ଦୈନିକ ରାଶିଫଳ: ୧୧ ଫ୍ରେବୃୟାରୀ ୨୦୨୦, ମା ମଙ୍ଗଳାଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କିଛି ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:–

ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ପାଇବେ। ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ। ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ ଓ ଦୂରଯାତ୍ରାର ସୁଯୋଗ ପାଇବେ। ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ ଓ ସୁଖ ସମ୍ପଦ ପ୍ରାପ୍ତି ହେବ। ବିଦ୍ୟାକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। ବ୍ୟବସାୟୀ ମାନଙ୍କର କାରବାର ବଢ଼ିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ। ପ୍ରତିକାର-କାହାରି ଠାରୁ ମାଗଣା ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:–

ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ ଓ ହସଖୁସିରେ ସମୟ ବିତାଇବେ। ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବ। ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ। ପରୀକ୍ଷା ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ। ଚାକିରୀ କ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବା ସହ ସରକାରୀ ସାହାଯ୍ୟ ମିଳିପାରେ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ଦୂରଯାତ୍ରା କରି ପରିଶ୍ରମର ଉଚିତ୍ ମୂଲ୍ୟ ପାଇବେ। ସନ୍ତାନ ସନ୍ତତି ମାନଙ୍କ ଖୁସିରେ ଆନନ୍ଦିତ ହେବେ। ପ୍ରତିକାର-ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ମିଥୁନ:–

ସ୍ୱାସ୍ଥ୍ୟ ଦିଗରୁ ଆଶ୍ଵସ୍ତି ଲାଭ କରିବେ। ପ୍ରତିଦ୍ୱନ୍ଦିତା ପରୀକ୍ଷା ରେ ସଫଳତା ଲାଭ କରିବେ। କର୍ମସଂଧାନୀ ମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ବନ୍ଧୁ ମିତ୍ରମାନଙ୍କ ସମର୍ଥନ ଓ ସାହାଯ୍ୟ ସହଯୋଗ ହେତୁ ଖୁସି ହେବେ। ରାଜନୈତିକ କ୍ଷେତ୍ରରେ ସମ୍ମାନ ବୃଦ୍ଧି ହେବା ସହ ସୁନାମ ଅର୍ଜନ କରିବେ। ଅଚାନକ ଭାବରେ ଧନ ପ୍ରାପ୍ତି କରିବାର ସୁଯୋଗ ମିଳିବ। ଗୃହରେ କୌଣସି ଶୁଭକର୍ମ ସମ୍ପାଦନ କରିପାରନ୍ତି। ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ। ପରିବାରର ସମ୍ପର୍କୀୟଙ୍କ କୌଣସି ଶୁଭ ସୂଚନା ପାଇ ଖୁସି ହୋଇଯିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:–

ଅନେକ ପ୍ରକାର କାର୍ଯ୍ୟରେ ପରିବର୍ତ୍ତନ ଦେଖାଦେବ। ବ୍ୟବସାୟ ବାଣିଜ୍ୟ କାରବାର ଯୋଗେ ବ୍ୟସ୍ତ ରହି ପାରନ୍ତି।  ରାଜନୈତିକ ଜୀବନରେ କୌଣସି କଥାବର୍ତ୍ତାକୁ ନେଇ ବିଶେଷ ସତର୍କ ରହିବା ଉଚିତ୍। ଜାଗା ଜମିବାଡ଼ି ନେଇ ସମସ୍ୟା ଥିଲେ ସମାଧାନର ବାଟ ଦେଖାଦେବ। ଆର୍ଥିକ ଦିଗରୁ ଲାଭ ନହେଲେ ମଧ୍ୟ ବ୍ୟୟଭାର କମ୍‌ ହେବ। ପାରିବାରିକ ଜୀବନ ଆନନ୍ଦମୟ ହେବ ଓ ପରିଶ୍ରମର ମୂଲ୍ୟ ପାଇବେ। ସ୍ୱାସ୍ଥ୍ୟ ସମସ୍ୟା ସେତେଟା ଭଲ ରହିବ ନାହିଁ। ଦୂରସ୍ଥାନକୁ  ଯାତ୍ରା କରି ଶାରୀରିକ ଅସୁସ୍ଥତା ଅନୁଭବ କରି ପାରନ୍ତି।  ପ୍ରତିକାରଗୋମାତାକୁ ଖାଇବାକୁ ଦିଅନ୍ତୁ। ଘାତ

ସିଂହ:–

ସହଯୋଗୀ, ସହକର୍ମୀ, ବରିଷ୍ଠ ବ୍ୟକ୍ତିମାନଙ୍କ ସହିତ ସମ୍ପର୍କ ନିବିଡ଼ ହେବ। ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ପଦାଧିକାରୀମାନେ ସହଯୋଗ କରିବେ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ଶୁଭଫଳ ପ୍ରାପ୍ତି ହେବ। ସ୍ୱାସ୍ଥ୍ୟ ଠିକ୍ ରହିବ। ପାରିବାରିକ କ୍ଷେତ୍ରରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ବିଦ୍ୟାର୍ଥିମାନେ ନିଜ ଲକ୍ଷ୍ୟ ସ୍ଥଳରେ ପହଞ୍ଚି ପାରିବେ। ପ୍ରତିକାର-ଅସହାୟକୁ ଖାଇବାକୁ ଦିଅନ୍ତୁ।

କନ୍ୟା:–

ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇ ଯାଇ ଶାନ୍ତିଶୃଙ୍ଖଳା ଦେଖାଦେବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ପ୍ରବାସ ଯାତ୍ରାରେ ଲାଭବାନ ହେବେ। ପୁରାତନରୋଗର ଉପଶମ ମିଳିବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। ଉଚ୍ଚାଧିକାରି ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ। ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ। କର୍ମକ୍ଷେତ୍ରରେ ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ରାଜନୈତିକ କ୍ଷେତ୍ରରେ ବିପଦ ସଙ୍କୁଳ ଦେଖାଦେଇ ଟଳିଯିବ। ବନ୍ଧୁଙ୍କ ଡାକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ କିନ୍ତୁ ଯାତ୍ରାରେ ସଫଳତା ଲାଭ ହେବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ବନ୍ଧୁଙ୍କ ଶୁଭକର୍ମରେ ମଧ୍ୟ ଯୋଗଦେବାକୁ ବାଧ୍ୟ ହେବେ। ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ।ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଛା:–

ଆର୍ଥିକ ଦିଗରୁ ବେଶ୍ ଅନୁକୂଳ ଥିବାରୁ କିଛି ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କ ବାଲାନ୍ସ ବୃଦ୍ଧି ପାଇବ। କର୍ମ କ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବା ସହ ନୂଆ ଯୋଜନାରେ ସଫଳ ହେବେ। ପ୍ରଶାସନିକ ସ୍ତରରେ ପରିଚାଳନା ଦାୟିତ୍ୱ ବୃଦ୍ଧି ପାଇବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ପ୍ରଚୁର ଲାଭ ପାଇବେ। ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ରାଜନୈତିକ କ୍ଷେତ୍ରରେ ପୁରୁଣା ସମସ୍ୟା ସମାଧାନ କରି ବିଜୟୀ ହେବେ। ପାରିବାରିକ ସମ୍ପର୍କରେ ଉନ୍ନତି ହେବ। ବିଦ୍ୟାର୍ଥିଙ୍କର କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର ଗୋମାତାକୁ ଖାଇବାକୁ ଦିଅନ୍ତୁ।

ଧନୁ:–

ସାମାଜିକ ପତିଆରା ଅମଳିନ ରହିବ। ଆୟ ଉପାର୍ଜନ ବୃଦ୍ଧି ହେବ। ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ। ବାସଗୃହ ଓ ଯାନବାହାନ ନେଇ କେତେ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ି ପାରେ। ସ୍ୱାସ୍ଥ୍ୟ ଦିଗରୁ ମଧ୍ୟମ ଫଳ ପ୍ରାପ୍ତି ହେବ। ଭ୍ରାତୃ ବିବାଦ ଦୂର ହେବ। ବିଦ୍ୟାର୍ଥିଙ୍କର ବିଦ୍ୟାରେ ଉନ୍ନତି ହେବା ସହ ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ।ବେପରୁଆ କାର୍ଯ୍ୟକଳାପ ଯୋଗୁଁ ଉଚ୍ଚବର୍ଗଙ୍କଠାରୁ ସମାଲୋଚିତ ହୋଇ ପାରନ୍ତି। ପ୍ରତିକାରଭୋକିଲା ଲୋକକୁ ଖାଇବାକୁ ଦିଅନ୍ତୁ।

ମକର:–

ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ। ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ଆୟ ଉପାର୍ଜନରେ ବାଧା ନାହିଁ। ବିଦ୍ୟାର୍ଥି ମାନେ ବ୍ୟସ୍ତତା ଭିତରେ କାର୍ଯ୍ୟ ସାଧନ କରିବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ସାକ୍ଷାତ୍କାରରେ ମନ ଊଣା ହୋଇପାରେ। ବ୍ୟବସାୟୀମାନେ ଅଧିକ ପରିଶ୍ରମ କରି ଅଳ୍ପ ଲାଭ ପାଇବେ। ବନ୍ଧୁଙ୍କ ଶୁଭକର୍ମରେ ଯୋଗଦେଇ ଖର୍ଚ୍ଚାନ୍ତ ହୋଇ ପାରନ୍ତି। କାର୍ଯ୍ୟ।ଳୟ ସମସ୍ୟା ଗୁଡ଼ିକୁ ସମାଧାନ କରିବା ଉଚିତ୍‌। ସତର୍କ ନହେଲେ ଯାନବାହନରେ ଆକସ୍ମିକ ଦୁର୍ଘଟଣା ଘଟିପାରେ। ପ୍ରତିକାର ଗୋମାତାକୁ ଖାଇବାକୁ ଦିଅନ୍ତୁ।  ଘାତଘାତ

କୁମ୍ଭ:–

କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବ ଓ ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ। ସାମାଜିକ କାର୍ଯ୍ୟରେ ସଫଳତା ସହ ମାନସମ୍ମାନ ବୃଦ୍ଧି ହେବ। ବିଦ୍ୟାକ୍ଷେତ୍ରରେ ପ୍ରତିଯୋଗିତା ପରୀକ୍ଷା ରେ ସଫଳ ହେବେ। ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ। ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହୋଇ ଆନନ୍ଦମୟ ମୁହୂର୍ତ୍ତ କଟିବ। ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ। ବ୍ୟବସାୟରେ ସହଯୋଗୀ ମାନଙ୍କ ଯୋଗୁଁ ଉତ୍ତମ କାରବାର କରି ଅଧିକ ଲାଭ ପାଇବେ। ପ୍ରତିକାରଭୋକିଲା ଲୋକକୁ ଖାଇବାକୁ ଦିଅନ୍ତୁ।

ମୀନ:–

ଶୁଭ ସମାଚାର ଶୁଣିବାକୁ ପାଇବେ। ଜାଗା, ଜମି, ଗୃହପୋକରଣ କ୍ରୟ କରିବେ। ନୂତନକର୍ମପ୍ରାପ୍ତିର ସୁଯୋଗ ପାଇବେ। ବ୍ୟବସାୟରେ ଆଶାତୀତ ଲାଭ ମିଳିବ। ପରିବାରରେ ସୁସ୍ଥ ବାତାବରଣ ଜାରିରହିବ। ଦୂରଯାତ୍ରାର ସୁଯୋଗ ପାଇବେ। ପ୍ରମୋଶନ ସୂଚନାପାଇ ଖୁସି ହେବେ। ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ। ବିଦ୍ୟାର୍ଥିଙ୍କର କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ ବିଜୟୀ ହେବେ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଅଚାନକ ଧନପ୍ରାପ୍ତି ହେବ। ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!