ଦୈନିକ ରାଶିଫଳ: ୧୧ ଜାନୁୟାରୀ ୨୦୨୦, ଶନିଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କର କର୍ମ ଓ ବ୍ୟବସାୟରେ ହେବ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ସହକର୍ମୀ ଓ ଅଧସ୍ତନ କର୍ମଚାରୀଙ୍କ ସହ ସମ୍ପର୍କ ଭଲ ରହିବ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ। ବ୍ୟବସାୟରେ ଆଶାତୀତ ଲାଭକରି ଖୁସିହେବେ। ପରିବାରରେ କଳହ ମେଣ୍ଟିଯିବ। ଆନୁଷ୍ଠାନିକ କାମରେ ଠିକ୍ ପରାମର୍ଶ ଦେଇ ଆଦର, ସମ୍ମାନ ଓ ପ୍ରଶଂସା ମିଳିବ। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସମାଧାନ ହୋଇପାରେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ରାଜନୈତିକ କ୍ଷେତ୍ରରେ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ। ଉଚ୍ଚଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ। ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ କରିବାକୁ ଚିନ୍ତା କରିବେ। ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ଶୁଭ ସମାଚାର ପାଇ ଖୁସି ହେବେ। ବିଦ୍ୟାର୍ଥୀଙ୍କର ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ମିଥୁନ:-

ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ। ବ୍ୟବହାର କୁଶଳତାକୁ ଆଧାରକରୀ ନିମ୍ନବର୍ଗର ସହାୟତା ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ସ୍ଥାପିତ ହେବ। ଭାଗୀଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ। ବିଦ୍ୟାକ୍ଷେତ୍ରରେ ମନଯୋଗ ଦେଇ ସଫଳହେବେ। ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ। ରାଜନୈତିକ କ୍ଷେତ୍ରରେ ଉପଯୁକ୍ତ ଲୋକମାନଙ୍କ ସହିତ ସ୍ଥାୟୀ ବନ୍ଧୁତା ସ୍ଥାପନ କରି ପାରିବେ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ଆର୍ଥିକ ସ୍ଥିତି ସ୍ଵଛଳ ରହିବା ଫଳରେ ଆଶା କରିଥିବା କାର୍ଯ୍ୟଟି ପୂରଣ ହେବ। ପ୍ରତିକାର:- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-

ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ ବିକ୍ରୟ କରିବାର ସୁଯୋଗ ପାଇବେ। ଅଟକିଥିବା କାର୍ଯ୍ୟ ପୂରଣ ହେବ। ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ। ସମସ୍ତ ବାଧାବିଘ୍ନକୁ ଭ୍ରୂକ୍ଷେପ ନକରି ନିଜର ସିଦ୍ଧାନ୍ତରେ ଅଟଳ ରହିବେ। କୋର୍ଟ କଚେରୀ ମାମଲା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ବରିଷ୍ଠ ବ୍ୟକ୍ତି ଓ ଗୁରୁ ଗୁରୁଜନଙ୍କ ଠାରୁ ପ୍ରଶଂସା ପାଇବେ। ତୀର୍ଥାଟନ ଯାତ୍ରା କରିବାକୁ ବାଧ୍ୟ ହେବେ। ପାରିବାରିକ ପରିସ୍ଥିତି ଠିକ୍ ରହିବ। ବ୍ୟବସାୟ କ୍ଷେତ୍ରରେ ପ୍ରତିଦ୍ୱନ୍ଦିତା ଦୂରେଇ ଯିବ। ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ସିଂହ:-

ସାମାଜିକ ପତିଆରା ଅମଳିନ ରହିବ। କର୍ମକ୍ଷେତ୍ରରେ ଉଦ୍ୟମ ଓ ଚେଷ୍ଟାଦ୍ୱାରା ସ।ଫଲ୍ୟ ହେବ। ପାରିବାରିକ ଜୀବନରେ ସୁଖ-ଶାନ୍ତି ଲାଭ ହେବ। ଉତ୍ତମ ବୁଝାମଣା ଜନିତ ଉତ୍ସାହ-ଉଦ୍ଦୀପନାଯୁକ୍ତ ହେବେ। ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ଏବଂ ବୁଦ୍ଧିଜୀବୀ ମାନଙ୍କ ସାନ୍ନିଧ୍ୟରେ ଆସିବେ। କାର୍ଯ୍ୟାଳୟର ଜଟିଳ ପରିସ୍ଥିତିକୁ ସରଳ କରି ପ୍ରଶଂସା ପାଇବେ। ଆୟ ଉପାର୍ଜନରେ ବାଧା ନାହିଁ। ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ବିପଦରେ ପଡିବେ। କୌଣସି ଗୁରୁତ୍ୱପୂର୍ଣ୍ଣ କର୍ମ ନେଇ ଆର୍ଥିକ ଅନାଟନ ଦେଖାଦେଇ ପାରେ। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

କନ୍ୟା:-

ସାମାଜିକ ପ୍ରତିଷ୍ଠା ଓ ପ୍ରତିପତ୍ତି ବୃଦ୍ଧି ପାଇବ। ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲିଯିବ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ପାରିବାରିକସ୍ତର ହସ ଖୁସିରେ କଟିବ। ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ। କର୍ମକ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ଠିକ୍ ଭାବେ ସଂପୂର୍ଣ୍ଣ ହେବ। ପ୍ରେମିକ ପ୍ରେମିକା ମାନେ ସତର୍କ ରହିଲେ ଆନନ୍ଦ ଅନୁଭବ କରିବେ। ରାଜନୀତିରେ ସଫଳତା ମିଳିବ। ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେ ମାପି ଚାଖଣ୍ଡେ ଚାଲିବା ଆବଶ୍ୟକ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।

ତୁଳା:-

ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। କର୍ମକ୍ଷେତ୍ରରେ ନିଜର ପ୍ରତିଷ୍ଠା ସୁନାମ ବଢିବ। ବ୍ୟବସାୟ କ୍ଷେତ୍ରରେ ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ। ପାରିବାରିକ ଜୀବନ ସମସ୍ତଙ୍କ ମେଳରେ ରହି ସୁଖ-ସନ୍ତୋଷରେ କଟିବ। ସାମାଜିକ ସ୍ଥିତି ଓ ମାନସମ୍ମ।ନ ବଜାୟ ରହିବ। ଯାନବାହାନ ବ୍ୟବସାୟରେ ବେଶ୍ ଆନନ୍ଦ ପାଇବେ। ଶିଳ୍ପ ପ୍ରତିଷ୍ଠା ଯୋଜନା ସାଫଲ୍ୟଦାୟକ ହେବ। ସନ୍ତାନର ସୁ-ଖବର ଶୁଣି ଖୁସି ହେବେ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ଦୂରସ୍ଥାନକୁ ଯାତ୍ରା କରିପାରିବେ। ପ୍ରତିକାର- ଗୋମାତାକୁ ଖାଇବାକୁ ଦେବେ।

ବିଚ୍ଛା:-

ଧାର୍ମିକ ଅନୁଷ୍ଠାନ କାମରେ ପ୍ରଶଂସା ମିଳିବ। ଗୁରୁଜନଙ୍କ ସହାନୁଭୁତି ଉପଲବ୍ଧ ହେବ ଓ ବିଦେଶୀ ବନ୍ଧୁଙ୍କ ଦ୍ଵାରା ଅଧିକ ଉପକୃତ ହେବେ। ନୀରବତା ରକ୍ଷାକରି ପରିସ୍ଥିତିକୁ ସମର୍ପଣ କରିଦେବା ଉତ୍ତମ ହେବ। ଦୃଢତା ଯୋଗେ ସମ୍ମାନର ଆଧିକାରୀ ହୋଇ ପାରିବେ। ନିଜେ ସାମାନ୍ୟ ଚେଷ୍ଟା କଲେ ବାକିଥିବା ଅର୍ଥ ପାଇବେ। ରାଜନୈତିକ କ୍ଷେତ୍ରରେ ସ୍ଥିରତା ଦେଖାଦେବ। ବିଦ୍ୟାର୍ଥୀମାନେ ଆପ୍ରାଣ ଚେଷ୍ଟା କରି ପ୍ରତିଦ୍ୱନ୍ଦିତାରେ ସଫଳ ହେବେ। ପାରିବାରିକ କ୍ଷେତ୍ରରେ କିଛି ଭୁଲ ବୁଝାମଣା ଯୋଗୁ ମାନସିକ ଦ୍ଵନ୍ଦ ଦେଖା ଦେଇ ପାରେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ଧନୁ:-

ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଆନନ୍ଦ ରହିବ। କେତେକ କ୍ଷେତ୍ରରେ ସାମାନ୍ୟ ସୁବିଧା ପାଇବେ। କର୍ମନିଷ୍ଠା ମଧ୍ୟରେ ନିଜକୁ ସୀମିତ ରଖିବା ହିତକରହେବ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ସରକାରୀ ସାହାଯ୍ୟ ମିଳିପାରେ। ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବ ଓ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ। ଭୋଗବିଳାସ ଓ ଆନନ୍ଦରେ ସମୟ କାଟିବେ। ରାଜନୀତି କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା ଯୋଗେ ଯଶ ମିଳିବ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ପ୍ରତିକାର- ଗାଈକୁ ଖାଇବାକୁ ଦିଅନ୍ତୁ।

ମକର:-

ବ୍ୟବସାୟ କ୍ଷେତ୍ରରେ ପ୍ରଚୁର ପରିମାଣରେ ଆମଦାନୀ ରପ୍ତାନି କରି ପାରିବେ। ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। ଅନ୍ୟର ଉପକାର କରି ପ୍ରଶଂସା ପାଇବେ। କୌଣସି ଶୁଭ ସମାଚାର ମଧ୍ୟ ଶୁଣିବାକୁ ମିଳିବ। ବାଦବିବାଦ, ମାଲିମକଦ୍ଦମା, ପ୍ରତିଯୋଗିତା ପରୀକ୍ଷା, ସାକ୍ଷାତକାରରେ ଜୟଯୁକ୍ତ ହେବେ ଓ ଆଶା ମୁତାବକ ଫଳ ପାଇବେ। ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତି ଦୂରେଇ ଜିବ। ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ନୂତନ ଉପାର୍ଜନକ୍ଷମ ହେବେ ଯାହାକି ଜୀବନର ଗତିକୁ ବଦଳାଇ ଦେବ। ଉତ୍ତମ ସ୍ୱାସ୍ଥ୍ୟ ଲାଭ କରିବେ। ନୂତନ ପ୍ରକଳ୍ପ ଆରମ୍ଭ କରିପାର ଅଥବା ଏକ ନୂତନ ଯୋଜନା ସ୍ଥିରିକୃତ କରିପାର ଯାହା କି ତୁମ ପାଇଁ ପ୍ରଚୁର ଲାଭ ଆଣିଦେବ। ରାଜନୈତିକ କ୍ଷେତ୍ରରେ ସୁନାମ ଖ୍ୟାତି ଚାରିଆଡେ ବ୍ୟାପିଯିବ ଓ ସମାଜରେ ଲୋକପ୍ରିୟତା ଉଚ୍ଚତାର ଶୀଖରରେ ପହଁଞ୍ଚିବ। ନିଜର ଉଚ୍ଚାଧିକାରୀ ଓ ସରକାରୀ ଅଧିକାରୀ ମାନଙ୍କର ସମର୍ଥନ ଲାଭ କରିବେ। ବ୍ୟବସାୟିକ କ୍ଷେତ୍ରରେ ଅଧିକ ଉନ୍ନତି ପଥରେ ଅଗ୍ରସର ହେବେ। ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

ପରୀକ୍ଷା ଓ ପ୍ରତିଯୋଗୀତାରେ ଆଶା ମୁତାବକ ଫଳ ପାଇବେ। ବ୍ୟବସାୟ କ୍ଷେତ୍ରରେ କାରବାର ବଢିବ ଓ ଭୁଲ୍ ବୁଝାମଣା ଦୂର ହେବା ଯୋଗେ ହିତୈଷିମାନେ ଅଧିକ ନିବିଡ ହେବା ସାଙ୍ଗକୁ ମର୍ଯ୍ୟଦାଜନକ ପରିସ୍ଥିତି ସୃଷ୍ଟି କରିବେ। ବନ୍ଧୁବାନ୍ଧବଙ୍କ ସହ ଉତ୍ତମ ସମ୍ପର୍କ ରହିବ। ଶୁଭ ଖବର ପାଇ ଖୁସି ହେବେ। ଆର୍ଥିକ ସନ୍ତୁଳନ ସୁରକ୍ଷିତ ହେବା କାରଣରୁ ଅର୍ଥନୀତିର ବିପଦରୁ ମୁକ୍ତ ହେବେ। ରାଜନୈତିକ କ୍ଷେତ୍ରରେ ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର। ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ। ପ୍ରତିକାର- ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!