ସାପ୍ତାହିକ ରାଶିଫଳ: ୧୦ ରୁ ୧୬ ଡିସେମ୍ବର। ୧୧ ବର୍ଷ ପରେ ଏହି ସପ୍ତାହରେ ସମସ୍ତ ରାଶିର ଜୀବନରେ ଆସିବ ବଡ ପରିବର୍ତ୍ତନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ସାପ୍ତାହିକ ରାଶିଫଳ: ୧୦  ରୁ ୧୬ ଡିସେମ୍ବର। ୧୧ ବର୍ଷ ପରେ ଏହି ସପ୍ତାହରେ ସମସ୍ତ ରାଶିର ଜୀବନରେ ଆସିବ ବଡ ପରିବର୍ତ୍ତନ

ମେଷ:-

ଶୁଭ ସମାଚାର ମିଳିବ ଓ ନିଜଲୋକ ସାହାଯ୍ୟ କରିବେ। ସ୍ୱାସ୍ଥ୍ୟ ପ୍ରତି ଧ୍ୟାନଦେଇ କାର୍ଯ୍ୟ କରନ୍ତୁ ନତୁବା ଦୂରଯାତ୍ରା କରି ନିଜକୁ ଅସୁସ୍ଥ ମନେକରିବେ। ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ରାଜନୀତିରେ ସହକର୍ମୀମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ଲୋକପ୍ରିୟତା ହାସଲ କରି ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ ଓ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ଯୁବକ-ଯୁବତୀ ମାନେ ନୂତନ କର୍ମନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ। ସରକାରୀ କର୍ମଚାରୀମାନଙ୍କର କର୍ମକ୍ଷେତ୍ରରେ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ଓ ଅନୁଭବି ହେବେ। ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବା ଫଳରେ ପଦୋନ୍ନତିର ସୁଯୋଗ ପାଇପାରିବେ।  ବ୍ୟବସାୟରେ ଉନ୍ନତି ଓ ଲାଭ କରିବେ। ଶତୃ, ରୋଗ, ଋଣରୁ ମୁକ୍ତି ହେବେ। ଯେ କୌଣସି କାମରେ ହାତ ଦେଲେ, ସେଥିରେ ସଫଳତା ପାଇବେ। ପ୍ରତିକାର : ଶିବ ଦର୍ଶନ କରି ପାଦୁକ ସେବନ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ :-

ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ। ଘରୋଇ ସଂସ୍ଥାର କର୍ମକ୍ଷେତ୍ରରେ ସହଯୋଗୀମାନେ ଅସହଯୋଗ କରିବେ। ସରକାରୀ କର୍ମଚାରୀମାନଙ୍କର କର୍ମ କ୍ଷେତ୍ରରେ ପଦୋନ୍ନତି ସହ ସଫଳତା ଲାଭ କରିବେ। ଶାରିରୀକ ସୁସ୍ଥତା ଦେଖା ଦେବ। ଯେ କୌଣସି କାମରେ ହାତ ଦେଲେ, ସେଥିରେ ସଫଳତା ପାଇବେ। ମହିଳାମାନଙ୍କର ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବା ସହ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ଯୁବକ-ଯୁବତୀମାନଙ୍କର ବିଭିନ୍ନ ସ୍ଥାନରୁ ପ୍ରସ୍ତାବ ମାନ ଆସିବ। ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ।ଛାତ୍ର-ଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ। ରାଜନୀତି କ୍ଷେତ୍ରରେ ଶାରିରୀକ ଅସୁସ୍ଥତା ଦୂରହେବା ସହ ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ ଓ ନୂଆ ଯୋଜନାରେ ସଫଳହେବେ। କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ। ପ୍ରତିକାର : କାହାରିଠାରୁ ମାଗଣା କୌଣସି ଦ୍ରବ୍ୟ ଗ୍ରହଣ କରିବେ ନାହିଁ।

ମିଥୁନ:-

ଯୁବକ-ଯୁବତୀ ମାନଙ୍କର ଆୟ ତୁଳନାରେ ବ୍ୟୟ ବହୁତ ହେବା ଫଳରେ ଆର୍ଥିକ ଅନାଟନ ଦେଖା ଦେବ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ। ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ। ବ୍ୟବସାୟରେ ଉନ୍ନତି ଓ ଲାଭ ପ୍ରାପ୍ତି ହେବା ସହ ଆର୍ଥିକ ସ୍ଥିତିରେ ବୃଦ୍ଧିହେବ। ଛାତ୍ର-ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ପାଇବା ସହ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ପାଇବେ। ପ୍ରିୟଜନମାନଙ୍କୁ ଆର୍ଥିକ ସାହାଯ୍ୟ ଓ  ସହଯୋଗ କରିବେ। ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ। ରାଜନୀତି କ୍ଷେତ୍ରରେ ସହଯୋଗୀମାନେ ଅସହଯୋଗ କରିବେ ଓ ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ।  ମହିଳାମାନେ ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ। ସନ୍ତାନ ସନ୍ତତି  ପୀଡ଼ିତ ହେବାରୁ  ମାନସିକ ଚିନ୍ତା ବୃଦ୍ଧି ପାଇବ। ପ୍ରତିକାର: ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କର୍କଟ :-

ଆର୍ଥିକ ଉନ୍ନତିରେ ବାଧା ଦେଖାଦେବା ସହ ଯେ କୌଣସିରେ କାର୍ଯ୍ୟରେ ହାତ ଦେବେ ସେଥିରେ ବିଫଳ ହେବେ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ଅପମାନିତ ହେବେ କର୍ମ ଓ କର୍ମ ନିଯୁକ୍ତି କ୍ଷେତ୍ରରେ ବିଫଳ ହେବେ।ଧାର୍ମିକ କାର୍ଯ୍ୟରେ ରୁଚି କମ୍ ରହିବ। ପୁରାତନ ରୋଗର ଉପଶମ। ପାରିବାରିକ କ୍ଷେତ୍ରରେ ଶାନ୍ତି ଶୃଙ୍ଖଳା ସହ ସୁଖ ସମୃଦ୍ଧି ବୃଦ୍ଧି  ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଆୟ ବ୍ୟୟ ପ୍ରାୟତଃ ସମାନ ରହିବ। ବାଦ-ବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। ଉଚ୍ଚାଧିକାରି ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ। ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନରେ ବାଧା ପ୍ରାପ୍ତ ହେବ। ପ୍ରେମିକ-ପ୍ରେମିକମାନେ ପ୍ରେମ ସମ୍ପନ୍ଧୀୟ କ୍ଷେତ୍ରରେ ସଫଳ ହେବେ। ଛାତ୍ର-ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ଦୂର ଯାତ୍ରାରେ ସଫଳତା ପ୍ରାପ୍ତି। ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ।  କ୍ଳାନ୍ତି ଓ ଅବସନ୍ନତା ଜନିତ ଆଳସ୍ୟଭାବ ଦେଖାଦେଲେବି ସେପରି ବିଶେଷ ରୋଗର ଲକ୍ଷଣ ଦେଖା ଦେବ ନାହିଁ। କର୍ମ କ୍ଷେତ୍ରରେ ପରିବର୍ତ୍ତନ ଆସିବା ଫଳରେ ଭୋଗ ବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ପରିବେଶ ସମ୍ମାନଜନକ ରହିବ। ପ୍ରତିକାର:- ଷଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-

ପ୍ରେମିକ-ପ୍ରେମିକାମାନେ ପ୍ରେମ ସମ୍ବନ୍ଧୀୟୟ କ୍ଷେତ୍ରରେ ସଫଳ ହେବେ। ଛାତ୍ର-ଛାତ୍ରୀମାନେ ଉଚ୍ଚ ଶିକ୍ଷା ପାଇଁ ଦୂରଯାତ୍ରାର ସୁଯୋଗ ପାଇବେ। ଯେ କୌଣସି ବ୍ୟବସାୟରେ ହାତ ଦେବେ ସେଥିରେ ସଫଳ ହେବେ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ଅବହେଳା କରିବେ। ପାରିବାରିକ ଜୀବନ ବହୁ ବ୍ୟସ୍ତତା ମଧ୍ୟରେ ଦିନ କଟିବ।  ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନରେ ବାଧା ସୃଷ୍ଟି ହେବ। ମହିଳାମାନେ ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ଘରୋଇ ସଂସ୍ଥାର କର୍ମକ୍ଷେତ୍ରରେ ସୁଖ ସମୃଦ୍ଧି ବୃଦ୍ଧି  ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ।  ରାଜନୀତି କ୍ଷେତ୍ରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ। ଧୈର୍ଯ୍ୟ  ଓ ସହନଶୀଳତା ଯୋଗେ ଯଶ ମିଳିବ। ସାମାଜିକ ପତିଆରା ଅମଳିନ ରହିବ। ଆୟ ଉପାର୍ଜନ ବୃଦ୍ଧି ହେବ। ପ୍ରତିକାର :  ଗାଈକୁ ରୁଟି ଖାଇବାକୁ ଦିଅନ୍ତୁ।

କନ୍ୟା:-

ପ୍ରିୟଜନମାନଙ୍କୁ ଆର୍ଥିକ ସାହାଯ୍ୟ କରିବେ। କ୍ରୀଡ଼ା, କଳା, ସାହିତ୍ୟ, ପ୍ରକାଶନ, ବାଣିଜ୍ୟ, ବ୍ୟବସାୟ, କୃଷି ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇବେ। ମହିଳାମାନେ ନିଜ ଗୃହ ସମସ୍ୟା ସଜାଡିବାର ସୁବିଧାପାଇବେ। ବ୍ୟବସାୟ କ୍ଷେତ୍ରରେ ବାଧା ଉପୁଜିବ। ଆର୍ଥିକ ସ୍ଥିତିରେ ବାଧା ହେବା ସହ ଶତୃ ବୃଦ୍ଧି ହେବ। ରୋଗ ଓ ଋଣର ଶୀକାର ହେବେ। ନିଜର କ୍ରୋଧ ଉପରେ ନିୟନ୍ତ୍ରଣ ନ ରଖିଲେ ପ୍ରତି କ୍ଷେତ୍ରରେ ବିଫଳ ହେବ।  ବନ୍ଧୁ ବାନ୍ଧବଙ୍କ ସହ ମନୋମାଳିନ୍ୟ ହେବ। ଦାମ୍ପତ୍ୟ ସୁଖରେ ବାଧା ଆସିବ। କଠିନ ପରିଶ୍ରମ କରିବା ଯୋଗୁଁ ଶାରୀରିକ ଅସୁସ୍ଥତା ଦେଖା ଦେବ। ସରକାରୀ କର୍ମଚାରୀମାନେ କାର୍ଯ୍ୟ କ୍ଷେତ୍ରରେ ସଫଳତା ଲାଭ କରିବା ସହ ପଦୋନ୍ନତି ପାଇବେ। କୃଷି କ୍ଷେତ୍ରରେ ସଫଳତା ଦେଖାଦେବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ସାମାଜିକ ପ୍ରତିଷ୍ଠା. ମାନ-ସମ୍ମାନ ବୃଦ୍ଧି ହେବ। ପ୍ରେମିକ-ପ୍ରେମିକାମାନେ ପ୍ରେମ ସମ୍ବନ୍ଧୀୟୟ କ୍ଷେତ୍ରରେ ସଫଳ ହେବେ। ପ୍ରତିକାର : କାହାରିଠାରୁ ମାଗଣା କୌଣସି ଦ୍ରବ୍ୟ ଗ୍ରହଣ କରିବେ ନାହିଁ।

ତୁଳା:-

ଏ ସପ୍ତାହରେ ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ।  ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ।  କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ।  ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ।  ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳହେବେ। ପାରିବାରିକ ଅଶାନ୍ତି ଦୂରେଇ ଯାଇ ପରିବାରରେ ସୁସ୍ଥ ବାତାବରଣ ଜାରିରହିବ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ନିଜ ଗୃହ ସମସ୍ୟା ସଜାଡିବାର  ସୁବିଧାପାଇବେ। ବ୍ୟବସାୟରେ ଦୂରଯାତ୍ରାର ସୁଯୋଗ ପାଇବେ ଓ ଆଶାତୀତ ଲାଭମିଳିବ। ଆୟ ଉପାର୍ଜନରେ ବାଧାନାହିଁ। ଅସନ୍ତୋଷ, ଭ୍ରମଣକାଳରେ କ୍ଲେଶ, ସହକର୍ମୀଙ୍କ ସହ ବିବାଦ ଦେଖାଦେଇ ପାରେ। ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦରୁ ବଞ୍ଚିତ ହେବେ। ପ୍ରତିକାର: କୁକୁରକୁ ଖାଦ୍ୟ ଦିଅନ୍ତୁ।

ବିଚ୍ଛା:-

ଏ ସପ୍ତାହରେ ବ୍ୟବସାୟରେ ଉନ୍ନତି ଓ ଲାଭ ପ୍ରାପ୍ତି ହେବ। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ। ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇବେ ଏବଂ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ। ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ଦାମ୍ପତ୍ୟ ସୁଖ ବୃଦ୍ଧି ହେବ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନରେ ବାଧା ଆସିବ। ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁରସ୍ୱାଦପାଇବେ।  ଆୟରସ୍ରୋତ ବୃଦ୍ଧିହେବ  କ୍ରୀଡ଼ା, କଳା, ସାହିତ୍ୟ, ପ୍ରକାଶନ, ବାଣିଜ୍ୟ, ବ୍ୟବସାୟ, କୃଷି ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇବେ। ମହିଳାମାନେ ନିଜ ଗୃହ ସମସ୍ୟା ସଜାଡିବାର  ସୁବିଧାପାଇବେ।  ପ୍ରତିକାର:- ଭୋକିଲା ଲୋକଙ୍କୁ ଖାଦ୍ୟ ଦିଅନ୍ତୁ। ଧନୁ:- ଏ ସପ୍ତାହରେ ଆର୍ଥିକ ଉନ୍ନତି ଓ ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ। ସରକାରୀ କର୍ମକ୍ଷେତ୍ରରେ ଉନ୍ନତି  କରିବା ସହ ଉପରିସ୍ଥ  ଅଧିକାରୀଙ୍କର କୃପା ଲାଭ କରିବେ।  ନୂତନକର୍ମ ସଂସ୍ଥାନ ରେ ନିଯୁକ୍ତି ପାଇବାର ଯୋଗ ରହିଛି। ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପାରିବାରିକ ଜୀବନରେ ଶାନ୍ତି, ଭାଇ ଓ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ। ବନ୍ଧୁବାନ୍ଧବଙ୍କଠାରୁ  ପୂର୍ଣ୍ଣ ସହଯୋଗ ପ୍ରାପ୍ତ ହେବ। ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ବ୍ୟବସାୟ  ଶୁଭାରମ୍ଭ କରିବାର ସୁଯୋଗ ପାଇବେ। ଦୂରଯାତ୍ରାରେ କଷ୍ଟ ଅନୁଭବ କରିବେ। ମହିଳାମାନେ ଏକାଧିକ କାମରେ ହାତ ଦେଇ ଭଲବଦଳରେ ମନ୍ଦସୃଷ୍ଟି ହେବ। ସନ୍ତାନଙ୍କ ପାଇଁ ଚିନ୍ତିତ ରହିବେ ସ୍ୱାମୀଙ୍କ ସ୍ୱାସ୍ଥ୍ୟନେଇ ଚିନ୍ତିତ ରହିବେ। ପ୍ରତିକାର:- ଗାଈକୁ ଖାଇବାକୁ ଦିଅନ୍ତୁ।

ମକର :-

ଏ ସପ୍ତାହରେ ଅତ୍ୟଧିକ କଠିନ ପରିଶ୍ରମ କରିବା ଫଳରେ ବ୍ୟବସାୟରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ। ସରକାରୀ କର୍ମଚାରୀମାନେ ଗୁପ୍ତଶତୃଙ୍କ ଚକ୍ରାନ୍ତରେ ପଡ଼ିଲେ ମଧ୍ୟ  ନିଜର ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ। ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ। ଶରୀର ସୁସ୍ଥ ରହିବ। ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ। ଶିକ୍ଷାର୍ଥୀମାନେ ପରୀକ୍ଷା  ଓ ପ୍ରତିଯୋଗିତାରେ ସଫଳ ହେବେ। ଶତୃମାନେ ମିତ୍ରଭାବ ଆଚରଣ କରିବେ। ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ବାଦବିବାଦ, ପରୀକ୍ଷାପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳହେବେ। ଦାମ୍ପତ୍ୟସୁଖ କର୍ମମୁଖରତା ଯୋଗେ ନଷ୍ଟ ହେବ। ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ। ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ। ପ୍ରତିକାର: ଗାଈକୁ ଭାତ ଓ ରୁଟି ଖାଇବାକୁ ଦିଅନ୍ତୁ।

କୁମ୍ଭ :-

ଏ ସପ୍ତାହରେ ବାଦବିବାଦ,ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳହେବେ। ଉନ୍ନତିମୂଳକ ପଦକ୍ଷେପ ନେଇ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ। ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ପୂର୍ବରୁ ଥିବା ପାରିବାରିକ ସମସ୍ୟା ଗୁଡ଼ିକ ଧିରେ ଧିରେ ସମାଧାନ ହେବ। ବ୍ୟବସାୟରେ ଆଶାତୀତ ଲାଭ ପାଇବେ। ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସହକର୍ମୀମାନଙ୍କ ସହଯୋଗ ଓ ଉପରିସ୍ଥ ଅଧିକାରୀଙ୍କ  ପ୍ରିୟଭାଜନ ହେବେ। ସହଜ ସରଳରେ କର୍ମ ନିଯୁକ୍ତି ପାଇବେ। ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ।  ମହିଳାମାନଙ୍କର ପାରିବାରିକ ଜୀବନ ସୁଖମୟ ହେବ। ପ୍ରକାଶନବାଣିଜ୍ୟ, କୃଷି  ବ୍ୟବସାୟରେ ଆଶାତୀତ ଲାଭ ପାଇବେ। ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇବେ। ଛାତ୍ର ଛାତ୍ରୀମାନେ କ୍ରୀଡ଼ା, କଳା, ସାହିତ୍ୟ କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ମୀନ :-

ଏ ସପ୍ତାହରେ ବ୍ୟବସାୟବୃଦ୍ଧି ଆର୍ଥିକ ଉନ୍ନତିରେ ସଫଳତା ଓ ମାନ ଓ ସମ୍ମାନ ବୃଦ୍ଧି ହେବ। କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ।  ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। ଦୂର ସ୍ଥାନକୁ ଯାତ୍ରା କରିବେ। ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ମହିଳାମାନଙ୍କର କର୍ମ ଓ ବ୍ୟବସାୟରେ ଉନ୍ନତି ହେବ। କରଜରମାତ୍ରା ହ୍ରାସ ପାଇବ। ଭୋଗବିଳାସରେ ଦିନ କାଟିବା ପାଇଁ ଆଗ୍ରହୀହେବେ। ନିଜର ଆତ୍ମନିରୀକ୍ଷଣ, ମନୋବୈଜ୍ଞାନିକତଥ୍ୟ, ଅନ୍ୱେଷଣ, ଅନ୍ତର୍ଦୃଷ୍ଟି ଏବଂ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତି ଜାଗ୍ରତହେବ। ସାମାଜିକ କଲ୍ୟାଣ ଓ ଜୀବନସ୍ତର ପରିବର୍ତ୍ତନର ଉଦ୍ୟମ କରିବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ମାନସମ୍ମାନ ବୃଦ୍ଧିହେବ। ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ। ଦୂରଯାତ୍ରାର ସୁଯୋଗ ପାଇବେ।  ବୃତ୍ତିଗତ ଦୃଷ୍ଟିରୁ ଅତ୍ୟନ୍ତ ଶୁଭ। ପ୍ରତିକାର:- ଅସହାୟା ବୃଦ୍ଧ ବୃଦ୍ଧାଙ୍କୁ ସାହାଯ୍ୟ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!