୨୦୨୨ମସିହା, ସେପ୍ଟେମ୍ବର ମାସ ୧୦ତାରିଖ, ଶନିବାର, ସିଂହମାସ ୨୫ଦିନ, ଭାଦ୍ରବମାସ, ଶୁକ୍ଳପକ୍ଷ, ପୂର୍ଣ୍ଣିମାତିଥି ଦିବା ୩ଟା ୨୮ମିନିଟ୍ ପରେ ପ୍ରତିପଦାତିଥି, ଶତଭିଷା ନକ୍ଷତ୍ର ସକାଳ ୯ଟା ୩୭ମିନିଟ୍ ପରେ ପୂର୍ବଭାଦ୍ରପଦ ନକ୍ଷତ୍ର, କୁମ୍ଭ ରାଶିରେ ଚନ୍ଦ୍ର । ଧୃତି ଯୋଗ ଦିବା ୨ଟା ୫୪ମିନିଟ୍ ପରେ ଶୂଳ ଯୋଗ । ବବ କରଣ ଦିବା ୩ଟା ୨୮ମିନିଟ୍ ପରେ ବାଳବ କରଣ । ବୃଷ, ସିଂହ, କନ୍ୟା ରାଶିର ଘାତବାର । ମିଥୁନ, ମୀନ ରାଶିର ଘାତଚନ୍ଦ୍ର । ଆମିଷ, ତୈଳ ନ ଖାଇଲେ ଭଲ ଦିବା ୩ଟା ୨୮ମିନିଟ୍ ପରେ ପାଣିକଖାରୁ ନ ଖାଇଲେ ଭଲ ।
ଯୋଗିନୀ- ବାୟବ୍ୟେ ଦିବା ୩ଟା ୨୮ମିନିଟ୍ ପରେ ପୂର୍ବେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ପୂର୍ଣ୍ଣିମାର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ପ୍ରାତଃ ୫ଟା ୩୬ମିନିଟ୍ ରୁ ୭ଟା ୮ମିନିଟ୍, ଦିବା ୧ଟା ୧୫ମିନିଟ୍ ରୁ ୨ଟା ୪୭ମିନିଟ୍, ଦିବା ୪ଟା ୧୮ମିନିଟ୍ ରୁ ସନ୍ଧ୍ୟା ୭ଟା ୧୮ମିନିଟ୍, ରାତ୍ର ୪ଟା ୮ମିନିଟ୍ ରୁ ୫ଟା ୩୬ମିନିଟ୍ । ଶୁଭସମୟ- ଦିବା ୧୦ଟା ୧୨ମିନିଟ୍ ରୁ ୧୨ଟା ୫୬ମିନିଟ୍, ରାତ୍ର ୮ଟା ୧୨ମିନିଟ୍ ରୁ ୧୦ଟା ୩୨ମିନିଟ୍, ରାତ୍ର ୧୨ଟା ୮ମିନିଟ୍ ରୁ ୧ଟା ୪୦ମିନିଟ୍, ରାତ୍ର ୨ଟା ୨୯ମିନିଟ୍ ରୁ ୪ଟା ୧ମିନିଟ୍ । ପର୍ବଦିନ- ଜହ୍ନି ଓଷା ଆରମ୍ଭ ।
ମେଷ:-ଶୁଭ ସୂଚନା ପାଇ ମନରେ ଭୟ ଆଶଙ୍କା, ଶାରୀରିକ ଅସୁସ୍ଥତା ଦୂରେଇଯିବ । ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବା ଫଳରେ ଆର୍ଥିକ ସ୍ଥିତିକୁ ସୁଧାରି ପାରିବେ । ସମସ୍ୟା ଗୁଡିକ ସମାଧାନ ହେବା ଯୋଗେ ଚିନ୍ତାମୁକ୍ତ ହେବେ । ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ । ଆର୍ଥିକ ଦିଗରୁ ସୁବିଧା ପାଇ ଉଚ୍ଚଆଶା ସଫଳ ହେବ । ପ୍ରତିକାର- ନାଲିରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।
ବୃଷ:-ସମ୍ପର୍କୀୟ ବନ୍ଧୁଙ୍କ ସାହାଯ୍ୟ ସହଯୋଗରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ । ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ବିଶେଷ ଲାଭବାନ ହେବେ । ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ । ଶିକ୍ଷାର୍ଥୀମାନେ ଅଧ୍ୟୟନରେ ମନନିବେଶ କରି ସଫଳତା ପାଇବେ । ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ମିଥୁନ:-ସମାଜ କଲ୍ୟାଣ, ଧର୍ମାନୁଷ୍ଠାନରେ, ମଠ, ମନ୍ଦିରମାନଙ୍କରେ ଯୋଗଦାନ କରି ପ୍ରଶଂସିତ ହେବେ । ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ ସମ୍ମାନ ଲାଭ କରିବେ । ରାଜନୀତି କ୍ଷେତ୍ରରେ ଧଳା ବସ୍ତ୍ର ପରିଧାନ କଲେ ବ୍ୟକ୍ତିତ୍ୱର ପ୍ରଭାବ ବୃଦ୍ଧି ପାଇବା ସହ ଲାଭବାନ ହେବେ । ଶାରିରୀକ ଅସୁସ୍ଥତା ଦେଖା ଦେବ । ଈର୍ଷାପରାୟଣ ବ୍ୟକ୍ତିମାନେ କଟୁ ବଚନ ଶୁଣେଇବେ । ଦୈବୀଶକ୍ତି ବଳରେ ବିପଦରୁ ରକ୍ଷା ପାଇପାରିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
କର୍କଟ:-ଯେ କୌଣସି ପରୀକ୍ଷା ବା ସାକ୍ଷାତ୍କାରର ପରିଣାମ ଆପଣଙ୍କ ସପକ୍ଷରେ ରହିବ । ବେମାର, ବୃଦ୍ଧଜନ ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ । ଘର ପରିବାରରେ କୌଣସି ଖୁସି ପ୍ରସଙ୍ଗ ଆସିବା ଫଳରେ ମନ ପ୍ରଫୁଲ୍ଲିତ ରହିବ ଓ ଦାମ୍ପତ୍ୟ ସମ୍ବନ୍ଧରେ ମଧୁରତା ଆସିବ । ଅତ୍ୟଧିକ ପରିଶ୍ରମ ହେତୁ ଶାରୀରିକ ପୀଡା ଅନୁଭବ କରିବେ । ବଡ ପଣିଆ ଦେଖାଇଲେ ମନ୍ଦଫଳ ଭୋଗିବାକୁ ପଡିବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
ସିଂହ:-କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ପାଇବେ । ଆର୍ଥିକ ସ୍ଥିତିରେ ସୁଧାର ଆସିବ । ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ବିଜୟ ହେବ । ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ । ବନ୍ଧୁଙ୍କ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢି ପାରିବେ । ପରିବାର ଜନଙ୍କ ସମ୍ବନ୍ଧିତ କୌଣସି ଶୁଭ ସମାଚାର ଶୁଣିବେ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
କନ୍ୟା:-ସମସ୍ତ ସମସ୍ୟାର ଫଇସଲା ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ । ଆନ୍ତରିକଶକ୍ତି ଓ ଆତ୍ମବଳ ଦ୍ଵାରା ଆଗକୁ ବଢିବାରେ ସକ୍ଷମ ହେବେ । ବାଣିଜ୍ୟ ଓ ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବ । ରାଜନୀତି କ୍ଷେତ୍ରରେ ମଧ୍ୟ ଲୋକପ୍ରିୟତା ବୃଦ୍ଧି ହେବ । କାମ-କାର୍ଯ୍ୟରେ ନୂଆ ଏକ୍ସପେରିମେଣ୍ଟ ପ୍ରୟୋଗ କରି ପାରିବେ । ଶତୃ ବା ବିରୋଧୀଙ୍କ ଠାରୁ ସାବଧାନ ରହିବା ଉଚିତ୍ । ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ତୁଳା:-ସନ୍ତାନ ମାନଙ୍କର ବିଦ୍ୟାରେ ବାଧା ଦୂର ହେବ । ମନରେ ସକରାତ୍ମକ ଭାବନା ଜାଗ୍ରତ ହେବ । ପ୍ରେମ ସମ୍ପର୍କରେ ଛୋଟମୋଟ କଥାକୁ ନେଇ କୌଣସି ସମସ୍ୟା ସମାଧାନ ହୋଇ ଆଗକୁ ବଢ଼ି ପାରନ୍ତି । ସାମାଜିକ କାର୍ଯ୍ୟକ୍ରର୍ମରେ ଯୋଗ ଦେବେ । ଯଦି କୌଣସି ଜିନିଷ କିଣୁଛନ୍ତି ବା ବିକ୍ରି କରୁଛନ୍ତି ତେବେ ଜିନିଷର ବିଲ୍ ଅବଶ୍ୟ ନିଅନ୍ତୁ । ଚାକିରୀ କ୍ଷେତ୍ରରେ ସହକର୍ମୀ ମାନଙ୍କ ସହିତ ତାଳମେଳ ଭଲ ରହିବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।
ବିଚ୍ଛା:-ପ୍ରତିଯୋଗିତା ଓ ପ୍ରଶାସନ ସେବା ସଂବନ୍ଧିତ ପରୀକ୍ଷାରେ ଉତ୍ତୀର୍ଣ୍ଣହେବେ । ଚାକିରୀରେ ପ୍ରତିଷ୍ଠିତ ହେବା ସହ ସୁଖ ସୌଭାଗ୍ୟ ବୃଦ୍ଧି ହେବ । ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ । ବିବାଦୀୟ ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ । ବହୁତ ପରିଶ୍ରମ କଲେ ବ୍ୟବସାୟ ବୃଦ୍ଧି ହେବ ଓ ଆଶା ମୁତାବକ ଲାଭ ପାଇବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
ଧନୁ:-ସ୍ୱାସ୍ଥ୍ୟରେ ସାମାନ୍ୟ ଉନ୍ନତି ପରିଲିକ୍ଷିତ ହେବ । ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତିଶୃଙ୍ଖଳା ବଜାୟ ରଖି ପାରିବେ । ନିଜଲୋକ ସାହାଯ୍ୟ କରିବେ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । କର୍ମକ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁ ଶାନ୍ତି ପାଇବେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ ଓ ଯାନ ବାହନ ସୁଖ ମିଳିବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।
ମକର:-ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସି ଶରୀର ସୁସ୍ଥ ରହିବ । ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ । ପାରିବାରିକ ଜୀବନରେ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବ । ଯେଉଁ କାର୍ଯ୍ୟ ହାତକୁ ନେବେ ତାହା ପୂରଣ କରିପାରିବେ । ଅନ୍ୟମାନଙ୍କ ପରାମର୍ଶରେ ନିଜର ସ୍ୱଭାବକୁ ପରିବର୍ତ୍ତନ କରି ପାରନ୍ତି । କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
କୁମ୍ଭ:-ସରକାରୀ ଚାକିରୀ କ୍ଷେତ୍ରରେ ଏକ ବଡ ଦାୟିତ୍ୱ ମିଳିପାରେ । ଦୂରଯାତ୍ରା କରିବାର ସମ୍ଭାବନା ଅଛି । ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ । ବଡ଼ ଭାଇ ଭଉଣୀଙ୍କର ସହଯୋଗ ମିଳିବା ସହ ଜୀବନସାଥୀଙ୍କ ସହିତ ସମ୍ପର୍କ ମଜବୁତ୍ ହେବ । କିଛି ନୂଆ କାର୍ଯ୍ୟ କରିବା ପାଇଁ ଉତ୍ସାହ ରହିବ । ରାଜନୀତି କ୍ଷେତ୍ରରେ ଉଚ୍ଚପଦ ପଦବୀ ପ୍ରାପ୍ତି ହେବ । ବିଗିଡି ଯାଇଥିବା ସମ୍ପର୍କରେ ସୁଧାର ଆଣିପାରିବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।
ମୀନ:-ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ । ସାଧାରଣ ଲୋକମାନେ ଆପଣଙ୍କର ଅତି ପ୍ରିୟ ହେବେ । ପରିବାରର ସଦସ୍ୟଙ୍କ ସହିତ ମତଭେଦ ଦୂର ହୋଇ ଗୁରୁ ଗୁରୁଜନ ମାନଙ୍କ ଆଶିର୍ବାଦ ଓ ସାନିଧ୍ୟ ପ୍ରାପ୍ତ ହେବ । ଆଧ୍ୟାତ୍ମିକ, ଧାର୍ମିକ ଓ ଯୁବକ ଯୁବତୀମାନେ କ୍ୟାରିୟର ପାଇଁ ଭଲ ସୁଯୋଗ ପାଇବେ । ପ୍ରେମ ସମ୍ପର୍କ ମଜବୁତ୍ ହେବ । ଆୟକୁ ଚାହିଁ ବ୍ୟୟର ଅଟକଳ ନ କଲେ ଲୋକହସା ହେବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।