତ୍ରତା ବୃଦ୍ଧି ପାଇବ । ବ୍ୟବସାୟରେ ସାମାନ୍ୟ ଲାଭ ହେବ । ନିଜର କର୍ତ୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରି ପାରିବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶି ଆଘାତ ପାଇବେ । ବୁଝି ବିଚାରି କାର୍ଯ୍ୟ କଲେ ପାରିବାରିକ ଜୀବନ ଆନନ୍ଦମୟ ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଅଫିସ୍ କାମରେ ପରିଚାଳନାଗତ ସମସ୍ୟା ଦେଖା ଦେଇପାରେ । ଉଚିତ୍ ପନ୍ଥା ଗ୍ରହଣ ନକଲେ ନିଜ ଲୋକମାନେ ମନମୋଟିଆ ହେବେ । ପ୍ରତିକାର:- ଷଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-

ସାମ୍ବାଦିକ ମାନେ ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ । କର୍ମକ୍ଷେତ୍ରରେ ଅଧିକ ପରିଶ୍ରମ କରି ସାମାନ୍ୟ ଲାଭ ପାଇବେ । ସ୍ଥାନାନ୍ତରଣ ଯୋଗ ଆସିପାରେ । ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ । ଛାତ୍ରଛାତ୍ରୀମାନଙ୍କର ଧାର୍ମିକ ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ । ସତର୍କତାର ସହ କାର୍ଯ୍ୟ କରିଲେ ସମସ୍ତ ପରିସ୍ଥିତି ଆପଣଙ୍କ ସପକ୍ଷରେ ଯିବ । ପରିବାରରେ ଅଯଥା ଝଗଡ଼ା ବଢ଼ିଯିବା ଫଳରେ ନିଜେ ଲଜ୍ଜିତ ହେବେ । ଈର୍ଷାପରାୟଣ ବ୍ୟକ୍ତିମାନେ କଟୁ ବଚନ ଶୁଣେଇ ପାରନ୍ତି । ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-

ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ । ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖାଦେବ । ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବ । ସହକର୍ମୀ ମାନଙ୍କର ସମର୍ଥନ ଓ ଅଧସ୍ତନଙ୍କର ସହଯୋଗ ଯୋଗୁ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ । ପ୍ରତିଦ୍ୱନ୍ଦିତାରେ ସଫଳ ହେବେ । ଅନେକ ଶୁଭକର୍ମର ସୁଯୋଗ ପାଇବେ । ଆକସ୍ମିକ ଧନ ପ୍ରାପ୍ତିର ଯୋଗ ଅଛି । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା, ପ୍ରତିପତ୍ତି ବୃଦ୍ଧି ପାଇବ । ଶତ୍ରୁମାନେ ପରାଜିତ ହେବେ । ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ମୀନ:-

ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତ ପାହାନ୍ତାରେ ପହଞ୍ଚିବ । ବନ୍ଧୁ, ମିତ୍ର ଏବଂ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇ ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ । ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ଦ୍ୟ ପୂର୍ଣ୍ଣ ସଂପର୍କ ରହିବ । ପରୀକ୍ଷା ପ୍ରତିଯୋଗିତା ଓ ମାଲିମୋକଦ୍ଦମାରେ ସଫଳତା ମିଳିବ । ରାଜନୈତିକ କ୍ଷେତ୍ରରେ ଶତୃତା କମିଯିବା ଫଳରେ ଉଚ୍ଚଆଶା ସଫଳ ହେବ । ଯାନବାହାନ ବ୍ୟବସାୟରେ ତଥା ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟରେ ଆଶାତୀତ ଲାଭ ପାଇବେ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!