ଦୈନିକ ରାଶିଫଳ: ୧୦ ସେପ୍ଟେମ୍ବର ୨୦୨୦, ମା ଲକ୍ଷ୍ମୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ହଟାତ ଧନ ପ୍ରାପ୍ତିର ଯୋଗ ହେଉଛି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ସେପ୍ଟେମ୍ବର ମାସ ୧୦ ତାରିଖ, ଗୁରୁବାର, ସିଂହ ମାସ ୨୬ ଦିନ, ଆଶ୍ଵିନମାସ, କୃଷ୍ଣପକ୍ଷ, ଅଷ୍ଟମୀତିଥି, ରୋହିଣୀ ନକ୍ଷତ୍ର, ବୃଷ ରାଶିରେ ଚନ୍ଦ୍ର। ତୁଳା, କୁମ୍ଭ ରାଶିର ଘାତବାର। ବିଛା ରାଶିର ଘାତଚନ୍ଦ୍ର। ନଡିଆ, ଆମିଷ ନ ଖାଇଲେ ଭଲ। ଶୁଭସମୟ- ପ୍ରାତଃ ୫ଟା ୩୭ମିନିଟ୍ ରୁ ୭ଟା ୧୩ମିନିଟ୍, ଦିବା ୧୦ଟା ୩୧ମିନିଟ୍ ରୁ ୧୨ଟା ୫୫ମିନିଟ୍। ପର୍ବଦିନ- ମୂଳାଷ୍ଟମୀ, ପୁଅଜୀଉନ୍ତିଆ ଦ୍ଵିତୀୟା ଓଷା, ଅପରପକ୍ଷର ଅଷ୍ଟମୀ ଶ୍ରାଦ୍ଧ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଆୟ ବୃଦ୍ଧିହେବ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବା ଫଳରେ ସଫଳତା ଅର୍ଜନ କରିବେ। ପାରିବାରିକ ସ୍ଥିତି ସାମାନ୍ୟ ବଦଳିବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଉତ୍ସାହିତ ହେବେ। କ୍ଷମତା, ଯୋଗ୍ୟତାରେ ଯୋଡି ହୋଇ ପାରିବେ।  ପ୍ରେମିକ ପ୍ରେମିକାମାନଙ୍କର ପ୍ରେମପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

ବୃଷ:-

ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ରାଜନୀତି କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଅଚାନକ ଧନପ୍ରାପ୍ତି ହେବ। ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ। ହସଖୁସିରେ ସମୟ ବିତାଇବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷାରେ କୃତକାର୍ଯ୍ୟ ହେବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରତିକାରମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ମିଥୁନ:-

ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ବ୍ୟବସାୟ ବୃଦ୍ଧି ଓ ନୂଆ ଯୋଜନା ଉପରେ କାର୍ଯ୍ୟ କରିଲେ ସମସ୍ତ ଚେଷ୍ଟା ସଫଳ ହେବ। ଆମଦାନୀ ରପ୍ତାନି ବାଣିଜ୍ୟରୁ ଯଥେଷ୍ଟ ଲାଭ ମିଳିବ। କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ଫଳରେ ପ୍ରଶଂସିତ ହେବେ। ନିଜର ଲୋକମାନେ ସାହାଯ୍ୟ ସହଯୋଗ କରିବେ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ଥାନା, ଫାଣ୍ଡି କୋର୍ଟ କଚେରୀ ମାମଲାର ଶୁଣାଣି ସପକ୍ଷରେ ଯିବ। ପ୍ରେମକ୍ଷେତ୍ରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ସ୍ଥାନ ପରିବର୍ତ୍ତନ ଯୋଗେ ଅସନ୍ତୋଷ ଦେଖାଦେବ। ପ୍ରତିକାର ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

କର୍କଟ:-

ଆର୍ଥିକ ସାହାଯ୍ୟ ମିଳିବା ଯୋଗେ ସମୟ ଆନନ୍ଦମୟ ହେବ। ଆଇନ, ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। ପାରିବାରିକ  ଜୀବନ ସୁଖରେ କଟିବ। ଦୂରଯାତ୍ରାରେ ସଫଳତା ମିଳିବ। ସତ୍ୟବାଦୀ, ଶାନ୍ତିପ୍ରିୟ, ଧୈର୍ଯ୍ୟଶିଳ, ଭଦ୍ର ବ୍ୟକ୍ତିଭାବେ ପ୍ରଶଂସା ପାଇବେ।ଆଲୋଚନା କ୍ଷେତ୍ରରେ ଠିକ୍ ନିସ୍ପତି ନେବେ। ବ୍ୟବସାୟୀମାନଙ୍କ ଆର୍ଥିକସ୍ଥିତି ହଠାତ୍ ବଦଳି ଯିବା ଫଳରେ ଖୁସି ହେବେ। କୌଶଳପୂର୍ଣ୍ଣ କାର୍ଯ୍ୟଶୈଳୀ ଓ ବିବେକାନୁମୋଦିତ ଚିନ୍ତାଧାରା ସାଙ୍ଗକୁ ଦୃଢ଼ ପଦକ୍ଷେପ ନେଇ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ। ହଜିଯାଇଥିବା କିମ୍ବା ଖୋଜୁଥିବା ଜିନିଷ ଆଜି ମିଳିଯିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବା ଯୋଗେ ମନ ଆନନ୍ଦ ରହିବ। କର୍ମକ୍ଷେତ୍ରରେ ଦକ୍ଷତା ପ୍ରତିଭା ପ୍ରଦର୍ଶନ ଜନିତ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବା ସହ ଯଥେଷ୍ଟ ଆର୍ଥିକ ଉନ୍ନତି ଘଟିବ। ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବା ସହ କାମରେ ଦକ୍ଷତା ହେତୁ ବନ୍ଧୁମାନଙ୍କ ଦ୍ୱାରା ପ୍ରଶଂସିତ ହେବେ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ। ପାରିବାରିକ କ୍ଷେତ୍ରରେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରି ହେବେ। ନୂତନ କର୍ମ ନିଯୁକ୍ତିର ସୁବିଧା ସୁଯୋଗ ପାଇ ଖୁସି ହେବେ। କୌଣସି ମହତ୍ଵପୂର୍ଣ୍ଣ ସୂଚନା ପ୍ରାପ୍ତ ହେବ। କୋର୍ଟକଚେରୀ ମାମଲା ଆପଣଙ୍କ ସପକ୍ଷରେ ରହିବ।   ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। ଅପ୍ରିୟ ସତ୍ୟ ପ୍ରକାଶ କରି ବିବାଦୀୟ ପରିସ୍ଥିତିକୁ ଟାଣିହୋଇ ଯିବେ। ଶତ୍ରୁ ନାଶ ଯୋଗେ ନିରୁପଦ୍ରବ ଜୀବନଚର୍ଯ୍ୟାର ଅଧିକାରୀ ହେବେ। ବିଦ୍ୟାକ୍ଷେତ୍ରରେ ପ୍ରତିଭାର ବିକାଶ ହେବ। ସୁଖସମୃଦ୍ଧି ପ୍ରତି ବାଧାବିଘ୍ନ ଘଟିବା ଯୋଗେ ଉଦ୍ ବେଗ ଓ ଅଶାନ୍ତି ବୃଦ୍ଧିହେବ। ଅଧିକ ପରିଶ୍ରମ ଫଳରେ ଅର୍ଥଲାଭ ହୋଇ ଜୀବନ ଶୈଳିରେ ପ୍ରତିଷ୍ଠାଲାଭ କରିବେ। ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ। ଆଧ୍ୟାତ୍ମିକ ଭାବଧାରରେ ଉଦବୁଦ୍ଧ ହୋଇ ସତସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇ ପାରନ୍ତି। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-

ପରୋକ୍ଷ ଶତୃଙ୍କୁ ପ୍ରତିହତ କରି ବ୍ୟବସାୟରେ ଉଚିତ୍ ଲାଭ ପ୍ରାପ୍ତି ହେବ। କର୍ମକ୍ଷେତ୍ରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ। ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚାତୁରୀ କଥାକହି କାର୍ଯ୍ୟ ପୂରଣ କରିବେ। ନିଜ ଗୃହ ସମସ୍ୟା ସଜାଡିବାକୁ ଯାଇ ବହୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡିବ। ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ୱନ୍ଦ ଦେଖାଦେଇ ପାରେ। ବାଦବିବାଦ ଠାରୁ ଦୂରେଇ ରହିଲେ ବହୁତ ଭଲ ହେବ। ଯାନବାହନରେ ସତର୍କତା ଅବଲମ୍ବନ କରିବା ଉଚିତ୍। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ବ୍ୟବସାୟରେ ସାମାନ୍ୟ ଲାଭ ପାଇବେ। ପରିବାରରେ ମାନ ମନାନ୍ତର ଦୂର ହେବ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବା ସହ ପ୍ରତିଯୋଗିତା କ୍ଷେତ୍ରରେ ଜୟଯୁକ୍ତ ହେବେ। ବ୍ୟକ୍ତିତ୍ୱର ପ୍ରଭାବ ବୃଦ୍ଧି ପାଇବା ସହ ଲାଭବାନ ହେବେ। କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ। ଜନସମ୍ପର୍କ ସୁଦୃଢ ହେବା ଫଳରେ ଯାହା ଚିନ୍ତା କରିବେ ତାହା ପୂରଣ ହେବ। ପିଲାମାନଙ୍କ କାର୍ଯ୍ୟ ପ୍ରତି ଦୃଷ୍ଟି ରଖିବା ଉଚିତ୍। ନିଜର ଇଚ୍ଛା ବିରୋଧରେ କୌଣସି କାର୍ଯ୍ୟ କରିବା ଅନୁଚିତ୍। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।   

ଧନୁ:-

ଆର୍ଥିକସ୍ଥିତି ଭଲ ରହିବା ଯୋଗେ କାମଗୁଡ଼ିକୁ ଯଥାଶୀଘ୍ର ଶେଷ କରିବାରେ କିଛି ଅସୁବିଧା ହେବ ନାହିଁ। ଆଇନ, ଅଦାଲତ ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ସମସ୍ୟା ଦୂର ହୋଇ ପାରେ। କର୍ମକ୍ଷେତ୍ରରେ ଉଚ୍ଚଆଶା ସଫଳ ହେବ। ପୁରାତନ ରୋଗର ଉନ୍ନତି ପରିଲକ୍ଷିତ ହେବ। ସମ୍ପର୍କୀୟଙ୍କ ଶୁଭ ସୂଚନା ପାଇ ଖୁସି ହେବେ। ସମସ୍ୟା ଗୁଡ଼ିକ ଆପଣାଛାଏଁ ସମାଧାନ ହୋଇଯିବାରୁ ମନ ହାଲୁକା ହୋଇଯିବ। ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବାର ପ୍ରଯତ୍ନ କରିବେ। ମିତ୍ରମାନେ ପରାମର୍ଶ ଦେଇ କିଛି ସମସ୍ୟା ମୂଳକ କାମ ସମାଧାନ କରାଇ ପାରନ୍ତି। ରାଜନୀତି କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ସାମାଜିକ କଲ୍ୟାଣ କାର୍ଯ୍ୟରେ ଅପ୍ରତ୍ୟାଶିତ ଘଟଣା ଘଟିବ। ବ୍ୟବସାୟୀ ମାନେ ସ୍ଥଳ ବିଶେଷରେ ବିନା ପରିଶ୍ରମରେ ଅଧିକ ଲାଭବାନ ହେବା ନିମନ୍ତେ ଅନ୍ୟମାନଙ୍କୁ ସିଡି ରୂପେ ବ୍ୟବହାର କରିବେ। ଭୋଗ ବିଳାସରେ ଦିନ କାଟିବା ପାଇଁ ଆଗ୍ରହୀ ହେବେ। ନିଜର ଆତ୍ମନିରୀକ୍ଷଣ, ମନୋବୈଜ୍ଞାନିକ ତଥ୍ୟ, ଅନ୍ୱେଷଣ, ଅନ୍ତର୍ଦୃଷ୍ଟି ଏବଂ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତ ଜାଗ୍ରତ ହେବ। ବିଚାର ବିଭାଗ ରାୟ ସପକ୍ଷରେ ଯିବ। ବନ୍ଧୁମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗ ମିଳିବ। ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟା ସମାଧାନ ହୋଇ ଧନସମ୍ପତ୍ତି ବୃଦ୍ଧି ପାଇବ। ଆୟ ବ୍ୟୟ ପ୍ରାୟତଃ ସମାନ ରହିବ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

କୁମ୍ଭ:-

ଠିକାଦାର ଓ ଘରୋଇ କର୍ମରତଥିବା ବ୍ୟକ୍ତି ମାନଙ୍କର ଅନେକ ଶୁଭହେବ। ଗୃହୋପକରଣ କ୍ରୟ କରିବେ। ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ପ୍ରବାସ ଯାତ୍ରାରେ ଲାଭବାନ୍ ହେବେ। ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢ଼ୀଭୂତ ହେବ।  ଶିକ୍ଷାକ୍ଷେତ୍ରରେ ଉଚ୍ଚଶ୍ରେଣୀ ପାଇବେ ଏବଂ ଉଚ୍ଚଶିକ୍ଷା ପାଇବାର ସୁଯୋଗ ମଧ୍ୟ ପାଇ ପାରିବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର, ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମୀନ:-

ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ଶୁଭ ସମାଚାର ମିଳିବ ଓ ନିଜଲୋକ ସାହାଯ୍ୟ କରିବେ। ପରିବାରରେ ଖୁସିର ବାତା ବରଣ ସ୍ଥାୟି ରହିବ। ନୂତନ ସମ୍ବନ୍ଧ ସୃଷ୍ଟିହେବ। କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ। ବ୍ୟବସାୟ ବୃଦ୍ଧି ଯୋଜନାରେ ହାତ ଦେବାକୁ ଅନୁପ୍ରାଣିତ ହେବେ। ପରିବହନ ବ୍ୟବସାୟରେ ସମସ୍ୟା ସମାଧାନ ହେବ। ମାନସିକ ସୁସ୍ଥତା ଅନୁଭବ କରିବେ। ବନ୍ଧୁ ମିତ୍ରଙ୍କର ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!