ଦୈନିକ ରାଶିଫଳ: 11 ଜାନୁୟାରୀ 2023, ଶ୍ରୀ ଗଣେଶଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୩ମସିହା, ଜାନୁୟାରୀ ମାସ ୧୧ତାରିଖ, ବୁଧବାର, ଧନୁମାସ ୨୭ଦିନ, ମାଘମାସ, କୃଷ୍ଣପକ୍ଷ, ଚତୁର୍ଥୀତିଥି ଦିବା ୨ଟା ୩୧ମିନିଟ୍ ପରେ ପଞ୍ଚମୀତିଥି, ମଘାନକ୍ଷତ୍ର ଦିବା ୧୧ଟା ୪୯ମିନିଟ୍ ପରେ ପୂର୍ବାଫାଲଗୁନୀ ନକ୍ଷତ୍ର, ସିଂହ ରାଶିରେ ଚନ୍ଦ୍ର । ଆୟୁଷ୍ମାନଯୋଗ ଦିବା ୧୨ଟା ୧ମିନିଟ୍ ପରେ ସୌଭାଗ୍ୟ ଯୋଗ । ବାଳବ କରଣ ଦିବା ୨ଟା ୩୧ମିନିଟ୍ ପରେ କୌଳବ କରଣ । କର୍କଟ ରାଶିର ଘାତବାର । କର୍କଟ, ମକର ରାଶିର ଘାତଚନ୍ଦ୍ର । ମୂଳା ନ ଖାଇଲେ ଭଲ ଦିବା ୨ଟା ୩୧ମିନିଟ୍ ପରେ ବେଲ, ପଣସ ନ ଖାଇଲେ ଭଲ । ଯୋଗିନୀ- ନୈଋତେ ଦିବା ୨ଟା ୩୧ମିନିଟ୍ ପରେ ଦକ୍ଷିଣେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ଚତୁର୍ଥୀର ଏକୋଦ୍ଦିଷ୍ଟ ଶ୍ରାଦ୍ଧ । ଅଶୁଭସମୟ- ଦିବା ୯ଟା ୧୦ମିନିଟ୍ ରୁ ୧୦ଟା ୩୨ମିନିଟ୍, ଦିବା ୧୧ଟା ୫୪ମିନିଟ୍ ରୁ ୧ଟା ୧୬ମିନିଟ୍, ରାତ୍ରି ୩ଟା ୧୧ମିନିଟ ରୁ ୪ଟା ୪୯ ମିନିଟ । ଶୁଭସମୟ- ପ୍ରାତଃ ୬ଟା ୨୭ମିନିଟ୍ ରୁ ୮ଟା ୩୮ମିନିଟ୍, ଦିବା ୧୦ଟା ୪୯ମିନିଟ୍ ରୁ ୧୧ଟା ୫୪ମିନିଟ୍, ଦିବା ୧ଟା ୪୩ମିନିଟ୍ ରୁ ୩ଟା ୫୪ମିନିଟ୍, ସନ୍ଧ୍ୟା ୬ଟା ୧୩ମିନିଟ୍ ରୁ ୭ଟା ୬ମିନିଟ୍, ରାତ୍ର ୮ଟା ୫୧ମିନିଟ୍ ରୁ ୩ଟା ୧୧ମିନିଟ୍, ରାତ୍ର ୪ଟା ୪୯ମିନିଟ୍ ରୁ ୬ଟା ୨୭ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମନ୍ୟତାର ଅଧିକାରୀ ହେବେ । ଏକାକୀତ୍ଵର ପରିଧିରେ ନିଜକୁ ସଜାଇ ପାରନ୍ତି । ରାଜନୀତି କ୍ଷେତ୍ରରେ ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ । କର୍ମ କ୍ଷେତ୍ରରେ ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବାସହ ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ବୃଷ:-ସ୍ଥଗିତଥିବା କର୍ମଟି ପୂରଣ କରିବାପାଇଁ ଆର୍ଥିକ ସଙ୍କଟ ଦୂରେଇ ଯିବ । କୌଣସି ନୂତନ କର୍ମ କରୁଥିଲେ ସେଥିରେ ବିଜୟୀ ହେବେ । ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦ ଅନୁଭବ କରିବେ । ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଅଧିକ ଲାଭ ପାଇବେ । ବାକ୍ୟ ସଂଯମତା ରଖିଲେ ମାଲିମୋକଦ୍ଦମାରେ ବିଜୟ ସୁନିଶ୍ଚିତ । ଶତୃମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା କାଏମ୍ ରଖି ପାରିଲେ ଲାଭ ପାଇବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ମିଥୁନ:- ତଳ ମହଲରୁ ଆଶାତୀତ ଲାଭ ପାଇବେ । ଦାମ୍ପତ୍ୟ କଳହ ମେଣ୍ଟିଯିବା ଫଳରେ ମନ ଓ ଶରୀର ଭଲ ରହିବ । ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ । ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ । ରାଜନୀତି କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବ ଓ ସହକର୍ମୀ ମାନଙ୍କର ସମର୍ଥନ ସାହାଯ୍ୟ ସହଯୋଗ ମିଳିବ । ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ବ୍ୟବସାୟୀମାନେ ପ୍ରଚୁର ଲାଭ ପାଇବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

କର୍କଟ:-ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ପାରିବାରିକ ଜୀବନରେ ଶାନ୍ତି, ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ । ବନ୍ଧୁବାନ୍ଧବଙ୍କ ଦିଗରୁ ସ୍ଵାର୍ଥ ପ୍ରବଣତାର ଅଭିବୃଦ୍ଧି ଘଟିବ । ଆୟ ଅପରିବର୍ତ୍ତିତ ରହିଲେ ମଧ୍ୟ ଟଙ୍କାପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ । ଯାନବାହନରେ ସତର୍କତା ଅବଲମ୍ବନ କରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-ବୃତ୍ତିଗତ ଦୃଷ୍ଟିରୁ ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ଭ୍ରମଣକାଳରେ ସୁଖ, ସହକର୍ମୀଙ୍କସହ ବିବାଦ ମେଣ୍ଟି ଯାଇପାରେ । ଜ୍ଞାନ-ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ । ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ । ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କନ୍ୟା:-ଭଲ କାମ କରି କର୍ମରେ ଉନ୍ନତି ସହିତ ଆକସ୍ମିକ ଅର୍ଥଲାଭର ସୂଚନା ପାଇବେ । ବ୍ୟବସାୟୀ ମାନେ ଆମଦାନୀ ରପ୍ତାନି କ୍ଷେତ୍ରରେ ପରିଶ୍ରମ କରି ଲାଭବାନ ହେବେ ଓ ବକେୟା ଅର୍ଥ ଆଦାୟ ହେବ । ବିଦେଶ ଯାତ୍ରାରେ ଲାଭ ପାଇବେ । ଅଧ୍ୟୟନ, ଅଧ୍ୟାପନ, ଓ ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ । ପ୍ରତିଯୋଗୀତା ପରୀକ୍ଷାରେ ଯଶରସହ ଉତ୍ତୀର୍ଣ୍ଣ ହୋଇ ପ୍ରଶଂସିତ ହେବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ତୁଳା:-ଶିକ୍ଷାର୍ଥୀ ମାନେ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇବେ । ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ । କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ଫଳରେ ପ୍ରଶଂସିତ ହେବେ । ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲିଯିବ । ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ । ଭଲ କାମ କରି ସୁଖରେ ଦିନଟି ବିତାଇବେ । ମାନସିକ ବିଷାଦ, ଦାମ୍ପତ୍ୟ କଳହ, ଭୟ ଆଶଙ୍କା ଦୂରେଇଯିବ । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ ।

ବିଚ୍ଛା:-ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ । ରାଜନୀତି କ୍ଷେତ୍ରରେ କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ । ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ । କର୍ମକ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବା ଫଳରେ ଉଚ୍ଚଅଧିକାରୀ କାମରେ ପ୍ରସନ୍ନ ରହିବେ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ କାରବାରରେ ସୁଧାର ଆସି ଆଶାତୀତ ଲାଭ ପାଇବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ଧନୁ:-ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣାପାଇ ବ୍ୟବସାୟ ସମ୍ବନ୍ଧିତ ଦୂରଯାତ୍ରା କରି ଆର୍ଥିକ ସହାୟତା ପାଇ ପାରନ୍ତି । ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢି ପାରିବେ ଏବଂ ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ । ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳହେବେ । ଉଚ୍ଚପଦସ୍ଥ କର୍ମକର୍ତ୍ତାମାନଙ୍କର କର୍ମଉପରେ ନଜର ପଡ଼ିପାରେ । ବିତଣ୍ଡା, ବିତର୍କ କ୍ଷେତ୍ରରୁ ଓହରି ରହିଯିବା ଅଧିକ ଉତ୍ତମ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ମକର:-ସହକର୍ମୀ ମାନଙ୍କ ସହ ଶତ୍ରୁତାର ଅବସାନ ଘଟିବ । ଶ୍ରମିକ ଓ କର୍ମଚାରୀମାନେ ଉପରିସ୍ଥଙ୍କ କୃପାଭାଜନ ହେବେ । ପ୍ରେମପ୍ରସଙ୍ଗ ଓ ଗୁପ୍ତ ବନ୍ଧୁମାନେ ବାହାରକୁ ପ୍ରକାଶ ପାଇବେ । ଧାର୍ମିକସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ । ପ୍ରକୃତିସ୍ଥ ହୋଇ ହିସାବରେ ଚଳିଲେ ଦୁର୍ଗତିରୁ ସୁରକ୍ଷିତ ରହି ହେବ । ମାନସିକ ସ୍ୱାସ୍ଥ୍ୟ ଅବ୍ୟବସ୍ଥିତ ରହିବ । ପାରିବାରିକ କ୍ଷେତ୍ରରେ ସ୍ଣେହ ସଦ୍ଭାବର ଅଭାବ ଦେଖାଦେଇ ପାରେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-ସ୍ୱାସ୍ଥ୍ୟରେ ଉନ୍ନତି ହେବା ଫଳରେ ମନ ଖୁସି ରହିବ । ପୂର୍ବରୁ ଥିବା ପାରିବାରିକ ସମସ୍ୟା ସମାଧାନ ହେବ । ବ୍ୟବସାୟରେ ଆଶାତୀତ ଲାଭ ପାଇବେ । ଶତୃମାନଙ୍କୁ ମୁକାବିଲା କରିପାରିବେ । ଧନ, ଧାନ୍ୟ, ଐଶ୍ଚର୍ଯ୍ୟ, ମାନସମ୍ମାନ ତଥା ପରାକ୍ରମର ବୃଦ୍ଧି ହେବ । ଅବିବାହିତ ଯୁବକ ଓ ଯୁବତୀମାନଙ୍କର ବିବାହ ପ୍ରସ୍ତାବ ସ୍ଥିର ହେବ । ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମୀନ:-ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ । ବ୍ୟବସାୟରେ ସହକର୍ମୀ ମାନଙ୍କର ସହଯୋଗ ପାଇ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବା ସହ ଉନ୍ନତି ଓ ଲାଭ ପ୍ରାପ୍ତି ହେବ । ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ । ନୂତନ କର୍ମ ନିଯୁକ୍ତି ପାଇବେ । ପାରିବାରିକ ଜୀବନରେ ଦାମ୍ପତ୍ୟ ସୁଖ ବୃଦ୍ଧି ହେବ । ଭ୍ରମଣ, ରାଜନୀତି, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ପାଇବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!