୨୦୨୨ମସିହା, ନଭେମ୍ବର ମାସ ୧୦ତାରିଖ, ଗୁରୁବାର, ତୁଳାମାସ ୨୫ଦିନ, ମାର୍ଗଶିରମାସ, କୃଷ୍ଣପକ୍ଷ, ଦ୍ଵିତୀୟାତିଥି ସନ୍ଧ୍ୟା ୬ଟା ୩୩ମିନିଟ୍ ପରେ ତୃତୀୟାତିଥି, ରୋହିଣୀ ନକ୍ଷତ୍ର, ବୃଷ ରାଶିରେ ଚନ୍ଦ୍ର । ପରିଘ ଯୋଗ । ଗର କରଣ ସନ୍ଧ୍ୟା ୬ଟା ୩୩ମିନିଟ୍ ପରେ ବାଣିଜ୍ୟ କରଣ । ତୁଳା, କୁମ୍ଭ ରାଶିର ଘାତବାର । ବିଛା ରାଶିର ଘାତଚନ୍ଦ୍ର । ବୋଇତିକଖାରୁ ନ ଖାଇଲେ ଭଲ ସନ୍ଧ୍ୟା ୬ଟା ୩୩ମିନିଟ୍ ପରେ ପୋଟଳ ନ ଖାଇଲେ ଭଲ । ଯୋଗିନୀ- ଉତ୍ତରେ ସନ୍ଧ୍ୟା ୬ଟା ୩୩ମିନିଟ୍ ପରେ ଆଗ୍ନେୟେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ଦ୍ଵିତୀୟାର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୨ଟା ୧୭ମିନିଟ୍ ରୁ ୫ଟା ୪ମିନିଟ୍, ରାତ୍ରି ୧୧ଟା ୩୦ମିନିଟ୍ ରୁ ୧ଟା ୭ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୫୬ମିନିଟ୍ ରୁ ୭ଟା ୨୪ମିନିଟ୍, ସନ୍ଧ୍ୟା ୫ଟା ୫୭ମିନିଟ୍ ରୁ ରାତ୍ର ୯ଟା ୨୧ମିନିଟ୍, ରାତ୍ର ୧ଟା ୮ମିନିଟ୍ ରୁ ୩ଟା ୨୧ମିନିଟ୍, ରାତ୍ର ୪ଟା ୧୪ମିନିଟ୍ ରୁ ୫ଟା ୫୫ମିନିଟ୍ । ପର୍ବଦିନ- ମାଣବସା ଗୁରୁବାର ପ୍ରଥମ ପାଳି ।
ମେଷ:-କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ବ୍ୟବସାୟ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ରାଜନୀତିରେ କୃତକାର୍ଯ୍ୟ ହେବେ । ପରିଶ୍ରମ ଦ୍ୱାରା କାର୍ଯ୍ୟ ସଫଳ ହେବ । ଛାତ୍ରଛାତ୍ରୀ ମାନେ ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।
ବୃଷ:-ଶିକ୍ଷାକ୍ଷେତ୍ରରେ ଉଚ୍ଚଶ୍ରେଣୀ ପାଇବା ପାଇଁ ଚେଷ୍ଟା ଜାରି ରଖିବେ । ବ୍ୟବସାୟରେ ବାକିଥିବା ଅର୍ଥ ଆଦାୟ ହେବା ଫଳରେ ଖୁବ୍ ଆଶାବାଦୀ ହେବେ । ରାଜନୀତିରେ ଲୋକପ୍ରିୟତା ଯୋଗେ ସହକର୍ମୀଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ । ବାହ୍ୟ ଯୋଗା ଯୋଗରେ ଅଧିକ ଲାଭ ମିଳିବା ସହ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।
ମିଥୁନ:-ସମସ୍ତ କାର୍ଯ୍ୟର ସମସ୍ୟା ସମାଧାନ ହୋଇ ଉନ୍ନତିର ମାର୍ଗ ପ୍ରଶସ୍ତ ହେବ । ବ୍ୟବସାୟରେ ନୂତନ ଯୋଜନା ପ୍ରସ୍ତୁତ କରି ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ । ଛାତ୍ର ଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ । ସନ୍ତାନଙ୍କ କାର୍ଯ୍ୟରେ ଖୁସିହେବେ ଓ କୌଣସି ଶୁଭ ସମାଚାର ମଧ୍ୟ ଶୁଣିବେ । ବ୍ୟବସାୟରେ ଭାଗୀଦାର ମାନଙ୍କ ସହ ମତାନ୍ତର ମନାନ୍ତର କଟିଯିବ । କର୍ମକ୍ଷେତ୍ରରେ ମାନ ସମ୍ମାନ ପ୍ରତିଷ୍ଠା ବୃଦ୍ଧି ହେବ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।
କର୍କଟ:-ସମସ୍ତ କ୍ଷେତ୍ରରେ ସଫଳତା ମିଳିବାସହ ମାନ ସମ୍ମାନ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ପରିବାର ସମ୍ବନ୍ଧୀୟ ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ ଓ କର୍ମକ୍ଷେତ୍ରରେ ସୁନାମ ଅର୍ଜନ କରିବେ । ପାରିବାରିକ ସମ୍ବନ୍ଧରେ ମଧୁରତା ଆସିବ । ଶରିର ସୁସ୍ଥ ରହିବାସହ ଶତୃମାନେ ମିତ୍ରଭାବ ଆଚରଣ କରିବେ । ଦୂର ସ୍ଥାନକୁ ଯାତ୍ରା କରି ଜୀବନରେ ଭରପୁର ଆନନ୍ଦ ପାଇଲାଭଳି ଫାଇଦା ଉଠେଇବେ । ମାନସିକ ଶାନ୍ତି ଅନୁଭବ କରିବେ । ପ୍ରତିକାର- ଫିକାରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ ।
ସିଂହ:-ଶତୃଙ୍କ ସହିତ ମୁକାବିଲା କରିପାରିବେ । ସନ୍ତାନର ସୁ-ଖବର ଶୁଣି ଖୁସି ହେବେ ଓ ପାରିବାରିକ ଜୀବନ ସୁଖମୟ ହେବ । ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ । ପରିବାରରେ ଶାନ୍ତିଶୃଙ୍ଖଳା ବୃଦ୍ଧି ହେବା ସହ ଗୃହରେ ଶାନ୍ତି ବିରାଜମାନ କରିବ । ବ୍ୟବହାର ଦ୍ୱାରା ବ୍ୟବସାୟରେ ବହୁତ ଲାଭ ହେବ । ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବାସହ ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ପ୍ରତିକାର- କମଳାରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ ।
କନ୍ୟା:-ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । କର୍ମକ୍ଷେତ୍ର ସୁଦୃଢ଼ ହେବ ଓ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ । ବ୍ୟବସାୟୀ ମାନେ ବହୁତ ଦିନର ବାକିପଡିଥିବା ଅର୍ଥ ପାଇ ସମସ୍ୟାକୁ ସୁଧାରି ନେବେ ଓ ଆଶାତୀତ ଲାଭ ପାଇବେ । ପରିବାରରେ ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତି କରିବାର କ୍ଷମତା ଜନ୍ମହେବ । ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍ ମନେକରି ପାଠ ପଢାରେ ମନଯୋଗ ଦେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ତୁଳା:-କାର୍ଯ୍ୟକ୍ଷେତ୍ରରେ କଠିନ ପରିଶ୍ରମ ଦ୍ଵାରା ଆଗକୁ ବଢିପାରିବେ । ରାଜନୀତିରେ ପରିଶ୍ରମ କଲେ ଚେଷ୍ଟା ସାର୍ଥକ ହେବ ଓ ଆଶା ପୂରଣ ହେବ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ଫଳରେ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ଭାବନାର ବଶୀଭୂତ ହୋଇ ଅମିନୀ, ଜାମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ । ବିରୋଧିମାନେ ଦୂରେଇଯିବେ । ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ବିଚ୍ଛା:-ରାଜନୀତି କ୍ଷେତ୍ରରେ ନୂତନପନ୍ଥା ଅନୁସରଣ କରିବେ । ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ । ଗୃହସମସ୍ୟା ସମାଧାନ ହୋଇ ଅଟକିଥିବା କାର୍ଯ୍ୟ ପୂରଣ ହେବ । ପରିବାରରେ ଖୁସିର ବାତାବରଣ ସୃଷ୍ଟି ହେବ । ସାମ୍ବାଦିକ ମାନେ ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ । ବିଦ୍ୟାକ୍ଷେତ୍ରରେ ମନଯୋଗ ଦେଇ ସଫଳ ହେବେ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ଧନୁ:-ପୁରାତନ ରୋଗର ଉପଶମ ହୋଇ ଶରୀର ସୁସ୍ଥ ରହିବ । କୌଣସି ଶୁଭ ସମାଚାର ଶୁଣି ହସ ଖୁସିରେ ସମୟ ବ୍ୟତୀତ ହେବ । ପରିବାରର କେତେକ ସମସ୍ୟା ସମାଧାନ କରି ମାନସିକ ଶାନ୍ତି ଅନୁଭବ କରିବେ । ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବା ସହ କର୍ମକ୍ଷେତ୍ରରେ ଉତ୍ସାହ ଉଦ୍ଦୀପନା ବୃଦ୍ଧିହେବ । ମିତ୍ରଙ୍କ ସାହାଯ୍ୟ ସହଯୋଗ ପାଇ ଜାଗା, ଜମି କ୍ରୟ କରିବାର ସୁବିଧା ପାଇବେ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ପ୍ରତିକାର:- କଦଳୀଗଛ ମୂଳରେ ହଳଦୀପାଣି ଢାଳନ୍ତୁ ।
ମକର:-ବିଦ୍ୟାର୍ଥୀମାନେ ନିଜ ଲକ୍ଷ୍ୟରେ ସଫଳତା ପାଇବେ । ହଜିଯାଇଥିବା କିମ୍ବା ଖୋଜୁଥିବା ଜିନିଷ ହଠାତ୍ ମିଳିଯିବା ଫଳରେ ପାରିବାରିକ ସୁଖଶାନ୍ତି ବୃଦ୍ଧି ହେବ । ପ୍ରେମପ୍ରସଙ୍ଗରେ ସଫଳତା ମିଳିବ । ମାନସିକ, ବୌଦ୍ଧିକ, ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହୋଇ କ୍ଷମତା ଓ ଶକ୍ତି ବଳରେ ସମୟ ବିତାଇବେ । ନୂଆ ସମସ୍ୟାର ସମ୍ମୁଖୀନ ହେଲେ ମଧ୍ୟ ନିଜର ବୁଦ୍ଧି, ବିବେକ ଖଟାଇ ସମାଧାନ କରିପାରିବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
କୁମ୍ଭ:-କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ସହାୟତା ପାଇ ଘରୋଇ ସମସ୍ୟାର ସମାଧାନ ହେବ । ସାମାଜିକ କାର୍ଯ୍ୟରେ ଯୋଗଦାନ କରି ଉତ୍ସାହ ଉଦ୍ଦିପନାରେ ଆଗେଇ ପାରିବେ । କାର୍ଯ୍ୟଆଳୟରେ ବନ୍ଧୁଙ୍କ ସାହାଯ୍ୟ ଅବିସ୍ମରଣୀୟ ରହିବ । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ । ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ମୀନ:-ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ । ଉଚ୍ଚଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ । ଆର୍ଥିକ ଦିଗରୁ ସୁବିଧା ଜନକ ପରିସ୍ଥିତି ଦେଖାଦେବା ଫଳରେ ଉଚ୍ଚଆଶା ସଫଳ ହେବ । ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ । ଶତୃ, ରୋଗ, ଋଣରୁ ମୁକ୍ତି ହେବାର ବାଟ ଖୋଲି ଯିବ । ବନ୍ଧୁବାନ୍ଧବଙ୍କ ନିକଟରେ ଓ ଗୁରୁଗୁରୁଜନଙ୍କ ପାଖରେ ଆଦୃତ ହେବେ । ପ୍ରତିକାର- ହଳଦୀରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ ।