ଆଜି କେମିତି ରହିବ ଆପଣଙ୍କ ଦିନ : ୧୧ ଅପ୍ରେଲ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୧୧ ଅପ୍ରେଲ ୨୦୧୮

ମେଷ:-

ଶୁଭ କାମ କରି ପ୍ରଶଂସିତ ହେବେ। ସଭାସମିତିରେ ସାହିତ୍ୟଚର୍ଚ୍ଚାରେ ସଫଳତା ମିଳିବ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ପ୍ରତିକାର-ଅନ୍ଧ ଭିକାରୀକୁ ସାହାଯ୍ୟ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ବହୁ ଲୋକଙ୍କର ପ୍ରଶଂସା ପାଇବା ଫଳରେ ଉତ୍ସାହିତ ହେବେ। ଛାତ୍ରଛାତ୍ରୀମାନଙ୍କର ଉଦ୍ୟମ ବଳରେ ସିଦ୍ଧିପ୍ରାପ୍ତି ଓ ଉଚ୍ଚସ୍ଥାନ ସଂପୃକ୍ତି ହେବ। ଅଚାନକ ଧନ ପ୍ରାପ୍ତି ହେବ ଓ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ପ୍ରତିକାର-ଗାଈକୁ ଘାସ  ଖୁଆନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy

Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988

ମିଥୁନ:-

ଉପରିସ୍ଥ କର୍ମଚାରୀ ଦେଇଥିବା ପ୍ରତିଶୃତିରେ ଖିଲାପ କରି ସମସ୍ୟାକୁ ବଢାଇ ଦେବେ। ପାରିବାରିକ ସ୍ତରରେ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେବ। ବିଶେଷ କରି ମହିଳାମାନେ ସାବଧାନତା ପୂର୍ବକ ନ ଚଳିଲେ ବିପଦରେ ପଡିବେ। ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ। ପ୍ରତିକାର:- ଦିନ ଦୁଃଖୀଙ୍କୁ ଅନ୍ନବସ୍ତ୍ର ଦାନ ଦିଅନ୍ତୁ।

କର୍କଟ:

ମାନସିକ ଦୁଶ୍ଚିନ୍ତା ଓ ଶତୃବଧା ଦୂରେଇ ଯିବ। ଆୟବୃଦ୍ଧି, ଋଣମୁକ୍ତି, କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ। ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ। ଅନେକ ଶୁଭ କର୍ମର ସୁଯୋଗ ପାଇବେ। ଉଚ୍ଚଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ। ସନ୍ତାନ ପକ୍ଷର ଚିନ୍ତା ଦୂର ହୋଇଯିବ। ପ୍ରତିକାର:- ଅନ୍ଧ,ବିଧବା ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

<<< ଓଡିଆ କ୍ୟାଲେଣ୍ଡର ୨୦୧୮ >>> | <<< ଜାତକ ବିଚାର>>>

ସିଂହ:-

କର୍ମ କ୍ଷେତ୍ରରେ ଉଚ୍ଚଧିକାରୀ ସହକର୍ମୀଙ୍କ ସହ ବାଦବିବାଦ ମେଣ୍ଟି ଯିବ। ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ। ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବ ଅତୁଟ ରହିବ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। ଶତୃମାନେ ମଥାନତ କରିବେ। ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ। ପ୍ରତିକାର-ଷଣ୍ଢକୁ ଗୁଡରୁଟି ଖୁଆନ୍ତୁ।

କନ୍ୟା:-

ଈର୍ଷାପରାୟଣ ବ୍ୟକ୍ତିମାନେ ଦୂରେଇଯିବେ। ସାମାଜିକ ସ୍ତରରେ ସମ୍ମାନଲାଭ କରିବେ। ପରିବହନରେ ବିଶେଷ ଲାଭବାନ ହେବେ। ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। ପରକଥାରେ ପଡି ପରିବାର ଲୋକଙ୍କୁ ଭୁଲ୍ ବୁଝିବେ। କର୍ମ ପ୍ରତି ଊତ୍ସାହ ଏବଂ ସ୍ଵାସ୍ଥ୍ୟରେ ଉନ୍ନତି ଦେଖାଦେବ। ପ୍ରତିକାର:- ଗୋମାତାର ସେବାକରିବା ଆବଶ୍ୟକ ।

ତୁଳା:-

ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର। ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ମହିଳାମାନେ ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ। ପାରିବାରିକ ସ୍ତରରେ ଭୁଲ ବୁଝାମଣାର ସମାଧାନ ହୋଇ ଉନ୍ନତିମୂଳକ ପଦକ୍ଷେପନେବେ। ଶରୀର ସୁସ୍ଥ ହେବାର ସମ୍ଭାବନା ଅଛି। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।

ବିଛା:-

ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ସୁଯୋଗ ପାଇବେ। ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ। ବାଦ-ବିବାଦ, ପରୀକ୍ଷା ପ୍ରତିଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଶତୃମାନେ ପରାଜିତ ହେବେ। ଆତ୍ମୀୟ- ସ୍ଵଜନଙ୍କ ପାଇଁ ଭୋଗ ବିଳାସଦ୍ରବ୍ୟ ଓ ଗୃହୋପକାରଣ କ୍ରୟକରିବେ। ପ୍ରତିକାର- ପଙ୍ଗୁ ଭିକାରୀଙ୍କୁ ଖାଦ୍ୟ ଦିଅନ୍ତୁ।

ଧନୁ:-

ନିର୍ମାଣ ମୂଳକ ଯୋଜନାରେ ଆଗେଇପାରିବେ। ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ। ରାଜନୀତିରେ ସଫଳତା ମିଳିବ। ପିଲାମାନଙ୍କ କାର୍ଯ୍ୟରେ ଖୁସି ହେବେ। ନୂଆ ସମ୍ପର୍କରେ ଉନ୍ନତି ହେବ ଓ ଅଧାଥିବା କାର୍ଯ୍ୟ ପୂରଣ ହେବ। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ପ୍ରତିକାର- ଚଣାଡାଲି ମନ୍ଦିରରେ ଦାନ କରନ୍ତୁ।

ମକର:-

ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ ଫଳରେ ଆଶାତୀତ ଲାଭ ପାଇବେ। କର୍ମ କ୍ଷେତ୍ରରେ  କ୍ଷମତା ଓ ଶକ୍ତି ବଳରେ ନିଜର ସମୟ ବିତାଇବେ। ଶତୃମାନେ ଦୁର୍ବଳ ହେବେ ଏବଂ ଆୟରପନ୍ଥା ସହଜ ହେବ। ବନ୍ଧୁ ପରିବାର ଠାରୁ ସୁଖ ମିଳିବ। ଗୃହରେ ମାଙ୍ଗଳିକ କାର୍ଯ୍ୟ ପାଇଁ ଆୟୋଜନ କରିବେ। ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ। ପ୍ରତିକାର- ସୋରିଷତେଲ ପରଟା କୁକୁରକୁ ଖାଇବାକୁ ଦିଅନ୍ତୁ।  

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy

Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988

କୁମ୍ଭ:-

ସାମାଜିକ ଉତ୍ସବରେ ଯୋଗ ଦେବେ। ରାଜନୀତି କାର୍ଯ୍ୟରେ ସଫଳତା ମିଳିବ। ପୁରୁଣା ଧନଲାଭ ହେବାରୁ ଖୁସି ହେବେ ଓ ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ପଡିବ। ପିଲାମାନେ ପରୀକ୍ଷାରେ ସଫଳତା ପ୍ରାପ୍ତ ହେବେ। ପରିବାରରେ କିମ୍ବା କୁଟୁମ୍ବରେ ମାଙ୍ଗଳିକ କାର୍ଯ୍ୟର ଦାୟିତ୍ଵ ନେଇ ଧାଦୌଡ କରିବା ଫଳରେ କଷ୍ଟ ସ୍ଵୀକାର କରିବେ। ପ୍ରତିକାର- ଗ୍ରାମ୍ୟ ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

ମୀନ:-

ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହେବ। ଆର୍ଥିକ ଚିନ୍ତା ଦୁରହେବ ଓ ପିତାଙ୍କ ସ୍ୱାସ୍ଥ୍ୟ ରେ ଉନ୍ନତି ଦେଖାଦେବ। ବିରୋଧୀମାନେ ହଇରାଣ ହୋଇ ମଥାନତ କରିବେ। ଚାକିରୀ ସମ୍ବନ୍ଧୀୟ କାର୍ଯ୍ୟ ହୋଇଯିବ। ଧାର୍ମିକ କାର୍ଯ୍ୟରେ ମନ ଲାଗିବ ଏବଂ ତୀର୍ଥଯାତ୍ରା ମଧ୍ୟ କରିବାକୁ ପଡିବ। ପ୍ରତିକାର- ପଙ୍ଗୁ ଭିକାରୀଙ୍କୁ ଖାଦ୍ୟ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!