ଦୈନିକ ରାଶିଫଳ: ୧୧ ଅଗଷ୍ଟ ୨୦୨୦, ମା’ ମଙ୍ଗଳାଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଧନ ସମ୍ବନ୍ଧିତ ସମସ୍ଯାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଅଗଷ୍ଟ ମାସ ୧୧ ତାରିଖ, ମଙ୍ଗଳବାର, କର୍କଟ ମାସ ୨୭ ଦିନ, ଭାଦ୍ରବମାସ, କୃଷ୍ଣପକ୍ଷ, ସପ୍ତମୀତିଥି, ଦ୍ଵିଜାନକ୍ଷତ୍ର, ମେଷ ରାଶିରେ ଚନ୍ଦ୍ର। ମକର ରାଶିର ଘାତବାର। ମେଷ ରାଶିର ଘାତଚନ୍ଦ୍ର। ନଡିଆ, ଆମିଷ ନ ଖାଇଲେ ଭଲ। ଶୁଭସମୟ- ସକାଳ ୮ଟା ୪୧ମିନିଟ୍ ରୁ ୧୦ଟା ୩୪ମିନିଟ୍, ଦିବା ୧ଟା ୯ମିନିଟ୍ ରୁ ୧ଟା ୨୬ମିନିଟ୍, ଦିବା ୩ଟା ୪୨ମିନିଟ୍ ରୁ ୫ଟା ୨୨ମିନିଟ୍, ସନ୍ଧ୍ୟା ୬ଟା ୧୪ମିନିଟ୍ ରୁ ୬ଟା ୫୮ମିନିଟ୍, ରାତ୍ର ୯ଟା ୧୫ମିନିଟ୍ ରୁ ୧୧ଟା ୨୮ମିନିଟ୍। ପର୍ବଦିନ- ସ୍ମାର୍ତ୍ତ ସମ୍ମତ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

କର୍ମଚାରୀମାନେ ଭାରସାମ୍ୟ ରକ୍ଷାକରି, ନିମ୍ନବର୍ଗଙ୍କ ଯୋଗେ ଗଠନ ମୂଳକ ଯୋଜନା ପ୍ରସ୍ତୁତ କରି, ଆଗେଇ ଯିବାର ରାସ୍ତା ଖୋଲି ପାରିବେ। ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତା କରିବେ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ବ୍ୟବସାୟ କ୍ଷେତ୍ରରେ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଆଶା ମୁତାବକ ଲାଭବାନ ହେବେ। ଭାଇ ଭଉଣୀ ବନ୍ଧୁବାନ୍ଧବଙ୍କ ଉତ୍ତମ ସମ୍ପର୍କ ରହିବା ଫଳରେ ବେଶ୍ ଆନନ୍ଦ ପାଇବେ। ରାଜନୀତିରେ ଉଚ୍ଚ ସମ୍ଭାବନାର ଆଶା ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ପ୍ରତିକାର-ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ।

ବୃଷ:-

ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। କୌଣସି ପ୍ରକାରେ ଉଚ୍ଚମାନ୍ୟତା ରକ୍ଷା କରି ଆର୍ଥିକ ସ୍ଥିତିକୁ ସୁଦୃଢ କରି ପାରିବେ। କଠିନ ପରିଶ୍ରମ କରିବା ଫଳରେ ଉପରିସ୍ଥ କର୍ମଚାରୀ ମାନଙ୍କ ପ୍ରିୟଭାଜନ ହୋଇ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ଶିକ୍ଷା କ୍ଷେତ୍ରରେ ସଫଳ ହୋଇ ଉଚ୍ଚଶିକ୍ଷା ଅଧ୍ୟୟନ ପାଇଁ ପ୍ରସ୍ତୁତ ହେବେ। ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ। ପାରିବାରିକ ଜୀବନ ଆନନ୍ଦରେ କଟିବ। ମିଥ୍ୟା ଅପବାଦରେ ନିନ୍ଦିତ ହୋଇ ପାରନ୍ତି। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-

ସନ୍ତାନ ପକ୍ଷର ଚିନ୍ତା ଦୂର ହୋଇଯିବ। ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ। କର୍ମକ୍ଷେତ୍ରରେ ଜଟିଳ ପରିସ୍ଥିତି ଥିଲେ ସରଳ ହୋଇ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବା ସହ ଲୋକ ସମ୍ପର୍କ ବୃଦ୍ଧି ହେବ। ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ। କେତେକ କ୍ଷେତ୍ରରେ ଉନ୍ନତିର ରାସ୍ତା ପରିଷ୍କାର ହୋଇ ଆୟ ବୃଦ୍ଧି ହେବ। ଛାତ୍ରଛତ୍ରୀମାନେ କଠିନ ପରିଶ୍ରମ କରିବା ସହିତ ପଢ଼ା ପଢ଼ିରେ ମନଯୋଗ ଦେବେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-

ସାମାଜିକ ପତିଆରା ଅମଳିନ ରହିବ। କର୍ମ କ୍ଷେତ୍ରରେ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନଲାଭ ହେବା ସହ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ପେଶା, ବ୍ୟବସାୟ, ଭାଗୀଦାରୀ ଓ ବନ୍ଧୁମିତ୍ରଙ୍କଦ୍ଵାରା ଲାଭବାନ ହେବେ। ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ଦ୍ୟ ପୂର୍ଣ୍ଣ ସଂପର୍କ ରହିବ। ବନ୍ଧୁ, ମିତ୍ରଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ। ଅଧିକ ପରିଶ୍ରମ କରି ଅତ୍ୟଧିକ ଲାଭ ପାଇବେ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ। ରାଜନୈତିକ କ୍ଷେତ୍ରରେ ବିଜୟୀ ହେବେ। ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ସିଂହ:-

ଜନସେବା ଦ୍ଵାରା ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇ ଯିବ। କର୍ମାନୁଯାୟୀ ଫଳପ୍ରାପ୍ତି ହେତୁ କର୍ତ୍ତବ୍ୟ ପରାୟଣତା ରକ୍ଷା କରି ପାରିବେ। ରାଜନୀତି କ୍ଷେତ୍ରରେ ସଫଳତା ମିଳିବ। ବ୍ୟବସାୟ ପାଇଁ ନିକଟସ୍ଥ ସ୍ଥାନମାନଙ୍କରେ ଯୋଗାଯୋଗ କରି ବେଶ୍ ଆନନ୍ଦ ଅନୁଭବ କରିବେ। ଅଫିସ୍ କାମରେ ପରିଚାଳନାଗତ ସମସ୍ୟା ଦେଖାଦେଇ ପାରେ। ପରକଥାରେ ପଡି ପରିବାରରେ କଳହ ସୃଷ୍ଟି ହୋଇ ପାରେ। ଘରୁ ବାହାରକୁ ବାହାରିବା ଦ୍ଵାରା ଅସୁସ୍ଥତା ଅନୁଭବ କରି ପାରନ୍ତି। ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ବାଧା ଉପୁଯିବ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-

ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ଦୁଃଖୀ ଲୋକଙ୍କୁ ସାହାରା ହେବେ। ଛାତ୍ରଛାତ୍ରୀ ମାନେ ଉଚ୍ଚ ଶିକ୍ଷା ପାଇଁ ଚେଷ୍ଟା ଜାରି ରଖିବେ। ଆମୋଦ ପ୍ରମୋଦ, ମନୋରଞ୍ଜନରେ ସମୟ ବିତେଇ ପାରନ୍ତି। ଯୌଥ ପରିବାର ସମ୍ପର୍କୀୟ ଘଟଣା ଯୋଗୁଁ ବିଶେଷ ବ୍ୟସ୍ତ ରହିବେ। ଆତ୍ମୀୟ ସ୍ଵଜନଙ୍କ ପାଇଁ ଭୋଗ ବିଳାସଦ୍ରବ୍ୟ ଓ ଗୃହୋପକାରଣ କ୍ରୟକରି ପାରନ୍ତି। ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁ ଏବଂ କଠିନ ପରିଶ୍ରମ ହେତୁ ଶାରିରୀକ ଓ ମାନସିକ କଷ୍ଟ ଭୋଗିବେ। ସାଧାରଣ କଥାକୁ ନେଇ ମନରେ ବିରକ୍ତିଭାବ ପ୍ରକାଶ ପାଇବ। ବ୍ୟବସାୟ ବାଣିଜ୍ୟ କାରବାର ଯୋଗେ ବହୁତ ଚିନ୍ତିତ ରହି ପାରନ୍ତି। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।  

ତୁଳା:-

ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ। ପ୍ରତେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ରହିବ। ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ। ବନ୍ଧୁ ମିତ୍ର ଦେଇଥିବା ପ୍ରତିଶୃତି ରକ୍ଷା କରିବା ଫଳରେ ମାନ ପ୍ରତିଷ୍ଠା ବଢିବ। ଯାନବାହନର କେତେକ ସମସ୍ୟା ସମାଧାନ ହୋଇଯିବ। ରାଜନୈତିକ କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବା ସହ ପ୍ରଶଂସିତ ହେବେ। ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ। ବ୍ୟବସାୟ ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ଶରୀର ସୁସ୍ଥ ହେବାର ସମ୍ଭାବନା ଅଛି। ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ। ନିଜର ଦକ୍ଷତା ଲୋକମାନଙ୍କୁ ପ୍ରଭାବିତ କରିବ। ବହୁ ଲୋକଙ୍କର ପ୍ରଶଂସା ପାଇବା ଫଳରେ ଉତ୍ସାହିତ ହେବେ। ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ  କର୍ମ କ୍ଷେତ୍ରରେ ଉନ୍ନତି ସହିତ ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ଛାତ୍ରଛାତ୍ରୀମାନଙ୍କର ଉଦ୍ୟମ ବଳରେ ସିଦ୍ଧିପ୍ରାପ୍ତି ହେବା ସହ ଉଚ୍ଚସ୍ଥାନ ସଂପୃକ୍ତି ହେବ। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ସୁଯୋଗ ପାଇ କାର୍ଯ୍ୟରେ ଖୁସି ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ଜ୍ଞାନ ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମନ୍ୟତାର ଅଧିକାରୀ ହେବେ। ଏକାକୀତ୍ଵର ପରିଧିରେ ନିଜକୁ ସଜାଇ ପାରନ୍ତି। ରାଜନୀତି କ୍ଷେତ୍ରରେ ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ। କର୍ମ କ୍ଷେତ୍ରରେ ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବାସହ ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ବିତଣ୍ଡା, ବିତର୍କ କ୍ଷେତ୍ରରୁ ଓହରି ରହିଯିବା ଅଧିକ ଉତ୍ତମ। ଆର୍ଥିକ କ୍ଷେତ୍ରରେ ଉନ୍ନତି ହେଲେ ମଧ୍ୟ ଖର୍ଚ୍ଚ ଅଧିକ ହେବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ମକର:-

କାର୍ଯ୍ୟ କ୍ଷେତ୍ରରେ ସୁଖ ଶାନ୍ତି ବୃଦ୍ଧି ହେବା ସହ ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ। ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବ। ସାମାଜିକ କାର୍ଯ୍ୟରେ ସଫଳତା ଓ ମାନସମ୍ମାନ ବୃଦ୍ଧି ହେବ। ସହଯୋଗୀ ମାନଙ୍କ ଯୋଗୁ କର୍ମ କ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହୋଇ ଘରେ ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ କଟିବ। ଛାତ୍ରଛାତ୍ରୀମାନଙ୍କର ଧାର୍ମିକ ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ। ରାଜନୀତିରେ ପଛକଥାକୁ ଚିନ୍ତା କରି ବିରକ୍ତି ପ୍ରକାଶ କଲେ ଅନିଷ୍ଟକର ପରିସ୍ଥିତି ସୃଷ୍ଟି ହେବ। ପ୍ରତିକାର:-ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

କୁମ୍ଭ:-

ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ। କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ। ପାରିବାରିକ ଜୀବନ ଆନନ୍ଦରେ କଟିବ। ମାନସିକ ଦୁଃଶ୍ଚିନ୍ତା ଦୂର ହେବ। ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ। ପଡାପଡୋଶୀ ଓ କୁଟୁମ୍ବଙ୍କ ସହ କଳିତକରାଳ ଥିଲେ ମେଣ୍ଟିଯିବ। ବ୍ୟବସାୟ କ୍ଷେତ୍ରରେ ଅନେକ ଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତି ଥିଲେ ସରଳ ହେବ।  ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-

ସୁସ୍ଥ ମାନସିକତା ରକ୍ଷାକରି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ। କର୍ମକ୍ଷେତ୍ରରେ ନିମ୍ନ ବର୍ଗୀୟ ବ୍ୟକ୍ତି ବିଶେଷଙ୍କ ଠାରୁ ବିଶେଷ ଲାଭବାନ ହେବେ। ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ଵାରା ପୂରସ୍କୃତ ହେବେ। ବିଦେଶୀ ବନ୍ଧୁଙ୍କ ଦ୍ଵାରା ଅଧିକ ଉପକୃତ ହେବେ। ରାଜନେତାମାନେ ନୀରବତା ରକ୍ଷାକରି ପରିସ୍ଥିତି ହାତରେ ନିଜକୁ ସମର୍ପଣ କରିଦେବା ଉତ୍ତମ ହେବ। ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ଆଗ୍ରହ ବୃଦ୍ଧି ପାଇପାରେ। ବାକ୍ ସଂଯମତା ନ ରହିଲେ ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେବ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!