ଦୈନିକ ରାଶିଫଳ: 11 ଏପ୍ରିଲ 2022, ମହାଦେବଙ୍କ କୃପାରୁ ଏହି 4ଟି ରାଶିଙ୍କ ଜୀବନରେ ଆସିବ ବଡ ଖୁସି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା, ଏପ୍ରିଲ ମାସ ୧୧ତାରିଖ, ସୋମବାର, ମୀନ ମାସ ୨୮ ଦିନ, ଚୈତ୍ରମାସ, ଶୁକ୍ଳପକ୍ଷ, ଦଶମୀ ତିଥି, ପୁଷ୍ୟା ନକ୍ଷତ୍ର, ସକାଳ ୬ଟା ୫୦ମିନିଟ୍ ପରେ ଅଶ୍ଳେଷା ନକ୍ଷତ୍ର, କର୍କଟ ରାଶିରେ ଚନ୍ଦ୍ର । ଧୃତି ଯୋଗ ଦିବା ୧୨ଟା ୧୮ମିନିଟ୍ ପରେ ଶୂଳ ଯୋଗ । ତୈତିଳ କରଣ ଦିବା ୩ଟା ୫୮ ମିନିଟ୍ ପରେ ଗର କରଣ । ମିଥୁନ ରାଶିର ଘାତବାର । କଳମଶାଗ ନ ଖାଇଲେ ଭଲ । ଯୋଗିନୀ- ଉତ୍ତରେ ନିଶାନ୍ତ ୦୪ଟା ୩୦ମିନିଟ୍ ପରେ ଆଗ୍ନେୟେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ଦଶମୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଅଶୁଭସମୟ- ପ୍ରାତଃ ୭ଟା ୯ମିନିଟ୍ ରୁ ୮ଟା ୪୨ମିନିଟ୍, ଦିବା ୨ଟା ୫୪ମିନିଟ୍ ରୁ ୪ଟା ୨୭ମିନିଟ୍, ରାତ୍ରି ୧୦ଟା ୨୧ମିନିଟ୍ ରୁ ୧୧ଟା ୪୮ମିନିଟ୍ । ଶୁଭସମୟ- ସକାଳ ୫ଟା ୩୬ମିନିଟ୍ ରୁ ୭ଟା ୯ମିନିଟ୍, ଦିବା ୧୦ଟା ୩୪ମିନିଟ୍ ରୁ ଦିବା ୧ଟା ୨ମିନିଟ୍, ଦିବା ୪ଟା ୨୭ମିନିଟ୍ ରୁ ୫ଟା ୧୦ମିନିଟ୍, ସନ୍ଧ୍ୟା ୬ଟା ୪୬ମିନିଟ୍ ରୁ ରାତ୍ର ୯ଟା ୫ମିନିଟ୍, ରାତ୍ର ୧୧ଟା ୪୮ମିନିଟ୍ ରୁ ରାତ୍ର ୨ଟା ୩୦ମିନିଟ୍ । ପର୍ବଦିନ- ସର୍ବତ୍ର ବାସନ୍ତିକ ଦଶହରା ।

ମେଷ:-ସାମୟିକ ଚିନ୍ତା ଦୂରହେବ । କାର୍ଯ୍ୟ ସହଜ ସରଳରେ ସମାଧାନ ହେବ । ରାଜନୀତିରେ ପ୍ରସଂଶା, ବିଦ୍ୟାରେଉନ୍ନତି, ଖେଳରେ ବିଜୟୀ ହେବେ । ମିତ୍ର, ଭାଇ ଓ ବନ୍ଧୁମାନେ ସହଯୋଗ କରିବେ । କର୍ମରେ ମନସନ୍ତୁଷ୍ଟ ରହିବ । ଆୟର ମାର୍ଗ ପ୍ରଶସ୍ତ ହେବ । ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ । ଗୃହ, ବାହାନ କ୍ରୟ ଓ ବିକ୍ରୟ କରନ୍ତୁ ନାହିଁ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ବୃଷ:-ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ । ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳ ହେବ । ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ରୋଜଗାର ସମସ୍ୟା ସୁଧୁରି ଯିବ । କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବ । ପଢିବା, ପଢେଇବାରେ ସଫଳତା ମିଳିବ । ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳିବ । ପାରିବାରିକ କ୍ଷେତ୍ରରେ କିଛି ଅସୁବିଧା ଥିଲେ ସମାଧାନ କରିପାରିବେ । ଆୟର ସ୍ରୋତ ଖୋଲିଯିବ । ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।

ମିଥୁନ:-ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ଲେଖାପଢ଼ାରୁ, ସଭାସମିତିରୁ, ବନ୍ଧୁମିଳନରୁ ଶୁଭଫଳ ପାଇବେ । ଅନ୍ୟକୁ ନିଜ ସହ ତୁଳନା କରି ମାନସିକ ଶାନ୍ତି ଅନୁଭବ କରିବେ । ଦାମ୍ପତ୍ୟଜୀବନ ସୁଖମୟ ହେବ । କାର୍ଯ୍ୟରେ ସ୍ଥିରତା ବଢ଼ିବ । ପରିଶ୍ରମ ଦ୍ୱାରା ଲାଭ ପାଇବେ । କାର୍ଯ୍ୟ ମଧ୍ୟମ ଧରଣର ହୋଇ ସଫଳତା ମିଳିବ କିନ୍ତୁ ସନ୍ତୁଷ୍ଟ ହେବେ ନାହିଁ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-ପଦୋନ୍ନତି ସହ ନୂତନ କର୍ମପ୍ରାପ୍ତିର ସୁଯୋଗ ପାଇ ପାରନ୍ତି । ଦୂରଯାତ୍ରାର ସୁଯୋଗ ପାଇ ସଫଳ ହେବେ । ଆର୍ଥିକସ୍ଥିତି ମନ୍ଦ ହେବନାହିଁ, ଯାହାଦ୍ୱାରା କି ବହୁ ପରିମାଣରେ ଅଭିବୃଦ୍ଧିର ହାର ବଢ଼ିଯିବ । ବ୍ୟବସାୟୀ ମାନେ ନିଜର ପ୍ରାଧାନ୍ୟ ବିସ୍ତାର କରି ସମସ୍ୟାକୁ ସୁଧାରି ନେବେ । ପ୍ରତିଯୋଗିତା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟ ଲାଭ କରିବେ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

ସିଂହ:-ସହଯୋଗୀମାନେ ଉନ୍ନତିପାଇଁ ଚେଷ୍ଟା କରିବେ ଓ କର୍ମକ୍ଷେତ୍ରରେ ମାନ ସମ୍ମାନ ପ୍ରତିଷ୍ଠା ବୃଦ୍ଧି ହେବ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ଫଳରେ ରାଜନୀତିରେ ସମସ୍ୟା ଦୂର ହେବ । ଲଟେରୀ ଓ ଜୁଆଖେଳରୁ ନିବୃତ୍ତ ରହନ୍ତୁ ନଚେତ୍ କ୍ଷତିସହିବେ । ବହୁତ ଦିନରୁ ରଖିଥିବା ଧନ ଭିନ୍ନ ବାଟରେ ଖର୍ଚ୍ଚ ହୋଇ ଯାଇ ପାରେ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କନ୍ୟା:-ସମସ୍ୟା ସମାଧାନ କରି ଶାନ୍ତି ପାଇବେ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ଫଳରେ କର୍ମକ୍ଷେତ୍ର ସୁଦୃଢ଼ ହେବ ଓ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ । ବ୍ୟବସାୟୀ ମାନେ ବହୁତ ଦିନର ବାକିପଡିଥିବା ଅର୍ଥ ପାଇ ସମସ୍ୟାକୁ ସୁଧାରି ନେବେ ଓ ଆଶାତୀତ ଲାଭ ପାଇବେ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ । ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ । ପ୍ରତିକାର- ସବୁଜ ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

ତୁଳା:-ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ । ନୂତନ ସଂସ୍ଥାର ଆୟୋଜନ କରିବେ । କର୍ମକ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବ । ସମ୍ମାନ ବୃଦ୍ଧି ହେବାସହ ସୁନାମ ଅର୍ଜନ କରିବେ । ଦୀର୍ଘ ସମୟରୁ ପ୍ରତୀକ୍ଷା କରିଥିବା ଖବର ପାଇ ଖୁସି ହେବେ । ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦର ସମାଧାନ କରିବାକୁ ଚେଷ୍ଟା କରନ୍ତୁ । ପରିବାରରେ ସୁଖଶାନ୍ତି ଫେରି ଆସିବ । ପ୍ରତିକାର- ତିଳକଚନ୍ଦନ ଧାରଣ କରନ୍ତୁ ।

ବିଚ୍ଛା:-ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସିବ । ପାରିବାରିକ କ୍ଷେତ୍ରରେ କିଛି ଅସୁବିଧା ଥିଲେ ସମାଧାନ କରିପାରିବେ । ଆୟର ସ୍ରୋତ ଖୋଲିଯିବ । ପଦୋନ୍ନତି ସହ ନୂତନ କର୍ମପ୍ରାପ୍ତିର ସୁଯୋଗ ପାଇ ପାରନ୍ତି । ଦୂରଯାତ୍ରାର ସୁଯୋଗ ପାଇ ସଫଳ ହେବେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ବ୍ୟବସାୟ ବୃଦ୍ଧି କିମ୍ବା ନୂଆ ଯୋଜନା ଅନୁସାରେ କାର୍ଯ୍ୟ କରିବେ । ସ୍ଥଗିତ ଥିବା ଧନପ୍ରାପ୍ତ ହେବ । ପ୍ରତିକାର-ନାଲି ରୁମାଲ ଟିଏ ପାଖରେ ରଖନ୍ତୁ ।

ଧନୁ:-ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ବାଦବିବାଦ, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ବନ୍ଧୁ ମିତ୍ରଙ୍କର ସହଯୋଗ ପାଇବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ମକର:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ନୂତନ କର୍ମ ଓ ବ୍ୟବସାୟ ପାଇଁ ଚେଷ୍ଟିତ ହେବେ । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବା ଫଳରେ ମନ ଭଲ ରହିବ । ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବାର ପ୍ରଯତ୍ନ କରିବେ । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ପ୍ରଶଂସିତ ହେବେ । ଅବିବାହିତ ଯୁବକ ଯୁବତୀ ମାନଙ୍କର ବିବାହ ପାଇଁ ସାଙ୍ଗସାଥିମାନେ ସାହାଯ୍ୟ କରିବେ । ବିଦ୍ୟା ଓ ଖେଳରେ ଉନ୍ନତି ହେବ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

କୁମ୍ଭ:-ଶୁଭ ସମାଚାର ମିଳିବ ଓ ନିଜଲୋକ ସାହାଯ୍ୟ କରିବେ । ପ୍ରଶାସନିକ ସ୍ତରରେ ପରିଚାଳନା ଦାୟିତ୍ୱ ବୃଦ୍ଧି ପାଇବ । ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ । ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ । ଶତୃମାନେ ପରାଜିତ ହେବେ । ସେୟାର ମାର୍କେଟ, ଲଟେରୀ, ଜୁଆ ଆଦିରେ ଅର୍ଥ ଖଟେଇଲେ ବିଶେଷ ଲାଭବାନ୍ ହେବେ । ଧନଲାଭ ହେବାଦ୍ୱାରା ସମସ୍ତକାର୍ଯ୍ୟ ପୂର୍ଣ୍ଣ ହେବ । କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ରେ କୃତକାର୍ଯ୍ୟ ହେବେ । ପ୍ରତିକାର- ନୀଳ ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

ମୀନ:-ବିରୋଧିମାନେ ଦୂରେଇ ଯିବା ଫଳରେ ପ୍ରାୟକାର୍ଯ୍ୟ ପୂରଣ ହେବ । ଦୂରଯାତ୍ରାରେ ପ୍ରିୟଜନଙ୍କ ସହ ମିଳନ ହେବ ଓ ଲାଭପାଇବେ । ଅଟକିଥିବା କାର୍ଯ୍ୟ ଚାଲୁ କରିପାରିବେ । ବିଦ୍ୟାରେ ଉନ୍ନତି ହୋଇ ଆଶାଜନକ ଫଳ ପ୍ରାପ୍ତିହେବ । ବ୍ୟବସାୟିକ କ୍ଷେତ୍ରରେ ଉନ୍ନତିହେବ । ଧାତୁ ବା ଅଳଙ୍କାରାଦି କ୍ରୟ କରିବେ । ମନୋବିଜ୍ଞାନ ସମ୍ବନ୍ଧରେ ବିଶେଷ ରୁଚି ରହିବ । କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!