ଦୈନିକ ରାଶିଫଳ: 10 ଅକ୍ଟୋବର ୨୦୨୦, ଶନିଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କର୍ମରେ ପ୍ରବଳ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଅକ୍ଟୋବର ମାସ ୧୦ ତାରିଖ, ଶନିବାର, କନ୍ୟା ମାସ ୨୫ ଦିନ, ମଳଆଶ୍ଵିନମାସ, କୃଷ୍ଣପକ୍ଷ, ଅଷ୍ଟମୀତିଥି, ପୁନର୍ବସୁ ନକ୍ଷତ୍ର, ମିଥୁନ ରାଶିରେ ଚନ୍ଦ୍ର। ବୃଷ, ସିଂହ, କନ୍ୟା ରାଶିର ଘାତବାର। କନ୍ୟା ରାଶିର ଘାତଚନ୍ଦ୍ର। ନଡିଆ, ଆମିଷ ନ ଖାଇଲେ ଭଲ। ଶୁଭସମୟପ୍ରାତଃ ୭ଟା ୧୭ମିନିଟ୍ ରୁ ୮ଟା ୩୭ମିନିଟ୍, ଦିବା ୧୧ଟା ୫୭ମିନିଟ୍ ରୁ ୧ଟା ୧ମିନିଟ୍, ଦିବା ୨ଟା ୨୯ମିନିଟ୍ ରୁ ୩ଟା ୨ମିନିଟ୍, ଦିବା ୩ଟା ୫୧ମିନିଟ୍ ରୁ ୩ଟା ୫୫ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ଶରୀର ସୁସ୍ଥ ହେବା ସହ ମାନସିକ ଅଶାନ୍ତି ଦୂର ହେବ। ବ୍ୟବସାୟ କ୍ଷେତ୍ରରେ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କଲେ ଲାଭ ପାଇବେ। ଛାତ୍ରଛାତ୍ରୀମାନଙ୍କର ଉଦ୍ୟମ ବଳରେ ସିଦ୍ଧିପ୍ରାପ୍ତି ଓ ଉଚ୍ଚସ୍ଥାନ ସଂପୃକ୍ତି ହେବ। କର୍ମକ୍ଷେତ୍ରରେ ଉପରିସ୍ଥ କର୍ମଚାରୀ ଦେଇଥିବା ପ୍ରତିଶୃତି ରକ୍ଷା କରିବା ଫଳରେ ଆନନ୍ଦିତ ହେବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ସୁଯୋଗ ପାଇବେ। ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ। କୋର୍ଟକଚେରୀ ମାମଲା ଆପଣଙ୍କ ସପକ୍ଷରେ ଯିବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

 

ବୃଷ:-

ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନଖୁସି ରହିବ ନାହିଁ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ। ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ଅଧିକ ଲାଭବାନ ହେବେ। କର୍ମକ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବା ସହ ଆୟ ବୃଦ୍ଧି ହେବ। କଳା, ସାହିତ୍ୟ, ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରତିକାର ଗୋମାତାକୁ ଖାଇବାକୁ ଦିଅନ୍ତୁ।

ମିଥୁନ:-

ସ୍ଵାସ୍ଥ୍ୟରେ ଉନ୍ନତି ଦେଖାଦେବ। ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ। ଅଧାଥିବା କାର୍ଯ୍ୟ ପୂରଣ ହେବ।  କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବ। ନିଜର କର୍ତ୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରି ପାରିବେ। ଆର୍ଥିକକ୍ଷେତ୍ରରେ ଉନ୍ନତି ହେବ। ସରକାରୀ କର୍ମଚାରୀ ମାନଙ୍କର କର୍ମକ୍ଷେତ୍ରରେ ଉନ୍ନତି ଫଳରେ ସନ୍ତୋଷ ଦେଖାଦେବ। ପ୍ରେମିକ ପ୍ରେମିକାମାନେ ଗୁପ୍ତ ପ୍ରେମରେ ସଫଳ ହେବେ। ଛାତ୍ର ଛାତ୍ରୀମାନେ ଉଚ୍ଚ ଶିକ୍ଷାର ସୁଯୋଗ ପାଇବେ। ଦାମ୍ପତ୍ୟ ସୁଖ ବୃଦ୍ଧି ହେବ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ନୂତନକର୍ମ ସଂସ୍ଥାନ ରେ ନିଯୁକ୍ତି ପାଇବାର ଯୋଗ ରହିଛି। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ଦୈବୀ କୃପା ଫଳରେ ପୁରୁଣା ସମସ୍ୟାର ସମାଧାନ ହୋଇଯିବ। କର୍ମକ୍ଷେତ୍ରରେ କମ ପରିଶ୍ରମ କରି ଅଧିକ ଲାଭ ପାଇବା ସହ ମାନ ସମ୍ମାନ ବୃଦ୍ଧି ହେବ। ପତିପତ୍ନି ମଧ୍ୟରେ ଥିବା ମତାନ୍ତର ଦୂରେଇ ଯିବ। ପାରିବାରିକ ଜୀବନରେ ଶାନ୍ତି, ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ। ବନ୍ଧୁ ବାନ୍ଧବଙ୍କଠାରୁ ପୂର୍ଣ୍ଣ ସହଯୋଗ ପ୍ରାପ୍ତ ହେବ। ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ଅଧିକ ଲାଭବାନ ହେବେ। ଶତ୍ରୁମାନେ ପରାଜିତ ହେବେ। ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରି ଉଚ୍ଚବିଦ୍ୟା ଅଧ୍ୟୟନ ପାଇଁ ବାହ୍ୟ ଦେଶକୁ ଯାତ୍ରା କରି ପାରନ୍ତି। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-

ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ଛାତ୍ରଛାତ୍ରୀମାନଙ୍କର ଶିକ୍ଷକ ଓ ସହପାଠୀ ମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ। ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ବୃଦ୍ଧି ହେବ। ରାଜନୀତି କ୍ଷେତ୍ରରେ ଜନସେବାଦ୍ଵାରା ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ପରିବାରରେ ମତାନ୍ତର ମନାନ୍ତର ଦେଖା ଦେଇପାରେ। ନିଜଲୋକଙ୍କ ଶତ୍ରୁତା ଫଳରେ ମନରେ କ୍ଷୋଭ ଓ ହତାଶଭାବ ଦେଖାଦେଇ ପାରେ। ଆୟ ଅପରିବର୍ତ୍ତିତ ରହିଲେ ମଧ୍ୟ ବ୍ୟୟ ବୃଦ୍ଧିପାଇବ। ଶରୀର ଭଲ ରହି ନପାରେ।  ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

କନ୍ୟା:-

ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ। ଛାତ୍ରଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ। ରାଜନୀତିରେ ଉନ୍ନତି ହେବା ସହ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ। ଉଚ୍ଚାଧିକାରି ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ଅସହଯୋଗ କରି ପାରନ୍ତି। ବ୍ୟବସାୟରେ ଲାଭ ମିଳିବ କିନ୍ତୁ କାର୍ଯ୍ୟ ଅପୂରଣ ରହିପାରେ। ଶାରିରୀକ ଅସୁସ୍ଥତା ସହ ମାନସିକ ଅଶାନ୍ତି ଦେଖାଦେଇ ପାରେ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍। ଗୃହାରମ୍ଭ, ଦୁରଯାତ୍ରା, ଯାନବାହାନ କିଣନ୍ତୁ ନାହିଁ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-

ସନ୍ତାନଙ୍କ ସମ୍ବନ୍ଧରେ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। କର୍ମକ୍ଷେତ୍ରରେ ସହଯୋଗୀମାନଙ୍କ ଯୋଗୁ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବାର ରାସ୍ତା ପରିଷ୍କାର କରିବେ। ଛାତ୍ରଛାତ୍ରୀମାନେ ପ୍ରତିଯୋଗିତା ମୂଳକ କାର୍ଯ୍ୟରେ କୃତିତ୍ଵ ଲାଭ କରିବା ସହ ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ। ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ। ପାରିବାରିକ ଜୀବନ ସୁଖମୟ ହେବ ଓ ଦୁଃଖୀ ଲୋକଙ୍କୁ ସାହାଯ୍ୟ କରିବେ। ବ୍ୟବସାୟରେ ସଫଳତା ଅର୍ଜନ ତଥା ଆତ୍ମବିଶ୍ୱାସ ବୃଦ୍ଧି ପାଇବ। କୌଣସି ନୂତନ କାର୍ଯ୍ୟ ଆରମ୍ଭ ନକରିବା ଉକିତ୍। ପ୍ରେମପ୍ରସଙ୍ଗରେ ସଫଳତା ମିଳିବ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

ବିଚ୍ଛା:-

ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବେ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବାଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ।  ରାଜନୀତିରେ ଉନ୍ନତି ହେବା ସହ ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ। ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ଯଶ ପାଇବେ। ପରିବାରଜନଙ୍କ ସହ ନିଜ ବାହନରେ କୌଣସି ଜାଗାକୁ ଯାତ୍ରା କରନ୍ତୁ ନାହିଁ। ଆଉ ନିଜେ ମଧ୍ୟ ଗାଡ଼ି ଚଳାନ୍ତୁ ନାହିଁ। ଦୂରଯାତ୍ରା କଷ୍ଟକର ହେବ। ପ୍ରତିକାର କୁକୁରକୁ ଖାଇବାକୁ ଦିଅନ୍ତୁ।

ଧନୁ:-

ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ବ୍ୟବସାୟ ଶୁଭାରମ୍ଭ କରିବାର ସୁଯୋଗ ପାଇବେ। ବ୍ୟବସାୟୀ ମାନଙ୍କର ଆଶାତିତ ଲାଭ ହେବ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। ମହତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ପ୍ରେରଣା ଓ ଆର୍ଥିକ ସହାୟତାରେ ଉତ୍ସାହ ବୃଦ୍ଧି ପାଇବ। କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ। ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଶରିର ସୁସ୍ଥ ରହିବ। ଉପରିସ୍ଥ କର୍ମଚାରୀ ଦେଇଥିବା ପ୍ରତିଶୃତି ରକ୍ଷା କରିବା ଫଳରେ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ଏମିତି କାର୍ଯ୍ୟ ଆଜି କରିବେ ଯାହାକି ଭବିଷ୍ୟତ ଆକାଂକ୍ଷାକୁ ପୂର୍ଣ୍ଣ କରିବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ସରକାରୀ କ୍ଷେତ୍ରରେ ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ। କୌଣସି ମହତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ଉଚ୍ଚଆଶା ସଫଳ ହେବ। ଖେଳ, କୁଦ, ପ୍ରତିଯୋଗିତାରେ ବିଜୟୀ ହେବେ। ଜୀବନରେ ଭରପୁର ଆନନ୍ଦ ପାଇଲାଭଳି ଫାଇଦା ଉଠେଇବେ। ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ। ଟଙ୍କାର ଆବଶ୍ୟକତା ପୂରଣ ହେବ। ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ। ରାଜନୀତିରେ କ୍ଷମତା ଶକ୍ତି ବଳରେ ନିଜର ଭାବମୂର୍ତ୍ତି ଅକ୍ଷୁର୍ଣ୍ଣ ରହିବ। ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ। ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁ ନୂତନ ବ୍ୟବସାୟର ଯୋଜନା କରିବେ। କୃଷିଜାତ ଦ୍ରବ୍ୟ ବାଣିଜ୍ୟରେ ବ୍ୟୟ ଅପେକ୍ଷା ଆୟ ଅଧିକ ହେବ। କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ। ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ। ଖେଳ, କୁଦ, ପ୍ରତିଯୋଗିତା କ୍ଷେତ୍ରରେ ପ୍ରଶଂସା ପାଇବେ। ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। ପ୍ରତିକାର ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ମୀନ:-

ବ୍ୟବସାୟରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ବା ଯାନବାହାନ ପ୍ରାପ୍ତି ହୋଇ ପାରେ। ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ। ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ। ପ୍ରେମସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୁରତା ସୃଷ୍ଟି ହେବ। ଜ୍ୟୋତିଷ, ତନ୍ତ୍ରମନ୍ତ୍ର, ଧାର୍ମିକ ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ। ଉଚ୍ଚଶିକ୍ଷା ପାଇଁ ବିଦେଶଯାତ୍ରା କରି ପାରିବେ। ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ରାଜନୀତି କ୍ଷେତ୍ରରେ ନିଜର ଲୋକମାନେ ସାହାଯ୍ୟ ସହଯୋଗର ହାତ ବଢେଇବେ। ପ୍ରତିକାର:– ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!