ଦୈନିକ ରାଶିଫଳ: 11 ଡିସେମ୍ବର 2022, ସୂର୍ଯ୍ୟଦେବଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ କିଛି ବଡ ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ଡିସେମ୍ବର ମାସ୧୧ତାରିଖ, ରବିବାର, ବିଛାମାସ୨୬ଦିନ, ପୌଷମାସ, କୃଷ୍ଣପକ୍ଷ, ତୃତୀୟାତିଥି ଦିବା୪ଟା ୧୫ମିନିଟ୍ ପରେ ଚତୁର୍ଥୀତିଥି, ପୁନର୍ବସୁ ନକ୍ଷତ୍ର, ମିଥୁନ ରାଶିରେ ଚନ୍ଦ୍ର ଦିବା ୧ଟା ୫୧ମିନିଟ୍ ପରେ କର୍କଟ ରାଶିରେ ଚନ୍ଦ୍ର। ବ୍ରହ୍ମ ଯୋଗ ପ୍ରାତଃ ୫ଟା ୧୪ମିନିଟ୍ ପରେ ଇନ୍ଦ୍ର ଯୋଗ। ବିଷ୍ଟି କରଣ ଦିବା ୪ଟା ୧୫ମିନିଟ୍ ପରେ ବବ କରଣ। ମେଷ ରାଶିର ଘାତବାର। ଦିବା ୧ଟା ୫୧ମିନିଟ୍ ପର୍ଯ୍ୟନ୍ତ କନ୍ୟା ରାଶିର ଘାତଚନ୍ଦ୍ର। ପୋଟଳ ନ ଖାଇଲେ ଭଲ ଦିବା ୪ଟା ୧୫ମିନିଟ୍ ପରେ ମୂଳା ନ ଖାଇଲେ ଭଲ। ଯୋଗିନୀ- ଆଗ୍ନେୟେ ଦିବା ୪ଟା ୧୫ମିନିଟ୍ ପରେ ନୈଋତେ ଯାତ୍ରା ନିଷେଧ। ଶ୍ରାଦ୍ଧତର୍ପଣ- ତୃତୀୟାର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ। ଅଶୁଭସମୟ- ଦିବା ୧୦ଟା ୧୮ମିନିଟ୍ ରୁ ୧ଟା, ରାତ୍ରି ୧ଟା ୧୮ମିନିଟ୍ ରୁ ୨ଟା ୫୭ମିନିଟ୍। ଶୁଭସମୟ- ସକାଳ ୬ଟା ୫୯ମିନିଟ୍ ରୁ ୯ଟା ୭ମିନିଟ୍, ଦିବା ୧ଟା ୧ମିନିଟ୍ ରୁ ୨ଟା ୫୩ମିନିଟ୍, ଦିବା ୩ଟା ୩୯ମିନିଟ୍ ରୁ ୩ଟା ୪୨ମିନିଟ୍, ରାତ୍ର ୭ଟା ୪3ମିନିଟ୍ ରୁ ୯ଟା ୨୭ମିନିଟ୍, ରାତ୍ର ୧୨ଟା ୭ମିନିଟ୍ ରୁ ୧ଟା ୧୭ମିନିଟ୍, ରାତ୍ର ୨ଟା ୫୮ମିନିଟ୍ ରୁ ୬ଟା ୧୪ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-ସାମାଜିକ ସ୍ତରରେ ସମ୍ମାନଲାଭ କରିବେ। ପ୍ରତେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ରହିବ। ଦୁଃଖୀ ଲୋକଙ୍କୁ ସାହାରା ହେବେ। ପାରିବାରିକ ସମସ୍ୟା ନିଜର ବୁଦ୍ଧି, ବିବେକ ଖଟାଇ ସମାଧାନ କରିପାରିବେ। ପରିବାର ଓ ମିତ୍ରଙ୍କ ସହିତ ସମୟ ବିତେଇବେ। ରାଜନୀତିରେ ମନରେଥିବା କାମନା ପୂର୍ଣ୍ଣ ହେବ। ଈର୍ଷାପରାୟଣ ବ୍ୟକ୍ତିମାନେ ଦୂରେଇଯିବେ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବୃଷ:-ହୋଟେଲ୍, ତେଲବ୍ୟବସାୟୀ, କଳାକାର, ରାଜନୈତିଜ୍ଞ, ଶିଳ୍ପକାର, ରେଡିମେଡ୍ ବସ୍ତ୍ରବ୍ୟବସାୟୀ, ମଡେଲିଙ୍ଗ ଓ ପନିପରିବା ଚାଷୀ ଓ ବ୍ୟବସାୟୀମାନେ ବିଶେଷ ଲାଭାନ୍ଵିତ ହେବେ। ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ତରବରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କାମ କରିବା ଉଚିତ୍। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମିଥୁନ:-ଶତୃମାନେ ପରାଜିତ ହେବେ ଓ ସ୍ୱାସ୍ଥ୍ୟ ଠିକ୍ ରହିବ। କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ସମସ୍ୟା ସମାଧାନ କରି ମାନସିକ ଶାନ୍ତି ପାଇବେ। ଟଙ୍କାର ଆବଶ୍ୟକତା ପୂରଣ ହେବ। ପିଲାମାନଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ ଓ ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ। ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-ସ୍ୱାସ୍ଥ୍ୟରେ ପରିବର୍ତ୍ତନ ଆସିବାସହ କର୍ମକ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ। ବ୍ୟବସାୟରେ ଆଶାତିତ ଲାଭ କରି କିଛି ନୂତନ ପଦାର୍ଥ ସଂଗ୍ରହ କରିପାରିବେ। ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ। ଆପଣା ଲୋକଙ୍କ ସାହାଯ୍ୟ ପାଇ କେତେକ ସମସ୍ୟା ସୁଧାରୀ ନେବେ। ଛାତ୍ରଛାତ୍ରୀ ମାନଙ୍କର ମାନସିକ ଅଶାନ୍ତି ଦୂର ହୋଇ ସୁଖ୍ୟାତି ଲାଭ ହେବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ସିଂହ:-ସ୍ଵାସ୍ଥ୍ୟରେ ଉନ୍ନତି ଦେଖାଦେବ। ଯେକୌଣସି କାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ ଭଲ ହେବ। ବ୍ୟବସାୟୀ ମାନେ ଗ୍ରାହକ ସେବାକୁ ଗ୍ରହଣ କରି ଉତ୍ତମ ଆୟର ପଥ ପରିସ୍କାର କରିବେ। ଆର୍ଥିକ ସଙ୍କଟ ଦୂରେଇଯିବ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ବ୍ୟବସାୟରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବାସହ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ।

କନ୍ୟା:-ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ବ୍ୟବସାୟ ପ୍ରସାର ପ୍ରଚାର ଫଳରେ ବହୁତ ବଡ଼ ମୁନାଫା ଉଠେଇ ପାରିବେ। ବାସଗୃହ ଓ ଯାନବାହନର କେତେକ ସମସ୍ୟା ସମାଧାନ ହୋଇଯିବ। ରାଜନୈତିକ କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବା ସହ ପ୍ରଶଂସିତ ହେବେ। ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତା କରିବେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ। ଆମୋଦ ପ୍ରମୋଦ, ମନୋରଞ୍ଜନ, ଦୀର୍ଘଯାତ୍ରା, ଓ ଛୋଟ ବଡ ମିଟିଙ୍ଗରେ ଯୋଗ ଦେଇ ପାରନ୍ତି। ବ୍ୟବସାୟ ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ। ଖାଦ୍ୟପେୟର ଅନିୟମିତତା ସ୍ଵାସ୍ଥ୍ୟହାନିର କାରଣ ହୋଇ ପାରେ। ରାଜନୈତିକ କ୍ଷେତ୍ରରେ କଠିନ ପରିଶ୍ରମ କଲେ ଯଶ, ମାନ ପ୍ରତିଷ୍ଠା ବୃଦ୍ଧି ହେବ। ପାରିବାରିକ ଜୀବନରେ ସୁଖ ସମ୍ପଦ ପ୍ରାପ୍ତି ହେବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ବିଚ୍ଛା:-ଧାର୍ମିକ କାର୍ଯ୍ୟରେ ରୁଚି ବଢିବା ସହିତ ସମୟ ମଧ୍ୟ ଆନନ୍ଦମୟ ହେବ। ପରୋକ୍ଷ ଶତ୍ରୁତା ଥିଲେ ମଧ୍ୟ ଆଶା କରିଥିବା କାମଟି ସମ୍ପନ୍ନ କରି ପାରିବେ। ଧର୍ମ କାର୍ଯ୍ୟପ୍ରତି ମନ ବଳାଇବେ। ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ। ଯେତେ ସମସ୍ୟା ଲାଗିଲେ ମଧ୍ୟ କାମକୁ ଅବହେଳା କରିବେ ନାହିଁ। ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରକ୍ଷାକରିବା ଫଳରେ ମନ ଭଲ ରହିବ ଓ ତାଙ୍କ କାର୍ଯ୍ୟରେ ବ୍ୟସ୍ତ ରହିବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ଧନୁ:-କାର୍ଯ୍ୟକ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ବିଦ୍ୟାର୍ଥିମାନେ ନିଜ କ୍ୟାରିୟର ପାଇଁ ଭଲ ସୁଯୋଗ ପାଇ ପାରିବେ। ପରିବାର ଜନଙ୍କ ସମ୍ବନ୍ଧିତ କୌଣସି ଶୁଭ ସମାଚାର ଶୁଣିବେ। ପୁରୁଣା ରୋଗର ଉପଶମ ହୋଇ ସ୍ୱାସ୍ଥ୍ୟରେ ଆଶାଜନକ ପରିବର୍ତ୍ତନ ଦେଖାଦେବ। ନୂତନ ବ୍ୟବସାୟର ସୁଯୋଗ ପାଇବେ ଓ ନୂତନ କାର୍ଯ୍ୟଆରମ୍ଭ କରି ପାରିବେ। କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସାହାଯ୍ୟ ସହଯୋଗ ପାଇବେ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମକର:-ଶିକ୍ଷାପ୍ରତି ରୁଚି ବୃଦ୍ଧି ପାଇବା ସହ ପରୀକ୍ଷା ପରିଣାମ ଅନୁକୂଳ ହେବ। ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ। ଗୋ-ସଂପଦ, ଭୂମି, ବସ୍ତ୍ରଆଭୂଷଣ, ବାହାନାଦି ପ୍ରାପ୍ତି ହୋଇ ପାରେ। ବ୍ୟବସାୟୀମାନେ ଆବଶ୍ୟକତା ଠାରୁ ଅଧିକ ଆଦାନ ପ୍ରଦାନ କରି ଉଚିତ ଲାଭ ପାଇବେ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

କୁମ୍ଭ:-ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ। ବ୍ୟବସାୟ ପାଇଁ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ। ଅଫିସ୍ କାମରେ ପରିଚାଳନାଗତ ସମସ୍ୟା ଦେଖାଦେଇ ପାରେ। ପରକଥାରେ ପଡି ପରିବାରରେ କଳହ ସୃଷ୍ଟି ହେବ। କର୍ମାନୁଯାୟୀ ଫଳପ୍ରାପ୍ତି ହେତୁ କର୍ତ୍ତବ୍ୟ ପରାୟଣତା ରକ୍ଷା କରି ପାରିବେ। ରାଜନୀତି କ୍ଷେତ୍ରରେ ସଫଳତା ମିଳିବ। ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମୀନ:-ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁ ନୂତନ ବ୍ୟବସାୟର ଯୋଜନା କରିବେ। ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ। ବନ୍ଧୁ ମିତ୍ରଙ୍କ ଉପଦେଶକୁ ମାନି ନେଲେ ସାମାଜିକ ସ୍ଥିତି ଓ ମାନସମ୍ମାନ ବୃଦ୍ଧିହେବ। ପାରିବାରିକ କାମକୁ ଶୃଙ୍ଖଳିତ କରିବେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!