ଦୈନିକ ରାଶିଫଳ: 11 ଫେବୃୟାରୀ 2023, ଶନିଦେବଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୩ ମସିହା, ଫେବୃୟାରୀ ମାସ ୧୧ତାରିଖ, ଶନିବାର, ମକରମାସ ୨୯ଦିନ, ଫାଲଗୁନ ମାସ, କୃଷ୍ଣପକ୍ଷ, ପଞ୍ଚମୀ ତିଥି ଦିବା ୯ଟା ୮ମିନିଟ ପରେ ଷଷ୍ଠୀ ତିଥି, ଚିତ୍ରା ନକ୍ଷତ୍ର, କନ୍ୟା ରାଶିରେ ଚନ୍ଦ୍ର ଦିବା ୧ଟା ୧ମିନିଟ ପରେ ତୁଳା ରାଶିରେ ଚନ୍ଦ୍ର । ଶୂଳ ଯୋଗ ଦିବା ୪ଟା ୨୧ମିନିଟ୍ ପରେ ଗଣ୍ଡ ଯୋଗ । ତୈତିଳ କରଣ ଦିବା ୯ଟା ୮ମିନିଟ୍ ପରେ ଗର କରଣ । ବୃଷ, ସିଂହ, କନ୍ୟା ରାଶିର ଘାତବାର । ବୃଷ ରାଶିର ଘାତଚନ୍ଦ୍ର । ନିଷିଦ୍ଧ ଖାଦ୍ୟ- ବେଲ, ପଣସ ନ ଖାଇଲେ ଭଲ ଦିବା ୯ଟା ୮ମିନିଟ୍ ପରେ ନିମ୍ବ ବା ପିତା ଦ୍ରବ୍ୟ ନ ଖାଇଲେ ଭଲ । ଯୋଗିନୀ- ଦକ୍ଷିଣେ ଦିବା ୯ଟା ୮ମିନିଟ୍ ପରେ ପଶ୍ଚିମେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ଷଷ୍ଠୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ପ୍ରାତଃ ୬ଟା ୨୧ମିନିଟ୍ ରୁ ୭ଟା ୪୬ମିନିଟ୍, ଦିବା ୧ଟା ୨୫ମିନିଟ୍ ରୁ ୨ଟା ୫୦ମିନିଟ୍, ଦିବା ୪ଟା ୧୫ମିନିଟ୍ ରୁ ୫ଟା ୪୦ମିନିଟ୍, ସନ୍ଧ୍ୟା ୫ଟା ୪୦ମିନିଟ୍ ରୁ ୭ଟା ୧୫ମିନିଟ୍, ରାତ୍ରି ୪ଟା ୪୬ମିନିଟ୍ ରୁ ୬ଟା ୨୧ମିନିଟ୍ । ଶୁଭସମୟ- ଦିବା ୧୦ଟା ୩୬ମିନିଟ୍ ରୁ ୧ଟା ୮ମିନିଟ୍, ରାତ୍ର ୮ଟା ୧୨ମିନିଟ୍ ରୁ ୧୦ଟା ୪୪ମିନିଟ୍, ରାତ୍ର ୧୨ଟା ୨୬ମିନିଟ୍ ରୁ ୨ଟା ୭ମିନିଟ୍, ରାତ୍ର ୨ଟା ୫୮ମିନିଟ୍ ରୁ ରାତ୍ର ୪ଟା ୩୯ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ପରିବାରରେ ମାନ ମନାନ୍ତର ଦୂର ହେବ । ବ୍ୟବସାୟ ପାଇଁ ବିଦେଶ ଯାତ୍ରା କରି ଲାଭବାନ ହେବେ । ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଆର୍ଥିକ ଦିଗରୁ ସୁବିଧା ପାଇବେ । ମାନସିକ ଶାନ୍ତି ଅନୁଭବ କରିବେ । ଧନସମ୍ପଦ, ବସ୍ତ୍ରଭୂଷଣ ଆଦି ଲାଭ ହୋଇପାରେ । ପୁରାତନ ରୋଗର ଉପଶମ ପାଇ ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ । ସୁଖ ଶାନ୍ତିରେ ଦିନଟି କାଟିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-ସାମାଜିକ କ୍ଷେତ୍ରରେ ଦାୟିତ୍ଵ ବଢିବା ସହ ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ ଓ ନିଜ ଲୋକମାନେ ହିଁ କାମରେ ଆସିବେ । ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ । ପ୍ରେମିକ ପ୍ରେମିକା ମାନଙ୍କର କ୍ରୋଧ ନିୟନ୍ତ୍ରଣ ନ ରଖିଲେ କ୍ଷତି ସହିବେ । ଶତୃଙ୍କଠାରୁ ଦୂରେଇ ରହିବା ଉଚିତ୍ । ପୁରାତନ ରୋଗପ୍ରତି ସାବଧାନ ରହିଲେ ଭଲ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-କର୍ମକ୍ଷେତ୍ରରେ ମାନସିକ ଅଶାନ୍ତି ଦୂର ହୋଇ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନ ବୃଦ୍ଧି ହେବ । ବ୍ୟବସାୟରେ ଅତ୍ୟଧିକ ଲାଭବାନ ହୋଇ ଆର୍ଥିକ ସ୍ଥିତି ସୁଦୃଢ ହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

କର୍କଟ:-ଶତ୍ରୁମାନେ ମିତ୍ରବତ୍ କାର୍ଯ୍ୟ କରିବେ । ରାଜନୈତିକ କ୍ଷେତ୍ରରରେ ସ୍ଥିତି ସୁଦୃଢ ହେବ । ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ଅତ୍ୟଧିକ ଲାଭବାନ ହେବେ । ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ । କର୍ମଚାରୀଙ୍କର କାର୍ଯ୍ୟ କ୍ଷେତ୍ରରେ ଶତ୍ରୁମାନେ ପରାଜିତ ହେବେ । ଛାତ୍ରଛାତ୍ରୀମାନଙ୍କର ସୁଖ୍ୟାତି ଲାଭ ହେବ । ମାନସିକ ଅଶାନ୍ତି ଦୂର ହୋଇ ସୁଖ ଶାନ୍ତିରେ ଦିନଟି କଟିବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ସିଂହ:-ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ । ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ । ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ । ବିଦ୍ୟାରେ ଉନ୍ନତି ହେବ । ସାଧାରଣ ଦିନଚର୍ଯ୍ୟ । ରେ ଅତୁଟ ରହିଲେମଧ୍ୟ ଉଦରପୀଡା ଓ ଚକ୍ଷୁପୀଡାରେ ପ୍ରଭାବିତ ହୋଇ ପାରନ୍ତି । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କନ୍ୟା:-ଭବିଷ୍ୟତ ଚିନ୍ତାକରି ପରିଶ୍ରମକଲେ ଚେଷ୍ଟା ସାର୍ଥକହେବ । ପରିବାରରେ ସୁସ୍ଥ ବାତାବରଣ ଜାରିରହିବ । ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ । ପୁରାତନ ବନ୍ଧୁ ଓ ଅଚିହ୍ନା ଲୋକଙ୍କଠାରୁ ନିନ୍ଦା ଶୁଣି ପାରନ୍ତି । ଅଧିକ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ କିଛି ବ୍ୟୟ ହେବ । ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ତୁଳା:-ବ୍ୟବସାୟରେ ଆଶାତୀତ ଲାଭ ମିଳିବ । ଦୂରଯାତ୍ରାର ସୁଯୋଗ ପାଇବେ । ଆୟ ଉପାର୍ଜନରେ ବାଧା ନାହିଁ । ପ୍ରମୋଶନ ସୂଚନାପାଇ ଖୁସି ହେବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ସାକ୍ଷାତ୍କାରରେ ସଫଳହେବେ । ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ । କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବ । ଗୃହସମସ୍ୟା ସମାଧାନ ହେବ । ଅଟକିଥିବା କାର୍ଯ୍ୟ ପୂରଣ ହେବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ବିଚ୍ଛା:-ସାମାଜିକ କାର୍ଯ୍ୟରେ ଭାଗ ନେବେ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ । ଭାଇ ଓ ମିତ୍ରଙ୍କଠାରୁ ସହଯୋଗ ପାଇବେ । ବିରୋଧିମାନେ ଦୂରେଇଯିବେ । ପରିବାରରେ ଖୁସିର ବାତାବରଣ ସୃଷ୍ଟି ହେବ । ଯାନ ବାହନ ସୁଖ ମିଳିବ । ବିଦ୍ୟା, ଖେଳରେ ପ୍ରଶଂସିତ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ଧନୁ:-କର୍ମକ୍ଷେତ୍ରରେ ସଫଳତା ମିଳିବ ଓ ଉଚ୍ଚପଦସ୍ଥ କର୍ମକର୍ତ୍ତାମାନଙ୍କର କର୍ମଉପରେ ନଜର ପଡ଼ିପାରେ । ପାରିବାରିକ କ୍ଷେତ୍ରରେ ସ୍ଥିରତା ଦେଖାଦେବ । ବ୍ୟବସାୟୀମାନେ ବହୁତ ଦିନର ବାକିପଡିଥିବା ଅର୍ଥ ପାଇବେ ଓ ବ୍ୟବସାୟରେ ଆଶାତୀତ ଲାଭ କରିବେ । ରାଜନୀତି ଓ ପ୍ରଶାସନ କ୍ଷେତ୍ରରେ ସମସ୍ୟାକୁ ସୁଧାରି ନେବେ । ତଳ ମହଲରୁ ଆଶାତୀତ ଲାଭ ପାଇବେ । ସୁଖ-ଶାନ୍ତିରେ ଦିନଟି କଟାଇବେ । ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ ।

ମକର:-କର୍ମକ୍ଷେତ୍ରରେ ଉଚ୍ଚାଧିକାରୀ ଓ ସହକର୍ମୀଙ୍କ ଠାରୁ ଉଚ୍ଚ ସମ୍ମାନ ପାଇବେ । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଆମୋଦ, ପ୍ରମୋଦ, ମନୋରଞ୍ଜନ, ଦୀର୍ଘ ଯାତ୍ରା, ଛୋଟ ବଡ଼ ମିଟିଂରେ ଯୋଗ ଦେବେ । ବ୍ୟବସାୟରେ ଯେତେ ପରିଶ୍ରମ କରିବେ ସେତେ ଲାଭ ବାନ୍ ହେବେ । କିଛି କାରଣ ନଥାଇ ବଦନାମ୍ ବା ମିଛ କେଶ୍ ରେ ଫଶିଯିବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-ଗୃହ ସମସ୍ୟା ସଜାଡିବାର ସୁବିଧା ପାଇବେ । ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ । ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି । ସତର୍କତା ଅବଲମ୍ବନ ନକଲେ କୌଣସି ଭୁଲ୍ କାମରେ ଫଶିଯିବେ । ଅନ୍ୟର ଉପକାର କରି ନିଜେ କ୍ଷତିରେ ପଡିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-ଶତୃମାନେ ମିତ୍ରତାଭାବ ଆଚରଣ କରିବେ । ଉଚ୍ଚଆଶା ପୂରଣ ହେବ । କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାର କ୍ଷେତ୍ରରେ କୃତକାର୍ଯ୍ୟ ହେବେ । ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇବେ । ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇବେ । ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ ଓ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ । କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!