ଦୈନିକ ରାଶିଫଳ: ୧୧ ଅଗଷ୍ଟ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୧୧ ଅଗଷ୍ଟ ୨୦୧୮

ମେଷ:-

ରାଜନୀତି କ୍ଷେତ୍ରରେ ସଂଗଠନ, ସଭାସମିତିରେ ଯୋଗଦେଲେ ଲୋକ ସମ୍ପର୍କ ବଢ଼ିବ। ଆଧ୍ୟାତ୍ମିକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ। ବନ୍ଧୁଙ୍କ ସମସ୍ୟା ସମାଧାନ କରିବା ପାଇଁ ଚିନ୍ତା କରିବେ। ଆର୍ଥିକସ୍ଥିତି ପୂର୍ବପରି ଠିକ୍ ରହିବ। ବନ୍ଧୁ ମିଳନରେ ମହିଳାମାନଙ୍କ ମନ ପ୍ରଫୁ୍ଲ୍ଲ ରହିବ। ରବିଫସଲ, ପନିପରିବା ଚାଷି ଓ ବ୍ୟବସାୟୀମାନେ ଆଶାତୀତ ଲାଭପାଇ ଖୁସିହେବେ। ଯୁବକ ଯୁବତୀମାନଙ୍କର ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ ହେବା ଫଳରେ ମାନସମ୍ମାନ ଓ ଯଶକ୍ଷାତି ପାଇବେ। ଆମଦାନୀ, ରପ୍ତାନି ବ୍ୟବସାୟ କ୍ଷେତ୍ରରେ ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ବିଦ୍ୟାକ୍ଷେତ୍ରରେ ପଢା ପଢିରେ ମନଯୋଗ ଦେବେ। ପ୍ରତିକାର- ଗ୍ରାମ୍ୟ ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଅପେକ୍ଷା କରିଥିବା କାର୍ଯ୍ୟଟି ପୂରଣ କରିବାପାଇଁ ଚେଷ୍ଟିତ ହେବେ। ବନ୍ଧୁମାନଙ୍କ ସାହାଯ୍ୟ ପାଇ ପାରିବାରିକ ତିକ୍ତତାର ସମାପ୍ତି ହେବ । ମହିଳାମାନେ ଆନୁଷ୍ଠାନିକ ବା ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରି ବିଭିନ୍ନ ଦିଗରୁ ଲାଭବାନ୍ ହେବେ। ପନିପରିବାଚାଷି ଓ ବ୍ୟବସାୟୀମାନେ ସଜାଗ ନରହିଲେ କ୍ଷତି ସହିବେ। ରାଜନୀତିରେ ପାଇବାକୁ ଥିବା ଅର୍ଥ କିମ୍ବା କୌଣସି ଜିନିଷପତ୍ର ପାଇବାରେ କଳହର ସମ୍ମୁଖୀନ ହୋଇପାରନ୍ତି । ଅଫିସରେ କିମ୍ବା କର୍ମକ୍ଷେତ୍ରରେ ବହୁତ କାମ ହାତକୁ ନେଇ ସଫଳତା ପାଇବେ। ବିଦ୍ୟାକ୍ଷେତ୍ରରେ ପ୍ରତିଯୋଗିତାରେ ବିଜୟୀ ହେବେ ଓ ଯଶପ୍ରାପ୍ତି ହେବ। ଅତୀତର କୌଣସି ବିବାଦୀୟ ଘଟଣା ଜଟିଳ ଆଡକୁ ଗତିକରିବ । ପ୍ରତିକାର- ହରିଡା ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମିଥୁନ:-

କର୍ମକ୍ଷେତ୍ରରେ ଅପେକ୍ଷା କରିଥିବା କାମରେ ଶୁଭ ସୂଚନା ପାଇବେ । ରାଜନୈତିକ ମାନଙ୍କର କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର, ଶିଳ୍ପ, ବାଣିଜ୍ୟ ଓ ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ମହିଳାମାନେ ନିଜର ଇଚ୍ଛା ବିରୋଧରେ କୌଣସି କାର୍ଯ୍ୟ କରିବା ଅନୁଚିତ୍ । ବିଦ୍ୟାର୍ଥୀମାନେ ପ୍ରତିଯୋଗିତା ପରୀକ୍ଷାରେ ଆଶାତୀତ ନମ୍ବର ରଖି ପ୍ରଶଂସିତ ହେବେ । କୌଣସି ଗୁରୁତ୍ୱପୂର୍ଣ୍ଣ କର୍ମ ନେଇ ଆର୍ଥିକ ଅନାଟନ ମଧ୍ୟରେ ନିଜକୁ ଅଣନିଃଶ୍ୱାସୀ ମନେ କରିବେ ତେଣୁ ଧାରକରଜ କରିବାକୁ ବାଧ୍ୟହେବେ। କୋର୍ଟ କଚେରି ମାମଲାର ଶୁଣାଣି ଆଗକୁ ଯିବାରୁ ବ୍ୟସ୍ତତା ବଢ଼ିଯିବ । ସାମ୍ବାଦିକତାରେ ପ୍ରଂଶସିତ ହେବେ। ଅଯଥା ଭ୍ରମଣ କରିବା ଫଳରେ ଅଯଥା ଖର୍ଚ୍ଚ ମଧ୍ୟ କରିବାକୁ ପଡ଼ିବ। ପ୍ରତିକାର- ଘରୁ ବହାରରିବା ସମୟରେ ମୁହଁ ମିଠା କରି ବାହାରନ୍ତୁ।

<<Vastu>>> | <<< Jataka Bichara >>>

କର୍କଟ-

ଆଶା କରିଥିବା କାର୍ଯ୍ୟଟି ପୂରଣ ହେବ। ପରିବାରରେ କଳହ ସୃଷ୍ଟି ହେବାର ସମ୍ଭାବନାଅଛି। ଧାର୍ମିକ କାର୍ଯ୍ୟପ୍ରତି ମନ ବଳାଇବେ। ତରବରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡ଼କୁ ନଜରଦେଇ କାମକରିବା ଉଚିତ୍। ମହିଳାମାନେ ଅନ୍ୟମାନଙ୍କ କାମରେ ମନଦେଇ ନିଜକାମକୁ ଅବହେଳା କରିବେ। ବ୍ୟବସାୟରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ସହ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ବିଦ୍ୟାକ୍ଷେତ୍ରରେ ସ୍ୱନାମ ଅର୍ଜନ କରି ଦୂରଯାତ୍ରାର ସୁଯୋଗ ପାଇବେ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ଆର୍ଥିକ କ୍ଷେତ୍ରରେ ଉନ୍ନତିହେବ। ପ୍ରତିକୁଳ ପରିସ୍ଥିତି ଦୂରେଇଯିବ ଓ ଅଧିକାରୀ ଖୁସିହେବେ। ସନ୍ତାନସୁଖ ମିଳିବ । ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ସିଂହ:-

ପ୍ରତ୍ୟେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ଼ ରହିବ । କର୍ମକ୍ଷେତ୍ରରେ କୌଣସି ଅସୁବିଧା ହେବନାହିଁ। ଆଇନ ଅଦାଲତ ମାଲିମୋକଦ୍ଦମା, ବାଦ-ବିବାଦ ଯୋଗୁଁ ଚିନ୍ତିତ ରହିବେ। ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ। ସାହିତ୍ୟ, ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ରାଜନୀତିକ୍ଷେତ୍ରରେ ସାମାଜିକ ସ୍ତରରେ ନିଜର ଉପସ୍ଥିତି ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ହାସଲ କରିବେ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ ଓ ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରିବେ। ମହିଳାମାନେ ସମ୍ମାନ ପାଇବେ ଓ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ବିଦ୍ୟାକ୍ଷେତ୍ରରେ ପ୍ରଶଂସିତ ହେବେ । ବାଣିଜ୍ୟ କ୍ଷେତ୍ରରେ ପ୍ରତିଦ୍ଵନ୍ଦିତାରେ ଉନ୍ନତମାନର ଫଳପାଇବେ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ ।

କନ୍ୟା:-

କାର୍ଯ୍ୟଗୁଡ଼ିକ ସହଜ ସରଳରେ ସମ୍ପାଦନ ହୋଇ ଲାଭଦାୟକ ହେବ। ଦୂରଯାତ୍ରାରେ ସଫଳତା ମିଳିବ । ଆକସ୍ମିକ ଧନଲାଭ ହେବ । ପଡ଼ୋଶୀମାନେ ସ୍ୱାର୍ଥ ହାସଲ ପାଇଁ ବାକ୍ଚାତୁରୀ କଥା କହି କାର୍ଯ୍ୟ ହାସଲ କରିବେ । ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ବିଶେଷସମୟ ଦେବାକୁ ପଡ଼ିବ । ଶିଳ୍ପ, ବାଣିଜ୍ୟ ଓ ପରିବହନ ବ୍ୟବସାୟରେ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ମହିଳାମାନେ ଅଯଥା ଭ୍ରମଣ କରିବା ଫଳରେ ଠକାମୀ ଭଣ୍ଡାମୀର ଶୀକାର ହେବେ। ବିଦ୍ୟାକ୍ଷେତ୍ରରେ ବିଭିନ୍ନ ପ୍ରକାର ସମସ୍ୟା ଭିତରେ ଅନ୍ୟମନସ୍କ ରହିବେ। ଅନ୍ୟମନସ୍କତା କିମ୍ବା ବିସ୍ମରଣ ଯୋଗୁ କୌଣସି ଜିନିଷ ହରେଇ ବସିବେ। ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ପାଇବ। ପ୍ରତିକାର:-ମାଂସଭୋଜନ,ମାଦକଦ୍ରବ୍ୟ ସେବନରୁ ଦୂରେଇ ରୁହନ୍ତୁ।

ତୁଳା:-

ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ । ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହେବ । ବ୍ୟବହାରିକ ଜ୍ଞାନ କୌଶଳ ପ୍ରୟୋଗ କରି ଲାଭବାନ୍ ହେବେ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଙ୍ଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭପାଇବେ। ପନିପରିବାରେ ଚାଷି ଓ ବ୍ୟବସାୟୀମାନେ ପ୍ରଚୁର ଲାଭପାଇବେ । ରାଜନୀତିରେ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ ଓ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ ପ୍ରଶଂସିତ ହେବେ । ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ଏବଂ ବୁଦ୍ଧିଜୀବୀ ମାନଙ୍କ ସାନ୍ନିଧ୍ୟରେ ଆସିବେ। ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସହଜରେ ସମାଧାନ କରିପାରିବେ। ପାରିବାରିକସ୍ତର ହସ ଖୁସିରେ କଟିବ। ପ୍ରତିକାର:-ଗାଈକୁ ରୁଟି ଖାଇବାକୁ ଦିଅନ୍ତୁ  ।

ବିଛା:-

ମିତ୍ରମାନଙ୍କଦ୍ୱାରା ଅନେକକାର୍ଯ୍ୟରେ ଲାଭପାଇବେ । କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ଶୁଣି ଅନ୍ୟ ଉପରେ ବିରକ୍ତ ହେବେ । ବନ୍ଧୁଙ୍କ ସାହାଯ୍ୟ କ୍ରମେ ମାଲିମୋକଦ୍ଦମାରେ ବିଜୟୀ ହେବେ । ସହକର୍ମୀଙ୍କ ବ୍ୟାପାରରେ ମୁଣ୍ଡ ପୂରାଇଲେ ନିଜେ ଅସୁବିଧାରେ ପଡ଼ିବେ । ମହିଳାମାନଙ୍କ ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ ଓ ମାନସିକସ୍ଥିତି ଭଲ ରହିବ । ବିଦ୍ୟାରେ ପ୍ରଶଂସା ପାଇବେ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବନାହିଁ। କର୍ମକ୍ଷେତ୍ରରେ ଅନ୍ୟମାନଙ୍କ କଥାକୁ ଠିକ୍ ଭାବେ ବୁଝିପାରିବେ ନାହିଁ। ଛୋଟ ଛୋଟ କାମକୁ ବୁଝିବିଚାରି ନକଲେ ଦ୍ଵନ୍ଦରେ ପଡିବେ। ଆର୍ଥିକ ଦିଗରୁ ସୁବିଧା ହେଲେ ମଧ୍ୟ ପୈତୃକ ସମ୍ପତ୍ତି ନେଇ ପାରିବାରିକ ଦ୍ୱନ୍ଦ୍ୱ ଦେଖାଦେବ। ପ୍ରତିକାର- ଅସହାୟକୁ ଖାଦ୍ୟ ଦିଅନ୍ତୁ।

ଧନୁ:-

କେତେକ ସାଧାରଣ ଘଟଣାକୁ କେନ୍ଦ୍ରକରି ପରିବାରରେ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ତରବରିଆ ଭାବରେ କୌଣସି କାମ ନକରି ପ୍ରତ୍ୟେକ ପରିସ୍ଥିକୁ ଆଖିଆଗରେ ରଖି କାମ କରିବା ଭଲ ହେବ । ନୂତନ ପ୍ରସ୍ତାବ ଦେଇ ବନ୍ଧୁ ଗହଣରେ ଚର୍ଚ୍ଚିତ ହୋଇପାରନ୍ତି । ଅନ୍ୟାନ୍ୟ ଦିଗରୁ ସବୁଭଲ ଥିଲେ ମଧ୍ୟ ଆର୍ଥିକ ଅନାଟନ କାର୍ଯ୍ୟକ୍ଷେତ୍ରରେ ଅନ୍ତରାୟ ସୃଷ୍ଟି କରିବ । ପୂର୍ବରୁ ଭଲ ସମ୍ପର୍କ ଥିବା ବ୍ୟକ୍ତିମାନେ ଆପଣଙ୍କ ଉନ୍ନତିରେ ଈର୍ଷାପରାୟଣ ହୋଇ ବିଭିନ୍ନ ପ୍ରକାରର ସମସ୍ୟା ସୃଷ୍ଟି କରିପାରନ୍ତି। କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ବାଧ୍ୟ ହେବେ। ନିଜ ଚେଷ୍ଟାରେ ବହୁତ କଷ୍ଟ କଲେ ବାକିଥିବା ଅର୍ଥ ପାଇବେ। ମନ ଉତ୍ତେଜିତ ଫଳରେ ମାନସିକ ଏକାଗ୍ରତା ଭଙ୍ଗହେବ। ପ୍ରତିକାର- ଚଣାଡାଲି ମନ୍ଦିରରେ ଦାନ କରନ୍ତୁ।

ଆହୁରି ପଢନ୍ତୁ: ସବୁ ସମସ୍ୟା ହୋଇପାରିବ ଦୂର। କରନ୍ତୁ ଲେମ୍ବୁର ଏହି ୧୦ଟି ଚମତ୍କାରୀ ଉପାୟ!

ମକର:-

ସହକର୍ମୀ ଓ ଅଧସ୍ତନ କର୍ମଚାରୀଙ୍କ ସହ ସମ୍ପର୍କ ଭଲ ରହିବ । ଶୁଭ ସମାଚାର ପାଇ ଖୁସି ହେବେ। ବାଦ-ବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। ପଦନ୍ନୋତି, ସ୍ଥାନପରିବର୍ତ୍ତନ, ବିନା ପରିଶ୍ରମରେ ଧନପ୍ରାପ୍ତି ହେବ। ଅନ୍ୟର ଉପକାର କରି ପ୍ରଶଂସିତ ହେବେ। ଶତୃମାନେ  ପରାଜିତ ହୋଇ ମିତ୍ରଭାବ ଆଚରଣ କରିବେ। ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ । ବିବାଦୀୟ ପରିସ୍ଥିତି ସମାଧାନ ଓ ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ।  ପାରିବାରିକ କ୍ଷେତ୍ରରେ ଭୂଲ ବୁଝାମଣା କଟି ଯାଇ ଶାନ୍ତି ବାତାବରଣ ସୃଷ୍ଟି ହେବ ଓ ଦାମ୍ପତ୍ୟ ସୁଖପ୍ରାପ୍ତି ହେବ। ବ୍ୟବସାୟରେ ଅତ୍ୟଧିକ ପରିଶ୍ରମ କରି କ୍ଷତି ସହିବେ। ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ। ପ୍ରତିକାର- ଗ୍ରାମ୍ୟ ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

କୁମ୍ଭ:-

ନୂତନ ଯୋଜନା ପ୍ରସ୍ତୁତ କରି ବ୍ୟବସାୟର ପ୍ରସାର ପ୍ରଚାର ଫଳରେ ଆଶାତୀତ ଆୟ ବୃଦ୍ଧି ପାଇବ। ନୂତନ କର୍ମପ୍ରାପ୍ତିର ସୁଯୋଗ ପାଇବେ। କର୍ମ କ୍ଷେତ୍ରରେ ନୂତନ ଦାୟିତ୍ୱ ନେଇ ଧାଁ ଦଉଡ଼ କରିବାକୁ ପଡ଼ିବ। ପରିବାରରେ ସୁସ୍ଥ ବାତାବରଣ ଜାରି  ରହିବ । ସହକର୍ମୀମାନେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ଦୂରଯାତ୍ରାର ସୁଯୋଗ ପାଇବେ। ଜାଗା, ଜମି, ଗୃହପୋକରଣ କ୍ରୟ କରିବେ। ଆୟ ଉପାର୍ଜନର ବୃଦ୍ଧି ହେବ। ବାଦ-ବିବାଦ,ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। ଧୈର୍ଯ୍ୟ  ଓ ସହନଶୀଳତା ଯୋଗେ ଯଶ ମିଳିବ। ସାମାଜିକ ପତିଆରା ଅମଳିନ ରହିବ। ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

ମୀନ:-

ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ମହିଳାମାନଙ୍କର ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବ ଓ ଆଶାତୀତ ଲାଭ ପାଇବେ । ଆଲୋଚନା କ୍ଷେତ୍ରରେ ଠିକ୍ ନିସ୍ପତି ନେବେ। କଳେବଳେ କୌଶଳରେ ଅର୍ଥ ସଂଗ୍ରହ କରି ସଫଳତା ପାଇବେ। ବ୍ୟବସାୟ କ୍ଷେତ୍ରରେ ପ୍ରତିଦ୍ୱନ୍ଦିତା ସୃଷ୍ଟି ହେବ। ବେପରୁଆ କାର୍ଯ୍ୟକଳାପ ଯୋଗୁ ଉଚ୍ଚବର୍ଗଙ୍କ ଠାରୁ ସମାଲୋଚିତ ହେବେ। ଅନ୍ୟର ଉପକାର କରି ନିଜେ କ୍ଷତିରେ ପଡିବେ। ବନ୍ଧୁଙ୍କ ଡାକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ। ପାରିବାରିକ ପରିସ୍ଥିତି ଠିକ୍ ରହିବନାହିଁ। ସନ୍ତାନ ସନ୍ତତି  ପୀଡ଼ିତ ହେବାରୁ  ମାନସିକ ଚିନ୍ତା ବୃଦ୍ଧି ପାଇବ। ପ୍ରତିକାର- ରୁଟି କୁକୁରକୁ ଖାଇବାକୁ ଦେବେ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!