ଦୈନିକ ରାଶିଫଳ: 11 ଫେବୃୟାରୀ 2021, ମା ଲକ୍ଷ୍ମୀଙ୍କ କୃପାରୁ ଏହି ସବୁ ରାଶିଙ୍କୁ ମିଳିବ ପ୍ରଚୁର ଧନଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଫେବୃୟାରୀ ମାସ ୧୧ତାରିଖ, ଗୁରୁବାର, ମକରମାସ ୨୯ଦିନ, ମାଘମାସ, କୃଷ୍ଣପକ୍ଷ, ଅମାବାସ୍ୟାତିଥି, ଶ୍ରବଣା ନକ୍ଷତ୍ର, ମକରରାଶିରେ ଚନ୍ଦ୍ର । ତୁଳା, କୁମ୍ଭ ରାଶିର ଘାତବାର । ସିଂହ ରାଶିର ଘାତଚନ୍ଦ୍ର । ଆମିଷ, ତୈଳ ନ ଖାଇଲେ ଭଲ । ଶୁଭସମୟ- ପ୍ରାତଃ ୬ଟା ୨୨ମିନିଟ୍ ରୁ ୭ଟା ୫୧ମିନିଟ୍, ଦିବା ୧୦ଟା ୫୪ମିନିଟ୍ ରୁ ୧ଟା ୭ମିନିଟ୍ । ପର୍ବଦିନ- ମାସାନ୍ତ, ତ୍ରିବେଣୀ ଅମାବାସ୍ୟା ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ । ବ୍ୟବସାୟରେ ଉନ୍ନତି ଓ ଲାଭ ମିଳିବାଦ୍ଵାରା ଆୟର ସ୍ରୋତ ଖୋଲିଯିବ । ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ମେଣ୍ଟିଯିବ । କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବ । ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ । ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ ହୋଇପାରିବ । ପ୍ରତିକାର- ହଳଦୀରଙ୍ଗର ବସ୍ତ୍ର ପରିଧାନ କରନ୍ତୁ ।

ବୃଷ:-

ସାମ୍ବାଦିକତା, ଭ୍ରମଣ, ରାଜନୀତି, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ପାରିବାରିକ ସ୍ତରରେ ବିବାଦୀୟ ପରିସ୍ଥିତିର ସମାଧାନ ହେବ । ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ । ଇଲୋକଟ୍ରୋନିକ୍ସମିଡିଆ ଓ ପ୍ରିଣ୍ଟ ମିଡିଆର ସାମ୍ବାଦିକ ମାନେ ଜନ ସମର୍ଥନ ପାଇ ସଫଳ ହେବେ । ଉଚିତ୍ ପରାମର୍ଶ ପାଇ ବିଦ୍ୟାରେ ଉନ୍ନତି ହେବ । ପ୍ରତିକାର:- କଦଳୀଗଛ ମୂଳରେ ଗୁଡ଼ଟିକେ ଥୋଇ ଦିଅନ୍ତୁ ।

ମିଥୁନ:-

ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ । ପାରିବାରିକ ଅଶାନ୍ତି ଦୂରେଇଯିବ । ଦାମ୍ପତ୍ୟ ସୁଖରେ ସୁଖୀ ହେବେ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ । କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ସ୍ୱାସ୍ଥ୍ୟ ହାନୀ ହେବା ସହ ସନ୍ତାନ ମାନଙ୍କ ଭବିଷ୍ୟତ ନେଇ ଚିନ୍ତିତ ରହିବେ । ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ ।

କର୍କଟ:-

ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ । ନୂତନ କାର୍ଯ୍ୟଆରମ୍ଭ, ଶତ୍ରୁହାନି, ଉଚ୍ଚପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସମସ୍ୟା ଦୂରହେବ । ବିଭାଗୀୟପରୀକ୍ଷା, ପ୍ରତିଯୋଗିପରୀକ୍ଷାର ପରିଣାମ ମନ ଅନୁକୂଳ ହେବ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ରାଜନୀତି କ୍ଷେତ୍ରରେ ନାନାବିଧ ସୁଯୋଗ ପାଇବେ । କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ । ପିଲାମାନଙ୍କ କାର୍ଯ୍ୟରେ ଖୁସି ହେବେ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ସିଂହ:-

କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଘରୋଇ କର୍ମଚାରୀମାନଙ୍କର କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରି, ତଳୁ ଉପର ସ୍ତର ଯାଏ ଆଦର୍ଶ ସ୍ଥାନ ଗ୍ରହଣ କରିବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ଆୟ ଅପେକ୍ଷା ବ୍ୟୟ ବୃଦ୍ଧିପାଇବ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

କନ୍ୟା:-

ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ । ଶତୃମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା କାଏମ୍ ରଖି ପାରିଲେ ଲାଭ ପାଇବେ । ନୂଆ ସମ୍ପର୍କରେ ଉନ୍ନତି ହେବା ସହ ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ । ପ୍ରେମିକ ପ୍ରେମିକାମାନେ ମନୋ ରଞ୍ଜନ କାର୍ଯ୍ୟ କ୍ରମରେ ଯୋଗଦେଇ ପାରନ୍ତି । ଉତ୍ତରଦାୟିତ୍ୱ ବଢ଼ିବ । ରାଜନୀତିରେ ସଫଳତା ମିଳିବ । ବ୍ୟବସାୟ କ୍ଷେତ୍ରରେ କଥା ଓ ବ୍ୟବହାର ନିୟନ୍ତ୍ରଣ ନକଲେ ଲୋକ ସଂପର୍କରେ ବାଧା ଉପୁଯିବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ତୁଳା:-

ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ । ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ । ନିଜର ଚତୁରତା ଓ ପତିଆରା ଯୋଗେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷକୁ ଆଣି ପାରିବେ । ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ । ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ । ପ୍ରେମ ପ୍ରସଙ୍ଗରେ ମଧୁରତା ଆସିବ । ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-

ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟଗତି ଉତ୍ସାହପୂର୍ଣ୍ଣ ହେବ । ଜାଗା, ଜମି ଗୃହ ସମ୍ବନ୍ଧୀୟ କୌଣସି ମାମଲା, ସମାଧାନ ହୋଇଯିବ । ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ । କର୍ମ କ୍ଷେତ୍ରରେ ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ । କର୍ମ ସନ୍ଧିତ୍ସୁମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳତା ପାଇବେ । ପରିବାର ସମ୍ବନ୍ଧିତ କୌଣସି ବନ୍ଧୁଙ୍କ ଦ୍ଵାରା ଶୁଭ ସମାଚାର ଶୁଣିବେ । କମିଶନ ସମ୍ବନ୍ଧିତ କାର୍ଯ୍ୟରେ ଲାଭ ମିଳିବ । ପ୍ରତିକାର- ଫିକାରଙ୍ଗରବସ୍ତ୍ର ପରିଧାନ କରନ୍ତୁ ।

ଧନୁ:-

ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ । ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ । ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ । ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ । କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ । ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷାକ୍ଷେତ୍ରରେ ଆଗ୍ରହୀ ହେବେ । ପରିବାରରେ ଖୁସିର ବାତା ବରଣ ସ୍ଥାୟି ରହିବ । ପ୍ରେମ ପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ । ରାଜନୀତି କ୍ଷେତ୍ରରେ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ମକର:-

ନୂତନ ସମ୍ବନ୍ଧ ସୃଷ୍ଟିହେବ । କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ । ପରିବହନ ବ୍ୟବସାୟରେ ସମସ୍ୟା ସମାଧାନ ହେବ । ମାନସିକ ସୁସ୍ଥତା ଅନୁଭବ କରିବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ସମ୍ମାନ ପାଇବେ । ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କୁମ୍ଭ:-

ସ୍ଵାସ୍ଥ୍ୟରେ ଉନ୍ନତି ଦେଖା ଦେଇପାରେ ବା ରକ୍ତଚାପ, ମଧୁମେହ, ଉଦରପୀଡା ରୋଗରୁ ସାମାନ୍ୟ ଉପସମ ମିଳିବ । ଛାତ୍ରଛାତ୍ରୀ ମାନଙ୍କର ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ । ରାଜନୀତି କ୍ଷେତ୍ରରେ କଠିନ ପରିଶ୍ରମ ହେତୁ ସାମାଜିକ ପତିଆରା ଅମଳିନ ରହିବ । ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ପାଇବ । ଗୃହୋପକରଣ କ୍ରୟ କରିବା ପାଇଁ ମନ ବଳେଇ ପାରନ୍ତି । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ମୀନ:-

ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ । ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ଟଙ୍କାର ଆବଶ୍ୟକତା ପୂରଣ ହେବ । ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ । ସନ୍ତାନ ସମ୍ବନ୍ଧୀୟ ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନ ବୃଦ୍ଧି ହେବ । କର୍ମନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ପ୍ରତିକାର- ନାଲିବସ୍ତ୍ର ପରିଧାନ କରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!