୨୦୨୨ମସିହା, ଅଗଷ୍ଟମାସ ୧୧ତାରିଖ, ଗୁରୁବାର, କର୍କଟମାସ ୨୬ଦିନ, ଶ୍ରାବଣମାସ, ଶୁକ୍ଳପକ୍ଷ, ଚତୁର୍ଦ୍ଦଶୀ ତିଥି ଦିବା ୧୦ଟା ୩୮ମିନିଟ୍ ପରେ ପୂର୍ଣ୍ଣିମାତିଥି, ଉତ୍ତରାଷାଢା ନକ୍ଷତ୍ର ପ୍ରାତଃ ୬ଟା ୫୨ମିନିଟ୍ ପରେ ଶ୍ରବଣା ନକ୍ଷତ୍ର, ମକର ରାଶିରେ ଚନ୍ଦ୍ର । ଆୟୁଷ୍ମାନ ଯୋଗ ଦିବା ୩ଟା ୩୧ମିନିଟ୍ ପରେ ସୌଭାଗ୍ୟ ଯୋଗ । ବାଣିଜ୍ୟ କରଣ ଦିବା ୧୦ଟା ୩୮ମିନିଟ୍ ପରେ ବିଷ୍ଟି କରଣ । ତୁଳା, କୁମ୍ଭ ରାଶିର ଘାତବାର । ସିଂହ ରାଶିର ଘାତଚନ୍ଦ୍ର । ବିରି ଜାତୀୟ ଦ୍ରବ୍ୟ ନ ଖାଇଲେ ଭଲ ଦିବା ୧୦ଟା ୩୮ମିନିଟ୍ ପରେ ଆମିଷ, ତୈଳ ନ ଖାଇଲେ ଭଲ ।
ଯୋଗିନୀ- ପଶ୍ଚିମେ ଦିବା ୧୦ଟା ୩୮ମିନିଟ୍ ପରେ ବାୟବ୍ୟେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ଚତୁର୍ଦ୍ଦଶୀର ଏକୋଦ୍ଦିଷ୍ଟ ଏବଂ ପୂର୍ଣ୍ଣିମାର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୩ଟା ୩ମିନିଟ୍ ରୁ ସନ୍ଧ୍ୟା ୬ଟା ୧୪ମିନିଟ୍, ରାତ୍ରି ୧୧ଟା ୫୧ମିନିଟ୍ ରୁ ରାତ୍ରି ୧ଟା ୧୬ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୩୦ମିନିଟ୍ ରୁ ୭ଟା ୧୦ମିନିଟ୍, ଦିବା ୧୦ଟା ୩୬ମିନିଟ୍ ରୁ ୧ଟା ୭ମିନିଟ୍, ରାତ୍ର ୨ଟା ୩୦ମିନିଟ୍ ରୁ ୩ଟା ୧୩ମିନିଟ୍ ।
ମେଷ:-ସାମାଜିକ ପତିଆରା ଅମଳିନ ରହିବ । ସ୍ୱାସ୍ଥ୍ୟରେ ଉନ୍ନତୀ ଘଟିବ । ନିର୍ମାଣମୂଳକ ଯୋଜନାରେ ଆଗେଇବେ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନହେବ । ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ । ଦୂରଯାତ୍ରାର ସୁଯୋଗ ପାଇବେ । ବୃତ୍ତିଗତ ଦୃଷ୍ଟିରୁ ସମୟ ଅତ୍ୟନ୍ତଶୁଭ । ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁରସ୍ୱାଦ ଅନୁଭବ କରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ବୃଷ:-ଶତ୍ରୁବାଧା ଦୂରେଇ ଯିବ, ଆୟରସ୍ରୋତ ବୃଦ୍ଧିହେବ, ଋଣରୁ ମୁକ୍ତି ମିଳିବ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ଫଳରେ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ଉତ୍ତମ ରୋଜଗାର କରି ପାରିବେ । ସୁଖ, ସମ୍ପତ୍ତି ଲାଭ ଓ ମିଷ୍ଠାନ୍ନ ଭୋଜନ ପ୍ରାପ୍ତି ହେବ । କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବ । ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।
ମିଥୁନ:-କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ । ବିଦ୍ୟା କ୍ଷେତ୍ରରେ ବୀଜୟ ପ୍ରାପ୍ତ ହେବ । କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ କରିବେ । ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । ନିଜ ଲୋକମାନେ ହିଁ କାମରେ ଆସିବେ । କର୍ମ କ୍ଷେତ୍ରରେ ଦାୟିତ୍ଵ ବଢିବା ଯୋଗେ ଅନ୍ୟମନସ୍କ ରହିବେ । ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ କିଛି ବ୍ୟୟ କରି ପାରନ୍ତି । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।
କର୍କଟ:-ଶତ୍ରୁହାନି, ଉଚ୍ଚପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସଙ୍କଟ ଦୂରେଇ ଯିବ । ସ୍ଵାସ୍ଥ୍ୟରେ ପରିବର୍ତ୍ତନ ହେବ । ବିଦେଶ ଯାତ୍ରାରେ ଲାଭବାନ ହେବେ ଓ ଧାର୍ମିକ କାର୍ଯ୍ୟରେ ରୁଚି ବଢିବ । ଛାତ୍ରଛାତ୍ରୀମାନେ ଅଧ୍ୟୟନ ପାଇଁ ମନଯୋଗ ଦେବେ । ରାଜନୀତି କ୍ଷେତ୍ରରେ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ଲାଭବାନ ହେବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।
ସିଂହ:-ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ନିଜ ଚେଷ୍ଟାରେ ବହୁତ କଷ୍ଟକଲେ ବାକିଥିବା ଅର୍ଥ ପାଇବେ । ହଠାତ୍ କାହାର ଡାକରା ପାଇ ଦୂରଯାତ୍ରା କରିବାକୁ ବାଧ୍ୟ ହେବେ । ଅଶାନ୍ତିର ଝଡ ଶାନ୍ତ ହେବ । ଭାଇ ବନ୍ଧୁମାନଙ୍କର ସାହାଯ୍ୟ ସହଯୋଗ ପାଇ ପ୍ରଶଂସିତ ହେବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ । ସାମାଜିକ ପତିଆରା ଅମଳିନ ରହିବ । ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
କନ୍ୟା:-ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ ଓ ଉଚ୍ଚଆଶା ସଫଳ ହେବ । ସମସ୍ତ ସମସ୍ୟା ସମାଧାନର ଆଶା ଉଜ୍ଜ୍ଵଳ ହେବ । ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ । ବ୍ୟବସାୟର ବୃଦ୍ଧି ଯୋଗେ ବିଶେଷ ଲାଭବାନ ହେବେ । ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍ ମନେକରି ପାଠ ପଢାରେ ମନଯୋଗ ଦେବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ । ପ୍ରତିକାର- ସବୁଜ ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।
ତୁଳା:-ସମାଜ ସେବାରେ ସ୍ଵନାମ ଅର୍ଜନ କରିପାରିବେ । ଦାମ୍ପତ୍ୟ ଓ ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ । ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ବନ୍ଧୁମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି ହେବ । ସାହାଯ୍ୟ ସହଯୋଗ ପାଇ କାର୍ଯ୍ୟର ପ୍ରଗତିପାଇଁ ସମସ୍ତପ୍ରକାର ପ୍ରୟାସ କରିବେ । ପାରିବାରିକ ଜୀବନ ଆନନ୍ଦରେ କଟିବ । ଭାଗୀଦାରୀଙ୍କ ପାଇଁ ବିଶେଷ ଲାଭ ପାଇବେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
ବିଚ୍ଛା:-ସରକାରୀ କ୍ଷେତ୍ରରେ ସୁବିଧା ସୁଯୋଗ ପାଇବେ । ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବ ବୃଦ୍ଧି ପାଇବ । ପ୍ରିୟଜନ ମାନଙ୍କୁ ଆର୍ଥିକ ସାହାଯ୍ୟ ସହଯୋଗ କରିବା ଫଳରେ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ପାଇବ । ରାଜନୀତିରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ବିଦ୍ୟାକ୍ଷେତ୍ରରେ ମନସନ୍ତୋଷ ହେବ ଓ ପ୍ରଶଂସିତ ହେବେ । ବ୍ୟବସାୟୀ ମାନଙ୍କ ପାଇଁ ଭଲ ଲାଭ ଦାୟକ ହେବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ପ୍ରତିକାର- ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।
ଧନୁ:-ଚିତ୍ତପ୍ରସନ୍ନ ଯୋଗେ କାର୍ଯ୍ୟ ସିଦ୍ଧି ହେବ ଓ ଆୟର ବୃଦ୍ଧିଘଟିବା ସହ ଗୃହବାହନ ଆଦି ପ୍ରାପ୍ତି ହେବ । ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ଆଗ୍ରହୀ ହେବେ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଶାରୀରିକ ପିଡ଼ା ଦୂରେଇ ଯାଇ ଆର୍ଥିକସ୍ଥିତି ମଜବୁତ୍ ହେବ । ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ । ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।
ମକର:-ସାମାଜିକ ପତିଆରା ଅମଳିନ ରହିବ । ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ରାଜନୀତିରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । କର୍ମକ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ । ବ୍ୟବସାୟରେ ଦୁଃସ୍ଥିତିର ସମସ୍ୟା ଅନେକାଂଶରେ ହ୍ରାସ ପାଇବ ଓ କିଛି ନୂତନ ଯୋଜନା ମିଶାଇବା ଫଳରେ ବିଶେଷ ଲାଭବାନ୍ ହେବେ । ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । ପାରିବାରିକ ସମସ୍ୟାର ସମାଧାନ କରି ପ୍ରଶଂସିତ ହେବେ । ପ୍ରତିକାର- ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।
କୁମ୍ଭ:-ସମସ୍ତ ବାଧାକୁ ଭ୍ରୂକ୍ଷେପ ନକରି ସଂଘର୍ଷ କରି ଆଗକୁ ବଢି ପାରିବେ । ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ । ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଲାଭବାନ ହେବେ । ପ୍ରତିଦ୍ୱନ୍ଦିତାରେ ସଫଳ, ବିଦ୍ୟାକ୍ଷେତ୍ରରେ ଶୁଭଯୋଗ, ରାଜନୀତିରେ ଉଚ୍ଚପ୍ରଶଂସିତ, ମାଲିମୋକଦ୍ଦମାରେ ସଫଳ ହେବେ । କର୍ମଚାରୀମାନେ ଅତ୍ୟଧିକ କଠିନ ପରିଶ୍ରମ ହେତୁ ଶାରୀରିକ ଓ ମାନସିକ କଷ୍ଟ ଭୋଗି ପାରନ୍ତି । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ମୀନ:-ଯେ କୌଣସିକାର୍ଯ୍ୟରେ ହାତଦେଲେ ସଫଳହେବେ । ମାନସିକ ବିଷାଦ, ଦାମ୍ପତ୍ୟ କଳହ, ଭୟ ଆଶଙ୍କା ଦୂରେଇ ଯାଇ ଜନ ସମ୍ପର୍କ ବୃଦ୍ଧି ପାଇବ । ନୂତନକର୍ମ ପ୍ରାପ୍ତି ଓ କର୍ମକ୍ଷେତ୍ରରେ ପଦୋନ୍ନତି ଯୋଗ ଅଛି । ଛାତ୍ର ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ଦେଇ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ । ରାଜନେତା ମାନଙ୍କର ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।