ଦୈନିକ ରାଶିଫଳ: 11 ଏପ୍ରିଲ 2021, ସୂର୍ଯ୍ୟଦେବଙ୍କ କୃପାରୁ ଆଜି ଏହି ରାଶି ବ୍ୟକ୍ତିଙ୍କୁ ମିଳିବ ଆର୍ଥିକ ସମୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଅପ୍ରେଲମାସ ୧୧ତାରିଖ, ରବିବାର, ମୀନମାସ ୨୯ଦିନ, ଚୈତ୍ରମାସ, କୃଷ୍ଣପକ୍ଷ, ମଳଚତୁର୍ଦ୍ଦଶୀତିଥି, ସକାଳ ୬ଟା ୩ମିନିଟ୍ ଗତେ ଅମାବାସ୍ୟା ତିଥି, ଉତ୍ତରଭାଦ୍ରପଦ ନକ୍ଷତ୍ର, ସକାଳ ୮ଟା ୫୭ମିନିଟ୍ ଗତେ ରେବତୀ ନକ୍ଷତ୍ର, ମୀନ ରାଶିରେ ଚନ୍ଦ୍ର । ମେଷ ରାଶିର ଘାତବାର । ଧନୁ ରାଶିର ଘାତଚନ୍ଦ୍ର । ସକାଳ ୬ଟା ୩ମିନିଟ୍ ପରେ ଆମିଷ, ତୈଳ ନ ଖାଇଲେ ଭଲ । ଶୁଭସମୟ- ପ୍ରାତଃ ୫ଟା ୩୬ମିନିଟ୍ ରୁ ୯ଟା ୪୨ମିନିଟ୍, ଦିବା ୧ଟା ୨୧ମିନିଟ୍ ରୁ ୧ଟା ୫୦ମିନିଟ୍, ସନ୍ଧ୍ୟା ୬ଟା ୪୭ମିନିଟ୍ ରୁ ରାତ୍ର ୯ଟା ୫ମିନିଟ୍, ରାତ୍ର ୧୨ଟା ୧୦ମିନିଟ୍ ରୁ ୧ଟା ୧୪ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ପ୍ରତ୍ୟେକକ୍ଷେତ୍ରରେ କେବଳ କୌଶଳପୂର୍ଣ୍ଣ କଥାକହିବା ଦ୍ୱାରା କାମହାସଲ କରି ପାରିବେ । ପାରିବାରିକ କ୍ଷେତ୍ରରୁ ମଧ୍ୟ ପ୍ରଶଂସା ମିଳିବ । ବିଦ୍ୟାକ୍ଷେତ୍ରରେ ପ୍ରଶଂସିତ ହେବେ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ । ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ । ବ୍ୟବସାୟ କ୍ଷେତ୍ରରେ ନିଜ ଲୋକ ମନମୋଟିଆ ହେବେ ଓ ମାନସିକ ଚିନ୍ତା ବୃଦ୍ଧି ହେବ । ପରୋକ୍ଷ ଶତୃତା ଯୋଗୁ ବିଚଳିତ ହେବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-

ସମସ୍ତ କାମ ନିର୍ବିଘ୍ନରେ ସମ୍ପନ୍ନ ହୋଇଯିବ । ବିଦ୍ୟାର୍ଥୀମାନେ ଆନନ୍ଦିତ ହେବେ । ରାଜନୀତିରେ ଅନେକ ସମସ୍ୟାର ସମାଧାନ ହୋଇ, ହସ ଖୁସିରେ ବାତାବରଣ ଖେଳିଯିବ । ନୂଆ ଲକ୍ଷ ନିର୍ଦ୍ଧାରିତ କରି ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ପାଇଁ ପ୍ରଯତ୍ନଶୀଳ ହେବେ । ପ୍ରଭାବଶାଳୀ ବ୍ୟକ୍ତିଙ୍କ ସାନ୍ନିଧ୍ୟ ପ୍ରାପ୍ତ ହେବ । ପୁରାତନ ରୋଗର ସାମାନ୍ୟ ଉପସମ ପରିଲକ୍ଷିତ ହେବ । ବ୍ୟବସାୟିକ ଯାତ୍ରା କରିବା ଦ୍ଵାରା ଧନ ଲାଭ ହେବାର ସମ୍ଭାବନା ଅଛି । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମିଥୁନ:-

ସନ୍ତାନ ସମ୍ବନ୍ଧୀୟ ଚିନ୍ତା ଦୂର ହୋଇଯିବ । ପରିବହନ ବ୍ୟବସାୟରେ ଆଶାଜନକ ସଫଳତା ହାସଲ କରିବେ । ନୂତନବନ୍ଧୁଙ୍କ ଆଗମନ ହେବ । ଦୁର୍ବଳ ବା ବୃଦ୍ଧ ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ ହାତ ବଢେଇବେ । କଳା, ସାହିତ୍ୟ କ୍ଷେତ୍ରରୁ ସୁଫଳ ଓ ଆନନ୍ଦ ମିଳିବ । କାମକାର୍ଯ୍ୟରେ ନୂଆ ଅନୁଭୂତି ପ୍ରୟୋଗ କରିପାରିବେ । ପାରିବାରିକ ବ୍ୟବସ୍ଥା ପରି ବର୍ତ୍ତନ ସାଙ୍ଗକୁ ଅର୍ଥସଙ୍କଟରୁ ମୁକ୍ତି ମିଳିବ । ଅତିରିକ୍ତ ଆୟର ମଧ୍ୟ ସମ୍ଭାବନା ଅଛି । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।

କର୍କଟ:-

କର୍ମକ୍ଷେତ୍ରରେ ବହୁତ ଗୁଡିଏ କାମ ହାତକୁ ନେଇ ବ୍ୟସ୍ତ ହେବେ । ବ୍ୟବସାୟ ପାଇଁ ଆଖପାଖକୁ ଯାତ୍ରା କରି ଶାନ୍ତି ଅନୁଭବ କରିବେ । ବନ୍ଧୁଙ୍କଠାରୁ ସାହାଯ୍ୟର ପ୍ରତିଶୃତି ପାଇ ମାନସିକଶାନ୍ତି ପାଇବେ । ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ । ରାଜନୀତିରେ ଅଯଥା ତରତର ନ ହୋଇ ବିବେକ ବୁଦ୍ଧି ଖଟାଇ ଧୈର୍ଯ୍ୟର ସହିତ ଚାଲିବା ଉଚିତ । ଏପରିକି ନିମ୍ନବର୍ଗର କେହି ଲୋଭଗ୍ରସ୍ତ କରାଇ ଭାବମୂର୍ତ୍ତି ନଷ୍ଟ କରିବା ପାଇଁ ଚେଷ୍ଟା କରି ପାରନ୍ତି । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-

ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ । ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ । କାର୍ଯ୍ୟକ୍ଷେତ୍ରରେ ନୂତନ ପଦକ୍ଷେପ ନେବା ଫଳରେ ଆଶାତୀତ ଲାଭ ପାଇବେ । ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟ ସହଯୋଗ କରିବେ । ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ । କର୍ମକ୍ଷେତ୍ରରେ ସ୍ଥାନାନ୍ତର ଓ ମତାନ୍ତର ଭୟ ଦୂରେଇ ଯିବା ଫଳରେ କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ କରିବାକୁ ଚେଷ୍ଟା କରିବେ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

କନ୍ୟା:-

ଅନେକ ସମସ୍ୟାର ସମାଧାନ ହୋଇ ମାନସିକଶାନ୍ତି ଅନୁଭବ କରିବେ । ସ୍ଥିର ସ୍ଵଭାବ ଏବଂ ମଧୁରଭାଷି ହେତୁ ଲାଭକୁ ଦ୍ଵିଗୁଣା ବଢେଇ ପାରିବେ । ରାଜନୈତିକ କ୍ଷେତ୍ରରେ ଆନ୍ତରିକଶକ୍ତି ଓ ଆତ୍ମବଳ ଦ୍ଵାରା ଆଗକୁ ବଢିବାରେ ସକ୍ଷମ ହେବେ । କୌଣସି ମହତ୍ଵପୂର୍ଣ୍ଣ ସୂଚନା ବା ସନ୍ଦେଶ ପ୍ରାପ୍ତ ହେବାର ସମ୍ଭାବନା ଅଛି । ଆନୁଷ୍ଠାନିକ କାମ, ଗୃହସୀମା, ଜମିଜମା, ଗାଡ଼ିମୋଟର, ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ମାନସିକତା ଅକ୍ଷୁର୍ଣ୍ଣ ରହିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ତୁଳା:-

କର୍ମକ୍ଷେତ୍ରରେ ପଦୋନ୍ନତି ପାଇବାର ସୂଚନା ପାଇ ଖୁସି ହେବେ । ରାଜନୈତିକ କ୍ଷେତ୍ରରେ ପଦବୀ ଲାଭ ଓ ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବେ । ନୂତନ ଯାନ କ୍ରୟ, ଗୃହନିର୍ମାଣ ଆଦି କରି ପାରିବେ । ସ୍ଥଗିତ ଥିବା କର୍ମଟି ସହଜ ସରଳରେ ପୂର୍ଣ୍ଣହେବ । ଯାନବାହାନ ବ୍ୟବସାୟରେ ତଥା ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟ ରେ ଲାଭବାନ ହେବେ । ମାଲିମୋକଦ୍ଦମାରେ ସଫଳତା ମିଳିବ । ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ବିଚ୍ଛା:-

ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । ବାଦବିବାଦ, ପରୀକ୍ଷା, ପ୍ରତିଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳତା ମିଳିବ । ସହକର୍ମୀମାନେ କର୍ମକ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ । ପାରିବାରିକ ଶାନ୍ତିଶୃଙ୍ଖଳା ବୃଦ୍ଧି ହେବାସହ ଗଠନମୂଳକ କାର୍ଯ୍ୟ ପାଇଁ ପ୍ରସ୍ତୁତି ଆରମ୍ଭ କରିବେ । ପାରିବାରିକ ଜୀବନ ଆନନ୍ଦମୟ ହେବ । ବହୁକ୍ଷେତ୍ରରେ ପ୍ରିୟତା, ଯାନବାହାନ ଓ ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟର ବିଶେଷ ଶୁଭ ସମୟ । ପ୍ରତିକାର:- ଚାଉଳ କୁଆ ପାରାଙ୍କୁ ଖାଇବାକୁ ଦିଅନ୍ତୁ ।

ଧନୁ:-

ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ସଫଳ ହେବେ । ବୁଦ୍ଧି ବିବେକ ଖେଳାଇ ପ୍ରତିକୂଳ ସ୍ରୋତକୁ ଅନୁକୂଳ ଦିଗରେ ମୁହାଁଇ ଦେବାକୁ ମଧ୍ୟ ସାମର୍ଥ୍ୟ ଯୁଟିବ । ଚେଷ୍ଟା କଲେ କାହାକୁ ଦେଇଥିବା ଧନ ମିଳିଯିବ । ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି । ବନ୍ଧୁ ମିତ୍ରମାନେ ଶତ୍ରୁତା ଆଚରଣ କରି ପାରନ୍ତି ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-

ଶତୃବାଧା ଦୂରେଇ ଯାଇ ମାନସିକ ଦୁଶ୍ଚିନ୍ତା ଦୂରହେବ । ଋଣମୁକ୍ତିପାଇଁ ରାସ୍ତା ଦେଖାଦେବ । ଆୟବୃଦ୍ଧି, କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ । ବ୍ୟବସାୟରେ କ୍ଷତି ଅପେକ୍ଷା ଲାଭର ପରିମାଣ ଅଧିକ ହେବ । ମାନ, ସମ୍ମାନ, ଯଶ, ପ୍ରତିଷ୍ଠା, ପ୍ରତିପତ୍ତି ଓ ସୁଖ ସମ୍ପଦ ପ୍ରାପ୍ତିହେବ । କର୍ମକ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବେ । କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ । ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କୁମ୍ଭ:-

ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ । ପରିବହନରେ ବିଶେଷ ଲାଭବାନ ହେବେ । ଅଫିସରେ ଲାଗି ରହିଥିବା ସମସ୍ୟା ଦୂର ହେବ । କଳେବଳେ କୌଶଳରେ ଅର୍ଥ ସଂଗ୍ରହ କରି ମଉଜ ମଜଲିସ୍ କରିବା ପାଇଁ ସମୟ ପାଇବେ । କ୍ରିଡା ପ୍ରତିଦ୍ଵନ୍ଦିତାରେ, ପ୍ରତିଯୋଗିତା ପରୀକ୍ଷା, ସାକ୍ଷାତ୍କାରରେ ଉତ୍ତୀର୍ଣ୍ଣ ହୋଇ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ନେଇ ପାରନ୍ତି । ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ମୀନ:-

ଶୁଭକାମ କରି ପ୍ରଶଂସିତ ହେବେ । ହାତକୁ ନେଇଥିବା କାର୍ଯ୍ୟଟି ପାଇଁ ପରିଶ୍ରମ କରିବାକୁ ପଡିବ । ସାହିତ୍ୟଚର୍ଚ୍ଚା ଓ ସଭାସମିତିରେ ସଫଳତା ମିଳିବ । ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ । ପଡାପଡୋଶୀ ବନ୍ଧୁ ମିତ୍ରଙ୍କ ବ୍ୟବହାରରେ ମନ ଆନନ୍ଦ ହୋଇପାରେ । ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । ରାଜନୀତିରେ ସଫଳତା ମିଳିବ । ଭଲ ଭାବରେ ଚିନ୍ତା କରି କାମରେ ଆଗେଇ ଚାଲନ୍ତୁ କୌଣସି ଅସୁବିଧା ହେବ ନାହିଁ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!