ଦୈନିକ ରାଶିଫଳ: ୧୧ ଜାନୁୟାରୀ ୨୦୧୯
ମେଷ:–
ଅଟକିଥିବା କାର୍ଯ୍ୟ ଚାଲୁ କରି ହେବ। କର୍ମକ୍ଷେତ୍ରରେ ସଫଳତା ମିଳିବ। ବ୍ୟବସାୟରେ ଆଶାତୀତ ଲାଭ କରିବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ। ମହିଳାମାନେ ସକ୍ରିୟ ହେବେ। ଭାଇ ଓ ମିତ୍ରଙ୍କଠାରୁ ସହଯୋଗ ପାଇବେ। ବିରୋଧିମାନେ ଦୂରେଇଯିବେ। ପରିବାରରେ ଖୁସିର ବାତାବରଣ ସୃଷ୍ଟି ହେବ। ଯାନ ବାହନ ସୁଖ ମିଳିବ। ମନୋରଂଜନ କାର୍ଯ୍ୟରେ ସମୟ କଟିବ। ବିଦ୍ୟା, ଖେଳରେ ପ୍ରଶଂସିତ ହେବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।
ବୃଷ:–
ପାରିବାରିକ କ୍ଷେତ୍ରରେ ସ୍ଥିରତା ଦେଖାଦେବ। କର୍ମକ୍ଷେତ୍ର ସୁଦୃଢ଼ ହେବ। ବ୍ୟବସାୟୀମାନେ ବହୁତ ଦିନର ବାକିପଡିଥିବା ଅର୍ଥ ପାଇବେ। ଶିଳ୍ପ, ବାଣିଜ୍ୟ, ଯାତ୍ରା, ରାଜନୀତି, ପ୍ରଶାସନ କ୍ଷେତ୍ରରେ ସମସ୍ୟାକୁ ସୁଧାରି ନେବେ। ମହିଳାମାନଙ୍କର ଆଶା ପୂରଣ ହେବ। ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ। ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ। ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ । ବିଦ୍ୟାରେ ଉନ୍ନତି ହେବ। ଭବିଷ୍ୟତ ଚିନ୍ତାକରି ପରିଶ୍ରମକଲେ ଚେଷ୍ଟା ସାର୍ଥକହେବ। ପ୍ରତିକାର- ଅସହାୟ ବୃଦ୍ଧଙ୍କୁ ଖାଦ୍ୟ ଦିଅନ୍ତୁ।
ମିଥୁନ:–
ଆୟର ମାର୍ଗ ପ୍ରଶସ୍ତ ହେବ। ଦୂରଯାତ୍ରାରେ ସୁଖମିଳିବ ଏବଂ ଲାଭ ବାନ୍ ହେବେ। ପରିବାରରେ ଆନନ୍ଦ ଲହରୀ ଖେଳିଯିବ। ମିତ୍ର, ଭାଇ ଓ ବନ୍ଧୁମାନେ ସହଯୋଗ କରିବେ। ପରିଶ୍ରମଦ୍ୱାରା କାର୍ଯ୍ୟ ସଫଳ ହେବ। ବାହାନ କ୍ରୟ ଓ ବିକ୍ରୟ କରିବେ। ବାଦବିବାଦ ମାଲିମୋକଦ୍ଦମା ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ। ମହିଳାମାନେ ସମସ୍ୟା ସମାଧାନ କରି ଶାନ୍ତି ପାଇବେ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ। ରାଜନୀତିରେ ବିରୋଧ, ଖେଳରେ ସତର୍କତା ଅବଲମ୍ବନ କରିବା ଉଚିତ୍। ବଜେଟ୍ ରେ ଗୋଳମାଳ ହେବ। ପ୍ରତିକାର- ଗୁଡ ରୁଟି ଗାଈକୁ ଖାଇବାକୁ ଦିଅନ୍ତୁ।
କର୍କଟ:–
କାର୍ଯ୍ୟ ସହଜ ସରଳରେ ସମାଧାନ ହେବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ଖର୍ଚ୍ଚବଢ଼ିବାଯୋଗେପରିବାରରେ ଅସନ୍ତୋଷ ଦେଖାଦେବ। ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ। ଛୋଟ ଛୋଟ କାମକୁ ବୁଝିବିଚାରି ନକଲେ ଦ୍ଵନ୍ଦରେ ପଡିବେ। କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ଧାର କରଜ କରିବାକୁ ବାଧ୍ୟ ହେବେ। କର୍ମରେ ଅସ୍ଥିରତା ଆସିବ। ସାମୟିକ ଚିନ୍ତା ଦୂରହେବ। ମହିଳାମାନେ ପିଲାଙ୍କସହ ଖୁସିରେ ରହିବେ। ନିଜଲୋକମାନେ ଦୂରେଇ ଯିବେ। ରାଜନୀତିରେ ପ୍ରସଂଶା, ବିଦ୍ୟାରେଉନ୍ନତି, କୃଷିରେ ମନସନ୍ତୁଷ୍ଟ, ଖେଳରେ ବିଜୟୀ ହେବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।
ସିଂହ–
ମନୋରଞ୍ଜନ କରିବା ପାଇଁ ସମୟ ମିଳିବ। ଯାତ୍ରାରେ ସମୟ କଟିବ ଓ ଲାଭ ପାଇବେ। ବ୍ୟବସାୟ ବୃଦ୍ଧି କିମ୍ବା ନୂଆ ଯୋଜନା ଅନୁସାରେ କାର୍ଯ୍ୟ କରିବେ। ଅଟକିଥିବା ଧନ ପ୍ରାପ୍ତ ହେବ। ମହିଳାମାନେ ନୂତନ କର୍ମ ଓ ବ୍ୟବସାୟ ପାଇଁ ଚେଷ୍ଟିତ ହେବେ। ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ। ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ। ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ। ରାଜନୀତିରେ ଉନ୍ନତି, ବିଦ୍ୟାରେ ଉନ୍ନତି, ଖେଳରେ ଖୁସି ହେବେ। ଆର୍ଥିକସ୍ଥିତି ପୂର୍ବପରି ରହିବ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।
କନ୍ୟା–
କୌଣସି ଆନୁଷ୍ଠାନିକ, ମାଙ୍ଗଳିକ ଓ ସାଙ୍ଗଠନିକ କାର୍ଯ୍ୟରେ ଯୋଗ ଦେବେ। ଆର୍ଥିକସ୍ଥିତି ମନ୍ଦ ହେବନାହିଁ, ଯାହାଦ୍ୱାରା କି ବହୁ ପରିମାଣରେ ଅଭିବୃଦ୍ଧିର ହାର ବଢ଼ିଯିବ। ଲେଖାପଢ଼ାରୁ, ସଭାସମିତିରୁ, ବନ୍ଧୁମିଳନରୁ ଶୁଭଫଳ ପାଇବେ। ବ୍ୟବସାୟୀମାନେ ନିଜର ପ୍ରାଧାନ୍ୟ ବିସ୍ତାର କରି ସମସ୍ୟାକୁ ସୁଧାରି ନେବେ। ପ୍ରତିଯୋଗିତା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟ ଲାଭ କରିବେ। ମହିଳାମାନେ ଅନ୍ୟକୁ ନିଜ ସହ ତୁଳନା କରି ମାନସିକ ଶାନ୍ତି ଅନୁଭବ କରିବେ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।
ତୁଳା–
ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ଅପଣା ଲୋକଙ୍କ ସହଯୋଗ ପାଇ ଅଶାନ୍ତି ଓ ବିଶୃଙ୍ଖଳାରୁ ମୁକ୍ତ ହେବେ। କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ଫଳରେ ପ୍ରଶଂସିତ ହେବେ। ଆରମ୍ଭ କରିଥିବା କାର୍ଯ୍ୟ ଶେଷ କରିପାରିବେ। ନିକଟସ୍ଥ ବ୍ୟକ୍ତି ସାହାଯ୍ୟ କରିବା ଦ୍ଵାରା ସଫଳତା ମିଳିବ। ଦାମ୍ପତ୍ୟଜୀବନ ସୁଖମୟ ହେବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ନିକଟକୁ ଯାତ୍ରା କରି ଲାଭବାନ୍ ହେବେ। ବିଦ୍ୟା ଓ ଖେଳରେ ଉନ୍ନତି ହେବ। ମହିଳାମାନେ ମିତ୍ର ଓ ସହକର୍ମୀ ମାନଙ୍କୁ ସାହାଯ୍ୟ କରି ଆର୍ଥିକ ସମସ୍ୟାରେ ଚିନ୍ତିତ ହେବେ। ପ୍ରତିକାର- ଗୁଡ ରୁଟି ଗାଈକୁ ଖାଇବାକୁ ଦେବ।
ବିଚ୍ଛା–
ଦାମ୍ପତ୍ୟ ଜୀବନରେ ସୁଖବୃଦ୍ଧି ହେବ। ମହିଳାମାନଙ୍କର ସ୍ୱଜନ ଓ ମିତ୍ରଙ୍କ ଠାରୁ ପୂର୍ଣ୍ଣ ସହଯୋଗ ମିଳିବ। ଗୃହର ସମସ୍ୟା ଦୂର ହୋଇଯିବ। ଅଟକିଥିବା ଧନଲାଭ ହେବ। ଦିନଚର୍ଯ୍ୟା ସୁଖଦାୟକ ହେବ। ପରିଶ୍ରମ ଦ୍ୱାରା ଲାଭ ପାଇବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ବ୍ୟବସାୟରେ ସଫଳତା ମିଳିବ। ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ। ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ। ରାଜନୀତି, କୃଷି, ବିଦ୍ୟା ଓ ଖେଳରେ ସଫଳ ହେବେ। ସଂପତ୍ତି କ୍ରୟ ଓ ବିକ୍ରୟ ଦ୍ୱାରା ଲାଭ ପାଇବେ। ମହତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଯିବ। ପ୍ରତିକାର- ଅସହାୟ ବୃଦ୍ଧଙ୍କୁ ଖାଦ୍ୟ ଦିଅନ୍ତୁ।
ଧନୁ–
ଶୁଭ ସମାଚାର ପାଇ ମନ ଖୁସି ହେବ। ଦୂରଯାତ୍ରାକରି ଲାଭ ପାଇବେ ଓ ଅଭିଷ୍ଟ ପ୍ରାପ୍ତି ହେବ। ବ୍ୟବସାୟରେ ଅଚଳାବସ୍ଥା ସୁଧୁରିଯିବ। କର୍ମ କ୍ଷେତ୍ରରେ ସମ୍ମାନୀତ ହେବେ। ଜନ ସେବାରେ ପ୍ରଶଂସା ମିଳିବ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ମହିଳାମାନେ ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ। ଶତୃ ପରାଜିତ ହେବେ। ନିର୍ମାଣ କାର୍ଯ୍ୟରେ କିଛି ସମୟ ଇଚ୍ଛାକୃତ ତ୍ୟାଗ କରିବେ। ସାମାଜିକ ଉତ୍ସବରେ ଭାଗ ନେବେ। ରାଜନୀତି, ଖେଳ, ବିଦ୍ୟା ଓ କୃଷିକ୍ଷେତ୍ରରେ ଆଦୃତ ହେବେ। ପ୍ରତିକାର-ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।
ମକର–
ପ୍ରତିକାର ଦ୍ୱାରା ବାଧା ଦୂର ହେବ ଏବଂ ସଫଳତା ମିଳିବ। ବ୍ୟବସାୟରେ ଖୁବ୍ ଆଶାବାଦୀ ହେବେ ଓ ବାକିଥିବା ଅର୍ଥ ଆଦାୟ ହେବ। ମହିଳାମାନେ ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ। ରାଜନୀତିରେ ଲୋକପ୍ରିୟତା, ବିଦ୍ୟାରେଉନ୍ନତି, ଖେଳ ରେ ପ୍ରଶଂସା, କୃଷିରେ ମନନିବେଶ କରିବେ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ। ନୂଆ ନିଯୁକ୍ତିର ସମ୍ଭାବନା ଅଛି। ମାନ ସମ୍ମାନ ପ୍ରତିଷ୍ଠା ବୃଦ୍ଧି ହେବ। ଆଲୋଚନା କ୍ଷେତ୍ରରେ ଠିକ୍ ନିସ୍ପତି ନେବେ। ବାସସ୍ଥାନ ବା ଯାନବାହାନ ପ୍ରାପ୍ତି ହେବାର ଯୋଗ ଅଛି। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।
କୁମ୍ଭ–
ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ । ବିଶିଷ୍ଟ ବ୍ୟକ୍ତି ଓ ପ୍ରସିଦ୍ଧ ବ୍ୟକ୍ତି ମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ବ୍ୟବସାୟରେ ପ୍ରସାର ପ୍ରଚାର ହେବ ଓ ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ। ସହଯୋଗୀମାନେ ଉନ୍ନତିପାଇଁ ଚେଷ୍ଟା କରିବେ। ଆମୋଦ ପ୍ରମୋଦର ସୁଯୋଗ ପାଇବେ। ଶୁଭକାର୍ଯ୍ୟ ପାଇଁ ଇଚ୍ଛାକରି ଗୁରୁଜନମାନଙ୍କ ଠାରୁ ଆର୍ଶିବାଦ ପାଇବେ। ରାଜନୀତିରେ ସମସ୍ୟା ଦୂର ହେବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।
ମୀନ–
ବାହ୍ୟ ଯୋଗାଯୋଗରେ ଲାଭ ମିଳିବ। ସଭାସମିତି, ରାଜନୀତି ପାଇଁ ସମୟ ଦେବାକୁ ପଡ଼ିବ। ଶିଳ୍ପ, ବାଣିଜ୍ୟ ଓ ପରିବହନ ବ୍ୟବସାୟ ଭଲ ଚାଲିବ। ମହିଳାମାନେ ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ । ବିଦ୍ୟା ଓ ଖେଳରେ ଉତ୍ସାହ ବଢ଼ିବ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ ଓ ମାନସିକ ଶାନ୍ତି ପାଇବେ। ସାମାଜିକ କାର୍ଯ୍ୟରେ ଭାଗ ନେବେ। କର୍ମସଂଧାନୀ ମାନେ ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ। ମାଂସ ଭୋଜନ, ମାଦକଦ୍ରବ୍ୟ ସେବନରୁ ଦୂରେଇ ରୁହନ୍ତୁ। ଲଟେରୀ ଓ ଜୁଆଖେଳରୁ ନିବୃତ୍ତ ରହନ୍ତୁ ନଚେତ୍ କ୍ଷତିସହିବେ। ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ।
Jyotirbid Dr. Pramod Satapathy
Jantra Jyotisha, Cuttack
Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri
For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988