ଦୈନିକ ରାଶିଫଳ: ୧୧ ଡିସେମ୍ବର ୨୦୧୮। ମା ମଙ୍ଗଳାଙ୍କ କୃପାରୁ ଆଜି ଦିନଟି ଏହି ସବୁ ରାଶିର ହେବ ବିଗିଡି ଥିବା କାମ ପୁରା

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୧୧ ଡିସେମ୍ବର ୨୦୧୮। ମା ମଙ୍ଗଳାଙ୍କ କୃପାରୁ ଆଜି ଦିନଟି ଏହି ସବୁ ରାଶିର ହେବ ବିଗିଡି ଥିବା କାମ ପୁରା

ମେଷ:-

ପରୋପକାର ଏବଂ ସମାଜସେବା କାର୍ଯ୍ୟରେ ରୁଚି ବୃଦ୍ଧିହେବ। ବିଗିଡିଯାଇଥିବା କାର୍ଯ୍ୟ ସୁଧୁରିଯିବ। ଧୈର୍ଯ୍ୟ ଓ ସଂଯମ ରଖିବା ଆବଶ୍ୟକ। ଅସହାୟ ମାନଙ୍କୁ ସାହାଯ୍ୟ କରିବା ଫଳରେ ଲୋକମାନଙ୍କ ନିକଟରେ ମାନ- ସମ୍ମାନ ପ୍ରତିଷ୍ଠା  ପ୍ରତିପ୍ରତ୍ତି ବୃଦ୍ଧି ପାଇବ। ଧନନିବେଶ ପାଇଁ ଆଜି ଉପଯୁକ୍ତ ସମୟ। ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବ। ନୂତନ ଲୋକଙ୍କ ସହିତ ଭେଟ ହେବ। ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ଯେ କୌଣସି ପରୀକ୍ଷା ବା ସାକ୍ଷାତ୍କାରର ପରିଣାମ ଆପଣଙ୍କ ସପକ୍ଷରେ ରହିବ। ପ୍ରତିକାର- ଲାଲ୍ ରଙ୍ଗର ବସ୍ତ୍ର ପରିଧାନ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ। ବ୍ୟବସାୟ ପାଇଁ ଦୂର ସ୍ଥାନକୁ ଯାତ୍ରା କରି ପାରନ୍ତି। ପରିବାରରେ ହସ ଖୁସିର ବାତାବରଣ ଖେଳିଯିବ। ଦୁଃଖୀ ଲୋକଙ୍କୁ ସାହାରା ବା ସାହାଯ୍ୟ କରିବେ। ସହକର୍ମୀମାନଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇବେ । ଛାତ୍ର-ଛତ୍ରୀମାନେ ପରିଶ୍ରମ କରିବା ଫଳରେ ପ୍ରଶଂସା ପାଇବେ। କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସିବ। ମହିଳାଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ପ୍ରତିକାର- ପିତା ମାତାଙ୍କୁ  ପଦସ୍ପର୍ଷ କରି ପ୍ରଣାମ କରନ୍ତୁ।

ମିଥୁନ:-

କର୍ମ କ୍ଷେତ୍ରରେ ଉଚ୍ଚଧିକାରୀ ସହକର୍ମୀଙ୍କ ସହ ବାଦବିବାଦ ମେଣ୍ଟି ଜୀବ ଫଳରେ ଉତ୍ସାହ ସହ କାର୍ଯ୍ୟ କରିବେ । ବ୍ୟବସାୟରେ  ଆଶାନୁରୂପ ଫଳ ପାଇବେ। ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ। ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ। କଥା ବାର୍ତ୍ତାରେ ନିୟନ୍ତ୍ରଣ ନ ରହିଲେ ବିପଦର ସମ୍ମୁଖୀନ ହେବେ। ଛାତ୍ର-ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ଅମନଯୋଗୀ ହେବେ। ମହିଳାମାନେ ଅନାବଶ୍ୟକ ଖର୍ଚ୍ଚ ଓ ଭ୍ରମଣ ଯୋଗେ ବ୍ୟଥିତାହେବେ। ଭାବନାର  ବଶୀଭୂତ ହୋଇ ଅମିନୀ, ଜମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ। ପ୍ରତିକାର: କୁକୁରକୁ ଖାଇବାକୁ ଦିଅନ୍ତୁ।

କର୍କଟ:-

କର୍ମ କ୍ଷେତ୍ରରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇବେ। ଘର ପରିବାରରେ କୌଣସି ଖୁସି ପ୍ରସଙ୍ଗ ଆସିବା ଫଳରେ ମନ ପ୍ରଫୁଲ୍ଲିତ ରହିବ। ଚାକିରୀରେ ପ୍ରମୋଶନ ମିଳିବାର ଯୋଜନା ପ୍ରସ୍ତୁତହେବ। ଆଧ୍ୟାତ୍ମିକ ବା ଧାର୍ମିକ କ୍ଷେତ୍ରରେ ବ୍ୟସ୍ତ ରହିବେ। ବେମାର, ବୃଦ୍ଧଜନ ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ। ଦୂରଯାତ୍ରା କରିବା ଦ୍ଵାରା ବହୁତ ଲାଭ ମିଳିବ। ଜୀବନରେ ନୂଆଲକ୍ଷ ନିର୍ଦ୍ଧାରିତ କରିବେ। ମନ ଲଗାଇ କାର୍ଯ୍ୟ ମଧ୍ୟ କରିବେ। ବ୍ୟାଙ୍କ, ବୀମା, ନିବେଶ ପରି ଆର୍ଥିକ ଗତିବିଧିରେ ବ୍ୟସ୍ତ ରହିବେ। ପ୍ରତିକାର-ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।

ସିଂହ:-

ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁଁ ନୂତନ ବ୍ୟବସାୟର ଯୋଜନା କରିବେ। ଫୋନ ବା ଇଣ୍ଟରନେଟ୍ ରେ ପୁରୁଣା ମିତ୍ରଙ୍କ ଠାରୁ ସୁସମ୍ବାଦ ପ୍ରାପ୍ତି ହେବ। ବିଦ୍ୟାର୍ଥୀଙ୍କ ପାଇଁ ସମୟ ଉପଯୁକ୍ତ ଯୋଗେ ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ। ନୂତନ ବନ୍ଧୁ ଭେଟ ହେବେ। ବିତିଯାଇଥିବା ମାମଲାରେ ମଧ୍ୟ ସଫଳତା ମିଳିବ। ପ୍ରେମସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୁରତା ସୃଷ୍ଟି ହେବ। ସାସାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ଆର୍ଥିକ ସ୍ଥିତି ସୁଦୃଢ଼ ହେବା ଫଳରେ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ନୂତନ କାର୍ଯ୍ୟକିଛି ଶୁଭାରମ୍ଭ କରି ପାରନ୍ତି। ପ୍ରତିକାର: ଅସହାୟବୃଦ୍ଧ ବୃଦ୍ଧାଙ୍କୁ ଅନ୍ନ ଦାନ କରନ୍ତୁ।

କନ୍ୟା:-

ସହକର୍ମୀମାନଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇବେ । ଛାତ୍ର-ଛତ୍ରୀମାନେ ପରିଶ୍ରମ କରିବା ଫଳରେ ପ୍ରଶଂସା ପାଇବେ। କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସିବ। କାର୍ଯ୍ୟ କ୍ଷେତ୍ରରେ ଲାଭ ଉଠେଇବେ। ଧର୍ମ-କର୍ମରେ ରୁଚି ରହିବ। ମିତ୍ରଙ୍କ ସାହାଯ୍ୟ ଦ୍ଵାରା କର୍ମ ହେବ। ସ୍ୱାସ୍ଥ୍ୟରେ ସୁଧାର ଆସିବ। ବିପରୀତ ଲିଙ୍ଗୀଙ୍କ ସହଯୋଗ ଦ୍ଵାରା ଆଗକୁ ବଢିବେ। ପ୍ରେମ-ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ। କୋର୍ଟ-କଚେରୀ ମାମଲା ଓ ବିବାଦ ଆପଣଙ୍କ ସପକ୍ଷ ହେବ। ନୂତନ ବସ୍ତୁ କ୍ରୟ କରିବେ। ପରିବାରରେ ସମ୍ବନ୍ଧରେ ପ୍ରଗାଢତା ଆସିବ ଓ ଶାନ୍ତି ମିଳିବ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ତୁଳା:-

କର୍ମ କ୍ଷେତ୍ରରେ ସମ୍ମାନ ଲାଭ କରିବେ। ବ୍ୟବସାୟରେ ଉନ୍ନତି ହେବା ସହ ଲାଭବାନ ହେବେ। ଆୟ ତୁଳନାରେ ବ୍ୟୟ ଅଧିକ ହେବ। ବାଦ-ବିବାଦ, ପ୍ରତିଯୋଗୀତା-ପରୀକ୍ଷା, ଓ ମାଲିମୋକଦ୍ଦମାର ସମାଧାନ ହେବ। ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। ନୂଆ ଲକ୍ଷକୁ ନିର୍ଦ୍ଦାରିତ କରିପାରିବେ। ଧନ ଲାଭ ହେବ। ମହିଳାଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ଶାରିରୀକ ସୁସ୍ଥତା ଦେଖା ଦେବ। ଦାମ୍ପତ୍ୟ ସୁଖ, ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ପ୍ରାପ୍ତିହେବ। ପ୍ରତିକାର: ଷଣ୍ଢକୁ ଗୁଡ଼ ଓ ରୁଟି ଖାଇବାକୁ ଦିଅନ୍ତୁ।

ବିଛା:-

ଶାରିରୀକ ସୁସ୍ଥତା ଦେଖା ଦେବ। ଦାମ୍ପତ୍ୟ ସୁଖ, ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ପ୍ରାପ୍ତିହେବ। ଦୂର ଯାତ୍ରାର ସୁଯୋଗ ପାଇବେ। କୌଣସି କ୍ଷେତ୍ରରେ ଆଗକୁହା ନ ହୋଇ କର୍ମନିଷ୍ଠା ମଧ୍ୟରେ ନିଜକୁ ସୀମିତ ରଖିବା ହିତକର। ଆର୍ଥିକସ୍ଥିତିକୁ  ସୁଧାରି ପାରିବେ କିନ୍ତୁ ଅହଂକାରକୁ ତ୍ୟାଗ କରିବାକୁ ହେବ। ସ୍ଵାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବେ। ବ୍ୟାପାର ବାଣିଜ୍ୟ ଓ କାମ-କାର୍ଯ୍ୟର ସ୍ଥିତି ସନ୍ତୋଷ ଜନକ ହେବ। ପ୍ରପର୍ଟୀ ସମ୍ବନ୍ଧିୟ ମାମଲା ସତୃଙ୍କ ମଧ୍ୟସ୍ଥତା ଦ୍ଵାରା ଦୂର ହେବ। ଆବଶ୍ୟକୀୟ ନୂତନ ବସ୍ତୁ କ୍ରୟ କରିପାରିବେ। ପ୍ରତିକାର- ପିତା ମାତାଙ୍କୁ  ପଦସ୍ପର୍ଷ କରି ପ୍ରଣାମ କରନ୍ତୁ।

ଧନୁ:-

ବ୍ୟବସାୟିକ ପରିଣାମ ସନ୍ତୋଷଜନକ ହେବ। ଉପରିସ୍ଥ ଅଧିକାରୀଙ୍କ ସହିତ ସମ୍ପର୍କ ଦୃଢ ହେବ। ପରିବାରରେ ଅଶାନ୍ତି ଅଶନ୍ତୋଷ ଦୂରେଇଯିବ। ବ୍ୟବସାୟ ସମ୍ବନ୍ଧୀୟ  ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡିବ। କର୍ମ କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ। ପରିବାର ଓ ମିତ୍ରଙ୍କ ସହିତ ସମୟ ବିତେଇବେ। ମନରେଥିବା କାମନା ପୂର୍ଣ୍ଣ ହେବ। ନୂଆ ଚାକିରୀ ହେବାର ସୁଯୋଗ ମିଳିବ। ଶାରୀରିକ କଷ୍ଟ ଦୂର ହେବ। ସମସ୍ତ ସମସ୍ୟାର ଫଇସଲା ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ପ୍ରତିକାର-ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।

ମକର:-

ସେୟାର ବଜାରରେ ମୁନାଫା ମିଳିବ। ପୁରୁଣା ନିବେଶ ଲାଭ ଦେବ। ବନ୍ଧୁ ମିତ୍ରଙ୍କ ଆଗମନ ହେବ। ସନ୍ତାନ ସମ୍ବନ୍ଧି କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ। ଭବିଷ୍ୟତକୁ ଧ୍ୟାନରେ ରଖି ଯଶ ପ୍ରତିଷ୍ଠା ମିଳିବ। ଜୀବନ ସାଥିଙ୍କ ସ୍ୱାସ୍ଥ୍ୟ ଭଲ ରହିବ। ପାରିବାରିକ ଓ ଆର୍ଥିକସ୍ଥିତିରେ ସୁଧାର ଆସିବ। ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। ନିଜର ଚତୁରତା ଓ ବିବେକରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇପାରିବେ। ସାମାନ୍ୟ କଥାରେ ଅଯଥା ତର୍କ ନକରି ଶାନ୍ତ ରହିବା ଉଚିତ୍। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ଜୟ ହେବ। ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ। ବନ୍ଧୁଙ୍କ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ। ପରିବାର ଜନଙ୍କ ସମ୍ବନ୍ଧିତ କୌଣସି ଶୁଭ ସମାଚାର ଶୁଣିବେ। ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ। ଆମୋଦ ପ୍ରମୋଦ, ମନୋରଞ୍ଜନ, ଦୀର୍ଘଯାତ୍ରା, ଛୋଟ ବଡ ମିଟିଙ୍ଗୀରେ ଯୋଗ ଦେବେ। ଛାତ୍ର-ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ମନ ଲଗେଇବେ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ଆର୍ଥୀକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହକରିବେ । ପ୍ରତିକାର-ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।

ମୀନ:-

କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ କରିବେ। ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇଯିବ। ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ। ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ। ପ୍ରେମ-ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ। ଅଧା-ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ। ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ଆର୍ଥିକ ବୃଦ୍ଧି ସହ ବକେୟା ଅର୍ଥ ପ୍ରାପ୍ତି ହେବ। ମହିଳା ମାନଙ୍କର କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ । ନିଜର ବୁଦ୍ଧି, ବିବେକ ଖଟାଇ ସମସ୍ୟାର ସମାଧାନ କରିପାରିବେ। ପ୍ରତିକାର: ଭୋକିଲା ଲୋକଙ୍କୁ ଅନ୍ନ ଦାନ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!