ଦୈନିକ ରାଶିଫଳ: 11 ଡିସେମ୍ବର ୨୦୨୦, ମା ସନ୍ତୋଷୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଡିସେମ୍ବରମାସ ୧୧ତାରିଖ, ଶୁକ୍ରବାର, ବିଛାମାସ ୨୬ଦିନ, ମାର୍ଗଶିରମାସ, କୃଷ୍ଣପକ୍ଷ, ଏକାଦଶୀତିଥି, ଦିବା ୧୦ଟା ୪ମିନିଟ୍ ଗତେ ଦ୍ଵାଦଶୀ ତିଥି, ଚିତ୍ରା ନକ୍ଷତ୍ର, ସକାଳ ୮ଟା ୪୭ମିନିଟ୍ ଗତେ ସ୍ଵାତୀ ନକ୍ଷତ୍ର, ତୁଳା ରାଶିରେ ଚନ୍ଦ୍ର । ବିଛା, ଧନୁ, ମୀନ ରାଶିର ଘାତବାର । ଶିମ୍ବ, ଆମିଷ ନ ଖାଇଲେ ଭଲ, ଦିବା ୧୦ଟା ୪ମିନିଟ୍ ପରେ ପୋଇ, ମସୁରଡାଲି ନ ଖାଇଲେ ଭଲ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶୁଭସମୟ- ପ୍ରାତଃ ୬ଟା ୧୬ମିନିଟ୍ ରୁ ୬ଟା ୫୭ମିନିଟ୍, ସକାଳ ୭ଟା ୪୨ମିନିଟ୍ ରୁ ୮ଟା ୫୬ମିନିଟ୍, ଦିବା ୧୨ଟା ୨ମିନିଟ୍ ରୁ ୨ଟା ୫୩ମିନିଟ୍, ଦିବା ୩ଟା ୩୯ମିନିଟ୍ ରୁ ୫ଟା ୩ମିନିଟ୍, ସନ୍ଧ୍ୟା ୫ଟା ୫୮ମିନିଟ୍ ରୁ ରାତ୍ର ୮ଟା ୨୧ମିନିଟ୍, ରାତ୍ର ୧୨ଟା ୭ମିନିଟ୍ ରୁ ରାତ୍ର ୧ଟା ୫୧ମିନିଟ୍ । ପର୍ବଦିନ:-ସର୍ବ ସମ୍ମତ ଉତ୍ପନ୍ନା ଏକାଦଶୀ ।

ମେଷ:-

ସନ୍ତାନ ପକ୍ଷର ଚିନ୍ତା ଦୂର ହେଇଯିବ । ପାରିବାରିକ ଜୀବନ କ୍ଷେତ୍ରରେ ଆନନ୍ଦମୟ ପରିସ୍ଥିତି ସୃଷ୍ଟିହେବ । ଦାମ୍ପତ୍ୟ ସୁଖରେ ସୁଖୀ ହେବେ । ରାଜନୈତିକ କ୍ଷେତ୍ରରେ ଶତ୍ରୁମାନେ ମିତ୍ରବତ କାର୍ଯ୍ୟ କରିବେ । ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । ଆକସ୍ମିକ ଧନ ପ୍ରାପ୍ତିର ଯୋଗ ଅଛି । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସା ପାଇବେ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-

ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ । ଶେୟାର ମାର୍କେଟ, ଜୁଆ ଓ ଲଟେରୀ ଖେଳରେ ମନମୁତାବକ ଲାଭବାନ ହେବାର ସମ୍ଭାବନା ଅଛି । କର୍ମକ୍ଷେତ୍ରରେ ଯୋଗାଯୋଗ କଲେ ଆଶା କରୁଥିବା ସ୍ଥାନକୁ ସ୍ଥାନାନ୍ତରଣ ହୋଇ ପାରିବେ । ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହୋଇ ଯାନବାହନ ଓ ନୂତନ ଗୃହସୁଖ ମିଳିବ । ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ । ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ମିଥୁନ:-

ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ । ବ୍ୟବସାୟ ପାଇଁ ଯୋଗାଯୋଗ କରିଥିବା କ୍ଷେତ୍ରରୁ ଡାକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ । କର୍ମକ୍ଷେତ୍ରରେ ନିଜର ପ୍ରତିଷ୍ଠା ପ୍ରତିପତ୍ତିରେ ଉନ୍ନତି କରି ପାରିବେ । ଅଧ୍ୟୟନ ଓ ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢିବ । କଳା ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ । ପ୍ରତିଯୋଗିତା ପରୀକ୍ଷାରେ କୃତକାର୍ଯ୍ୟ ହେବେ । ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

କର୍କଟ:-

ବ୍ୟବସାୟରେ ପ୍ରଚୁର ଲାଭହେବ । ଋଣମୁକ୍ତି ହେବା ପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ । କର୍ମକ୍ଷେତ୍ରରେ ସ୍ଥାନାନ୍ତର ଓ ମତାନ୍ତର ଭୟ ଦୂରେଇ ଯିବ । ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେମଧ୍ୟ ସମାଧାନ କରି ପ୍ରଶଂସିତ ହେବେ । ଭାଇଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବା ଫଳରେ ପାରିବାରିକ ଜୀବନରେ ଶାନ୍ତି ପାଇବେ । ରାଜନୀତିକ୍ଷେତ୍ରରେ ସହଯୋଗୀ ମାନେ ପୂର୍ଣ୍ଣ ସହଯୋଗ କରିବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ସିଂହ:-

ନୂତନବ୍ୟବସାୟ ଆରମ୍ଭ କଲେ ଲାଭପରିମାଣ ଅଧିକ ହେବ । ଆଶା କରିଥିବା କାର୍ଯ୍ୟଟି ପୂରଣ ହୋଇପାରେ । ଉଚ୍ଚଶିକ୍ଷା ଅଧ୍ୟୟନ ପାଇଁ ବିଦେଶ ଯାତ୍ରା ଯୋଗ ଅଛି । କର୍ମକ୍ଷେତ୍ରରେ ସହକର୍ମୀ ଓ ଅଧସ୍ତନ କର୍ମଚାରୀଙ୍କ ସହ ସମ୍ପର୍କ ଭଲ ରହିବା ଫଳରେ ଯେତିକି ପାଇବା କଥା ସେତିକି ହିଁ ପାଇବେ । ସାହିତ୍ୟଚର୍ଚ୍ଚା ଓ ସଭାସମିତିରେ ସଫଳତା ମିଳିବ । ପଡାପଡୋଶୀ ବନ୍ଧୁ ମିତ୍ରଙ୍କ ବ୍ୟବହାରରେ ଖୁସିହେବେ ଓ ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କନ୍ୟା:-

ଶିଳ୍ପବାଣିଜ୍ୟ ଓ ବ୍ୟବସାୟରେ ନିଜର ଯୋଜନା ମୁତାବକ କାମ କରିବେ । କର୍ମଚାରୀ ମାନଙ୍କୁ ଭରସା କଲେ କୌଣସି ପ୍ରକାର ଅସୁବିଧା ହେବନାହିଁ । ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ଶତୃ ମାନେ ମଥାନତ କରିବେ । ବାଦବିବାଦ ଓ ମାଲିମକଦ୍ଦମାର ଅବସାନ ହେବ । କୋର୍ଟ କଚେରୀ ମାମଲାର ଶୁଣାଣି ସପକ୍ଷରେ ଯିବ । କିନ୍ତୁ କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେବା ପୂର୍ବରୁ ପରିବାରସହ ଆଲୋଚନା କରିବା ଉଚିତ୍ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ତୁଳା:-

କୌଣସି ପ୍ରକାରେ ଉଚ୍ଚମାନ୍ୟତା ରକ୍ଷା କରି ଆର୍ଥିକ ସ୍ଥିତିକୁ ସୁଦୃଢ କରି ପାରିବେ । ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚ ରହିବ । ରାଜନୀତି କ୍ଷେତ୍ରରେ ମାନ ସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ଆୟବୃଦ୍ଧି ଯୋଗେ ଆର୍ଥିକ ସଙ୍କଟ ଦୂର ହେବ । କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ । ଅଫିସରେ ଲାଗି ରହିଥିବା ସମସ୍ୟା ଦୂର ହେବ । ପ୍ରତିଦ୍ଵନ୍ଦିତାରେ ସଫଳ, ବିଦ୍ୟାକ୍ଷେତ୍ରରେ ଶୁଭଯୋଗ ଓ ଉଚ୍ଚପ୍ରଶଂସିତ ହେବେ । ଭଲ କାମ କରି ସୁଖରେ ଦିନଟି ବିତାଇବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ବିଚ୍ଛା:-

କର୍ମକ୍ଷେତ୍ରରେ ପ୍ରସିଦ୍ଧି, ସାମାଜିକସ୍ଥିତି, ମାନସମ୍ମାନ ପାଇଁ କଠିନ ପରିଶ୍ରମ କରିବେ । ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ଓ ଆତ୍ମବିଶ୍ୱାସ ବୃଦ୍ଧିପାଇବ । ପରିବାରରେ କଳହର ଅବସାନ ହେବ । ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀ ହୋଇ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ପ୍ରେମ ପ୍ରସଙ୍ଗରେ ନିଶ୍ଚିତ ରୂପରେ ସଫଳତା ମିଳିବ । କଳେବଳେ କୌଶଳରେ ଅର୍ଥ ସଂଗ୍ରହ କରି ମଉଜ ମଜଲିସ୍ କରିବା ପାଇଁ ସମୟ ପାଇବେ । ମନ ବିଚଳିତ ହୋଇ ପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-

ସନ୍ତାନଙ୍କ ଉନ୍ନତିରେ ଖୁସି ହେବେ । କର୍ମକ୍ଷେତ୍ରରେ ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବେ । ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳତର କରିବାର ସାମର୍ଥ୍ୟ ବଢ଼ିବ । ଦୂରଯାତ୍ରାରେ ଜୀବନସାଥୀଙ୍କ ସ୍ୱାସ୍ଥ୍ୟ ସମସ୍ୟା ସୃଷ୍ଟି ହେବ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ମକର:-

ଆୟର ସ୍ରୋତ ଖୋଲିବା ପାଇଁ ଅତ୍ୟନ୍ତ ଉତ୍ତମ ସମୟ । ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢ଼ୀଭୂତ ହୋଇ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ । ଦୂରଯାତ୍ରାର ସୁଯୋଗ ପାଇ ଆନନ୍ଦିତ ହେବେ । ନୂତନ କାର୍ଯ୍ୟରେ ହାତ ଦେଲେ ସଫଳ ହେବେ । ଭାତୃ ବିବାଦ, ଜମି, ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ । ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ । ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତିହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କୁମ୍ଭ:-

ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ବ୍ୟବସାୟରେ ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ଲାଭ ପ୍ରାପ୍ତି ହେବା ସହ ଉତ୍ତରଦାୟିତ୍ୱ ବଢ଼ିବ । ଭୌତିକ ସୁଖ-ସୁବିଧା ସାଧନର ବୃଦ୍ଧି ହେବ ଓ ପରିଶ୍ରମ କଷ୍ଟର ପୁରା ଲାଭ ମିଳିବ । ଆତ୍ମୀୟଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହୋଇ ସୁଖ ସମୃଦ୍ଧି ବୃଦ୍ଧିହେବ । ପ୍ରାୟକାର୍ଯ୍ୟ ପୂରଣ ହେବା ସହ ଆୟ ବୃଦ୍ଧିହେବ । ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ ।

ମୀନ:-

ବ୍ୟବସାୟ କ୍ଷେତ୍ରରେ ବୃତ୍ତିଗତ ଦୃଷ୍ଟିରୁ ପରିଶ୍ରମ ବୃଦ୍ଧି ପାଇବା ଫଳରେ ସୁଖ ଶାନ୍ତି ବର୍ଦ୍ଧିତ ହେବ । ପରୀକ୍ଷା, ପ୍ରତି ଯୋଗୀତା ସନ୍ତୋଷ ଜନକ ହେବ । ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ପାରିବାରିକ ସମସ୍ୟା ସମାଧାନ ହୋଇ ଦାମ୍ପତ୍ୟ ସୁଖ ବୃଦ୍ଧିହେବ । ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଉତ୍ସାହିତ ହେବେ । ଯାନବାହାନ ଓ ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!