ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ! ଆଜି କେମିତି ରହିବ ଆପଣଙ୍କ ଦିନ : ୧୧ ଜାନୁୟାରୀ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୧୧ ଜାନୁୟାରୀ ୨୦୧୮

ମେଷ:

ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ। ଭାବନାର ବଶୀଭୂତ ହୋଇ ଅମିନୀ, ଜମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ। ପ୍ରତିକାର-ପିତା ମାତାଙ୍କ ଆଜ୍ଞା ପାଳନ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:

ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। କର୍ମ ଓ ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡିବ।ଅନେକ ସମସ୍ୟାର ସମାଧାନ ହୋଇ ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ। ପ୍ରତିକାର- ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।

ମିଥୁନ:

ନୂଆ ସମସ୍ୟାର ସମ୍ମୁଖୀନ ହେବେ। ନିଜର ବୁଦ୍ଧି, ବିବେକ ଖଟାଇ ସମାଧାନ କରିପାରିବେ। ଆମୋଦ ପ୍ରମୋଦ, ମନୋରଞ୍ଜନ, ଦୀର୍ଘଯାତ୍ରା, ଛୋଟ ବଡ ମିଟିଙ୍ଗୀରେ ଯୋଗ ଦେବେ। ପ୍ରତିକାର- ସୋରିଷ ତେଲରେ ପରଟା କରି କୁକୁରକୁ ଖାଇବାକୁ ଦିଅନ୍ତୁ।

କର୍କଟ: 

ସାମାନ୍ୟ କଥାରେ ଅଯଥା ତର୍କ ନକରି ଶାନ୍ତ ରହିବା ଉଚିତ୍। କୌଣସି କ୍ଷେତ୍ରରେ ଆଗକୁହା ନ ହୋଇ କର୍ମନିଷ୍ଠା ମଧ୍ୟରେ ନିଜକୁ ସୀମିତ ରଖିବା ହିତକର। ପ୍ରତିକାର- ପଙ୍ଗୁ ଭିକାରୀଙ୍କୁ ଖାଦ୍ୟ ଦିଅନ୍ତୁ।

ସିଂହ:

ବ୍ୟବସାୟ ସମ୍ବନ୍ଧୀୟ  ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡିବ। କର୍ମ କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ। ସନ୍ତାନର ସୁ-ଖବର ଶୁଣି ଖୁସି ହେବେ। ପ୍ରତିକାର- ବେଲ କାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ। 

କନ୍ୟା:

ବାଦ-ବିବାଦ, ପ୍ରତିଯୋଗୀତା-ପରୀକ୍ଷା, ଓ ମାଲିମୋକଦ୍ଦମାର ସମାଧାନ ହେବ। ପାରିବାରିକ ସ୍ଥିତିର ଅବ୍ୟବସ୍ଥିତତାକୁ ଆଧାର କରି କ୍ଷୋଭ, ଅବଶୋଷ, ଅପମାନରେ ଜର୍ଜରିତ ହେବେ। ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସିବ। ଅଳ୍ପକେ ଦୁର୍ଘଟଣାରୁ ରକ୍ଷା ପାଇବେ। ପ୍ରତିକାର- ଗ୍ରାମ୍ୟ ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

ତୁଳା:

ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁଁ ନୂତନ ବ୍ୟବସାୟର ଯୋଜନା କରିବେ। ପ୍ରେମସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୁରତା ସୃଷ୍ଟି ହେବ। ମହିଳାଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ପ୍ରତିକାର- ଚଣାଡାଲି ଓ ଗୁଡ ହଳଦିଆ କପଡାରେ ବାନ୍ଧି ମନ୍ଦିରରେ ଦାନ କରନ୍ତୁ।

ବିଛା:

ସୁଖ ସମୃଦ୍ଧି ବୃଦ୍ଧି ହେବ। ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। ଅଚାନକ ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବେ। ସ୍ଵର୍ଣ୍ଣ ଅଳଙ୍କାର କ୍ରୟ କରିବେ। ପ୍ରତିକାର- ଭିକାରୀକୁ ନିରାଶ କରିବେ ନାହିଁ। 

ଧନୁ:

ଜନ ସେବାରେ ନିଜକୁ ନିୟୋଜିତ କରିବେ। କର୍ମ କ୍ଷେତ୍ରରେ ସହଯୋଗୀମାନଙ୍କ ଯୋଗୁଁ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ। କର୍ମସନ୍ଧିତ୍ସୁମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମକର:

ଅଚାନକ ଧନ ପ୍ରାପ୍ତି ହେବ ଓ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। ଉଚ୍ଚଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।

କୁମ୍ଭ:

ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ସନ୍ତାନ ପକ୍ଷର ଚିନ୍ତା ଦୂର ହୋଇଯିବ। କର୍ମ ପ୍ରତି ହତୋତ୍ସାହ ଏବଂ ସ୍ଵାସ୍ଥ୍ୟରେ ଅବନତି ଦେଖାଦେବ। ପରିବାରରେ ଓ କୁଟୁମ୍ବରେ ମାଙ୍ଗଳିକ କାର୍ଯ୍ୟର ଦାୟିତ୍ଵ ନେଇ ଧାଦୌଡ କରିବା ଫଳରେ କଷ୍ଟ ସ୍ଵୀକାର କରିବେ। ପ୍ରତିକାର- ମନ୍ଦିର ସାମ୍ନାରେ ମୁଣ୍ଡ ନୂଆଁଇ ପ୍ରଣାମ କରନ୍ତୁ।

ମୀନ:

ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ। କର୍ମ କ୍ଷେତ୍ରରେ ଉଚ୍ଚଧିକାରୀ ସହକର୍ମୀଙ୍କ ସହ ବାଦବିବାଦ ସୃଷ୍ଟି ହେବ। ପରିବାରର କେତେକ ସମସ୍ୟା ନେଇ, ମାନସିକ ପୀଡା ଅନୁଭବ କରିବେ। ପ୍ରତିକାର- ଘରୁ ବହାରରିବା ସମୟରେ ମୁହଁ ମିଠା କରି ବାହାରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!