ଦୈନିକ ରାଶିଫଳ: 11 ଏପ୍ରିଲ 2023, ମଙ୍ଗଳବାର, ମା’ ମଙ୍ଗଳାଙ୍କ କୃପା ରହିବ ଏହି 5ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ରାଜନୀତି କ୍ଷେତ୍ରରେ ଅତ୍ୟନ୍ତ ଶୁଭଫଳ ପ୍ରାପ୍ତି ହେବ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତିଶୃଙ୍ଖଳା ବଜାୟ ରଖି ପାରିବେ। ଜ୍ଞାନ-ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ଭାଇଙ୍କ ଦ୍ୱାରା ସମସ୍ୟା ସୃଷ୍ଟି ହୋଇପାରେ। ଟଙ୍କାପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ନୂତନ କାର୍ଯ୍ୟଆରମ୍ଭ କରିଲେ ପ୍ରଚୁର ଅର୍ଥ ଲାଭହେବ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ଛାତ୍ର ଛାତ୍ରୀମାନେ ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ପରିବାରରେ ପାରସ୍ପରିକ ସମନ୍ୱୟ ବୃଦ୍ଧି ହେବ ଓ ପାରିବାରିକ ସୁଖ ପ୍ରାପ୍ତି ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ମିଥୁନ:-ହାତ ପାହାନ୍ତାରେ ଥିବା ସୁଯୋଗ ଆପେ ଆପେ ଆସିଯିବ। ଜାଗା ଜମିପାଇଁ ଯୋଗାଯୋଗ କରିଥିବା କ୍ଷେତ୍ରରୁ ଡାକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ପରୋକ୍ଷ ଶତୃଙ୍କୁ ପ୍ରତିହତ କରି ବହୁତ ଦିନରୁ ବାକି ରହିଥିବା ଟଙ୍କା ମିଳିଯିବା ଫଳରେ ଆଶା କରିଥିବା କାମଟି ସମ୍ପନ୍ନ କରି ପାରିବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

କର୍କଟ:-ସାଧାରଣ ଭାବରେ ଜୀବନଚର୍ଯ୍ୟା କରି ଚାଲିବେ। ସମସ୍ତ ଦୁଃଶ୍ଚିନ୍ତା ଦୂର ହେବ। ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ବରିଷ୍ଠ ଅଧିକାରୀଙ୍କ ସହ ଦୂର ଯାତ୍ରା କରିବାକୁ ପଡ଼ିପାରେ। କର୍ମସଂଧାନୀ ମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳତା ପାଇବେ। ବ୍ୟବସାୟରେ ସଫଳତା ଅର୍ଜନ ତଥା ଋଣମୁକ୍ତି ହେବା ପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ। ବନ୍ଧୁବାନ୍ଧବଙ୍କ ଦିଗରୁ ହସଖୁଶିର ବାତାବରଣ ସୃଷ୍ଟି ହେବ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ସିଂହ:-ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ପ୍ରତିଯୋଗିତା ପରୀକ୍ଷାରେ ସମ୍ମାନ ଲାଭ କରିବେ। ବୃତ୍ତିଗତ ଦୃଷ୍ଟିରୁ ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ବ୍ୟବସାୟ କ୍ଷେତ୍ରରୁ ମନ ମୁତାବକ ଲାଭ ପାଇ ପାରିବେ। ପାରିବାରିକ ସ୍ଥିତି ସୁଧିରିଯିବା ଫଳରେ ଆର୍ଥିକ ଉନ୍ନତି ଦେଖାଦେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ। ଶରୀର ସୁସ୍ଥ ରହିବା ସହ ଆର୍ଥିକ ସ୍ଥିତିରେ ବୃଦ୍ଧି ହେବ। କର୍ମକ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ଦେଇ ପ୍ରଶଂସିତ ହେବେ। ବ୍ୟବସାୟ ବିସ୍ତାର କଲେ ଆଶାତିତ ଲାଭବାନ୍ ହେବେ। ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ। ଦୂରଯାତ୍ରାର ସୁଯୋଗ ପାଇବେ ଓ ଆତ୍ମବିଶ୍ଵାସ ବୃଦ୍ଧି ପାଇବ। ଅଫିସରେ ଲାଗିରହିଥିବା ଟେନସନ୍ ଦୂର ହୋଇ ସୁସମ୍ବାଦ ପ୍ରାପ୍ତି ହେବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ତୁଳା:-ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। ବିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ। ପୁରୁଣା ବନ୍ଧୁଙ୍କ ସହିତ ସାକ୍ଷାତ ହେବ। ବନ୍ଧୁବାନ୍ଧବଙ୍କ ଦିଗରୁ ସ୍ଵାର୍ଥ ପ୍ରବଣତାର ଅଭିବୃଦ୍ଧି ଘଟିବ। ଆୟ ଅପରିବର୍ତ୍ତିତ ରହିବ। ଶ୍ୱଶୁର ଘର ପକ୍ଷରୁ ସମର୍ଥନ ପାଇବେ। କର୍ମକ୍ଷେତ୍ରରେ କଠିନ ପରିଶ୍ରମ କରିବାକୁ ପଡିବ। ଦୃଢ଼ ଆତ୍ମବିଶ୍ୱାସ ଦ୍ୱାରା ସମସ୍ତବାଧା ବିଘ୍ନକୁ ଅତିକ୍ରମକରି ଆଗକୁ ବଢ଼ିବାର ଯୋଜନା ସଫଳ ହେବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ବିଚ୍ଛା:-କର୍ମକ୍ଷେତ୍ରରେ ଯୋଗାଯୋଗ କଲେ ଆଶା କରୁଥିବା ସ୍ଥାନକୁ ସ୍ଥାନାନ୍ତରଣ ହୋଇ ପାରିବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଅତ୍ୟଧିକ ଲାଭହେବା ସହ ଆର୍ଥିକ କ୍ଷେତ୍ରରେ ଉନ୍ନତିହେବ। ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ, ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ। କଳା ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ। ପ୍ରତିଯୋଗିତା ପରୀକ୍ଷାରେ କୃତକାର୍ଯ୍ୟ ହେବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ଧନୁ:-ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ନିକଟ ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ। ଅଧ୍ୟୟନ ଓ ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢିବ। ପ୍ରତିଯୋଗୀ ପରୀକ୍ଷା ଅଥବା ବିଭାଗୀୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ପାରନ୍ତି। ପାରିବାରିକ ସମସ୍ୟା ସହଜ ସରଳରେ ସମାଧାନ ହୋଇଯିବା ଫଳରେ ମନ ଶାନ୍ତିହେବ। ପ୍ରତିକାର:- କଦଳୀଗଛ ମୂଳରେ ହଳଦୀପାଣି ଢାଳନ୍ତୁ।

ମକର:-ପାରିବାରିକ କ୍ଷେତ୍ରରେ ମାନସିକ ଶାନ୍ତି ମିଳିବ। ବିଦ୍ୟାରେ ଉନ୍ନତି କରିବେ। ରାଜନୀତି କ୍ଷେତ୍ରରେ ସ୍ୱାର୍ଥରକ୍ଷା କରିବା ପାଇଁ କଠିନ ପରିଶ୍ରମ କରିବେ। ସାମାଜିକସ୍ଥିତି, ମାନସମ୍ମାନ ଓ ଆତ୍ମବିଶ୍ୱାସ ବୃଦ୍ଧିପାଇବ। କୌଣସି ନୂତନ ବ୍ୟବସାୟ ଆରମ୍ଭ କରନ୍ତୁ ନାହିଁ, ନଚେତ୍‌ ଅସୁବିଧାରେ ପଡିପାରନ୍ତି। ସହକର୍ମୀ କେହି ଇର୍ଷାତୁର ହେଲେବି କ୍ଷତିକାରୀ ହେବେନାହିଁ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ। ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟା ଓ ଆତ୍ମୀୟ ଶତ୍ରୁତା ସମସ୍ୟାର ସମାଧାନ ହୋଇଯିବ। ପରିବାରରେ ମାନ ମନାନ୍ତର ଦୂର ହେବ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ବୃଦ୍ଧି ପାଇବ। ବ୍ୟବସାୟ ଦିଗରୁ ପ୍ରାୟତଃ ଅନୁକୂଳ ରହିବା ଫଳରେ ଆଶାତୀତ ଲାଭ ପାଇବାର ରାସ୍ତା ପରିସ୍କାର ହୋଇଯିବ। ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁ ନୂତନ ବ୍ୟବସାୟର ଯୋଜନା କରି ପାରନ୍ତି। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ମୀନ:-ଭାଇ, ବନ୍ଧୁ, ମିତ୍ର ଓ ସହକର୍ମୀ ମାନଙ୍କ ସହିତ ମତଭେଦ ସମାପ୍ତ ହେବ। ଛାତ୍ର ଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ। ସାଧୁ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ବ୍ୟବସାୟ କ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!