ଦୈନିକ ରାଶିଫଳ: ୧୧ ଅପ୍ରେଲ ୨୦୧୯
ମେଷ:-
ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ । ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ। ନିଜକୁ ମଧ୍ୟ ଖୁସି ଓ ସୁରକ୍ଷିତ ଅନୁଭବ କରିବେ। କର୍ମ କ୍ଷେତ୍ରରେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ। ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ। ପରିବାର ଓ ମିତ୍ରଙ୍କ ସହିତ ସମୟ ବିତେଇବେ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ମନରେଥିବା କାମନା ପୂର୍ଣ୍ଣ ହେବ। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।
ବୃଷ:-
କର୍ମ କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ରାଜନୀତି ମାମଲାରେ ସଫଳତା ମିଳିବ। ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବ ଓ ମନ ଖୁସି ରହିବ। ସେୟାର ବଜାର ଓ ପୁଞ୍ଜି ନିବେଶ କରିଲେ ବହୁତ ଧନ ପ୍ରାପ୍ତ ହେବ। କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ। ବ୍ୟବସାୟରେ ଉନ୍ନତି ହେବାଫଳରେ ଖୁସି ରହିବେ। କୌଣସି ମହତ୍ତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ। କୌଣସି କାମରେ ବିଶେଷ ଜ୍ଞାନ ହାସିଲ କରିବେ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।
ମିଥୁନ:-
ଅର୍ଥ ଉପାର୍ଜନରେ ଏକନିଷ୍ଠ ହେଲେ ଧନାଢ୍ୟ ହେବାର ରାସ୍ତା ଖୋଲିଯିବ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ନୂତନ କାର୍ଯ୍ୟଆରମ୍ଭ କରିପାରିବେ। ରାଜନୀତିରେ ସାମାଜିକ ପତିଆରା ଅମଳିନ ରହିବ ଓ ଉନ୍ନତି ହେବ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ ଓ ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। କିଏ ଚାହିଁଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବା ସହ ଭୋଗବିଳାସରେ ସାମିଲ ହେବାକୁ ଅବସର ସୃଷ୍ଟି କରି ପାରିବେ। ପ୍ରତିକାର- ହରିଡା ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।
କର୍କଟ:-
ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ବ୍ୟାପାର ଓ କାରବାରରେ ସୁଧାର ଆସିବ। ଟଙ୍କାର ଆବଶ୍ୟକତା ପୂରଣ ହେବ। ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ। ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ। କେତେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ବିପଦରେ ପକାଇବ। ନିଜର କାମକୁ ପଛରେ ପକାଇ ଅନ୍ୟଦ୍ଵାରା ପ୍ରଭାବିତ ହୋଇ କୌଣସି ଭୁଲ୍ କାମ କରି ପାରନ୍ତି । ପ୍ରତିକାର- ଲାଲ୍ ରଙ୍ଗର ବସ୍ତ୍ର ପରିଧାନ କରନ୍ତୁ।
ସିଂହ:-
ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ ପୂର୍ଣ୍ଣକରି ପାରିବେ। ପରିଶ୍ରମ ଓ ମେହନତର ପରିଣାମ ମିଳିବ। ସରକାରୀ କାମରେ ସଫଳତା ମିଳିବ। ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ପାରିବାରିକ ସୁଖ-ଶାନ୍ତି ବୃଦ୍ଧି ହେବ। ସ୍ୱାସ୍ଥ୍ୟ ଭଲ ରହିବ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।
କନ୍ୟା:-
ବହୁତ ଦିନରୁ ଚିନ୍ତା କରୁଥିଲେ ଯେଉଁ କାମ ବିଷୟରେ ତାହା ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ। ରାଜନୀତି କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ସାମାଜିକ ପତିଆରା ଅମଳିନ ରହିବ। ନୂତନ ଦ୍ରବ୍ୟ କ୍ରୟ କରିବେ। କର୍ମକ୍ଷେତ୍ରରେ ଶତୃମାନେ ଦୂରେଇ ଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ ଓ ମାନସିକ ଶାନ୍ତି ପାଇବେ। ମହିଳାମାନେ ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। କୌଣସି ନୂତନ କାର୍ଯ୍ୟ ଆରମ୍ଭକଲେ ବିପଦରେ ପଡିବେ। କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। ସରକାରୀ କ୍ଷେତ୍ରରେ ସଫଳତା ମିଳିବ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।
ତୁଳା:-
ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ପାରିବାରିକ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ରାଜନୀତି କ୍ଷେତ୍ରରେ କୌଣସି ନୂତନ ବନ୍ଧୁ ବ୍ୟକ୍ତିଙ୍କ ସହିତ ଭେଟ ହୋଇ ନୂତନ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। କର୍ମ କ୍ଷେତ୍ରରେ ସୁଯୋଗ ପାଇଲେ ମଧ୍ୟ ସଦ୍ବ୍ୟବହାର କରିବା କଷ୍ଟ ହେବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।
ବିଚ୍ଛା:-
ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ। ଭଲଭାବରେ ଚିନ୍ତାକରି କାମକଲେ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ। ସ୍ଵାସ୍ଥ୍ୟରେ ଉନ୍ନତି, ମାନସିକ ସ୍ଥିରତା, ଧୈର୍ଯ୍ୟ ଓ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରିପାରିବେ। ମହିଳାମାନେ ବ୍ୟବସାୟରେ ସାମାନ୍ୟ ଲାଭ ପାଇବେ। ଛାତ୍ରଛାତ୍ରୀମାନେ ଅଧ୍ୟୟନ ପାଇଁ ମନଯୋଗ ଦେବେ। ପରିବାରରେ ମାନ ମନାନ୍ତର ଦୂର ହେବ। କର୍ମ କ୍ଷେତ୍ରରେ ଦାୟିତ୍ଵ ବଢିବା ଯୋଗେ ଅନ୍ୟମନସ୍କ ରହିବେ। ପ୍ରତିକାର- ପିତା ମାତାଙ୍କୁ ପଦସ୍ପର୍ଷ କରି ପ୍ରଣାମ କରନ୍ତୁ।
ଧନୁ:-
ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ଲାଭବାନ ହେବେ। ବ୍ୟବସାୟର ବୃଦ୍ଧି ଯୋଗେ ଆୟର ବୃଦ୍ଧିଘଟିବ ଓ ଲାଭବାନ ହେବେ। ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ। ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ବିଚାର ବିଭାଗ ରାୟ ସପକ୍ଷରେ ଯିବ। ଅନେକ ଦିଗରୁ ଧନର ଆଗମନ ହୋଇ ପାରେ। ଗୃହବାହନ ପ୍ରାପ୍ତି ଓ ଉଚ୍ଚଆଶା ସଫଳ ହେବ। ସମସ୍ତ ସମସ୍ୟା ସମାଧାନର ଆଶା ଉଜ୍ଜ୍ଵଳ ହେବ। କର୍ମ କ୍ଷେତ୍ରରେ ଭାଇ ବନ୍ଧୁମାନଙ୍କର ସାହାଯ୍ୟ ସହଯୋଗ ପାଇ ପ୍ରଶଂସିତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ମକର:-
ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ। ରାଜନୀତିରେ ସମାଜ ସେବା କରି ସ୍ଵନାମ ଅର୍ଜନ କରି ପାରିବେ। କଳେବଳେ କୌଶଳରେ ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ। ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ। କର୍ମ କ୍ଷେତ୍ରରେ ଦାୟିତ୍ଵ ବଢିବା ସହ ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ ଓ ନିଜ ଲୋକମାନେ ହିଁ କାମରେ ଆସିବେ। ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ଫଳରେ ଧନ ପ୍ରାପ୍ତ ହେବ। ବିଦ୍ୟା କ୍ଷେତ୍ରରେ ବୀଜୟ ପ୍ରାପ୍ତ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
କୁମ୍ଭ:-
ରାଜନୀତି କ୍ଷେତ୍ରରେ ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସଙ୍କଟ ଦୂରେଇ ଯିବା ସହ ଅଶାନ୍ତିର ଝଡ ଶାନ୍ତ ହେବ। ଅପେକ୍ଷା କରିଥିବା କାର୍ଯ୍ୟରେ ଶୁଭ ସୂଚନା ମିଳିବ। କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ ଓ ସୁଖସମ୍ପତ୍ତି ଲାଭ ହେବ। ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବା ଫଳରେ ଯଶ, ମାନ-ସମ୍ମାନ ପ୍ରତିଷ୍ଠା ମିଳିବ। ନିଜ ଚେଷ୍ଟାରେ ସାମାନ୍ୟ କଷ୍ଟକଲେ ବାକିଥିବା ଅର୍ଥ ପାଇବେ। କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।
ମୀନ:-
ଛାତ୍ରଛାତ୍ରୀମାନେ ବିଦ୍ୟାରେ ସଫଳ ହେବେ। ବ୍ୟବସାୟ କ୍ଷେତ୍ରରେ ମନ ଲାଗିବା ଦ୍ଵାରା ପ୍ରଚାର ପ୍ରସାର ପାଇଁ ଯୋଜନା କରିବେ। ବିଦେଶ ଯାତ୍ରାରେ ଲାଭବାନ ହେବେ ଓ ଧାର୍ମିକ କାର୍ଯ୍ୟରେ ରୁଚି ବଢିବ। ଶତୃମାନେ ଦୂରେଇଯିବେ। ସ୍ଵାସ୍ଥ୍ୟରେ ପରିବର୍ତ୍ତନ ହେବ। ରାଜନୀତି କ୍ଷେତ୍ରରେ କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ କରିବେ। ଚିତ୍ତପ୍ରସନ୍ନ ଯୋଗେ କାର୍ଯ୍ୟ ସିଦ୍ଧି ହେବ। ସମସ୍ୟା ଦୂରହୋଇ ଉଚ୍ଚ ଆଶାରେ ଆଗେଇବେ। କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବ। କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଉଚିତ୍। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
Jyotirbid Dr. Pramod Satapathy
Jantra Jyotisha, Cuttack
Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri
For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988