ଦୈନିକ ରାଶିଫଳ: 10 ଅକ୍ଟୋବର 2022, ମହାଦେବଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ଅକ୍ଟୋବର ମାସ ୧୦ତାରିଖ, ସୋମବାର, କନ୍ୟାମାସ ୨୪ଦିନ, କାର୍ତ୍ତିକମାସ କୃଷ୍ଣପକ୍ଷ, ପ୍ରତିପଦ ତିଥି, ରେବତୀ ନକ୍ଷତ୍ର, ମୀନ ରାଶିରେ ଚନ୍ଦ୍ର ଦିବା ୪ଟା ୨ମିନିଟ୍ ପରେ ମେଷ ରାଶିରେ ଚନ୍ଦ୍ର । ବ୍ୟାଘାତ ଯୋଗ । ବାଳବ କରଣ ଦିବା ୧ଟା ୫୭ମିନିଟ୍ ପରେ କୌଳବ କରଣ । ମିଥୁନ ରାଶିର ଘାତବାର । ଧନୁ ରାଶିର ଘାତଚନ୍ଦ୍ର ଦିବା ୪ଟା ୨ମିନିଟ୍ ପରେ ମେଷ ରାଶିର ଘାତଚନ୍ଦ୍ର । ପାଣିକଖାରୁ ନ ଖାଇଲେ ଭଲ ରାତି ୧ଟା ୩୯ମିନିଟ୍ ପରେ ବୋଇତିକଖାରୁ ନ ଖାଇଲେ ଭଲ । ଯୋଗିନୀ- ପୂର୍ବେ ରାତି ୧ଟା ୩୯ମିନିଟ୍ ପରେ ଉତ୍ତରେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ପ୍ରତିପଦାର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଅଶୁଭସମୟ- ସକାଳ ୭ଟା ୧୦ମିନିଟ୍ ରୁ ୮ଟା ୩୮ମିନିଟ୍, ଦିବା ୨ଟା ୨୮ମିନିଟ୍ ରୁ ୩ଟା ୫୬ମିନିଟ୍, ରାତ୍ରି ୧୦ଟା ୧ମିନିଟ୍ ରୁ ୧୧ଟା ୩୩ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୪୪ମିନିଟ୍ ରୁ ୭ଟା ୯ମିନିଟ୍, ଦିବା ୮ଟା ୫୧ମିନିଟ୍ ରୁ ୧୧ଟା ୯ମିନିଟ୍, ରାତ୍ର ୭ଟା ୫୨ମିନିଟ୍ ରୁ ୧୦ଟା, ରାତ୍ର ୨ଟା ୨୭ମିନିଟ୍ ରୁ ୩ଟା ୧୪ମିନିଟ୍ । ପର୍ବଦିନ- କାର୍ତ୍ତିକ ବ୍ରତ ଆରମ୍ଭ, ଚରଖା ଦିବସ ।

ମେଷ:-ସାମାଜିକକ୍ଷେତ୍ରରେ ନିଜର ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ । ବ୍ୟବସାୟୀକ ଆତ୍ମବିଶ୍ଵାସ ବୃଦ୍ଧି ପାଇବା ସହ ଦାମ୍ପତ୍ୟ ସୁଖରେ ପ୍ରସନ୍ନତା ଅନୁଭୂତି ହେବ । ପାରିବାରିକ ଜୀବନ କ୍ଷେତ୍ରରେ ଆନନ୍ଦମୟ ପରିସ୍ଥିତି ସୃଷ୍ଟିହେବ । ନ୍ୟାୟମାର୍ଗ ଓ ମିଷ୍ଟ ବଚନ କୁ ନିଜର ଭୂଷଣଭାବି କର୍ମ କରିଲେ ଲାଭବାନ ହେବେ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ବୃଷ:-ସ୍ୱାସ୍ଥ୍ୟ ଉତ୍ତମ ରହିବା ସହ ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇ ବ୍ୟାପାରରେ ପ୍ରଚୁର ଲାଭ ହେବ । ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷା ହାସିଲ କରିବା ପାଇଁ ପ୍ରୟାସରତ ରହିବେ । ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ଆନୁଷ୍ଠାନିକ କ୍ଷେତ୍ରରେ ମିତ୍ର ଓ ସହଯୋଗୀମାନେ ସମର୍ଥନ କରିବେ । ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ମିଥୁନ:-ପୁରୁଣା ବ୍ୟବସାୟିକ ସମ୍ପର୍କ ଭଲ ଅବସ୍ଥାରେ ଫେରି ଆସିପାରେ । ବିରୋଧୀମାନେ ଆପଣଙ୍କ କାର୍ଯ୍ୟରେ ବାଧା ସୃଷ୍ଟି କରିବାକୁ ଚେଷ୍ଟା କରି ବିଫଳ ହେବେ । ନିଜର ରହସ୍ୟକୁ ପ୍ରକାଶ ନକରି ଗୁପ୍ତ ରଖିବା ଭଲ । ଅନ୍ୟମାନଙ୍କ କାର୍ଯ୍ୟରେ ହସ୍ତକ୍ଷେପ କରନ୍ତୁ ନାହିଁ । ପିଲାମାନେ ସେମାନଙ୍କର ମାତାଙ୍କୁ ଅନୁକରଣ କରିବେ । ଅନ୍ୟମାନଙ୍କର ତ୍ରୁଟି ପ୍ରତି ଅଧିକ ଧ୍ୟାନ ଦିଅନ୍ତୁ ନାହିଁ । ଯାନ ବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ । ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍ । ପାରିବାରିକ ସୁଖଶାନ୍ତି ବୃଦ୍ଧି ହେବା ସହ ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ସିଂହ:-ନୂତନ ପରିବର୍ତ୍ତନ ବିଷୟରେ ଆପଣ ଟିକେ ଚିନ୍ତିତ ହେବେ । ନିଜ ଚିନ୍ତାଧାରାକୁ ଜୀବନସାଥୀଙ୍କ ସହିତ ଅଂଶୀଦାର କରନ୍ତୁ । ବିଚାରାଧୀନ କାର୍ଯ୍ୟ ସମାପ୍ତ କରିବା ପାଇଁ ଚେଷ୍ଟିତ ହେବେ । ବ୍ୟବସାୟରେ ଆପଣଙ୍କୁ ସାଙ୍ଗମାନଙ୍କ ସହଯୋଗ ନେବାକୁ ପଡିପାରେ । ଆପଣ ଜଣେ ସମ୍ପର୍କୀୟଙ୍କ ସହିତ ଫୋନରେ କଥା ହୋଇ ଧାର୍ମିକ କାର୍ଯ୍ୟକଳାପରେ ଆଗ୍ରହ ପ୍ରକାଶ କରିବେ । କର୍ମ କ୍ଷେତ୍ରରେ ବସ୍ ଆପଣଙ୍କୁ ପ୍ରଶଂସା କରିବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କନ୍ୟା:-ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାର ପରିପୂର୍ଣ୍ଣ ହେବ । ଯାତ୍ରାଫଳରେ ଉତ୍ସାହିତ ହେବେ ଓ ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ । ଜମି ଜମା ସଙ୍କ୍ରାନ୍ତିୟ ସମସ୍ୟା ସମାଧାନ ହୋଇ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ସହକର୍ମୀ, ଉଚ୍ଚାଧିକାରୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ । ବିଦେଶ ଯାତ୍ରାରେ ସଫଳ ହେବାସହ ଉତ୍ସାହ ଉଲ୍ଲାସରେ ଆଜି ସମୟ ଅତିବାହିତ କରିବେ । ପ୍ରତିକାର- ସବୁଜ ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

ତୁଳା:-ସରକାରୀ କ୍ଷେତ୍ରରେ ସଫଳତା ମିଳିବା ଫଳରେ ମାନସିକ ଶାନ୍ତି ପାଇବେ । ଆର୍ଥିକ କ୍ଷେତ୍ରରେ କୌଣସି ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବେ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ । ପୁରୁଣା ସମ୍ପର୍କରୁ ଆପଣ ଉପକୃତ ହେବେ । ପ୍ରତିକାର- ଧଳା ରୁମାଲ ଟିଏ ପାଖରେ ରଖନ୍ତୁ ।

ବିଚ୍ଛା:-ଶତୃମାନେ ଦୂରେଇ ଯିବା ଫଳରେ ମାନସିକ ଶାନ୍ତି ପାଇବେ । କାରବାରରେ ସୁଧାର ଆସି ଟଙ୍କାର ଆବଶ୍ୟକତା ପୂରଣ ହେବ । ଚଳଚ୍ଚିତ୍ର ବ୍ୟବସାୟ ସହିତ ଜଡିତ ଲୋକମାନେ ଉଚ୍ଚ ଆର୍ଥିକ ଲାଭ କରିପାରିବେ । ଆପଣଙ୍କୁ ନୂତନ କାର୍ଯ୍ୟରେ ନିୟୋଜିତ ହେବାକୁ ପଡିପାରେ । ସେୟାର ବଜାରରେ ବିନିଯୋଗ କଲେ ଭଲ ଟଙ୍କା ରୋଜଗାର ହେବ । ମାର୍କେଟିଂ କ୍ଷେତ୍ରରେ କାର୍ଯ୍ୟ କରୁଥିବା ଲୋକଙ୍କ ଆୟ ବୃଦ୍ଧି ପାଇପାରେ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।

ଧନୁ:-ସୋସିଆଲ ମିଡିଆରେ ନୂଆ ବନ୍ଧୁ ସୃଷ୍ଟି କରିପାରିବେ । ପିଲାମାନଙ୍କର ସ୍ୱାସ୍ଥ୍ୟ ଏବଂ ଶିକ୍ଷା ବିଷୟରେ ଆପଣ ନିଶ୍ଚିତ ହେବେ । ଜୀବନ ସାଥୀଙ୍କଠାରୁ ଏକ ଉପହାର ପାଇପାରିବେ । ଆତ୍ମବିଶ୍ୱାସ ବୃଦ୍ଧି ପାଇବା ସହ ବ୍ୟବସାୟରେ କିଛି ବିନିଯୋଗ କରିବା ପାଇଁ ମନ ବଳେଇବେ । ପ୍ରେମିକ ପ୍ରେମିକା ତିକ୍ତ ଭାଷା ବ୍ୟବହାର କରିବା ଦ୍ୱାରା ସମ୍ପର୍କ ନଷ୍ଟ ହୋଇପାରେ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-ବ୍ୟବସାୟର ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ଶାରିରୀକ ଓ ମାନସିକ ସୁସ୍ଥତା ଅନୁଭବ କରିବା ସହ ନୂତନ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବା ଫଳରେ ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ ବଢିବ । ସମସ୍ତ କର୍ମ ସହଜ ସରଳରେ ସମ୍ପନ୍ନ ହେବ ଓ ସ୍ୱାସ୍ଥ୍ୟ ଠିକ୍ ରହିବ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରନ୍ତି । ପ୍ରତିକାର- ନୀଳ ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

କୁମ୍ଭ:-ସ୍ୱାସ୍ଥ୍ୟଗତ ସମସ୍ୟାରେ ଉନ୍ନତି ହେବା ସହ ସମସ୍ତ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ଅଟକି ଯାଇଥିବା କାମକୁ ପୁନରାୟ ଚାଲୁ କରିବାର ସୁଯୋଗ ପାଇ ଖୁସିହେବେ । ବ୍ୟାଙ୍କିଙ୍ଗ୍ ଏବଂ ଫାଇନାନ୍ସ ସହିତ ଜଡିତ ଲୋକମାନେ ଏହି କ୍ଷେତ୍ରରେ ଭଲ ପ୍ରଦର୍ଶନ କରିବାକୁ ଯାଉଛନ୍ତି । ଆପଣ ନୂତନ ପୋଷାକ ଏବଂ ଅଳଙ୍କାର କିଣି ପାରିବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ମୀନ:-ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବା ସହ ମାନସିକ ଶାନ୍ତି ଅନୁଭବ କରିବେ । ଛାତ୍ରମାନେ ଅଧ୍ୟୟନରେ ବହୁତ ଭଲ କରିବେ ଓ ମନ ବହୁତ ଶାନ୍ତ ହେବ । ଅଧସ୍ତନ କର୍ମଚାରୀଙ୍କ ସାହାଯ୍ୟରେ, କର୍ମକ୍ଷେତ୍ରରେ ଆପଣ ମାନସମ୍ମାନ ପାଇବେ । ବିଦେଶ ଭ୍ରମଣ କରିବାର ସମ୍ଭାବନା ଅଛି । ଘରେ ଖୁସିର ବାତାବରଣ ଦେଖା ଦେବାସହ ପିଲାମାନେ ପ୍ରାଚୀନମାନଙ୍କ ସହିତ ସମୟ ବିତାଇବେ । କ୍ରିଡାକ୍ଷେତ୍ରରେ ପ୍ରତିଯୋଗିତାରେ ବିଜୟୀ ହେବେ । ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!