ଦୈନିକ ରାଶିଫଳ: ୧୦ ସେପ୍ଟେମ୍ବର ୨୦୧୯, ମା ମଙ୍ଗଳାଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟ ସମସ୍ୟା ଦୂର ହେବ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ସ୍ୱାସ୍ଥ୍ୟ ଭଲ ରହିବ। ବ୍ୟୟ ତୁଳନାରେ ଆୟ ଅଧିକ ହେବ। ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ। ଛାତ୍ର-ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ। ପିତା ମାତାଙ୍କ ଶରୀର ସୁସ୍ଥ ରହିବ। ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ଉପରିସ୍ଥ କର୍ମଚାରୀ, ଗୁରୁ ଗୁରୁଜନ ମାନଙ୍କର ସହଯୋଗ ପାଇବେ। ବ୍ୟବସାୟରେ ଆର୍ଥିକ ଉନ୍ନତି ସହ ଶତୃ ପରାଜିତ ହୋଇ ମାନସିକ ଶାନ୍ତି ଓ ଋଣଭାର ଲାଘବ ହେବ। ବାଦବିବାଦ, ମାଲିମୋକଦ୍ଦମା ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଶାରିରୀକ ଅସୁସ୍ଥତା ଦୂରହେବ। ଛାତ୍ର ଛାତ୍ରୀମାନେ ଉଚ୍ଚବିଦ୍ୟା ଅଧ୍ୟୟନ ପାଇଁ ବାହ୍ୟ ଦେଶକୁ ଯାତ୍ରା କରି ପାରନ୍ତି। କର୍ମ ନିଯୁକ୍ତିର ସୁଯୋଗ ପାଇବେ। ଆର୍ଥିକସ୍ଥିତି ଅସନ୍ତୋଷପ୍ରଦ ହେବ। ପରିବାର ଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ। ଦୂରଯାତ୍ରାର ସୁଯୋଗ ପାଇବେ। ବୃତ୍ତିଗତ ଦୃଷ୍ଟିରୁ ସମୟ ଅତ୍ୟନ୍ତ ଶୁଭ। ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ଆୟର ସ୍ରୋତ ବୃଦ୍ଧି ହେବ। ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ବନ୍ଧୁମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି ହେବ। ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ପ୍ରତିକାରମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ମିଥୁନ:-

ସାମାଜିକ ପତିଆରା ଅମଳିନ ରହିବ। ବକେୟା ଅର୍ଥ ପ୍ରାପ୍ତି ହେବା ଫଳରେ ବ୍ୟବସାୟରେ ଉନ୍ନତି ହେବ। ଆର୍ଥିକ ସ୍ଥିତି ସୁଧୁରି ଯିବ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପ୍ରତୀଯୋଗିତାରେ ସଫଳ ହେବେ। ଶତୃମାନେ ମିତ୍ରଭାବ ଆଚରଣ କରିବେ। ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ। ସାବଧାନ ରହି କାର୍ଯ୍ୟ କରିଲେ ଭଲ ହେବ। ବାଦବିବାଦ, ମାଲି ମୋକଦ୍ଦମାରେ ସଫଳ ହେବେ। ନୂତନ ଲୋକଙ୍କସହ ବନ୍ଧୁତ୍ୱ ସ୍ଥାପନ ହୋଇ ସାକ୍ଷାତକାର ପାଇଁ ଦୂରଯାତ୍ରା କରିବେ। ଉନ୍ନତି ଓ ଅଗ୍ରଗତିର ସୁଯୋଗ ପାଇବେ। ପଡିରହିଥିବା କାର୍ଯ୍ୟକୁ ପୂର୍ଣ୍ଣ କରିବାର ଦୃଢ଼ତା ଆସିବ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।  

କର୍କଟ:-

କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ। ଛାତ୍ର-ଛାତ୍ରୀମାନେ ହସ ଖୁସିରେ ସମୟ କଟାଇବେ ଓ ଉଚ୍ଚ ଶିକ୍ଷା ଲାଭ କରିବେ। ପାରିବାରିକ କ୍ଷେତ୍ରରେ ମାନସିକ ଶାନ୍ତି ମିଳିବ। ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ନୂତନ କର୍ମନିଯୁକ୍ତି, ନୂତନ ବ୍ୟବସାୟରମ୍ଭ, ଯାନ, ବାହନ, ଜାଗା, ଜମି, ଗୃହପୋକରଣ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରିବେ। ସୁଖ ସମ୍ପତ୍ତି ଲାଭ ହେବ। ଆର୍ଥିକସ୍ଥିତି ଆବଶ୍ୟକ ଠାରୁ ଅଧିକ ବିସ୍ତାରିତ ହେବ ଓ ଋଣ ଭାରରୁ ମୁକ୍ତି ପାଇବେ। ଧୈର୍ଯ୍ୟ ଓ ସାହସ ଦ୍ଵାରା ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ନୂତନ କାର୍ଯ୍ୟ କରିବାର ସୁଯୋଗ ପାଇବେ। କର୍ମଚାରୀମାନଙ୍କର ଉପରିସ୍ଥ ଅଧିକାରୀମାନଙ୍କ ସହିତ ସୁ ସମ୍ପର୍କ ସ୍ଥାପନ ହେବ ଓ ସାମାଜିକ ପ୍ରତିଷ୍ଠା ମାନ-ସମ୍ମାନ ବୃଦ୍ଧି ହେବ। ଛାତ୍ର ଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ। ନୂତନ କର୍ମଆଶାୟୀ ଯୁବକ ଯୁବତୀମାନଙ୍କର ଆଶା ପୂରଣ ହେବ। ଉଚ୍ଚ ଶିକ୍ଷାର ସୁଯୋଗ ପାଇବେ। ପାରିବାରିକ ଜୀବନରେ ଶାନ୍ତି ଆସିବ। ମାଲିମୋକଦ୍ଦମାରେ ବିଜୟ ଲାଭ କରିବେ। ଦୂର ସ୍ଥାନକୁ ଯାତ୍ରା ଯୋଗ ଅଛି। ରାଜନୀତିରେ ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।   

କନ୍ୟା:-

ସ୍ୱାସ୍ଥ୍ୟରେ ଉନ୍ନତି, ଆର୍ଥିକ ଦିଗରୁ ସୁବିଧା ପୈତୃକ ସମ୍ପତ୍ତି ନେଇ ପାରିବାରିକ ଦ୍ୱନ୍ଦର ଅବସାନ ହୋଇପାରେ। ପଦନ୍ନୋତି, ସ୍ଥାନପରିବର୍ତ୍ତନ, ବିନା ପରିଶ୍ରମରେ ଧନପ୍ରାପ୍ତି ହେବ। ଅନ୍ୟର ଉପକାର କରି ପ୍ରଶଂସିତ ହେବେ। ବ୍ୟବସାୟରେ ନୂତନଧାରା ଖୋଲିବେ। ଧର୍ମକାର୍ଯ୍ୟରେ ମତି। ପୁରାତନ ରୋଗର ଉପଶମ। ପାରିବାରିକ କ୍ଷେତ୍ରରେ ଶାନ୍ତି ଶୃଙ୍ଖଳା ଦେଖାଦେବ। ଉଚ୍ଚାଧିକାରି ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ। ସ୍ୱଳ୍ପ ଲାଭ ଦ୍ୱାରା ଆର୍ଥିକ ଉନ୍ନତି ହେବ।  ନୂତନ କର୍ମପ୍ରାପ୍ତିର ସୁଯୋଗ ମିଳିବ। କୌଣସି ଶୁଭ ସମାଚାର ଶୁଣିବାକୁ ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରି ପ୍ରଚୁର ଲାଭ କରିବେ। ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କଲେ ସଫଳ ହେବେ। ପାରିବାରିକ କ୍ଷେତ୍ରରେ ହସଖୁଶିର ବାତାବରଣ ସୃଷ୍ଟି ହେବ। ପରିବାର ତଥା କୁଟୁମ୍ବରେ ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ ଖର୍ଚ୍ଚାନ୍ତ ହେବେ। ଭୋଗବିଳାସରେ ସାମିଲ ହୋଇ ଅର୍ଥ ଉପାର୍ଜନରେ ଏକନିଷ୍ଠ ହେଲେ ସମ୍ମାନ ପାଇବେ। ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ। କର୍ମକ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ନିଜର ବୁଦ୍ଧିମତା କାରଣରୁ କାମ ହାସିଲ କରି ପାରିବେ। ଅଫିସର, ସହକର୍ମୀ ଓ ମିତ୍ର କାମର ପ୍ରଶଂସା କରିବେ। ପ୍ରିୟ ଲୋକମାନଙ୍କ ସହିତ ସମ୍ବନ୍ଧ ଓ ସମ୍ପର୍କ ସ୍ଥାପନ ହେବ। ଅଧିକ ପରିଶ୍ରମ କରି ଅର୍ଥ ଲାଭ କରିବେ। ବହୁତ ଦିନରୁ ଲାଗିଥିବା ଚିନ୍ତା ଓ ବିବାଦରୁ ମୁକ୍ତି ମିଳିବ। କୌଣସି ନୂଆ ପ୍ରୋଜେକ୍ଟ ଆରମ୍ଭ କରିପାରିବେ। ଲକ୍ଷପ୍ରତି ଯଥାର୍ଥବାଦୀ ହେବେ। ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହୋଇ କର୍ମକ୍ଷେତ୍ରରେ ବହୁ ସୁବିଧା ସୁଯୋଗ ପାଇବେ। ପ୍ରେମ କ୍ଷେତ୍ରରେ ସଫଳ ହେବେ। ଦାମ୍ପତ୍ୟ ସୁଖରେ ଆନନ୍ଦିତ ହେବେ। ଶିକ୍ଷା କ୍ଷେତ୍ରରେ ମନଯୋଗ ଦେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ଦାମ୍ପତ୍ୟ ସମ୍ବନ୍ଧରେ ମଧୁରତା ଆସିବ। ଗୃହପୋକରଣ ନୂତନ ବସ୍ତୁ କ୍ରୟ କରି ପାରିବେ। ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ଆର୍ଥିକ ମାମଲା ସୁଧୁରିବ। ଘନିଷ୍ଠ ବ୍ୟକ୍ତିଙ୍କ ସହିତ ଭେଟ ହେବ। ଚାକିରୀ କ୍ଷେତ୍ରରେ ମଧ୍ୟ ସୁଧାର ଆସିବ। ବନ୍ଧୁ ମିତ୍ରଙ୍କ ଆଗମନ ହେବ। ବିଗିଡି ଯାଇଥିବା କାର୍ଯ୍ୟ ବା ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ବିଦ୍ୟାର୍ଥୀଙ୍କୁ ସଫଳତା ମିଳିବ। ପରିଶ୍ରମ ଓ କଷ୍ଟକରି ଶାନ୍ତି ବଜାୟ ରଖିବେ। ଲୋକଙ୍କ ପ୍ରତି ଉଦାର ଓ ଦୟାଳୁ ପ୍ରବୃତି ଜାଗ୍ରତ ହେବ। ମିଳିମିଶି କାମ କରିପାରିଲେ କଷ୍ଟ ଦୂର ହେବ। କାହାକୁ ଦେଇଥିବା ଉଧାର ଟଙ୍କା ମିଳିଯିବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ମକର:-

ଭୌତିକ ଐଶ୍ଵର୍ଯ୍ୟ ସାଧନରେ ବୃଦ୍ଧି ହେବ। ପାରିବାରିକ ଜୀବନରେ ସୁଧାର ହେବ। କୋର୍ଟ-କଚେରୀ ମାମଲା ସମାଧାନ ହୋଇଯିବ। ବ୍ୟବସାୟରେ ପରିଶ୍ରମ ଫଳରେ ଉନ୍ନତି ହେବ। ପୈତୃକ ସମ୍ପତ୍ତିକୁ ନେଇ ପରିବାରରେ ଶାନ୍ତି ଦେଖା ଦେବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ପାଇବ। କୌଣସିଠାରୁ ପ୍ରିୟ ଓ ଶୁଭ ସମାଚାର ପ୍ରାପ୍ତ ହେବ। କୌଣସି ନୂତନ ବନ୍ଧୁଙ୍କ ସହିତ ଭେଟ ହେବ। ଲୋକଙ୍କୁ ନିଜର କରି ପାରିବେ। ଧନ ସମ୍ବନ୍ଧୀୟ ମାମଲାରେ ବିବେକ ଦ୍ଵାରା ବିଚାର କଲେ ଲାଭ ମିଳିବ। ପ୍ରଚୁର ଅର୍ଥ ଲାଭ ହେବା ଫଳରେ ପରିସ୍ଥିତି ବଦଳିଯିବ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

କୁମ୍ଭ:-

ସ୍ୱାସ୍ଥ୍ୟ ଭଲ ରହିବ। ଶତୃମାନେ ଦୂରେଇ ଯିବେ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। କୌଣସି ମିତ୍ରଙ୍କୁ ସହାୟତା ପାଇଁ ହାତ ବଢେଇବେ। ଦାମ୍ପତ୍ୟ ସମ୍ବନ୍ଧରେ ମଧୁରତା ଆସିବ। ସରକାରୀ କାମରେ ସଫଳତା ମିଳିବ। ସାଂସାରିକ ଜୀବନରେ ମହତ୍ଵପୂର୍ଣ୍ଣ କାର୍ଯ୍ୟରେ ପରାକ୍ରମ ଓ ପରିଶ୍ରମରେ ସୁଖ ପ୍ରାପ୍ତି ହେବ। ଉନ୍ନତିର ମାର୍ଗ ପ୍ରଶସ୍ତ ହେବ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ। ନିଜର କର୍ତ୍ତବ୍ୟ ପ୍ରତି ଧ୍ୟାନ ରଖିବା ଅତ୍ୟନ୍ତ ଆବଶ୍ୟକ ଅଟେ। କ୍ରୋଧକୁ ଦମନ କରି ପାରିଲେ ବ୍ୟବସାୟରେ ଉଚିତ୍ ଲାଭ ପ୍ରାପ୍ତ ହେବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମୀନ:-

ସ୍ଵାସ୍ଥ୍ୟରେ ଉନ୍ନତି ହେବ। ଲୋକମାନଙ୍କ ସହିତ ମିଳିମିଶି କାମ କରି ପାରିବେ। ବ୍ୟବସାୟରେ ଲକ୍ଷପ୍ରତି ଯଥାର୍ଥବାଦୀ ହେବେ। ଭାଗୀଦାରୀଙ୍କ ସହିତ ଲାଗିରହିଥିବା ବିବାଦ ବା ମତଭେଦର ନିରାକରଣ ହୋଇଯିବ। ଆର୍ଥିକସ୍ଥିତି ସୁଦୃଢ ହେବ। ପ୍ରିୟଜନ ଓ ପରିବାର ସଦସ୍ୟ ଆପଣଙ୍କ ନିକଟତର ହେବେ। ଦୃଢସଂକଲ୍ପ ଓ ଆତ୍ମବିଶ୍ଵାସରେ ଭରପୁର ହେବ। କୌଣସି ଶୁଭ ସମାଚାର ଶୁଣି ହସ-ଖୁସିରେ ସମୟ ବ୍ୟତୀତ ହେବ। ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବା ସହ ପାରିବାରିକ ସୁଖ-ଶାନ୍ତି ମିଳିବ। ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!