ଦୈନିକ ରାଶିଫଳ: ୧୧ ଏପ୍ରିଲ ୨୦୨୦, ଶନି ଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କିଛି ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଏପ୍ରିଲ ମାସ ୧୧ ତାରିଖ, ଶନିବାର, ମୀନ ମାସ ୨୯ ଦିନ, ବୈଶାଖ ମାସ, କୃଷ୍ଣପକ୍ଷ, ଚତୁର୍ଥୀ ତିଥି, ଅନୁରାଧା ନକ୍ଷତ୍ର, ବିଛା ରାଶିରେ ଚନ୍ଦ୍ର। ବୃଷ, ସିଂହ, କନ୍ୟା ରାଶିର ଘାତବାର। ମୂଳା ନ ଖାଇଲେ ଭଲ। ଶୁଭସମୟ ଦିବା ୧୦ଟା ୧୫ମିନିଟ୍ ରୁ ୧ଟା ୧ମିନିଟ୍, ରାତ୍ର ୮ଟା ୨୦ମିନିଟ୍ ରୁ ୧୦ଟା ୩୬ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସମସ୍ତ ସମସ୍ୟା ଧିରେ ଧିରେ ଅପସରି ଯିବ। ପଡୋଶୀଙ୍କ ସହିତ ମଧୁର ସଂପର୍କ ସ୍ଥାପନହେବ। ଆର୍ଥିକକ୍ଷେତ୍ରରେ ସ୍ୱଚ୍ଛଳତା ଦେଖାଦେବ। ବ୍ୟବସାୟରେ ଲାଭ  ହେଲେ ମଧ୍ୟ ଶତୃ ଦେଖାଦେବେ। ବିଦ୍ୟାର୍ଥୀମାନଙ୍କର ବାରମ୍ବାର ମନଉଚ୍ଚାଟ ରହିଲେ ମଧ୍ୟ ଶିକ୍ଷାକ୍ଷେତ୍ରରେ ଆଶାନୁରୂପ ଫଳ ପାଇବେ। ଅନେକଅର୍ଥ ପାରିବାରିକ କ୍ଷେତ୍ରରେ ଆତ୍ମୀୟମାନଙ୍କ ରୋଗ ନିବୃତ୍ତି ପାଇଁ ଖର୍ଚ୍ଚ ହୋଇ ଯିବ। ଲୋକମାନଙ୍କ ସହିତ ଜଗିରଖି କଥାବାର୍ତ୍ତା କରିଲେ ବହୁତ ଭଲ ହେବ। ଘରୁ ବାହାରକୁ ବାହାରିଲେ ବିପଦରେ ପଡି ପାରନ୍ତି।   ବେପରୁଆ କାର୍ଯ୍ୟକଳାପ ଯୋଗୁଁ ଉଚ୍ଚବର୍ଗଙ୍କଠାରୁ ସମାଲୋଚିତ ହେବେ। ପ୍ରତିକାର ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

 ବୃଷ:-

ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ମନ ଯୋଗ ଦେବେ। ସାମ୍ବାଦିକ ମାନେ ନିଜ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ। ମହତ୍ ଉଦ୍ୟେଶ୍ୟ ନେଇ ଉଚ୍ଚଆକାଂକ୍ଷାରେ କାର୍ଯ୍ୟ କଲେ ଆଶା ଅଭିଳାଷପୂର୍ଣ୍ଣ ହେବ। ବ୍ୟବସାୟ କରୁଥିଲେ ପ୍ରଚୁର ଆୟହେବା ଫଳରେ ଚିନ୍ତାଦୂର ହୋଇଯିବ। ସରକାରୀ ସଂସ୍ଥାରେ କର୍ମରତ ବ୍ୟକ୍ତିମାନେ ବିଶେଷ ଲାଭବାନ ହେବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ମିଥୁନ:-

ସାମାଜିକ କ୍ଷେତ୍ରରେ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି। ବିଭାଗିୟ ଅଧିକାରୀ କିମ୍ବା ସହକର୍ମୀଙ୍କସହ ମଧୁର ସମ୍ପର୍କ ସ୍ଥାପନ ହେବ। ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ। ପରିବାରରେ ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ସାଧାରଣ ଲୋକଙ୍କୁ ସହଯୋଗ କରିବା ଦ୍ଵାରା ସାମାଜିକ ପତିଆରା ଅମଳିନ ରହିବ। ବ୍ୟବସାୟୀ ମାନଙ୍କର କାରବାର ବଢିବା ସହ ମନମୁତାବକ ଲାଭବାନ ହେବାର ସମ୍ଭାବନା ଅଛି। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ଭବିଷ୍ୟତରେ ମିଳିବାକୁ ଥିବା ସମ୍ପତ୍ତି ସମ୍ବନ୍ଧୀୟ ମାମଲାର ସମାଧାନ ହେବ। ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ। ପଡୋଶୀ ଏବଂ କୁଟୁମ୍ବଙ୍କ ସହ କଳିତକରାଳ ଥିଲେ ମେଣ୍ଟିଯିବ। ପ୍ରେମ ପ୍ରସଙ୍ଗରେ ମଧୁରତା ଆସିବ। ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ବାହ୍ୟ କ୍ଷେତ୍ରରେ ବିପଦରେ ପଡି ପାରନ୍ତି। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-

ଘାତ ସାମାଜିକ କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ। ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ। ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି। ଦାମ୍ପତ୍ୟଜୀବନ ସୁଖମୟହେବ। କର୍ମକ୍ଷେତ୍ରରେ ବରିଷ୍ଠ କର୍ମୀଙ୍କ ସ୍ନେହର ପାତ୍ର ହେବେ। ରାଜନୀତି କ୍ଷେତ୍ରରେ ବିରୋଧୀଙ୍କୁ ପରାସ୍ତ କରିବାରେ ସଫଳ ହେବେ। ଇଲୋକଟ୍ରୋନିକ୍ସ ମିଡିଆ ଓ ପ୍ରିଣ୍ଟ ମିଡିଆ ଦ୍ୱାରା ଲୋକସଂପର୍କ ବୃଦ୍ଧିହେବ। ଗୁରୁ ଗୁରୁଜନମାନଙ୍କର ଆଶୀର୍ବାଦ ଲାଭକରିବେ। ପ୍ରତିକାର ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

କନ୍ୟା:-

ସାମାଜିକ କ୍ଷେତ୍ରରେ ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ। ଆର୍ଥିକ ସମସ୍ୟା ନିଶ୍ଚିତରୂପେ ସମାଧାନ ହୋଇଯିବ। ନୂଆନୂଆ ବ୍ୟବସାୟିକ ସଂପର୍କ ସ୍ଥାପନ କରି ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ ହେବେ। ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ। ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ଭାଇ ଭଉଣୀ ମାନଙ୍କ ସହ ମନୋ ମାଳିନ୍ୟ ଦୂର ହେବ। ଶିକ୍ଷାକ୍ଷେତ୍ରରେ ବିଶେଷ ଲାଭବାନ ହେବେ। ସ୍ୱାସ୍ଥ୍ୟ ସମସ୍ୟା ସେତେଟା ଭଲ ରହିବ ନାହିଁ। ଘରୁ ବାହାରକୁ ବାହାରିଲେ ବିପଦରେ ପଡି ପାରନ୍ତି। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ତୁଳା:-

ସମାଜ କଲ୍ୟାଣ କାର୍ଯ୍ୟ କରି ପ୍ରଶଂସିତ ହେବେ। ଏହିସମୟ ଆପଣଙ୍କପାଇଁ ଅତ୍ୟନ୍ତ ଶ୍ରେଷ୍ଠସମୟ। ଏହାକୁ ସତ୍ ଉପଯୋଗ କରିବାକୁ ଆପ୍ରାଣ ଚେଷ୍ଟା କରିବା ଉଚିତ। ଅନେକ କ୍ଷେତ୍ରରେ ବାରମ୍ବାର ଲାଭର ସୁଯୋଗ ପାଇବେ। ବ୍ୟବସାୟରେ ଲୋକସମର୍ଥନ ବୃଦ୍ଧି ହେବା ଫଳରେ ଆଶାତୀତ ଲାଭ ପାଇବେ। ପରିବାରରେ ସମ୍ପତ୍ତିବିବାଦ, ଛୋଟଛୋଟ କଥାକୁନେଇ ସମସ୍ୟା ସୃଷ୍ଟି ହୋଇ ପାରେ। ରାଜନୈତିକ କ୍ଷେତ୍ରରେ ଆତ୍ମୀୟମାନେ ଭିତରେ ଚେର କାଟିବେ। ଘରୁ ବାହାରକୁ ବାହାରିବା ଦ୍ଵାରା ଅସୁସ୍ଥତା ଅନୁଭବ କରିବେ। ନିଜର ଇଚ୍ଛା ବିରୋଧରେ କୌଣସି କାର୍ଯ୍ୟ କରିବା ଅନୁଚିତ୍। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ପରିବାରରେ ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ। ଧନ, ଧାନ୍ୟ, ଐଶ୍ଚର୍ଯ୍ୟ, ମାନ ସମ୍ମାନ ତଥା ପରାକ୍ରମର ବୃଦ୍ଧିହେବ। ଶାନୁରୂପ ଅର୍ଥପାଇବା ଫଳରେ ଅର୍ଥିକ ସମସ୍ୟା ସମାଧାନ ହେବ। ଉପାର୍ଜ୍ଜନ ପାଇଁ ଅନେକଉପାୟ ଚିନ୍ତାକରି ସଫଳ ହେବେ। କର୍ମକ୍ଷେତ୍ରରେ ସାଫଲ୍ୟ, ଉଚ୍ଚସମ୍ମାନ ଓ ପଦ ପଦବୀ ଲାଭହେବ।ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ବ୍ୟବସାୟ ବଢ଼େଇବାପାଇଁ ବନ୍ଧୁମିତ୍ରଙ୍କର ସହଯୋଗ ପ୍ରାପ୍ତିହେବ। ବିଦେଶରେ ଅଧ୍ୟୟନପାଇଁ ଇଚ୍ଛୁକଥିବା ଛାତ୍ରଛାତ୍ରୀଙ୍କର ମନସ୍କାମନା ଅବଶ୍ୟ ପୂର୍ଣ୍ଣହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ। ପାରିବାରିକ ସମସ୍ୟା, ଗୃହରେକଳହ, ପତିପତ୍ନୀ ମଧ୍ୟରେ ମତଭେଦ, ବିରୋଧଭାବ ଏବଂ ତିକ୍ତତାଭାବ ଦୂରେଇ ଯିବ। ଛାତ୍ରଛାତ୍ରୀମାନେ ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ। ରାଜନୀତି କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ ଶତୃମାନଙ୍କୁ ମୁକାବିଲା କରିପାରିବେ। ବ୍ୟବସାୟୀମାନେ ଆବଶ୍ୟକତା ଠାରୁ ଅଧିକ ସତର୍କ ରହି ଯାତାୟାତ କରିବା ଉଚିତ୍। ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ। ପ୍ରତିକାର ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ମକର:-

ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତପାହାନ୍ତାରେ ପହଞ୍ଚିବ। ଇଲୋକଟ୍ରୋନିକ୍ସମିଡିଆ ଓ ପ୍ରିଣ୍ଟ ମିଡିଆର ସାମ୍ବାଦିକ ମାନେ ଜନ ସମର୍ଥନ ପାଇ ସଫଳ ହେବେ। ମାନସିକ ଦୁଃଶ୍ଚିନ୍ତା ଦୂର ହେବା ସହ ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ବାଣିଜ୍ୟ ବ୍ୟବସାୟ କ୍ଷେତ୍ରରେ ବନ୍ଧୁଙ୍କ ସାହାଯ୍ୟ ଏବଂ ଅବଦାନ ଅବିସ୍ମରଣୀୟ ରହିବ। କର୍ମକ୍ଷେତ୍ରରେ ସାଫଲ୍ୟ, ଉଚ୍ଚସମ୍ମାନ ଓ ପଦ ପଦବୀ ଲାଭହେବ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ଆଗ୍ରହ ବଢିବ। ପରିବାରର ସମ୍ପର୍କୀୟଙ୍କ କୌଣସି ଘଟଣା ଯୋଗୁ ଶୁଭ ସୂଚନା ପାଇବେ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ।  ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ଆକସ୍ମିକ ଧନପ୍ରାପ୍ତି ହେବ। ଆୟପନ୍ଥାର ପରିବର୍ତ୍ତନ ଆସିବ। ବିଦ୍ୟୁତବିଭାଗ, ପ୍ରଶାସନବିଭାଗ, ଡାକ ଓ ତାର ବିଭାଗ, ବୈଜ୍ଞାନିକ, ଆୟୁର୍ବେଦବିଭାଗ, ଜଳଦାୟବିଭାଗ, ସମାଜସୁଧାରକ, ଇଲୋକଟ୍ରୋନିକ୍ସମିଡିଆ ଓ ପ୍ରିଣ୍ଟମିଡିଆ ବିଭାଗରେ କର୍ମରତଥିଲେ ବିଶେଷ ଲାଭବାନ ହେବେ। ସହକର୍ମୀ ଓ ବିଭାଗୀୟ ଅଧିକାରୀମାନଙ୍କ ସହ ସମ୍ବନ୍ଧରେ ଘନିଷ୍ଠତା ସୃଷ୍ଟିହେବ। ସମାଜସେବା କାର୍ଯ୍ୟରେ ଯୋଗ ଦେଇ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସ ରତ ହେବେ। ପରିବାରରେ ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ। ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷା ଲାଭ ପାଇଁ ପ୍ରସ୍ତୁତ ହେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

ସନ୍ତାନ ସନ୍ତତିଙ୍କ କାର୍ଯ୍ୟକଳାପରେ ଖୁସିହେବେ। ଦାମ୍ପତ୍ୟଜୀବନ ଅପେକ୍ଷାକୃତ ସୁଖଦ ଓ ଆନନ୍ଦିତ ହେବ। ଧନାଢ଼୍ୟବ୍ୟକ୍ତି, ପ୍ରତିଷ୍ଠାବାନବ୍ୟକ୍ତି ଓ ବରିଷ୍ଠବ୍ୟକ୍ତିଙ୍କ ସହ ସମ୍ପର୍କସ୍ଥାପନ ଫଳରେ ବିଶେଷ ଉପକୃତ ହେବେ। ଧର୍ମାନୁଷ୍ଠାନରେ ଦାନ ଧର୍ମ କରିବା ଫଳରେ ଯଶ, ମାନ ପ୍ରତିଷ୍ଠା ବୃଦ୍ଧିପାଇବ। ପୁରାତନ ରୋଗର ପ୍ରକୋପ ବୃଦ୍ଧିପାଇବା ସହ ନୂତନରୋଗ ପ୍ରକାଶ ହୋଇ ପାରେ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ମନ ଯୋଗ ଦେବେ। ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। କର୍ମକ୍ଷେତ୍ରରେ ସମସ୍ୟା ଦେଖାଦେଲେ ମଧ୍ୟ ସଫଳତା ହାସଲ କରିବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!